Biblia Todo Logo
Bib sou entènèt

- Piblisite -




2 ଶାମୁୟେଲ 17:8 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 ହୂଶୟ ଆହୁରି କହିଲା, “ଆପଣ ଆପଣା ପିତାଙ୍କୁ ଓ ତାଙ୍କ ଲୋକମାନଙ୍କୁ ଜାଣନ୍ତି, ସେମାନେ ତ ବୀର ଓ କ୍ଷେତ୍ରରେ ଛୁଆହରା ଭଲ୍ଲୁକୀ ପରି ସେମାନେ ଉଗ୍ର ହୋଇଥିବେ, ପୁଣି ଆପଣଙ୍କ ପିତା ଯୋଦ୍ଧା ଓ ସେ ରାତ୍ରିରେ ଲୋକମାନଙ୍କ ସଙ୍ଗରେ ରହିବେ ନାହିଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

8 ହୂଶୟ ଆହୁରି କହିଲା, ଆପଣ ଆପଣା ପିତାଙ୍କୁ ଓ ତାଙ୍କ ଲୋକମାନଙ୍କୁ ଜାଣନ୍ତି, ସେମାନେ ତ ବୀର ଓ କ୍ଷେତ୍ରରେ ଛୁଆହରା ଭଲ୍ଲୁକୀ ପରି ସେମାନେ ଉଗ୍ର ହୋଇଥିବେ, ପୁଣି ଆପଣଙ୍କ ପିତା ଯୋଦ୍ଧା ଓ ସେ ରାତ୍ରିରେ ଲୋକମାନଙ୍କ ସଙ୍ଗରେ ରହିବେ ନାହିଁ।

Gade chapit la Kopi

ଓଡିଆ ବାଇବେଲ

8 ହୂଶୟ ଆହୁରି କହିଲା, “ଆପଣ ଆପଣା ପିତାଙ୍କୁ ଓ ତାଙ୍କ ଲୋକମାନଙ୍କୁ ଜାଣନ୍ତି, ସେମାନେ ତ ବୀର ଓ କ୍ଷେତ୍ରରେ ଛୁଆହରା ଭଲ୍ଲୁକୀ ପରି ସେମାନେ ଉଗ୍ର ହୋଇଥିବେ, ପୁଣି ଆପଣଙ୍କ ପିତା ଯୋଦ୍ଧା ଓ ସେ ରାତ୍ରିରେ ଲୋକମାନଙ୍କ ସଙ୍ଗରେ ରହିବେ ନାହିଁ।

Gade chapit la Kopi

ପବିତ୍ର ବାଇବଲ

8 ହୂଶୟ ପୁଣି କହିଲା, “ଆପଣ ନିଜର ବାପାଙ୍କୁ ଓ ତାଙ୍କର ଲୋକମାନଙ୍କୁ ଜାଣନ୍ତି, ସେମାନେ ବୀର ଓ କ୍ଷେତ୍ରରେ ଛୁଆ ହରା ବନ୍ୟ ଭଲ୍ଲୁକପରି। ପୁଣି ଆପଣଙ୍କର ବାପା ଯୋଦ୍ଧା ଓ ସେ ରାତିସାରା ଲୋକମାନଙ୍କ ସଙ୍ଗରେ ରହିବେ ନାହିଁ।

Gade chapit la Kopi




2 ଶାମୁୟେଲ 17:8
20 Referans Kwoze  

ଆମ୍ଭେ ଛୁଆହରା ଭଲ୍ଲୁକୀ ପରି ସେମାନଙ୍କୁ ହାବୁଡ଼ିବା ଓ ସେମାନଙ୍କର ବକ୍ଷକୁ ବିଦୀର୍ଣ୍ଣ କରିବା; ଆଉ, ସିଂହ ନ୍ୟାୟ ଆମ୍ଭେ ସେଠାରେ ସେମାନଙ୍କୁ ଗ୍ରାସ କରିବା; ବନ୍ୟ ପଶୁ ସେମାନଙ୍କୁ ବିଦୀର୍ଣ୍ଣ କରିବ।


ତହିଁରେ ଯୁବାମାନଙ୍କ ମଧ୍ୟରୁ ଜଣେ ଉତ୍ତର ଦେଇ କହିଲା; “ଦେଖନ୍ତୁ, ମୁଁ ବେଥଲିହିମୀୟ ଯିଶୀର ଏକ ପୁତ୍ରଙ୍କୁ ଦେଖିଅଛି, ସେ ବଜାଇବାରେ ନିପୁଣ ଓ ମହାବିକ୍ରମଶାଳୀ ଓ ଯୋଦ୍ଧା ଓ କଥାରେ ବିଜ୍ଞ, ଆଉ ରୂପବାନ, ପୁଣି, ସଦାପ୍ରଭୁ ତାଙ୍କର ସଙ୍ଗେ ସଙ୍ଗେ ଅଛନ୍ତି।”


ଏଥିଉତ୍ତାରେ ଦେଖ, ଆଉ ଗୋଟିଏ, ଅର୍ଥାତ୍‍, ଦ୍ୱିତୀୟ ପଶୁ ଭଲ୍ଲୁକର ସଦୃଶ ଥିଲା, ସେ ଏକ ପାର୍ଶ୍ୱରେ ଉଠାଗଲା ଓ ତାହାର ମୁଖରେ ଦନ୍ତ ମଧ୍ୟରେ ତିନି ଖଣ୍ଡ ପଞ୍ଜରା ଥିଲା; ଆଉ, ତାହାକୁ ଏହି କଥା କୁହାଗଲା, ‘ଉଠ, ଅନେକ ଲୋକଙ୍କୁ ଗ୍ରାସ କର।’


ଛୁଆହରା ଭଲ୍ଲୁକୀ ପଛେ ମନୁଷ୍ୟକୁ ଭେଟୁ, ନିଜ ଅଜ୍ଞାନତାରେ ମଗ୍ନ ମୂର୍ଖ ନ ଭେଟୁ।


ଯେପରି ଗର୍ଜ୍ଜନକାରୀ ସିଂହ ଓ ଭ୍ରମଣକାରୀ ଭାଲୁ; ସେପରି ଦୀନହୀନ ପ୍ରଜାଙ୍କ ଉପରେ ଦୁଷ୍ଟ କର୍ତ୍ତା।


ଏଥିରେ ସେ ଆପଣା ପଛକୁ ଅନାଇ ସେମାନଙ୍କୁ ଦେଖିଲେ ଓ ସଦାପ୍ରଭୁଙ୍କ ନାମରେ ସେମାନଙ୍କୁ ଅଭିଶାପ ଦେଲେ। ସେତେବେଳେ ବନରୁ ଦୁଇ ଭଲ୍ଲୁକୀ ବାହାରି ଆସି ସେମାନଙ୍କ ମଧ୍ୟରୁ ବୟାଳିଶ ଜଣ ବାଳକଙ୍କୁ ବିଦୀର୍ଣ୍ଣ କଲେ।


ସେହି ତିନି ଜଣଙ୍କ ମଧ୍ୟରେ ସରୁୟାର ପୁତ୍ର ଯୋୟାବର ଭ୍ରାତା ଅବୀଶୟ ପ୍ରଧାନ ଥିଲା। ସେ ତିନି ଶହ ଲୋକ ବିରୁଦ୍ଧରେ ଆପଣା ବର୍ଚ୍ଛା ଉଠାଇ ସେମାନଙ୍କୁ ବଧ କରିଥିଲା, ଏଣୁ ସେ ଏହି ତିନିଙ୍କ ମଧ୍ୟରେ ନାମ ପାଇଲା।


ତହିଁରେ ସେହି ତିନି ବୀର ପଲେଷ୍ଟୀୟମାନଙ୍କ ସୈନ୍ୟ ମଧ୍ୟଦେଇ ପଶିଯାଇ ବେଥଲିହିମ-ନଗରଦ୍ୱାର ନିକଟସ୍ଥ କୂପରୁ ଜଳ କାଢ଼ି ଦାଉଦଙ୍କ ନିକଟକୁ ତାହା ଆଣିଲେ; ମାତ୍ର ସେ ତହିଁରୁ ପାନ କରିବାକୁ ସମ୍ମତ ନ ହୋଇ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ତାହା ଢାଳିଦେଲେ।


ପୁଣି ତାଙ୍କର ସମସ୍ତ ଦାସ ଅଗ୍ରସର ହେଲେ ଓ ଗାଥ୍‍ ନଗରରୁ ତାଙ୍କ ପଛେ ଯେଉଁ ଛଅ ଶହ ଲୋକ ଆସିଥିଲେ, ସେହି କରେଥୀୟ ଓ ପଲେଥୀୟ ଓ ଗାଥୀୟ ଲୋକ ସମସ୍ତେ ରାଜାଙ୍କ ସମ୍ମୁଖରେ ପାର ହୋଇଗଲେ।


ଏହେତୁ ଯେ ଯେ ଲୁଚିବା ସ୍ଥାନରେ ସେ ଆପଣାକୁ ଲୁଚାଏ, ସେସବୁ ଦେଖି ବୁଝ ଓ ତୁମ୍ଭେମାନେ ମୋʼ କତିକି ନିଶ୍ଚୟ ଫେରି ଆସ, ତହିଁରେ ମୁଁ ତୁମ୍ଭମାନଙ୍କ ସଙ୍ଗେ ଯିବି; ସେ ଯେବେ ଦେଶରେ ଥାଏ, ତେବେ ମୁଁ ଯିହୁଦାର ସମୁଦାୟ ସହସ୍ର ମଧ୍ୟରେ ତାହାକୁ ଖୋଜିବି।”


ଏହି ପ୍ରକାରେ ଦାଉଦ ଛାଟିଣୀ ଓ ପଥର ଦ୍ୱାରା ସେହି ପଲେଷ୍ଟୀୟ ଉପରେ ଜୟଲାଭ କଲେ ଓ ପଲେଷ୍ଟୀୟକୁ ଆଘାତ କରି ବଧ କଲେ, ମାତ୍ର ଦାଉଦଙ୍କ ହସ୍ତରେ ଖଡ୍ଗ ନ ଥିଲା।


ତହିଁରେ ଦାନ୍-ସନ୍ତାନଗଣ ତାହାକୁ କହିଲେ, “ଆମ୍ଭମାନଙ୍କ ମଧ୍ୟରେ ତୁମ୍ଭ ରବ ଶୁଣା ନ ଯାଉ, କେଜାଣି କ୍ରୋଧୀ ଲୋକେ ତୁମ୍ଭକୁ ଆକ୍ରମଣ କରିବେ, ତହିଁରେ ତୁମ୍ଭେ ଆପଣା ପ୍ରାଣ ଓ ଆପଣା ପରିବାରର ପ୍ରାଣ ହରାଇବ।”


ଦେଖନ୍ତୁ, ସେ ଏବେ କୌଣସି ଗର୍ତ୍ତରେ କି ଅନ୍ୟ କୌଣସି ସ୍ଥାନରେ ଲୁଚି କରିଅଛନ୍ତି; ଆଉ ପ୍ରଥମେ ଏମାନଙ୍କ ମଧ୍ୟରୁ କେତେକ ପତିତ ହେଲେ ବୋଲି କେହି ଶୁଣିଲେ କହିବ ଯେ, ‘ଅବଶାଲୋମର ଅନୁଗାମୀ ଲୋକମାନଙ୍କ ମଧ୍ୟରେ ସଂହାର ହେଉଅଛି।’


ତୁମ୍ଭର ମାତା କଅଣ ଥିଲା? ସେ ତ ସିଂହୀ; ସେ ସିଂହଗଣ ମଧ୍ୟରେ ଶୟନ କଲା, ଯୁବା ସିଂହଗଣ ମଧ୍ୟରେ ଆପଣା ଛୁଆମାନଙ୍କୁ ପ୍ରତିପାଳନ କଲା।


Swiv nou:

Piblisite


Piblisite