Biblia Todo Logo
Bib sou entènèt

- Piblisite -




2 ଶାମୁୟେଲ 19:23 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

23 ତହୁଁ ରାଜା ଶିମୀୟିଙ୍କୁ କହିଲେ, “ତୁମ୍ଭେ ମରିବ ନାହିଁ।” ପୁଣି ରାଜା ତାହା ନିକଟରେ ଶପଥ କଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

23 ତହୁଁ ରାଜା ଶିମୀୟିକି କହିଲେ, ତୁମ୍ଭେ ମରିବ ନାହିଁ। ପୁଣି ରାଜା ତାହା ନିକଟରେ ଶପଥ କଲେ।

Gade chapit la Kopi

ଓଡିଆ ବାଇବେଲ

23 ତହୁଁ ରାଜା ଶିମୀୟିଙ୍କୁ କହିଲେ, “ତୁମ୍ଭେ ମରିବ ନାହିଁ।” ପୁଣି ରାଜା ତାହା ନିକଟରେ ଶପଥ କଲେ।

Gade chapit la Kopi

ପବିତ୍ର ବାଇବଲ

23 ତା'ପରେ ରାଜା ଶିମିୟିକୁ କହିଲେ, “ତୁମ୍ଭେ ମରିବ ନାହିଁ।” ରାଜା ଏହା ଶିମିୟି ନିକଟରେ ଶପଥ କଲେ।

Gade chapit la Kopi




2 ଶାମୁୟେଲ 19:23
9 Referans Kwoze  

ଏଉତ୍ତାରେ ରାଜା ଯିହୋୟାଦାର ପୁତ୍ର ବନାୟକୁ ଆଜ୍ଞା କରନ୍ତେ, ସେ ଯାଇ ତାହାକୁ ଆକ୍ରମଣ କଲା, ତହୁଁ ସେ ମଲା। ଏହିରୂପେ ଶଲୋମନଙ୍କ ହସ୍ତରେ ରାଜ୍ୟ ଦୃଢ଼ ହେଲା।


କାରଣ, ତୁମ୍ଭେ ଯେଉଁ ଦିନ ବାହାରି କିଦ୍ରୋଣ ନଦୀ ପାର ହେବ; ସେହି ଦିନ ତୁମ୍ଭେ ନିତାନ୍ତ ମରିବ, ଏହା ନିଶ୍ଚୟ ଜାଣ; ତୁମ୍ଭ ରକ୍ତପାତର ଅପରାଧ ତୁମ୍ଭ ନିଜ ମସ୍ତକରେ ବର୍ତ୍ତିବ।”


ମନୁଷ୍ୟମାନେ ତ ସେମାନଙ୍କଠାରୁ ମହାନ ନାମରେ ଶପଥ କରିଥାଆନ୍ତି, ଆଉ କଥା ସ୍ଥିର କରିବା ନିମନ୍ତେ ସେମାନଙ୍କର ସମସ୍ତ ବିବାଦର ନିଷ୍ପତ୍ତି ଶପଥ ଦ୍ୱାରା ହୁଏ।


ତହିଁରେ ଦାଉଦ ତାହାକୁ କହିଲେ, “ତୁମ୍ଭେ କʼଣ ଆମ୍ଭକୁ ସେହି ସୈନ୍ୟଦଳ ନିକଟକୁ ନେଇଯିବ?” ତହୁଁ ସେ କହିଲା, “ତୁମ୍ଭେ ଯେ ମୋତେ ବଧ କରିବ ନାହିଁ, ଅବା ମୋହର ମୁନିବ ହସ୍ତରେ ମୋତେ ସମର୍ପଣ କରିବ ନାହିଁ, ଏହା ପରମେଶ୍ୱରଙ୍କ ନାମରେ ଶପଥ କର, ତେବେ ମୁଁ ସେହି ସୈନ୍ୟଦଳ ନିକଟକୁ ତୁମ୍ଭକୁ ନେଇଯିବି।”


ଏଥିରେ ଶାଉଲ ସଦାପ୍ରଭୁଙ୍କ ନାମରେ ଶପଥ କରି ତାହାକୁ କହିଲେ, “ସଦାପ୍ରଭୁ ଜୀବିତ ଥିବା ପ୍ରମାଣେ ଏହି କଥା ସକାଶୁ ତୁମ୍ଭ ପ୍ରତି କୌଣସି ଦଣ୍ଡ ବର୍ତ୍ତିବ ନାହିଁ।”


ଏଉତ୍ତାରେ ଶାଉଲଙ୍କ ପୌତ୍ର ମଫୀବୋଶତ୍‍ ରାଜାଙ୍କୁ ସାକ୍ଷାତ କରିବା ପାଇଁ ଆସିଲା; ଆଉ ରାଜା ପ୍ରସ୍ଥାନ କରିବା ଦିନଠାରୁ କୁଶଳରେ ଗୃହକୁ ଆସିବା ଦିନ ପର୍ଯ୍ୟନ୍ତ ମଫୀବୋଶତ୍‍ ଆପଣା ପାଦ ପରିଷ୍କାର କରି ନ ଥିଲା, କି ଦାଢ଼ି କ୍ଷୌର ହୋଇ ନ ଥିଲା, କିଅବା ଆପଣା ବସ୍ତ୍ର ଧୌତ କରି ନ ଥିଲା।


ମାତ୍ର ଶାଉଲ କହିଲେ, “ଆଜି କୌଣସି ଲୋକର ପ୍ରାଣଦଣ୍ଡ ହେବ ନାହିଁ, କାରଣ ଆଜି ସଦାପ୍ରଭୁ ଇସ୍ରାଏଲ ମଧ୍ୟରେ ଉଦ୍ଧାର ସାଧନ କରିଅଛନ୍ତି।”


ତହିଁରେ ରାଜା କହିଲେ, “ହେ ସରୁୟାର ପୁତ୍ରମାନେ, ତୁମ୍ଭମାନଙ୍କ ସହିତ ମୋʼ ର କʼଣ କରିବାର ଅଛି? ସେ ତ ଅଭିଶାପ ଦେଉଅଛି, ପୁଣି ଦାଉଦଙ୍କୁ ‘ଅଭିଶାପ ଦିଅ’ ବୋଲି ସଦାପ୍ରଭୁ ତାହାକୁ କହିଅଛନ୍ତି? ‘ଏଥିପାଇଁ କିଏ କହିବ, ତୁମ୍ଭେ କାହିଁକି ଏପରି କଲ?’”


Swiv nou:

Piblisite


Piblisite