Biblia Todo Logo
Bib sou entènèt

- Piblisite -




2 ଶାମୁୟେଲ 19:35 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

35 ଆଜି ମୁଁ ଅଶୀ ବର୍ଷ ବୟସ୍କ; ମୁଁ କʼଣ ଭଲ ଓ ମନ୍ଦର ପ୍ରଭେଦ କରିପାରେ? ଆପଣଙ୍କ ଦାସ ମୁଁ ଯାହା ଭୋଜନ କି ପାନ କରେ, କʼଣ ତହିଁର ଆସ୍ୱାଦ ପାଇ ପାରେ? ମୁଁ କି ଗାୟକ ଓ ଗାୟିକାମାନଙ୍କ ସ୍ୱର ଆଉ ଶୁଣି ପାରେ? ତେବେ କାହିଁକି ଆପଣଙ୍କ ଦାସ ମୋହର ସ୍ୱାମୀ ମହାରାଜଙ୍କ ପ୍ରତି ଭାର ସ୍ୱରୂପ ହେବ?

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

35 ଆଜି ମୁଁ ଅଶୀ ବର୍ଷ ବୟସ୍କ; ମୁଁ କʼଣ ଭଲ ମନ୍ଦବିଶେଷ ବୁଝି ପାରେ? ଆପଣଙ୍କ ଦାସ ମୁଁ ଯାହା ଭୋଜନ କି ପାନ କରେ, କʼଣ ତହିଁର ଆସ୍ଵାଦ ପାଇ ପାରେ? ମୁଁ କି ଗାୟକ ଓ ଗାୟିକାମାନଙ୍କ ସ୍ଵର ଆଉ ଶୁଣି ପାରେ? ତେବେ କାହିଁକି ଆପଣଙ୍କ ଦାସ ମୋହର ପ୍ରଭୁ ମହାରାଜଙ୍କ ପ୍ରତି ଭାର ସ୍ଵରୂପ ହେବ?

Gade chapit la Kopi

ଓଡିଆ ବାଇବେଲ

35 ଆଜି ମୁଁ ଅଶୀ ବର୍ଷ ବୟସ୍କ; ମୁଁ କ’ଣ ଭଲ ଓ ମନ୍ଦର ପ୍ରଭେଦ କରିପାରେ ? ଆପଣଙ୍କ ଦାସ ମୁଁ ଯାହା ଭୋଜନ କି ପାନ କରେ, କ’ଣ ତହିଁର ଆସ୍ୱାଦ ପାଇ ପାରେ ? ମୁଁ କି ଗାୟକ ଓ ଗାୟିକାମାନଙ୍କ ସ୍ୱର ଆଉ ଶୁଣି ପାରେ ? ତେବେ କାହିଁକି ଆପଣଙ୍କ ଦାସ ମୋହର ସ୍ୱାମୀ ମହାରାଜଙ୍କ ପ୍ରତି ଭାର ସ୍ୱରୂପ ହେବ ?

Gade chapit la Kopi

ପବିତ୍ର ବାଇବଲ

35 ମୁଁ ଅଶୀ ବର୍ଷର ଜଣେ ବୃଦ୍ଧ। ମୁଁ ଭଲମନ୍ଦ ବାରିବା ପାଇଁ ବହୁତ ଦକ୍ଷ। ମୁଁ ଯାହା ଭୋଜନ କି ପାନକରେ କ’ଣ ତହିଁର ସ୍ୱାଦ ଭଲ ଭାବରେ ବାରିପାରେ? ମୁଁ ଗାୟକ କି ଗାୟୀକାମାନଙ୍କର ସ୍ୱର ବାରିପାରେ? ତେବେ କାହିଁକି ଆପଣଙ୍କ ଦାସ ମୋର ପ୍ରଭୁ ମହାରାଜାଙ୍କ ପ୍ରତି ଭାର ସ୍ୱରୂପ ହେବି?

Gade chapit la Kopi




2 ଶାମୁୟେଲ 19:35
15 Referans Kwoze  

ତହିଁରେ ଦାଉଦ ତାହାଙ୍କୁ କହିଲେ, “ଯେବେ ତୁମ୍ଭେ ମୋʼ ସଙ୍ଗେ ଅଗ୍ରସର ହୁଅ, ତେବେ ତୁମ୍ଭେ ମୋʼ ପ୍ରତି ଭାର ସ୍ୱରୂପ ହେବ।


ଏହାଛଡ଼ା ସେମାନଙ୍କର ଦାସଦାସୀ ସାତ ହଜାର ତିନି ଶହ ସଇଁତିରିଶ ଜଣ ଥିଲେ। ଆହୁରି, ସେମାନଙ୍କର ଦୁଇ ଶହ ଗାୟକ ଗାୟିକା ଥିଲେ।


ଆମ୍ଭମାନଙ୍କ ଆୟୁର ପରିମାଣ ସତୁରି ବର୍ଷ, ଅବା ବଳ ସକାଶୁ ଅଶୀ ବର୍ଷ ହୁଏ; ତଥାପି ତହିଁର ବଳ ଓ ପରିଶ୍ରମ ଦୁଃଖ ମାତ୍ର; କାରଣ ତାହା ଶୀଘ୍ର ବହିଯାଏ ଓ ଆମ୍ଭେମାନେ ଉଡ଼ିଯାଉ।


ନବଜାତ ଶିଶୁତୁଲ୍ୟ ପାରମାର୍ଥିକ ଅମିଶ୍ରିତ ଦୁଗ୍ଧ ପାନ କରିବାକୁ ଇଚ୍ଛା କର, ଯେପରି ତଦ୍ୱାରା ପରିତ୍ରାଣାର୍ଥେ ବୃଦ୍ଧି ପାଇପାର।


କିନ୍ତୁ ବୃଦ୍ଧ ଲୋକେ, ଅର୍ଥାତ୍‍, ଯେଉଁମାନେ ଜ୍ଞାନେନ୍ଦ୍ରିୟଗୁଡ଼ିକର ଅଭ୍ୟାସ ଦ୍ୱାରା ଭଲ ମନ୍ଦ ନିରୂପଣ କରିବାକୁ ସକ୍ଷମ, ସେମାନଙ୍କ ନିମନ୍ତେ ଗୁରୁପାକ ଖାଦ୍ୟ ପ୍ରୟୋଜନ।


ମୁଁ ରୂପା ଓ ସୁନା, ପୁଣି ନାନା ରାଜାର ଓ ନାନା ପ୍ରଦେଶର ବିଶେଷ ବିଶେଷ ସମ୍ପତ୍ତି ସଂଗ୍ରହ କଲି; ମୁଁ ଗାୟକ ଓ ଗାୟିକା, ଆଉ ମନୁଷ୍ୟ-ସନ୍ତାନଗଣର ତୁଷ୍ଟିକାରଣୀ ଅନେକ ଉପପତ୍ନୀ ପାଇଲି।


ଯେପରି ରସନା ଖାଦ୍ୟର ଆସ୍ୱାଦ ପାଏ, ସେପରି କର୍ଣ୍ଣ କʼଣ କଥାର ପରୀକ୍ଷା ନ କରେ?


ମୋʼ ଜିହ୍ୱାରେ କʼଣ ଅନ୍ୟାୟ ଅଛି? ମୋହର ରସନେନ୍ଦ୍ରିୟ କʼଣ ଅନିଷ୍ଟ ବିଷୟ ବାରି ନ ପାରେ?


ଏହାଛଡ଼ା ସେମାନଙ୍କର ଦାସଦାସୀ ସାତ ହଜାର ତିନି ଶହ ସଇଁତିରିଶ ଜଣ ଥିଲେ; ଆହୁରି, ସେମାନଙ୍କର ଦୁଇ ଶହ ପଞ୍ଚଚାଳିଶ ଜଣ ଗାୟକ ଗାୟିକା ଥିଲେ।


ଏଥିରେ ରାଜା ଅବଶାଲୋମଙ୍କୁ କହିଲେ, “ନାହିଁ, ମୋହର ପୁତ୍ର, ଆମ୍ଭେ ସମସ୍ତେ ନ ଯାଉ, ଗଲେ ତୁମ୍ଭ ପ୍ରତି ଭାର ସ୍ୱରୂପ ହେବୁ।” ମାତ୍ର ସେ ବହୁତ ବାଧ୍ୟ କଲା; ତଥାପି ରାଜା ଯିବାକୁ ସମ୍ମତ ନ ହୋଇ ତାହାକୁ ଆଶୀର୍ବାଦ କଲେ।


ଆଉ, ଗୋଟିଏ ମେଷଶାବକ ନେବା ନିମନ୍ତେ ଯଦି କୌଣସି ପରିଜନ ଅଳ୍ପ ହେବ, ତେବେ ସେ ଓ ତାହାର ଗୃହ ନିକଟବର୍ତ୍ତୀ ପ୍ରତିବାସୀ, ପ୍ରାଣୀଗଣର ସଂଖ୍ୟାନୁସାରେ ଏକ ମେଷଶାବକ ନେବେ; ତୁମ୍ଭେମାନେ ପ୍ରତ୍ୟେକ ଜଣର ଭୋଜନ ଶକ୍ତି ଅନୁସାରେ ମେଷଶାବକର ଅଟକଳ କରିବ।


ତହିଁରେ ଫାରୋଙ୍କର କନ୍ୟା କହିଲା, “ଯାଅ,” ତହୁଁ ସେ ବାଳିକା ଯାଇ ସେହି ବାଳକର ମାତାକୁ ଡାକି ଆଣିଲା।


ଆପଣଙ୍କ ଦାସ କେବଳ ଯର୍ଦ୍ଦନ ପାର ହୋଇ ମହାରାଜଙ୍କ ସଙ୍ଗେ ଯିବ; ଆଉ ମହାରାଜ ତହିଁ ପାଇଁ କାହିଁକି ମୋତେ ଏପରି ପୁରସ୍କାର ଦେବେ?


Swiv nou:

Piblisite


Piblisite