Biblia Todo Logo
Bib sou entènèt

- Piblisite -




2 ଶାମୁୟେଲ 19:37 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

37 ମୁଁ ଯେପରି ନିଜ ନଗରରେ ମୋର ପିତା ଓ ମୋʼ ମାତାଙ୍କ କବର ନିକଟରେ ମରିବି, ଏଥିପାଇଁ ଆପଣଙ୍କ ଏହି ଦାସକୁ ଫେରି ଯିବାକୁ ଅନୁମତି ଦେଉନ୍ତୁ। ମାତ୍ର ଆପଣଙ୍କ ଦାସ କିମ୍‍ହମ୍‍କୁ ଦେଖନ୍ତୁ; ସେ ମୋହର ପ୍ରଭୁ ମହାରାଜଙ୍କ ସଙ୍ଗେ ପାର ହୋଇଯାଉ, ଆଉ ଆପଣଙ୍କ ଦୃଷ୍ଟିରେ ଯାହା ଭଲ ଦିଶେ, ତାହା ପ୍ରତି ତାହା କରନ୍ତୁ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

37 ମୁଁ ଯେପରି ନିଜ ନଗରରେ ମୋର ପିତା ଓ ମୋʼ ମାତାଙ୍କ କବର ନିକଟରେ ମରିବି, ଏଥିପାଇଁ ଆପଣଙ୍କ ଏହି ଦାସକୁ ଫେରିଯିବାକୁ ଅନୁମତି ଦେଉନ୍ତୁ। ମାତ୍ର ଆପଣଙ୍କ ଦାସ କିମ୍ହମ୍କୁ ଦେଖନ୍ତୁ; ସେ ମୋହର ପ୍ରଭୁ ମହାରାଜଙ୍କ ସଙ୍ଗେ ପାର ହୋଇଯାଉ, ଆଉ ଆପଣଙ୍କ ଦୃଷ୍ଟିରେ ଯାହା ଭଲ ଦିଶେ, ତାହା ପ୍ରତି ତାହା କରନ୍ତୁ।

Gade chapit la Kopi

ଓଡିଆ ବାଇବେଲ

37 ମୁଁ ଯେପରି ନିଜ ନଗରରେ ମୋର ପିତା ଓ ମୋ’ ମାତାଙ୍କ କବର ନିକଟରେ ମରିବି, ଏଥିପାଇଁ ଆପଣଙ୍କ ଏହି ଦାସକୁ ଫେରିଯିବାକୁ ଅନୁମତି ଦେଉନ୍ତୁ। ମାତ୍ର ଆପଣଙ୍କ ଦାସ କିମ୍‍ହମ୍‍କୁ ଦେଖନ୍ତୁ; ସେ ମୋହର ପ୍ରଭୁ ମହାରାଜଙ୍କ ସଙ୍ଗେ ପାର ହୋଇଯାଉ, ଆଉ ଆପଣଙ୍କ ଦୃଷ୍ଟିରେ ଯାହା ଭଲ ଦିଶେ, ତାହା ପ୍ରତି ତାହା କରନ୍ତୁ।”

Gade chapit la Kopi

ପବିତ୍ର ବାଇବଲ

37 ମୋତେ ଦୟାକରି ଅନୁମତି ଦିଅନ୍ତୁ ମୁଁ ଯେମନ୍ତ ନିଜ ନଗରରେ ମୋର ପିତା ଓ ମାତାଙ୍କ କବର ନିକଟରେ ମରିବି। ଏଥିପାଇଁ ଆପଣଙ୍କ ଏହି ଦାସକୁ ଫେରିଯିବାକୁ ଅନୁମତି ଦିଅନ୍ତୁ। ମାତ୍ର ଆପଣଙ୍କ ଦାସ କି‌ମ୍‌ହ‌‌ମ୍‌କୁ ଦେଖନ୍ତୁ, ସେ ମୋହର ସଦାପ୍ରଭୁ ମହାରାଜଙ୍କ ସଙ୍ଗେ ପାର ହୋଇ ଯାଉ, ଆଉ ଆପଣଙ୍କ ଦୃଷ୍ଟିରେ ଯାହା ଭଲ ଦିଶେ, ତାହା ତା’ ପ୍ରତି କରନ୍ତୁ।”

Gade chapit la Kopi




2 ଶାମୁୟେଲ 19:37
15 Referans Kwoze  

ଆଉ, ସେମାନେ କଲ୍‍ଦୀୟମାନଙ୍କ ସକାଶୁ ମିସରରେ ପ୍ରବେଶ କରିବା ନିମନ୍ତେ ପ୍ରସ୍ଥାନ କରି ବେଥଲିହିମ ନିକଟସ୍ଥ ଗେରୁତ୍ତ୍ୱ କିମ୍‍ହମ୍‍ରେ ବାସ କଲେ;


ମାତ୍ର, ଗିଲୀୟଦୀୟ ବର୍ସିଲ୍ଲୟର ପୁତ୍ରମାନଙ୍କ ପ୍ରତି ଦୟା ପ୍ରକାଶ କର, ଆଉ, ତୁମ୍ଭ ମେଜରେ ଭୋଜନକାରୀମାନଙ୍କ ମଧ୍ୟରେ ସେମାନଙ୍କୁ ସ୍ଥାନ ଦିଅ; କାରଣ, ମୁଁ ତୁମ୍ଭ ଭ୍ରାତା ଅବଶାଲୋମଠାରୁ ପଳାଇବା ସମୟରେ ସେମାନେ ସେପରି ମୋʼ ନିକଟକୁ ଆସିଥିଲେ।


ଏହିରୂପେ ରାଜା ପାର ହୋଇ ଗିଲ୍‍ଗଲ୍‍କୁ ଗଲେ ଓ କିମ୍‍ହମ୍‍ ତାଙ୍କ ସଙ୍ଗେ ପାର ହୋଇଗଲା; ପୁଣି ଯିହୁଦାର ସମସ୍ତ ସୈନ୍ୟ, ଏବଂ ଇସ୍ରାଏଲର ଅର୍ଦ୍ଧେକ ସୈନ୍ୟ ମଧ୍ୟ ରାଜାଙ୍କୁ ଘେନି ଆସିଲେ।


ଏହା ଜାଣି, ଯେପର୍ଯ୍ୟନ୍ତ ଏହି ତମ୍ବୁରେ ଥାଏ, ସେପର୍ଯ୍ୟନ୍ତ ତୁମ୍ଭମାନଙ୍କୁ ସ୍ମରଣ କରାଇ ଜାଗ୍ରତ କରାଇବା ବିହିତ ମନେ କରୁଅଛି।


କାରଣ ଏବେ ହେଁ ମୋହର ପ୍ରାଣ ଆହୂତି ପରି ଢଳା ଯାଉଅଛି, ମୋହର ମହାପ୍ରୟାଣର ସମୟ ଉପସ୍ଥିତ।


ମାତ୍ର ଫେରି ଆସିଅଛ, ପୁଣି, ଯେଉଁ ସ୍ଥାନରେ ଅନ୍ନ ଭୋଜନ ନ କର ଓ ଜଳ ପାନ ନ କର, ବୋଲି ସେ ତୁମ୍ଭକୁ କହିଥିଲେ, ‘ସେହି ସ୍ଥାନରେ ତୁମ୍ଭେ ଅନ୍ନ ଭୋଜନ କରିଅଛ ଓ ଜଳ ପାନ କରିଅଛ;’ ଏହେତୁ ତୁମ୍ଭ ଶବ ତୁମ୍ଭ ପିତୃଲୋକମାନଙ୍କ କବରରେ ପ୍ରବିଷ୍ଟ ନୋହିବ।”


ଆଉ ଦେଖ, ଆଜି ମୁଁ ସମଗ୍ର ମର୍ତ୍ତ୍ୟର ମାର୍ଗରେ ଯାଉଅଛି। ତୁମ୍ଭେମାନେ ସମସ୍ତ ଅନ୍ତଃକରଣ ଓ ସମସ୍ତ ବୁଦ୍ଧିରେ ଜ୍ଞାତ ଅଛ ଯେ, ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ତୁମ୍ଭମାନଙ୍କ ବିଷୟରେ ଯେତେ ମଙ୍ଗଳ କଥା କହିଥିଲେ, ତହିଁ ମଧ୍ୟରୁ ଗୋଟିଏ ମାତ୍ର କଥା ବିଫଳ ହୋଇ ନାହିଁ; ତୁମ୍ଭମାନଙ୍କ ପକ୍ଷରେ ସବୁ ସଫଳ ହୋଇଅଛି, ତହିଁରୁ ଗୋଟିଏ କଥା ହିଁ ବିଫଳ ହୋଇ ନାହିଁ।


ଅର୍ଥାତ୍‍, ତାଙ୍କର ପୁତ୍ରମାନେ ତାଙ୍କୁ କିଣାନ ଦେଶକୁ ନେଇ ମକ୍‍ପେଲା କ୍ଷେତ୍ରରେ ମଧ୍ୟବର୍ତ୍ତୀ ଗୁହାରେ କବର ଦେଲେ; ସେହି ଗୁହା ମମ୍ରିର ସମ୍ମୁଖସ୍ଥ କ୍ଷେତ୍ର ସହିତ କବର ସ୍ଥାନାଧିକାର ନିମିତ୍ତ ହିତ୍ତୀୟ ଇଫ୍ରୋଣଠାରୁ ଅବ୍ରହାମଙ୍କ ଦ୍ୱାରା କ୍ରୀତ ହୋଇଥିଲା।


ଆଉ ଇସ୍ରାଏଲ ଯୋଷେଫଙ୍କୁ କହିଲେ, “ଦେଖ, ମୁଁ ମରୁଅଛି; ମାତ୍ର ପରମେଶ୍ୱର ତୁମ୍ଭମାନଙ୍କ ସଙ୍ଗରେ ଥିବେ ଓ ତୁମ୍ଭମାନଙ୍କୁ ପୁନର୍ବାର ପୈତୃକ ଦେଶକୁ ନେଇଯିବେ।


ମାତ୍ର ମୁଁ ଆପଣା ପୂର୍ବପୁରୁଷମାନଙ୍କ ସହିତ ଶୟନ କଲେ, ତୁମ୍ଭେ ମୋତେ ଏହି ମିସର ଦେଶରୁ ଘେନିଯାଇ ସେମାନଙ୍କ କବର ସ୍ଥାନରେ କବରଶାୟୀ କରାଅ।” ତହିଁରେ ଯୋଷେଫ କହିଲେ, “ତୁମ୍ଭ ଆଜ୍ଞା ପ୍ରମାଣେ କରିବି।”


ଆପଣଙ୍କ ଦାସ କେବଳ ଯର୍ଦ୍ଦନ ପାର ହୋଇ ମହାରାଜଙ୍କ ସଙ୍ଗେ ଯିବ; ଆଉ ମହାରାଜ ତହିଁ ପାଇଁ କାହିଁକି ମୋତେ ଏପରି ପୁରସ୍କାର ଦେବେ?


ଏଥିରେ ରାଜା ଉତ୍ତର କଲେ, “କିମ୍‍ହମ୍‍ ମୋʼ ସଙ୍ଗେ ପାର ହୋଇଯିବ, ଯାହା ତୁମ୍ଭକୁ ଭଲ ଦିଶେ, ତାହା ମୁଁ ତାହା ପ୍ରତି କରିବି; ପୁଣି ତୁମ୍ଭେ ମୋʼ ଉପରେ ଯେଉଁ ଭାର ଦେବାକୁ ମନୋନୀତ କରିବ, ତାହା ମୁଁ ତୁମ୍ଭ ନିମନ୍ତେ କରିବି।”


ନାଥନର ପୁତ୍ର ଅସରୀୟ ଦେଶାଧ୍ୟକ୍ଷମାନଙ୍କର ପ୍ରଧାନ ଥିଲା ଓ ନାଥନର ପୁତ୍ର ସାବୁଦ୍‍ ଯାଜକ ଓ ରାଜାଙ୍କ ମିତ୍ର ଥିଲା।


Swiv nou:

Piblisite


Piblisite