Biblia Todo Logo
Bib sou entènèt

- Piblisite -




2 ଶାମୁୟେଲ 19:28 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

28 ମୋହର ପ୍ରଭୁ ମହାରାଜଙ୍କ ସାକ୍ଷାତରେ ମୋʼ ପିତୃବଂଶ ସମସ୍ତେ ନିତାନ୍ତ ମୃତ୍ୟୁର ଯୋଗ୍ୟ ଥିଲେ; ତଥାପି ଆପଣ ଆପଣଙ୍କର ଏହି ଦାସକୁ ନିଜ ମେଜରେ ଭୋଜନକାରୀ ଲୋକମାନଙ୍କ ସଙ୍ଗରେ ସ୍ଥାନ ଦେଲେ। ଏହେତୁ ଏବେ ମହାରାଜଙ୍କ ନିକଟରେ ଆଉ କ୍ରନ୍ଦନ କରିବା ପାଇଁ ମୋହର କେଉଁ ଅଧିକାର ଅଛି?”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

28 ମୋହର ପ୍ରଭୁ ମହାରାଜଙ୍କ ସାକ୍ଷାତରେ ମୋʼ ପିତୃବଂଶ ସମସ୍ତେ ନିତା; ମୃତ୍ୟୁଯୋଗ୍ୟ ଥିଲେ; ତଥାପି ଆପଣ ଆପଣଙ୍କର ଏହି ଦାସକୁ ନିଜ ମେଜରେ ଭୋଜନକାରୀ ଲୋକମାନଙ୍କ ସଙ୍ଗରେ ସ୍ଥାନ ଦେଲେ। ଏହେତୁ ଏବେ ମହାରାଜଙ୍କ ନିକଟରେ ଆଉ କ୍ରନ୍ଦନ କରିବା ପାଇଁ ମୋହର କେଉଁ ଅଧିକାର ଅଛି?

Gade chapit la Kopi

ଓଡିଆ ବାଇବେଲ

28 ମୋହର ପ୍ରଭୁ ମହାରାଜଙ୍କ ସାକ୍ଷାତରେ ମୋ’ ପିତୃବଂଶ ସମସ୍ତେ ନିତାନ୍ତ ମୃତ୍ୟୁର ଯୋଗ୍ୟ ଥିଲେ; ତଥାପି ଆପଣ ଆପଣଙ୍କର ଏହି ଦାସକୁ ନିଜ ମେଜରେ ଭୋଜନକାରୀ ଲୋକମାନଙ୍କ ସଙ୍ଗରେ ସ୍ଥାନ ଦେଲେ। ଏହେତୁ ଏବେ ମହାରାଜଙ୍କ ନିକଟରେ ଆଉ କ୍ରନ୍ଦନ କରିବା ପାଇଁ ମୋହର କେଉଁ ଅଧିକାର ଅଛି ?”

Gade chapit la Kopi

ପବିତ୍ର ବାଇବଲ

28 ଆପଣ ମୋର ଜେଜେବାପାଙ୍କର ସମସ୍ତ ପରିବାରକୁ ହତ୍ୟା କରି ପାରିଥା’ନ୍ତେ, କିନ୍ତୁ ଆପଣ ତାହା କଲେ ନାହିଁ। ତଥାପି ଆପଣ ଆପଣଙ୍କର ଏହି ଦାସକୁ ନିଜ ମେଜରେ ଭୋଜନକାରୀ ଲୋକମାନଙ୍କ ସଙ୍ଗରେ ସ୍ଥାନ ଦେଲେ। ଏହି ହେତୁ ଏବେ ମହାରାଜାଙ୍କ ନିକଟରେ ଆଉ ଆପତ୍ତି କରିବା ପାଇଁ ମୋର କେଉଁ ଅଧିକାର ଅଛି?”

Gade chapit la Kopi




2 ଶାମୁୟେଲ 19:28
12 Referans Kwoze  

ଏହିରୂପେ, ମଫୀବୋଶତ୍‍ ଯିରୂଶାଲମରେ ବାସ କଲା; ସେ ନିତ୍ୟ ରାଜମେଜରେ ଭୋଜନ କଲା; ଯଦିଓ ତାହାର ଦୁଇ ପାଦ ଛୋଟା ଥିଲା।


ଆଉ ତୁମ୍ଭେ ଓ ତୁମ୍ଭ ପୁତ୍ରମାନେ ଓ ତୁମ୍ଭ ଦାସମାନେ ତାହା ପାଇଁ ଭୂମିର କୃଷିକର୍ମ କରିବ ଓ ତୁମ୍ଭ କର୍ତ୍ତାର ପୁତ୍ରର ଖାଦ୍ୟ ନିମନ୍ତେ ତହିଁର ଫଳ ଆଣି ଦେବ; ମାତ୍ର ତୁମ୍ଭ କର୍ତ୍ତାର ପୁତ୍ର ମଫୀବୋଶତ୍‍ ନିତ୍ୟ ମୋହର ମେଜରେ ଭୋଜନ କରିବ।” ଏହି ସୀବଃର ପନ୍ଦର ପୁତ୍ର ଓ କୋଡ଼ିଏ ଦାସ ଥିଲେ।


ପୁଣି ସାତ ବର୍ଷ ଶେଷରେ ସେ ସ୍ତ୍ରୀ ପଲେଷ୍ଟୀୟମାନଙ୍କ ଦେଶରୁ ଫେରି ଆସିଲା; ଆଉ ସେ ଆପଣା ଗୃହ ଓ ଆପଣା ଭୂମି ନିମନ୍ତେ ଗୁହାରି କରିବାକୁ ରାଜାଙ୍କ ନିକଟକୁ ଗଲା।


ତୁମ୍ଭେ ଏହି ଯେଉଁ କର୍ମ କଲ, ତାହା ଭଲ ନୁହେଁ। ସଦାପ୍ରଭୁ ଜୀବିତ ଥିବା ପ୍ରମାଣେ ତୁମ୍ଭେମାନେ ପ୍ରାଣଦଣ୍ଡ ଯୋଗ୍ୟ, କାରଣ ତୁମ୍ଭେମାନେ ସଦାପ୍ରଭୁଙ୍କ ଅଭିଷିକ୍ତ ତୁମ୍ଭମାନଙ୍କ ପ୍ରଭୁଙ୍କୁ ଜଗି ରହିଲ ନାହିଁ। ଏବେ ରାଜାଙ୍କ ବର୍ଚ୍ଛା ଓ ତାଙ୍କ ମସ୍ତକ ନିକଟରେ ଥିବା ଜଳପାତ୍ର କାହିଁ, ଦେଖିଲ?”


ତୁମ୍ଭେ ଏହି ଦାସ ପ୍ରତି ଯେଉଁ ସମସ୍ତ ଦୟା ଓ ଯେଉଁ ସମସ୍ତ ବିଶ୍ୱସ୍ତତା ପ୍ରକାଶ କରିଅଛ, ମୁଁ ତହିଁର ଅଳ୍ପ ମଧ୍ୟ ପାଇବାର ଯୋଗ୍ୟ ନୁହେଁ; ଯେହେତୁ ମୁଁ ନିଜର ଯଷ୍ଟି ମାତ୍ର ଘେନି ଏହି ଯର୍ଦ୍ଦନ ପାର ହୋଇଥିଲି, ମାତ୍ର ଏବେ ମୁଁ ଦୁଇ ଦଳ ହୋଇଅଛି।


ତହିଁରେ ରାଜା ତାହାକୁ କହିଲେ, “ତୁମ୍ଭେ ଆପଣା ବିଷୟ ଆଉ କାହିଁକି କହୁଅଛ? ମୁଁ କହୁଅଛି, ତୁମ୍ଭେ ଓ ସୀବଃ ସେହି ଭୂମି ବାଣ୍ଟି ନିଅ।”


ଆପଣଙ୍କ ଦାସୀ ଆହୁରି କହିଲା, ‘ମୋର ପ୍ରଭୁ ମହାରାଜଙ୍କ ବାକ୍ୟ ଅବଶ୍ୟ ଶାନ୍ତିଦାୟକ ହେବ, କାରଣ ଭଲ ମନ୍ଦ ଶୁଣିବାକୁ ମୋର ପ୍ରଭୁ ମହାରାଜ ପରମେଶ୍ୱରଙ୍କ ଦୂତ ତୁଲ୍ୟ,’ ପୁଣି ସଦାପ୍ରଭୁ ଆପଣଙ୍କ ପରମେଶ୍ୱର ଆପଣଙ୍କ ସଙ୍ଗେ ଥାଉନ୍ତୁ।”


କଥାକୁ ଏପରି ବୁଲାଇ କହିବାକୁ ଆପଣଙ୍କ ଦାସ ଯୋୟାବ ଏହା କରିଅଛନ୍ତି; ଯାହାହେଉ, ମୋର ପ୍ରଭୁ ପୃଥିବୀର ସମସ୍ତ ବିଷୟ ଜାଣିବା ପାଇଁ ପରମେଶ୍ୱରଙ୍କ ଦୂତଙ୍କ ଜ୍ଞାନ ପ୍ରମାଣେ ଜ୍ଞାନବାନ ଅଟନ୍ତି।”


ମାତ୍ର ‘ତୁମ୍ଭଠାରେ ଆମ୍ଭର ସନ୍ତୋଷ ନାହିଁ,’ ଯଦି ସେ ଏପରି କହିବେ, ତେବେ ଦେଖ, ମୁଁ ଉପସ୍ଥିତ ଅଛି, ଯାହା ତାହାଙ୍କୁ ଭଲ ଦିଶେ, ତାହା ସେ ମୋʼ ପ୍ରତି କରନ୍ତୁ।”


ତେବେ ରାଜା କହିଲେ, “ତୁମ୍ଭ ପ୍ରଭୁର ପୁତ୍ର କାହିଁ?” ତହିଁରେ ସୀବଃ ରାଜାଙ୍କୁ କହିଲା, “ଦେଖନ୍ତୁ, ସେ ଯିରୂଶାଲମରେ ଅଛନ୍ତି, କାରଣ ସେ କହିଲେ, ‘ଇସ୍ରାଏଲ ବଂଶ ଆଜି ଆମ୍ଭ ପୈତୃକ ରାଜ୍ୟ ଆମ୍ଭକୁ ଫେରାଇ ଦେବେ।’”


Swiv nou:

Piblisite


Piblisite