Biblia Todo Logo
Bib sou entènèt

- Piblisite -




2 ଶାମୁୟେଲ 18:28 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

28 ସେତେବେଳେ ଅହୀମାସ୍‍ ଡାକ ପକାଇ ରାଜାଙ୍କୁ କହିଲା, “ସବୁ ମଙ୍ଗଳ।” ତହୁଁ ସେ ରାଜାଙ୍କର ସମ୍ମୁଖରେ ମୁହଁ ମାଡ଼ି ପ୍ରଣାମ କରି କହିଲା, “ସଦାପ୍ରଭୁ ଆପଣଙ୍କ ପରମେଶ୍ୱର ଧନ୍ୟ, ମୋହର ପ୍ରଭୁ ମହାରାଜଙ୍କ ବିରୁଦ୍ଧରେ ଯେଉଁ ମନୁଷ୍ୟମାନେ ହସ୍ତ ଉଠାଇଥିଲେ, ସେମାନଙ୍କୁ ସେ ସମର୍ପଣ କରିଦେଇଅଛନ୍ତି।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

28 ସେତେବେଳେ ଅହୀମାସ୍ ଡାକ ପକାଇ ରାଜାଙ୍କୁ କହିଲା, ସବୁ ମଙ୍ଗଳ। ତହୁଁ ସେ ରାଜାଙ୍କର ସମ୍ମୁଖରେ ମୁହଁ ମାଡ଼ି ପ୍ରଣାମ କରି କହିଲା, ସଦାପ୍ରଭୁ ଆପଣଙ୍କ ପରମେଶ୍ଵର ଧନ୍ୟ, ମୋହର ପ୍ରଭୁ ମହାରାଜଙ୍କ ବିରୁଦ୍ଧରେ ଯେଉଁ ମନୁଷ୍ୟମାନେ ହସ୍ତ ଉଠାଇଥିଲେ, ସେମାନଙ୍କୁ ସେ ସମର୍ପଣ କରି ଦେଇଅଛନ୍ତି।

Gade chapit la Kopi

ଓଡିଆ ବାଇବେଲ

28 ସେତେବେଳେ ଅହୀମାସ୍‍ ଡାକ ପକାଇ ରାଜାଙ୍କୁ କହିଲା, “ସବୁ ମଙ୍ଗଳ।” ତହୁଁ ସେ ରାଜାଙ୍କର ସମ୍ମୁଖରେ ମୁହଁ ମାଡ଼ି ପ୍ରଣାମ କରି କହିଲା, “ସଦାପ୍ରଭୁ ଆପଣଙ୍କ ପରମେଶ୍ୱର ଧନ୍ୟ, ମୋହର ପ୍ରଭୁ ମହାରାଜଙ୍କ ବିରୁଦ୍ଧରେ ଯେଉଁ ମନୁଷ୍ୟମାନେ ହସ୍ତ ଉଠାଇଥିଲେ, ସେମାନଙ୍କୁ ସେ ସମର୍ପଣ କରି ଦେଇଅଛନ୍ତି।”

Gade chapit la Kopi

ପବିତ୍ର ବାଇବଲ

28 ଅହୀମାସ ଉଚ୍ଚସ୍ୱରରେ କହିଲା, “ସବୁ ମଙ୍ଗଳ!” ଅହୀମାସ ରାଜାଙ୍କ ସମ୍ମୁଖରେ ମୁହଁ ମାଡ଼ି ପ୍ରଣାମ କଲା। ଅହୀମାସ କହିଲା, “ସଦାପ୍ରଭୁ ଆପଣଙ୍କ ପରମେଶ୍ୱରଙ୍କର ପ୍ରଶଂସା କରନ୍ତୁ। ମୋର ସଦାପ୍ରଭୁ ସେହିମାନଙ୍କୁ ପରାସ୍ତ କରିଛନ୍ତି, ଯେଉଁମାନେ ରାଜାଙ୍କ ବିରୁଦ୍ଧରେ ଯାଉଥିଲେ।”

Gade chapit la Kopi




2 ଶାମୁୟେଲ 18:28
16 Referans Kwoze  

ତହୁଁ ତକୋୟର ସେହି ସ୍ତ୍ରୀ ରାଜାଙ୍କୁ କଥା କହିବା ବେଳେ ଭୂମିରେ ମୁହଁ ମାଡ଼ି ପ୍ରଣାମ କରି କହିଲା, “ମହାରାଜ, ରକ୍ଷା କରନ୍ତୁ।”


ସର୍ବୋପରିସ୍ଥ ପରମେଶ୍ୱର ଧନ୍ୟ ହେଉନ୍ତୁ, ସେ ତୁମ୍ଭର ଶତ୍ରୁଗଣଙ୍କୁ ତୁମ୍ଭ ହସ୍ତରେ ସମର୍ପଣ କଲେ।” ସେତେବେଳେ (ଅବ୍ରାମ) ସବୁ ଦ୍ରବ୍ୟର ଦଶମାଂଶ ତାଙ୍କୁ ଦେଲେ।


ସଦାପ୍ରଭୁ ଧନ୍ୟ ହେଉନ୍ତୁ, ସେ ଆମ୍ଭମାନଙ୍କୁ ଭକ୍ଷ୍ୟ ସ୍ୱରୂପ ହେବା ପାଇଁ ସେମାନଙ୍କ ଦନ୍ତକୁ ଦେଇ ନାହାନ୍ତି।


ହେ ସଦାପ୍ରଭୋ, ଆମ୍ଭମାନଙ୍କୁ ନୁହେଁ, ଆମ୍ଭମାନଙ୍କୁ ନୁହେଁ, ମାତ୍ର ତୁମ୍ଭ ଦୟା ଓ ତୁମ୍ଭ ସତ୍ୟତା ସକାଶେ ଆପଣା ନାମକୁ ଗୌରବାନ୍ୱିତ କର।


ପୁଣି, ଶତ୍ରୁ ହସ୍ତରେ ତୁମ୍ଭେ ମୋତେ ବନ୍ଦ କରି ନାହଁ; ତୁମ୍ଭେ ପ୍ରଶସ୍ତ ସ୍ଥାନରେ ମୋର ଚରଣ ସ୍ଥାପନ କରିଅଛ।


ତହୁଁ ଚତୁର୍ଥ ଦିନ ସେମାନେ ବରାଖା-ଉପତ୍ୟକାରେ ଏକତ୍ରିତ ହେଲେ; କାରଣ ସେଠାରେ ସେମାନେ ସଦାପ୍ରଭୁଙ୍କର ଧନ୍ୟବାଦ କଲେ; ଏହେତୁ ଆଜି ପର୍ଯ୍ୟନ୍ତ ସେହି ସ୍ଥାନର ନାମ ବରାଖା-ଉପତ୍ୟକା ହୋଇଅଛି।


ଶୁଚି ଲୋକ ପ୍ରତି ତୁମ୍ଭେ ଆପଣାକୁ ଶୁଚି ଦେଖାଇବ ଓ କୁଟିଳ ଲୋକ ପ୍ରତି ତୁମ୍ଭେ ଆପଣାକୁ ଚତୁର ଦେଖାଇବ।


ତୃତୀୟ ଦିନରେ ଶାଉଲଙ୍କ ଛାଉଣି ଭିତରୁ ଜଣେ ଲୋକ ଆପଣା ବସ୍ତ୍ର ଚିରି ଓ ମସ୍ତକରେ ମାଟି ଦେଇ ଆସିଲା; ପୁଣି ସେ ଦାଉଦଙ୍କ ନିକଟରେ ଉପସ୍ଥିତ ହୁଅନ୍ତେ, ଭୂମିରେ ପଡ଼ି ପ୍ରଣାମ କଲା।


ସେତେବେଳେ ଅବୀଶୟ ଦାଉଦଙ୍କୁ କହିଲେ, “ପରମେଶ୍ୱର ଆଜି ଆପଣଙ୍କ ଶତ୍ରୁକୁ ଆପଣଙ୍କ ହସ୍ତରେ ସମର୍ପଣ କରିଅଛନ୍ତି; ଏଣୁ ଏବେ ଏହି ବର୍ଚ୍ଛାରେ ତାହାକୁ ଆଘାତ କରି ଏକାଥରକେ ଭୂମିରେ ବିଦ୍ଧ କରିବାକୁ ମୋତେ ଅନୁମତି ଦେଉନ୍ତୁ, ମୁଁ ତାହାକୁ ଦୁଇ ଥର ଆଘାତ କରିବି ନାହିଁ।”


ତୁମ୍ଭେ ମୋʼ ପ୍ରତି କିପରି ଉତ୍ତମ ବ୍ୟବହାର କରିଅଛ, ତାହା ଆଜି ପ୍ରକାଶ କରିଅଛ; କାରଣ ସଦାପ୍ରଭୁ ମୋତେ ତୁମ୍ଭ ହସ୍ତରେ ଦେଲେ ହେଁ ତୁମ୍ଭେ ମୋତେ ବଧ କଲ ନାହିଁ।


“ମୋହର କର୍ତ୍ତା ଅବ୍ରହାମଙ୍କର ସଦାପ୍ରଭୁ ପରମେଶ୍ୱର ଧନ୍ୟ ହେଉନ୍ତୁ, ଯେହେତୁ ସେ ମୋʼ କର୍ତ୍ତା ପ୍ରତି ଅନୁଗ୍ରହ ଓ ସତ୍ୟାଚରଣ କରିବାରୁ ନିବୃତ୍ତ ହୋଇ ନାହାନ୍ତି; ପୁଣି, ସଦାପ୍ରଭୁ ମୋତେ ମୋʼ କର୍ତ୍ତାର ଜ୍ଞାତିମାନଙ୍କ ଗୃହ ପଥରେ କଢ଼ାଇ ଆଣିଅଛନ୍ତି।”


ପୁଣି, ଯିଥ୍ରୋ କହିଲେ, “ଯେଉଁ ସଦାପ୍ରଭୁ ମିସରୀୟମାନଙ୍କର ଓ ଫାରୋଙ୍କର ହସ୍ତରୁ ତୁମ୍ଭମାନଙ୍କୁ ଉଦ୍ଧାର କରିଅଛନ୍ତି, ଆଉ ମିସରୀୟମାନଙ୍କ ଅଧୀନତାରୁ ଲୋକମାନଙ୍କୁ ଉଦ୍ଧାର କରିଅଛନ୍ତି, ସେ ଧନ୍ୟ।


ଆଜି ଦିନ ସଦାପ୍ରଭୁ ତୁମ୍ଭକୁ ମୋʼ ହସ୍ତରେ ସମର୍ପି ଦେବେ; ଏଣୁ ମୁଁ ତୁମ୍ଭକୁ ଆଘାତ କରି ତୁମ୍ଭଠାରୁ ତୁମ୍ଭ ମସ୍ତକ ଅଲଗା କରିବି; ପୁଣି, ମୁଁ ଆଜି ପଲେଷ୍ଟୀୟମାନଙ୍କ ସୈନ୍ୟଗଣର ଶବ ଆକାଶ-ପକ୍ଷୀଗଣକୁ ଓ ପୃଥିବୀସ୍ଥ ବନ-ପଶୁମାନଙ୍କୁ ଦେବି; ତହିଁରେ ଇସ୍ରାଏଲ ମଧ୍ୟରେ ଏକ ପରମେଶ୍ୱର ଅଛନ୍ତି ବୋଲି ସମୁଦାୟ ଜଗତ ଜାଣିବେ।


ଏଣୁ ଅବୀଗଲ ଦାଉଦଙ୍କୁ ଦେଖନ୍ତେ, ଶୀଘ୍ର ଗର୍ଦ୍ଦଭରୁ ଓହ୍ଲାଇ ଦାଉଦଙ୍କ ସମ୍ମୁଖରେ ମୁହଁ ମାଡ଼ି ପଡ଼ି ଭୂମିଷ୍ଠ ପ୍ରଣାମ କଲା।


Swiv nou:

Piblisite


Piblisite