Biblia Todo Logo
Bib sou entènèt

- Piblisite -




2 ଶାମୁୟେଲ 18:18 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

18 ଅବଶାଲୋମ ବଞ୍ଚିଥିବା ବେଳେ ରାଜାଙ୍କର ତଳଭୂମିରେ ଏକ ସ୍ତମ୍ଭ ନିର୍ମାଣ କରି ଆପଣା ପାଇଁ ସ୍ଥାପନ କରିଥିଲା; କାରଣ ସେ କହିଥିଲା, “ମୋʼ ନାମ ସ୍ମରଣରେ ରଖିବାକୁ ମୋହର ପୁତ୍ର ନାହିଁ;” ଏହେତୁ ସେ ଆପଣା ନାମାନୁସାରେ ସେହି ସ୍ତମ୍ଭର ନାମ ରଖିଲା; ସେହି ଦିନଠାରୁ ଅାଜି ପର୍ଯ୍ୟନ୍ତ ଅବଶାଲୋମର ସ୍ମରଣାର୍ଥକ ସ୍ତମ୍ଭ ବୋଲି ତହିଁର ନାମ ରହିଅଛି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

18 ଅବଶାଲୋମ ବଞ୍ଚିଥିବା ବେଳେ ରାଜାଙ୍କର ତଳଭୂମିରେ ଏକ ସ୍ତମ୍ଭ ନିର୍ମାଣ କରି ଆପଣା ପାଇଁ ସ୍ଥାପନ କରିଥିଲା; କାରଣ ସେ କହିଥିଲା, ମୋʼ ନାମ ସ୍ମରଣରେ ରଖିବାକୁ ମୋହର ପୁତ୍ର ନାହିଁ; ଏହେତୁ ସେ ଆପଣା ନାମାନୁସାରେ ସେହି ସ୍ତମ୍ଭର ନାମ ରଖିଲା; ଅଦ୍ୟାପି ଅବଶାଲୋମର ସ୍ମରଣାର୍ଥକ ସ୍ତମ୍ଭ ବୋଲି ତହିଁର ନାମ ରହିଅଛି।

Gade chapit la Kopi

ଓଡିଆ ବାଇବେଲ

18 ଅବଶାଲୋମ ବଞ୍ଚିଥିବା ବେଳେ ରାଜାଙ୍କର ତଳଭୂମିରେ ଏକ ସ୍ତମ୍ଭ ନିର୍ମାଣ କରି ଆପଣା ପାଇଁ ସ୍ଥାପନ କରିଥିଲା; କାରଣ ସେ କହିଥିଲା, “ମୋ’ ନାମ ସ୍ମରଣରେ ରଖିବାକୁ ମୋହର ପୁତ୍ର ନାହିଁ;” ଏହେତୁ ସେ ଆପଣା ନାମାନୁସାରେ ସେହି ସ୍ତମ୍ଭର ନାମ ରଖିଲା; ସେହି ଦିନ ଠାରୁ ଅାଜି ପର୍ଯ୍ୟନ୍ତ ଅବଶାଲୋମର ସ୍ମରଣାର୍ଥକ ସ୍ତମ୍ଭ ବୋଲି ତହିଁର ନାମ ରହିଅଛି।

Gade chapit la Kopi

ପବିତ୍ର ବାଇବଲ

18 ଅବଶାଲୋମ ବଞ୍ଚିଥିବା ବେଳେ ରାଜାଙ୍କର ଉପତ୍ୟକାରେ ଏକ ସ୍ତମ୍ଭ ନିର୍ମାଣ କରିଥିଲେ। ସେ କହିଲେ, “ମୋର ନାମକୁ ଜୀବିତ ରଖିବା ପାଇଁ ମୋର ପୁତ୍ର ନାହିଁ। ସେଥିପାଇଁ ସେ ତାଙ୍କର ସ୍ମୃତିଫଳକ ରଖିବା ପାଇଁ ସ୍ଥାପନ କଲେ ଓ ତାଙ୍କ ନିଜ ନାମ ରଖିଲେ।” ସେହି ନାମ ଅଦ୍ୟପି “ଅବଶାଲୋମର ସମାଧି ସ୍ତୁପ” ରହିଅଛି।

Gade chapit la Kopi




2 ଶାମୁୟେଲ 18:18
13 Referans Kwoze  

“ରାଜା ଏହି କଥା କହିଲା, ମୁଁ ଆପଣା ବଳର ପ୍ରଭାବରେ ଓ ଆପଣା ପ୍ରତାପର ମହିମା ନିମନ୍ତେ ରାଜଧାନୀ କରିବା ପାଇଁ ଯାହା ନିର୍ମାଣ କରିଅଛି, ଏହି କି ସେହି ମହତୀ ବାବିଲ ନୁହେଁ?”


ସେହି ଅବଶାଲୋମର ତିନି ପୁତ୍ର ଓ ଗୋଟିଏ କନ୍ୟା ଜାତ ହୋଇଥିଲେ; କନ୍ୟାର ନାମ ତାମର ଥିଲା, ସେ ପରମାସୁନ୍ଦରୀ।


ପୁଣି, ଶାମୁୟେଲ ଶାଉଲଙ୍କ ସହିତ ପ୍ରଭାତରେ ସାକ୍ଷାତ କରିବା ପାଇଁ ଶୀଘ୍ର ଉଠିଲେ, ତହୁଁ ଶାମୁୟେଲଙ୍କୁ ଏହି ସମ୍ବାଦ ଦିଆଗଲା ଯେ, “ଶାଉଲ କର୍ମିଲକୁ ଆସିଥିଲେ, ଆଉ ଦେଖ, ସେ ଆପଣା ପାଇଁ ଜୟସ୍ତମ୍ଭ ସ୍ଥାପନ କରି ସେଠାରୁ ଫେରି, ପ୍ରସ୍ଥାନ କରି ଗିଲ୍‍ଗଲ୍‍କୁ ବାହାରି ଯାଇଅଛନ୍ତି।”


ଏହିରୂପେ ଅବ୍ରାମ କଦର୍ଲାୟୋମରକୁ ଓ ତାଙ୍କର ସହାୟ ରାଜାଗଣକୁ ଜୟ କରି ବାହୁଡ଼ିଲା ଉତ୍ତାରେ, ସଦୋମର ରାଜା ତାଙ୍କ ସହିତ ସାକ୍ଷାତ କରିବାକୁ ଶାବୀ ପଦା, ଅର୍ଥାତ୍‍, ରାଜାର ପଦାକୁ ଗମନ କଲେ।


ତାହାର ବଂଶ ଉଚ୍ଛିନ୍ନ ହେଉ; ଆସନ୍ତା ପୁରୁଷରେ ତାହାଙ୍କ ନାମ ଲୁପ୍ତ ହେଉ।


ସେମାନଙ୍କ କବର ସ୍ଥାନ ଯେ ଚିରକାଳ ଓ ସେମାନଙ୍କ ବାସସ୍ଥାନ ଯେ ପୁରୁଷାନୁକ୍ରମେ ରହିବ, ଏହା ସେମାନଙ୍କର ଆନ୍ତରିକ ବିଚାର; ସେମାନେ ଆପଣା ଆପଣା ନାମାନୁସାରେ ଆପଣା ଆପଣା ଭୂମିର ନାମ ରଖନ୍ତି।


ସେଥିପାଇଁ ସେହି ନଗରର ନାମ ବାବିଲ (ଭେଦ) ହେଲା; ଯେହେତୁ ସଦାପ୍ରଭୁ ସେହି ସ୍ଥାନରେ ସମସ୍ତ ପୃଥିବୀର ଭାଷାଭେଦ ଜନ୍ମାଇଲେ, ପୁଣି, ସେହି ସ୍ଥାନରୁ ସେମାନଙ୍କୁ ସମୁଦାୟ ପୃଥିବୀରେ ଛିନ୍ନଭିନ୍ନ କଲେ।


ପୁଣି, ସେମାନେ କହିଲେ, “ଆସ, ଆମ୍ଭେମାନେ ଆପଣାମାନଙ୍କ ପାଇଁ ଗୋଟିଏ ନଗର ଓ ଗଗନସ୍ପର୍ଶୀ ଏକ ଉଚ୍ଚ ଗଡ଼ ନିର୍ମାଣ କରୁ; ତହିଁରେ ଆମ୍ଭମାନଙ୍କର ନାମ ବିଖ୍ୟାତ ହେବ, ପୁଣି, ଆମ୍ଭେମାନେ ସମୁଦାୟ ପୃଥିବୀରେ ଛିନ୍ନଭିନ୍ନ ହେବା ନାହିଁ।”


ସଦାପ୍ରଭୁ ଏହି କଥା କହନ୍ତି, “ଏହି ମନୁଷ୍ୟ ନିଃସନ୍ତାନ, ଏହି ପୁରୁଷର ଆପଣା ଜୀବନ ମଧ୍ୟରେ ଉନ୍ନତି ହେବ ନାହିଁ ବୋଲି ତୁମ୍ଭେମାନେ ଲେଖ; କାରଣ ତାହାର ବଂଶୀୟ କୌଣସି ଲୋକ ଦାଉଦଙ୍କ ସିଂହାସନୋପବିଷ୍ଟ ହୋଇ ଓ ଯିହୁଦାର ଉପରେ ଆଉ କର୍ତ୍ତୃତ୍ୱ କରି ସମୃଦ୍ଧି ହେବ ନାହିଁ।”


ଆଉ ନୋବହ ଯାଇ କନାତ୍‍ ଓ ତାହାର ନଗର ହସ୍ତଗତ କରି ଆପଣା ନାମାନୁସାରେ ତାହାର ନାମ ନୋବହ ରଖିଲା।


‘ତୁମ୍ଭେ ଏଠାରେ କଅଣ କରୁଅଛ? ଓ ଏଠାରେ ତୁମ୍ଭର କିଏ ଅଛି ଯେ, ତୁମ୍ଭେ ଆପଣା ପାଇଁ ଏକ କବର ଖୋଳିଅଛ? ସେ ତ ଉଚ୍ଚସ୍ଥାନରେ ଆପଣା କବର ଖୋଳିଅଛି ଓ ଶୈଳରେ ଆପଣା ନିମନ୍ତେ ବାସସ୍ଥାନ ଖୋଦନ କରିଅଛି!


Swiv nou:

Piblisite


Piblisite