Biblia Todo Logo
Bib sou entènèt

- Piblisite -




2 ଶାମୁୟେଲ 19:32 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

32 ସେହି ବର୍ସିଲ୍ଲୟ ଅଶୀ ବର୍ଷ ବୟସ୍କ ଅତି ବୃଦ୍ଧ ଲୋକ ଥିଲା; ଆଉ ସେ ଅତି ଧନୀ ଲୋକ ଥିବାରୁ ରାଜା ମହନୟିମରେ ଥିବା ବେଳେ ତାଙ୍କୁ ଖାଦ୍ୟସାମଗ୍ରୀ ଯୋଗାଇଥିଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

32 ସେହି ବର୍ସିଲ୍ଲୟ ଅଶୀ ବର୍ଷ ବୟସ୍କ ଅତି ବୃଦ୍ଧ ଲୋକ ଥିଲା; ଆଉ ସେ ଅତି ବଡ଼ ଲୋକ ଥିବାରୁ ରାଜା ମହନୟିମରେ ଥିବା ବେଳେ ତାଙ୍କୁ ଖାଦ୍ୟସାମଗ୍ରୀ ଯୋଗାଇଥିଲା।

Gade chapit la Kopi

ଓଡିଆ ବାଇବେଲ

32 ସେହି ବର୍ସିଲ୍ଲୟ ଅଶୀ ବର୍ଷ ବୟସ୍କ ଅତି ବୃଦ୍ଧ ଲୋକ ଥିଲା; ଆଉ ସେ ଅତି ଧନୀ ଲୋକ ଥିବାରୁ ରାଜା ମହନୟିମରେ ଥିବା ବେଳେ ତାଙ୍କୁ ଖାଦ୍ୟସାମଗ୍ରୀ ଯୋଗାଇଥିଲା।

Gade chapit la Kopi

ପବିତ୍ର ବାଇବଲ

32 ବର୍ସିଲ୍ଲୟ ଜଣେ ଅତି ବୃଦ୍ଧ ଲୋକ ଥିଲା। ତାଙ୍କୁ ଅଶୀ ବର୍ଷ ବୟସ ହୋଇଥିଲା। ସେ ଅତି ବଡ଼ଲୋକ ଥିବାରୁ ରାଜା ମହନୟିମରେ ଥିବା ବେଳେ ତାହାଙ୍କୁ ଖାଦ୍ୟ ସାମଗ୍ରୀ ସମସ୍ତ ଯୋଗାଉ ଥିଲା।

Gade chapit la Kopi




2 ଶାମୁୟେଲ 19:32
14 Referans Kwoze  

ସେହି ସମୟରେ ମାୟୋନ୍‌ସ୍ଥିତ ଜଣେ ଲୋକ କର୍ମିଲରେ ବ୍ୟବସାୟ କରୁଥିଲା; ସେ ଅତି ବଡ଼ ଲୋକ ଓ ତାହାର ତିନି ସହସ୍ର ମେଷ ଓ ଏକ ସହସ୍ର ଛାଗୀ ଥିଲେ; ପୁଣି, ସେ କର୍ମିଲରେ ଆପଣା ମେଷଲୋମ ଛେଦନ କରୁଥିଲା।


ପକ୍ୱକେଶ ଶୋଭାଜନକ ମୁକୁଟ, ତାହା ଧର୍ମ ପଥରେ ପ୍ରାପ୍ତ ହୁଏ।


ମଧ୍ୟ ତାହାର ସମ୍ପତ୍ତି ସାତ ହଜାର ମେଷ, ତିନି ହଜାର ଉଷ୍ଟ୍ର, ପାଞ୍ଚ ଶହ ହଳ ବଳଦ, ପାଞ୍ଚ ଶହ ଗର୍ଦ୍ଦଭୀ ଓ ଅନେକ ଦାସଦାସୀ ଥିଲେ। ତେଣୁ ସେ ପୂର୍ବଦେଶୀୟ ସମସ୍ତ ଲୋକଙ୍କ ଅପେକ୍ଷା ମହାନ ହୋଇଥିଲା।


ମରଣକାଳରେ ମୋଶାଙ୍କୁ ଏକ ଶହ କୋଡ଼ିଏ ବର୍ଷ ବୟସ ହୋଇଥିଲା; ତାଙ୍କର ଚକ୍ଷୁ ଧନ୍ଦଳା ହୋଇ ନ ଥିଲା କିଅବା ତାଙ୍କର ସ୍ୱାଭାବିକ ବଳ ହ୍ରାସ ପାଇ ନ ଥିଲା।


ଯାକୁବ ମିସର ଦେଶରେ ସତର ବର୍ଷ କାଳ କ୍ଷେପଣ କଲେ, ତାଙ୍କର ପରମାୟୁର ଦିବସ ଶହେ ସତଚାଳିଶ ବର୍ଷ ଥିଲା।


ଅବ୍ରହାମଙ୍କର ଆୟୁର ପରିମାଣ ଶହେ ପଞ୍ଚସ୍ତରି ବର୍ଷ; ସେ ଏତେ ବର୍ଷ ପର୍ଯ୍ୟନ୍ତ ଜୀବିତ ଥିଲେ।


ପୁଣି, ନୋହଙ୍କର ବୟସ ସର୍ବସୁଦ୍ଧା ନଅ ଶହ ପଚାଶ ବର୍ଷ ଥିଲା; ତହୁଁ ସେ ମଲେ।


ମଥୂଶେଲହର ବୟସ ସର୍ବସୁଦ୍ଧା ନଅ ଶହ ଊଣସ୍ତରି ବର୍ଷ ଥିଲା; ତହୁଁ ସେ ମଲା।


ଏହି ପ୍ରକାରେ ଯୋଷେଫ ଶହେ ଦଶ ବର୍ଷ ବୟସରେ ମଲେ; ତହିଁରେ ସେମାନେ ତାଙ୍କର ଶବକୁ ପୂତିଘ୍ନ ଦ୍ରବ୍ୟ ଯୁକ୍ତ କରି ମିସର ଦେଶରେ ଏକ ସିନ୍ଦୁକ ମଧ୍ୟରେ ରଖିଲେ।


ପୁଣି ରାଜା ବର୍ସିଲ୍ଲୟଙ୍କୁ କହିଲେ, “ତୁମ୍ଭେ ମୋʼ ସଙ୍ଗେ ପାର ହୋଇ ଆସ, ମୁଁ ତୁମ୍ଭକୁ ଯିରୂଶାଲମରେ ଆପଣା ସଙ୍ଗେ ପ୍ରତିପାଳନ କରିବି।”


ପୁଣି ମନହେମ୍‍ ଏହି ମୁଦ୍ରା ଇସ୍ରାଏଲ ମଧ୍ୟରୁ ଆଦାୟ କଲେ, ଅର୍ଥାତ୍‍, ଅଶୂରର ରାଜାକୁ ଦେବା ପାଇଁ ସମଗ୍ର ଧନଶାଳୀ ଲୋକଙ୍କର ପ୍ରତିଜଣଠାରୁ ପଚାଶ ଶେକଲ ଲେଖାଏଁ ରୂପା ନେଲେ, ତହିଁରେ ଅଶୂରର ରାଜା ଫେରିଗଲା ଓ ଦେଶର ସେସ୍ଥାନରେ ରହିଲା ନାହିଁ।


ସେହି ପ୍ରକାରେ ଯେ ଦୁଇଟି ପାଇଥିଲା, ସେ ଆଉ ଦୁଇଟି ଲାଭ କଲା।


Swiv nou:

Piblisite


Piblisite