Biblia Todo Logo
Bib sou entènèt

- Piblisite -




2 ଶାମୁୟେଲ 19:27 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

27 ଆହୁରି ମୋହର ପ୍ରଭୁ ମହାରାଜଙ୍କ ନିକଟରେ ସେ ଆପଣଙ୍କ ଏହି ଦାସର ଅପମାନ କରିଅଛି; ମାତ୍ର ମୋହର ପ୍ରଭୁ ମହାରାଜ ପରମେଶ୍ୱରଙ୍କ ଦୂତ ତୁଲ୍ୟ; ଏଣୁ ଆପଣଙ୍କ ଦୃଷ୍ଟିରେ ଯାହା ଭଲ, ତାହା କରନ୍ତୁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

27 ଆହୁରି ମୋହର ପ୍ରଭୁ ମହାରାଜଙ୍କ ନିକଟରେ ସେ ଆପଣଙ୍କ ଏହି ଦାସର ଅପବାଦ କରିଅଛି; ମାତ୍ର ମୋହର ପ୍ରଭୁ ମହାରାଜ ପରମେଶ୍ଵରଙ୍କ ଦୂତ ତୁଲ୍ୟ; ଏଣୁ ଆପଣଙ୍କ ଦୃଷ୍ଟିରେ ଯାହା ଭଲ, ତାହା କରନ୍ତୁ।

Gade chapit la Kopi

ଓଡିଆ ବାଇବେଲ

27 ଆହୁରି ମୋହର ପ୍ରଭୁ ମହାରାଜଙ୍କ ନିକଟରେ ସେ ଆପଣଙ୍କ ଏହି ଦାସର ଅପମାନ କରିଅଛି; ମାତ୍ର ମୋହର ପ୍ରଭୁ ମହାରାଜ ପରମେଶ୍ୱରଙ୍କ ଦୂତ ତୁଲ୍ୟ; ଏଣୁ ଆପଣଙ୍କ ଦୃଷ୍ଟିରେ ଯାହା ଭଲ, ତାହା କରନ୍ତୁ।

Gade chapit la Kopi

ପବିତ୍ର ବାଇବଲ

27 କିନ୍ତୁ ମୋର ଦାସ ମୋତେ ପ୍ରବଞ୍ଚନା କଲା। ସେ ହିଁ ଆପଣଙ୍କ ପାଖକୁ ଗଲା ଓ ସେ ଆପଣଙ୍କ ଆଗରେ ମୋର ଅପବାଦ କରିଅଛି। କିନ୍ତୁ ହେ ମୋର ପ୍ରଭୁ ଓ ମହାରାଜ, ଆପଣ ହେଉଛନ୍ତି ପରମେଶ୍ୱରଙ୍କର ଜଣେ ଦୂତପରି, ତେଣୁ ଆପଣଙ୍କ ଦୃଷ୍ଟିରେ ଯାହା ଭଲ ତାହା କରନ୍ତୁ।

Gade chapit la Kopi




2 ଶାମୁୟେଲ 19:27
12 Referans Kwoze  

କଥାକୁ ଏପରି ବୁଲାଇ କହିବାକୁ ଆପଣଙ୍କ ଦାସ ଯୋୟାବ ଏହା କରିଅଛନ୍ତି; ଯାହାହେଉ, ମୋର ପ୍ରଭୁ ପୃଥିବୀର ସମସ୍ତ ବିଷୟ ଜାଣିବା ପାଇଁ ପରମେଶ୍ୱରଙ୍କ ଦୂତଙ୍କ ଜ୍ଞାନ ପ୍ରମାଣେ ଜ୍ଞାନବାନ ଅଟନ୍ତି।”


ଆପଣଙ୍କ ଦାସୀ ଆହୁରି କହିଲା, ‘ମୋର ପ୍ରଭୁ ମହାରାଜଙ୍କ ବାକ୍ୟ ଅବଶ୍ୟ ଶାନ୍ତିଦାୟକ ହେବ, କାରଣ ଭଲ ମନ୍ଦ ଶୁଣିବାକୁ ମୋର ପ୍ରଭୁ ମହାରାଜ ପରମେଶ୍ୱରଙ୍କ ଦୂତ ତୁଲ୍ୟ,’ ପୁଣି ସଦାପ୍ରଭୁ ଆପଣଙ୍କ ପରମେଶ୍ୱର ଆପଣଙ୍କ ସଙ୍ଗେ ଥାଉନ୍ତୁ।”


ତେବେ ରାଜା କହିଲେ, “ତୁମ୍ଭ ପ୍ରଭୁର ପୁତ୍ର କାହିଁ?” ତହିଁରେ ସୀବଃ ରାଜାଙ୍କୁ କହିଲା, “ଦେଖନ୍ତୁ, ସେ ଯିରୂଶାଲମରେ ଅଛନ୍ତି, କାରଣ ସେ କହିଲେ, ‘ଇସ୍ରାଏଲ ବଂଶ ଆଜି ଆମ୍ଭ ପୈତୃକ ରାଜ୍ୟ ଆମ୍ଭକୁ ଫେରାଇ ଦେବେ।’”


ଏଥିରେ ଆଖୀଶ୍‍ ଦାଉଦଙ୍କୁ ଉତ୍ତର ଦେଇ କହିଲା, “ମୁଁ ଜାଣେ, ତୁମ୍ଭେ ମୋʼ ଦୃଷ୍ଟିରେ ପରମେଶ୍ୱରଙ୍କ ଦୂତ ପରି ଉତ୍ତମ; ତଥାପି ପଲେଷ୍ଟୀୟ ଅଧିପତିମାନେ କହୁଅଛନ୍ତି, ‘ସେ ଆମ୍ଭମାନଙ୍କ ସଙ୍ଗରେ ଯୁଦ୍ଧକୁ ଯିବ ନାହିଁ।’


ତୁମ୍ଭେମାନେ ପ୍ରତ୍ୟେକେ ଆପଣା ମିତ୍ରଗଣ ବିଷୟରେ ସାବଧାନ ହୁଅ ଓ କୌଣସି ଭ୍ରାତାଠାରେ ବିଶ୍ୱାସ କର ନାହିଁ; କାରଣ ପ୍ରତ୍ୟେକ ଭ୍ରାତା ନିତାନ୍ତ ଅପହରଣ କରିବ ଓ ପ୍ରତ୍ୟେକ ମିତ୍ର ନିନ୍ଦା ଘେନି ବୁଲିବ।


ଯେଉଁ ଜନ ଗୋପନରେ ଆପଣା ପ୍ରତିବାସୀର ଅପବାଦ କରେ, ମୁଁ ତାହାକୁ ବିନାଶ କରିବି; ଯାହାର ଅହଙ୍କାର-ଦୃଷ୍ଟି ଓ ଗର୍ବୀ ଅନ୍ତଃକରଣ, ମୁଁ ତାହାକୁ ସହିବି ନାହିଁ।


ଯେ ଆପଣା ଜିହ୍ୱାରେ ଗ୍ଳାନି କରେ ନାହିଁ, ଅବା ଆପଣା ମିତ୍ରର ଅନିଷ୍ଟ କରେ ନାହିଁ, କିଅବା ଆପଣା ପ୍ରତିବାସୀ ବିରୁଦ୍ଧରେ ନିନ୍ଦା ପ୍ରକଟ କରେ ନାହିଁ।


ତୁମ୍ଭେ ଆପଣା ପ୍ରତିବାସୀ ବିରୁଦ୍ଧରେ ମିଥ୍ୟା ସାକ୍ଷ୍ୟ ଦେବ ନାହିଁ।


ଏଥିରେ ରାଜା ସୀବଃକୁ କହିଲେ, “ଦେଖ, ମଫୀବୋଶତ୍‍ର ସର୍ବସ୍ୱ ତୁମ୍ଭର ହେଲା।” ତହୁଁ ସୀବଃ କହିଲା, “ମୁଁ ପ୍ରଣାମ କରୁଅଛି, ହେ ମୋହର ପ୍ରଭୋ, ମହାରାଜ, ମୁଁ ଆପଣଙ୍କ ଦୃଷ୍ଟିରେ ଯେପରି ଅନୁଗ୍ରହ ପାଏ।”


ପୁଣି ତାହା ସଙ୍ଗେ ବିନ୍ୟାମୀନୀୟ ଏକ ସହସ୍ର ଲୋକ ଥିଲେ, ଆଉ ଶାଉଲଙ୍କ ଗୃହର ଦାସ ସୀବଃ ଓ ତାଙ୍କର ପନ୍ଦର ପୁତ୍ର ଓ କୋଡ଼ିଏ ଦାସ ତାଙ୍କ ସଙ୍ଗରେ ଥିଲେ। ସେମାନେ ରାଜାଙ୍କ ସାକ୍ଷାତରେ ଯର୍ଦ୍ଦନରେ ପଶି ପାର ହୋଇଗଲେ।


ତହିଁରେ ରାଜା ପଚାରିଲେ, “ମୁଁ ଯାହା ପ୍ରତି ପରମେଶ୍ୱରଙ୍କ ଦୟା ପ୍ରକାଶ କରିପାରେ, ଏପରି କେହି କି ଏବେ ଶାଉଲଙ୍କ ବଂଶରେ ଅଛି?” ଏଥିରେ ସୀବଃ ରାଜାଙ୍କୁ କହିଲା, “ଯୋନାଥନର ଏକ ପୁତ୍ର ଏବେ ଅଛି, ତାହାର ପାଦ ଛୋଟା।”


ଏହିରୂପେ, ମଫୀବୋଶତ୍‍ ଯିରୂଶାଲମରେ ବାସ କଲା; ସେ ନିତ୍ୟ ରାଜମେଜରେ ଭୋଜନ କଲା; ଯଦିଓ ତାହାର ଦୁଇ ପାଦ ଛୋଟା ଥିଲା।


Swiv nou:

Piblisite


Piblisite