Biblia Todo Logo
Bib sou entènèt

- Piblisite -




2 ଶାମୁୟେଲ 19:18 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

18 ସେତେବେଳେ ସେମାନେ ରାଜାଙ୍କର ପରିବାରବର୍ଗଙ୍କୁ ପାର କରିବା ପାଇଁ ଓ ତାଙ୍କ ଦୃଷ୍ଟିରେ ଯାହା ଭଲ ଦିଶେ ତାହା କଲେ। ଏଣୁ ରାଜା ଯର୍ଦ୍ଦନ ପାର ହେବା ସମୟରେ ଗେରାର ପୁତ୍ର ଶିମୀୟି ରାଜାଙ୍କ ସମ୍ମୁଖରେ ମୁହଁ ମାଡ଼ି ପଡ଼ିଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

18 ସେତେବେଳେ ରାଜାଙ୍କର ପରିବାରବର୍ଗକୁ ପାର କରିବା ପାଇଁ ଓ ତାଙ୍କ ଦୃଷ୍ଟିରେ ଯାହା ଭଲ ଦିଶେ, ତାହା କରିବା ପାଇଁ ଗୋଟାଏ ଘାଟ-ନୌକା ଅନ୍ୟ ପାରିକି ଯାଉଥାଏ। ଏଣୁ ରାଜା ଯର୍ଦ୍ଦନ ପାର ହେବା ସମୟରେ ଗେରାର ପୁତ୍ର ଶିମୀୟି ରାଜାଙ୍କ ସମ୍ମୁଖରେ ମୁହଁ ମାଡ଼ି ପଡ଼ିଲା।

Gade chapit la Kopi

ଓଡିଆ ବାଇବେଲ

18 ସେତେବେଳେ ସେମାନେ ରାଜାଙ୍କର ପରିବାରବର୍ଗଙ୍କୁ ପାର କରିବା ପାଇଁ ଓ ତାଙ୍କ ଦୃଷ୍ଟିରେ ଯାହା ଭଲ ଦିଶେ ତାହା କଲେ। ଏଣୁ ରାଜା ଯର୍ଦ୍ଦନ ପାର ହେବା ସମୟରେ ଗେରାର ପୁତ୍ର ଶିମୀୟି ରାଜାଙ୍କ ସମ୍ମୁଖରେ ମୁହଁ ମାଡ଼ି ପଡ଼ିଲା।

Gade chapit la Kopi

ପବିତ୍ର ବାଇବଲ

18 ଲୋକମାନେ ଯର୍ଦ୍ଦନ ନଦୀ ପାର ହୋଇ ରାଜାଙ୍କ ପରିବାର ଓ ରାଜାଙ୍କୁ ନଦୀ ପାର କରି ଯିହୁଦାକୁ ଆଣିବାକୁ ଗଲେ। ରାଜା ଯାହା ଇଚ୍ଛା କଲେ ଲୋକମାନେ ତାହା କଲେ। ଯେତେବେଳେ ରାଜା ନଦୀ ପାର ହୋଉଥିଲେ, ସେହି ସମୟରେ ଶିମିୟିର ପୁତ୍ର ଗେରା ରାଜାଙ୍କୁ ସାକ୍ଷାତ କରିବାକୁ ଆସିଲା। ଶିମିୟି ଆସି ରାଜାଙ୍କ ସମ୍ମୁଖରେ ଭୂମିଷ୍ଟ ପ୍ରଣାମ କଲା।

Gade chapit la Kopi




2 ଶାମୁୟେଲ 19:18
10 Referans Kwoze  

ଦେଖ, ଯେଉଁମାନେ ଯିହୁଦୀ ନୁହଁନ୍ତି, କିନ୍ତୁ ମିଥ୍ୟାରେ ଆପଣାମାନଙ୍କୁ ଯିହୁଦୀ ବୋଲି କହନ୍ତି, ଏପରି ଶୟତାନର ଦଳର ଲୋକମାନଙ୍କୁ ଆମ୍ଭେ ଆଣି ତୁମ୍ଭର ଚରଣ ତଳେ ପ୍ରଣାମ କରାଇବୁ, ଆଉ ଆମ୍ଭେ ଯେ ତୁମ୍ଭକୁ ପ୍ରେମ କରିଅଛୁ, ଏହା ସେମାନଙ୍କୁ ଜ୍ଞାତ କରାଇବୁ।


ସଦାପ୍ରଭୁଙ୍କ ଘୃଣାକାରୀମାନେ ତାହାଙ୍କର ବଶତା ସ୍ୱୀକାର କରନ୍ତେ; ମାତ୍ର ସେମାନଙ୍କର ସମୟ ସଦାକାଳ ରହନ୍ତା।


ପରମେଶ୍ୱରଙ୍କୁ କୁହ, “ତୁମ୍ଭ କର୍ମସକଳ କିପରି ଭୟଙ୍କର! ତୁମ୍ଭ ପରାକ୍ରମର ମହତ୍ତ୍ୱ ଦ୍ୱାରା ତୁମ୍ଭ ଶତ୍ରୁଗଣ ଆପେ ତୁମ୍ଭର ବଶୀଭୂତ ହେବେ।


ମୁଁ କʼଣ ପରମେଶ୍ୱରଙ୍କ ନିକଟରେ ତାହା ଲାଗି ପଚାରିବାକୁ ଆଜି ଆରମ୍ଭ କଲି? ତାହା ମୋʼ ଠାରୁ ଦୂର ହେଉ; ମହାରାଜ ଆପଣାର ଏହି ଦାସକୁ ବା ମୋହର ସମସ୍ତ ପିତୃଗୃହକୁ କୌଣସି ଦୋଷ ନ ଦେଉନ୍ତୁ; କାରଣ ଆପଣଙ୍କ ଦାସ ଏସବୁ ବିଷୟରେ ଅଳ୍ପ କି ବହୁତ କିଛି ଜାଣେ ନାହିଁ।


ପୁଣି ତାହା ସଙ୍ଗେ ବିନ୍ୟାମୀନୀୟ ଏକ ସହସ୍ର ଲୋକ ଥିଲେ, ଆଉ ଶାଉଲଙ୍କ ଗୃହର ଦାସ ସୀବଃ ଓ ତାଙ୍କର ପନ୍ଦର ପୁତ୍ର ଓ କୋଡ଼ିଏ ଦାସ ତାଙ୍କ ସଙ୍ଗରେ ଥିଲେ। ସେମାନେ ରାଜାଙ୍କ ସାକ୍ଷାତରେ ଯର୍ଦ୍ଦନରେ ପଶି ପାର ହୋଇଗଲେ।


ଆଉ ଶିମୀୟି ରାଜାଙ୍କୁ କହିଲା, “ମୋʼ ପ୍ରଭୁ, ମୋହର ଅପରାଧ ଗଣନା ନ କରନ୍ତୁ, ଅବା ମୋʼ ପ୍ରଭୁ ମହାରାଜ ଯିରୂଶାଲମରୁ ବାହାରି ଯିବା ଦିନ ଆପଣଙ୍କ ଦାସ ଅବାଧ୍ୟତାପୂର୍ବକ ଯାହା କରିଅଛି, ତାହା ଆପଣ ସ୍ମରଣ ନ କରନ୍ତୁ, ମହାରାଜ ତାହା ଆପଣା ମନକୁ ନ ନେଉନ୍ତୁ।


ଆଉ ଦେଖ, ତୁମ୍ଭ ନିକଟରେ ବିନ୍ୟାମୀନୀୟ ଗେରାର ପୁତ୍ର ବହୁରୀମ ନିବାସୀ ଶିମୀୟି ଅଛି; ମୁଁ ମହନୟିମକୁ ଯିବା ଦିନ ସେ ମୋତେ ଦାରୁଣ ଅଭିଶାପରେ ଅଭିଶାପ ଦେଇଥିଲା, ମାତ୍ର, ସେ ଯର୍ଦ୍ଦନ ନିକଟରେ ମୋତେ ଭେଟିବାକୁ ଆସିଥିଲା ଓ ମୁଁ ସଦାପ୍ରଭୁଙ୍କ ନାମରେ ଶପଥ କରି ତାହାକୁ କହିଥିଲି, ମୁଁ ତୁମ୍ଭକୁ ଖଡ୍ଗରେ ବଧ କରିବି ନାହିଁ।


ତହିଁରେ ଲୋକମାନେ ସୀବଃ ନାମକ ଶାଉଲଙ୍କ ବଂଶର ଏକ ଦାସକୁ ଦାଉଦଙ୍କ ନିକଟକୁ ଡାକନ୍ତେ, ରାଜା ତାହାକୁ ପଚାରିଲେ, “ତୁମ୍ଭେ କି ସୀବଃ?” ତହୁଁ ସେ କହିଲା, “ଆପଣଙ୍କ ଦାସ ସେହି।”


ଆଉ ତୁମ୍ଭେ ଓ ତୁମ୍ଭ ପୁତ୍ରମାନେ ଓ ତୁମ୍ଭ ଦାସମାନେ ତାହା ପାଇଁ ଭୂମିର କୃଷିକର୍ମ କରିବ ଓ ତୁମ୍ଭ କର୍ତ୍ତାର ପୁତ୍ରର ଖାଦ୍ୟ ନିମନ୍ତେ ତହିଁର ଫଳ ଆଣି ଦେବ; ମାତ୍ର ତୁମ୍ଭ କର୍ତ୍ତାର ପୁତ୍ର ମଫୀବୋଶତ୍‍ ନିତ୍ୟ ମୋହର ମେଜରେ ଭୋଜନ କରିବ।” ଏହି ସୀବଃର ପନ୍ଦର ପୁତ୍ର ଓ କୋଡ଼ିଏ ଦାସ ଥିଲେ।


ତହୁଁ ମଫୀବୋଶତ୍‍ ରାଜାଙ୍କୁ କହିଲା, “ହେଉ, ମୋହର ପ୍ରଭୁ ମହାରାଜ ତ କୁଶଳରେ ଆପଣା ଗୃହକୁ ଆସିଲେଣି, ତେବେ ସେ ସବୁ ନେଉ।”


Swiv nou:

Piblisite


Piblisite