Biblia Todo Logo
Bib sou entènèt

- Piblisite -




2 ଶାମୁୟେଲ 19:13 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

13 ପୁଣି ତୁମ୍ଭେମାନେ ଅମାସାଙ୍କୁ କୁହ, ‘ତୁମ୍ଭେ କି ଆମ୍ଭର ଅସ୍ଥି ଓ ଆମ୍ଭର ମାଂସ ନୁହଁ? ଯଦି ତୁମ୍ଭେ ଯୋୟାବ ପଦରେ ନିତ୍ୟ ଆମ୍ଭ ସାକ୍ଷାତରେ ସେନାପତି ନ ହୁଅ, ତେବେ ପରମେଶ୍ୱର ଆମ୍ଭକୁ ସେହି ଦଣ୍ଡ, ମଧ୍ୟ ତହିଁରୁ ଅଧିକ ଦେଉନ୍ତୁ।’”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

13 ପୁଣି ତୁମ୍ଭେମାନେ ଅମାସାକୁ କୁହ, ତୁମ୍ଭେ କି ଆମ୍ଭର ଅସ୍ଥି ଓ ଆମ୍ଭର ମାଂସ ନୁହଁ? ଯେବେ ତୁମ୍ଭେ ଯୋୟାବ ପଦରେ ନିତ୍ୟ ଆମ୍ଭ ସାକ୍ଷାତରେ ସେନାପତି ନ ହୁଅ, ତେବେ ପରମେଶ୍ଵର ଆମ୍ଭକୁ ସେହି ଦଣ୍ତ, ମଧ୍ୟ ତହିଁରୁ ଅଧିକ ଦେଉନ୍ତୁ।

Gade chapit la Kopi

ଓଡିଆ ବାଇବେଲ

13 ପୁଣି ତୁମ୍ଭେମାନେ ଅମାସାଙ୍କୁ କୁହ, ‘ତୁମ୍ଭେ କି ଆମ୍ଭର ଅସ୍ଥି ଓ ଆମ୍ଭର ମାଂସ ନୁହଁ ?’ ଯଦି ତୁମ୍ଭେ ଯୋୟାବ ପଦରେ ନିତ୍ୟ ଆମ୍ଭ ସାକ୍ଷାତରେ ସେନାପତି ନ ହୁଅ, ତେବେ ପରମେଶ୍ୱର ଆମ୍ଭକୁ ସେହି ଦଣ୍ଡ, ମଧ୍ୟ ତହିଁରୁ ଅଧିକ ଦେଉନ୍ତୁ।’”

Gade chapit la Kopi

ପବିତ୍ର ବାଇବଲ

13 ପୁଣି ତୁମ୍ଭେ ଯାଅ ଅମାସାକୁ କୁହ, ‘ତୁମ୍ଭେ ହେଉଛ ମୋର ପରିବାର ଅଂଶ ସଦସ୍ୟ, ଯଦି ମୁଁ ଯୋୟାବଙ୍କ ସ୍ଥାନରେ ତୁମ୍ଭକୁ ସେନାପତି ନ କରେ ପରମେଶ୍ୱର ମୋତେ ଦଣ୍ତ ଦେବେ।’”

Gade chapit la Kopi




2 ଶାମୁୟେଲ 19:13
13 Referans Kwoze  

ଆଉ ଅବଶାଲୋମ ଯୋୟାବ ବଦଳରେ ଅମାସାଙ୍କୁ ସୈନ୍ୟ ଉପରେ ନିଯୁକ୍ତ କଲା। ଏହି ଅମାସା ଇସ୍ରାଏଲୀୟ ଯେଥର ନାମକ ଏକ ବ୍ୟକ୍ତିର ପୁତ୍ର, ସେ ବ୍ୟକ୍ତି ଯୋୟାବର ମାତା ସରୁୟାର ଭଗିନୀ, ନାହଶର କନ୍ୟା ଅବୀଗଲ ସହିତ ସହବାସ କରିଥିଲା।


ତହିଁରେ ଈଷେବଲ୍‍ ଏଲୀୟଙ୍କ ନିକଟକୁ ଦୂତ ପଠାଇ ଏହି କଥା କହିଲା, “ପ୍ରାୟ କାଲି ଏହି ସମୟକୁ ଯେବେ ମୁଁ ତୁମ୍ଭ ପ୍ରାଣକୁ ସେମାନଙ୍କ ଜଣକର ପ୍ରାଣ ତୁଲ୍ୟ ନ କରେ, ତେବେ ଦେବତାମାନେ ମୋତେ ସେହି ଦଣ୍ଡ, ମଧ୍ୟ ତହିଁରୁ ଅଧିକ ଦେଉନ୍ତୁ।”


ଆଉ ସରୁୟାର ପୁତ୍ର ଯୋୟାବ ସୈନ୍ୟ ଉପରେ ପ୍ରଧାନ ଥିଲା; ଅହୀଲୂଦର ପୁତ୍ର ଯିହୋଶାଫଟ୍‍ ଇତିହାସ ଲେଖକ ଥିଲା;


ତୁମ୍ଭେ ଯେଉଁଠାରେ ମରିବ, ମୁଁ ମଧ୍ୟ ସେହିଠାରେ ମରିବି ଓ ସେହିଠାରେ ମୋହର କବର ହେବ; କେବଳ ମୃତ୍ୟୁୁ ଛଡ଼ା ଆଉ କିଛି ହିଁ ଯେବେ ତୁମ୍ଭକୁ ଓ ମୋତେ ବିଚ୍ଛେଦ କରଇ, ତେବେ ସଦାପ୍ରଭୁ ସେହି ଦଣ୍ଡ, ମଧ୍ୟ ତହିଁରୁ ଅଧିକ ମୋତେ ଦେଉନ୍ତୁ।”


ସେତେବେଳେ ତିରିଶ ଜଣଙ୍କ ମଧ୍ୟରେ ପ୍ରଧାନ ଅମାସୟ ଉପରେ ଆତ୍ମା ଅଧିଷ୍ଠାନ କରନ୍ତେ, ସେ କହିଲା, “ହେ ଦାଉଦ, ଆମ୍ଭେମାନେ ତୁମ୍ଭର, ହେ ଯିଶୀର ପୁତ୍ର, ଆମ୍ଭେମାନେ ତୁମ୍ଭର ପକ୍ଷ; ତୁମ୍ଭର ମଙ୍ଗଳ ହେଉ, ମଙ୍ଗଳ ହେଉ ଓ ତୁମ୍ଭ ସାହାଯ୍ୟକାରୀମାନଙ୍କର ମଙ୍ଗଳ ହେଉ; କାରଣ ତୁମ୍ଭ ପରମେଶ୍ୱର ତୁମ୍ଭର ସାହାଯ୍ୟ କରନ୍ତି।” ତହୁଁ ଦାଉଦ ସେମାନଙ୍କୁ ଗ୍ରହଣ କରି ସେନାଦଳ ଉପରେ ସେମାନଙ୍କୁ ସେନାପତି କଲେ।


ତହୁଁ ଯୋୟାବ ତାହା ଜଣାଇବା ଲୋକଙ୍କୁ କହିଲା, “ଦେଖ! ତୁମ୍ଭେ ଏହା ଦେଖିଲ, ମାତ୍ର କାହିଁକି ତୁମ୍ଭେ ସେଠାରେ ତାଙ୍କୁ ମାରି ଭୂମିରେ ପକାଇ ନ ଦେଲ? ତାହା କରିଥିଲେ, ମୁଁ ତୁମ୍ଭକୁ ଦଶ ଖଣ୍ଡ ରୂପା ଓ ଏକ କଟିବନ୍ଧନ ଦେଇଥାʼନ୍ତି।”


ତହିଁରେ ଲାବନ କହିଲା, “ତୁମ୍ଭେ ନିତାନ୍ତ ଆମ୍ଭର ଅସ୍ଥି ଓ ମାଂସ ସ୍ୱରୂପ।” ତେଣୁ ଯାକୁବ ତାହାର ଗୃହରେ ମାସେ କାଳ ବାସ କଲା।


ପୁଣି ଅବ୍‍ନର ହିବ୍ରୋଣକୁ ଫେରି ଆସନ୍ତେ, ଯୋୟାବ ତାହା ସଙ୍ଗରେ ନିରୋଳାରେ ଆଳାପ କରିବା ପାଇଁ ତାହାକୁ ନଗରର ଦ୍ୱାର ଭିତରକୁ ନେଇଗଲା, ମାତ୍ର ଆପଣା ଭାଇ ଅସାହେଲର ରକ୍ତପାତ ସକାଶୁ ତାହାର ପେଟରେ ଆଘାତ କରନ୍ତେ, ସେ ମଲା।


ଏଥିଉତ୍ତାରେ ଇସ୍ରାଏଲର ସମସ୍ତ ବଂଶ ହିବ୍ରୋଣକୁ ଦାଉଦଙ୍କ ନିକଟକୁ ଆସି କହିଲେ, “ଦେଖ, ଆମ୍ଭେମାନେ ତୁମ୍ଭର ଅସ୍ଥି ଓ ତୁମ୍ଭର ମାଂସ।


ଏଉତ୍ତାରେ ରାଜା ଅମାସାଙ୍କୁ କହିଲେ, “ତିନି ଦିନ ମଧ୍ୟରେ ଯିହୁଦାର ଲୋକମାନଙ୍କୁ ଡକାଇ ମୋʼ ଠାରେ ଏକତ୍ର କର ଓ ତୁମ୍ଭେ ମଧ୍ୟ ଉପସ୍ଥିତ ହୁଅ।”


Swiv nou:

Piblisite


Piblisite