Biblia Todo Logo
Bib sou entènèt

- Piblisite -




2 ଶାମୁୟେଲ 2:26 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

26 ତେବେ ଅବ୍‍ନର ଯୋୟାବକୁ ଡାକି କହିଲା, “ଖଡ୍ଗ କʼଣ ସର୍ବଦା ଗ୍ରାସ କରିବ? ଶେଷରେ ତାହା ଯେ ତିକ୍ତ ହେବ, ଏହା କʼଣ ତୁମ୍ଭେ ଜାଣ ନାହିଁ? ତେବେ ତୁମ୍ଭେ ଲୋକମାନଙ୍କୁ ସେମାନଙ୍କ ଭାଇମାନଙ୍କ ପଶ୍ଚାଦ୍‍ଗମନରୁ ଫେରିବା ପାଇଁ କେତେ କାଳ ଆଜ୍ଞା ନ ଦେବ?”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

26 ତେବେ ଅବ୍ନର ଯୋୟାବକୁ ଡାକି କହିଲା, ଖଡ଼୍‍ଗ କʼଣ ସର୍ବଦା ଗ୍ରାସ କରିବ? ଶେଷରେ ତାହା ଯେ ତିକ୍ତ ହେବ, ଏହା କʼଣ ତୁମ୍ଭେ ଜାଣ ନାହିଁ? ତେବେ ତୁମ୍ଭେ ଲୋକମାନଙ୍କୁ ସେମାନଙ୍କ ଭାଇମାନଙ୍କ ପଶ୍ଚାଦ୍ଗମନରୁ ଫେରିବା ପାଇଁ କେତେ କାଳ ଆଜ୍ଞା ନ ଦେବ?

Gade chapit la Kopi

ଓଡିଆ ବାଇବେଲ

26 ତେବେ ଅବ୍‍ନର ଯୋୟାବକୁ ଡାକି କହିଲା, “ଖଡ୍ଗ କ’ଣ ସର୍ବଦା ଗ୍ରାସ କରିବ ? ଶେଷରେ ତାହା ଯେ ତିକ୍ତ ହେବ, ଏହା କ’ଣ ତୁମ୍ଭେ ଜାଣ ନାହିଁ ? ତେବେ ତୁମ୍ଭେ ଲୋକମାନଙ୍କୁ ସେମାନଙ୍କ ଭାଇମାନଙ୍କ ପଶ୍ଚାଦ୍‍ଗମନରୁ ଫେରିବା ପାଇଁ କେତେ କାଳ ଆଜ୍ଞା ନ ଦେବ ?”

Gade chapit la Kopi

ପବିତ୍ର ବାଇବଲ

26 ଅ‌‌ବ୍‌‌ନର ଯୋୟାବକୁ ଡାକି କହିଲେ, “ଆମ୍ଭେ ନିଶ୍ଚିତ ଯୁଦ୍ଧ କରୁଥିବା ଓ ପରସ୍ପରକୁ ଚିରଦିନ ହତ୍ୟା କରୁଥିବା କି? ତୁମ୍ଭେ ନିଶ୍ଚିତରେ ଜାଣ ଯେ, ଏହା ଦୁଃଖଦ ପୂର୍ଣ୍ଣ ଶେଷ ହେବ। ତୁମ୍ଭମାନଙ୍କର ଲୋକମାନଙ୍କୁ କୁହ ସେମାନଙ୍କର ଭାଇମାନଙ୍କ ପଛରେ ନ ଗୋଡ଼ାଇବା ପାଇଁ।”

Gade chapit la Kopi




2 ଶାମୁୟେଲ 2:26
17 Referans Kwoze  

“ତୁମ୍ଭେମାନେ ମିସରରେ ପ୍ରଚାର କର, ମିଗ୍‍ଦୋଲରେ ଘୋଷଣା କର, ଆଉ ନୋଫ ଓ ତଫନ୍‍ହେଷରରେ ଘୋଷଣା କର; ତୁମ୍ଭେମାନେ କୁହ, ତୁମ୍ଭେ ଠିଆ ହୁଅ, ଆପଣାକୁ ପ୍ରସ୍ତୁତ କର, କାରଣ ଖଡ୍ଗ ତୁମ୍ଭ ଚାରିଆଡ଼େ ସବୁ ଗ୍ରାସ କରିଅଛି।


ପରଦିନ ସେମାନେ ପରସ୍ପର ମଧ୍ୟରେ ମରାମରି ହେଉଥିବା ସମୟରେ ସେ ଦେଖା ଦେଇ ସେମାନଙ୍କୁ ମିଳନ କରିବା ଉଦ୍ଦେଶ୍ୟରେ କହିଲେ, ଆହେ, ତୁମ୍ଭେମାନେ ପରସ୍ପର ଭାଇ, କାହିଁକି ଏକ-ଆରେକ ପ୍ରତି ଅନ୍ୟାୟ କରୁଅଛ?


କାରଣ ସେଦିନ ପ୍ରଭୁଙ୍କର, ସୈନ୍ୟାଧିପତି ସଦାପ୍ରଭୁଙ୍କର ପ୍ରତିଶୋଧ ନେବାର ଓ ତାହାଙ୍କ ବିପକ୍ଷମାନଙ୍କୁ ପ୍ରତିଫଳ ଦେବାର ଦିନ ଅଟେ; ଖଡ୍ଗ ଗ୍ରାସ କରି ତୃପ୍ତ ହେବ ଓ ସେମାନଙ୍କର ରକ୍ତ ପାନ କରି ପରିତୃପ୍ତ ହେବ; କାରଣ ଫରାତ୍‍ ନଦୀ ନିକଟସ୍ଥ ଉତ୍ତର ଦେଶରେ ପ୍ରଭୁଙ୍କର ସୈନ୍ୟାଧିପତି ସଦାପ୍ରଭୁଙ୍କର ଏକ ଯଜ୍ଞ ଅଛି।


ପୁଣି, ସେମାନଙ୍କର ନିଜ ମନ୍ତ୍ରଣା ସକାଶୁ ସେମାନଙ୍କ ନଗରସକଳର ଉପରେ ଖଡ୍ଗ ପଡ଼ିବ, ତାହାର ଅର୍ଗଳ ସକଳକୁ ସଂହାର କରିବ ଓ ସେମାନଙ୍କୁ ଗ୍ରାସ କରିବ।


ଧ୍ୱଂସକାରୀମାନେ ପ୍ରାନ୍ତରସ୍ଥ ବୃକ୍ଷଶୂନ୍ୟ ଗିରିସକଳର ଉପରକୁ ଆସିଅଛନ୍ତି; କାରଣ ସଦାପ୍ରଭୁଙ୍କ ଖଡ୍ଗ ଦେଶର ଏକ ସୀମାରୁ ଅନ୍ୟ ସୀମା ପର୍ଯ୍ୟନ୍ତ ଗ୍ରାସ କରୁଅଛି; କୌଣସି ପ୍ରାଣୀର ଶାନ୍ତି ନାହିଁ।


ମୁଁ କେତେ କାଳ ପତାକା ଦେଖିବି ଓ ତୂରୀର ଶବ୍ଦ ଶୁଣିବି?


ଆମ୍ଭେ ବ୍ୟର୍ଥରେ ତୁମ୍ଭ ସନ୍ତାନଗଣକୁ ଆଘାତ କରିଅଛୁ; ସେମାନେ ଶାସ୍ତି ଗ୍ରାହ୍ୟ କଲେ ନାହିଁ; ତୁମ୍ଭମାନଙ୍କର ନିଜ ଖଡ୍ଗ, ବିନାଶକ ସିଂହ ତୁଲ୍ୟ ତୁମ୍ଭମାନଙ୍କର ଭବିଷ୍ୟଦ୍‍ବକ୍ତାଗଣଙ୍କୁ ଗ୍ରାସ କରିଅଛି।


ମାତ୍ର ଯଦି ତୁମ୍ଭେମାନେ ଅସମ୍ମତ ଓ ବିରୁଦ୍ଧାଚାରୀ ହେବ, ତେବେ ଖଡ୍ଗଭୁକ୍ତ ହେବ; କାରଣ ସଦାପ୍ରଭୁଙ୍କ ମୁଖ ଏହା କହିଅଛି।”


କଳିର ଆରମ୍ଭ କେହି ବନ୍ଧ କାଟି ଜଳ ଛାଡ଼ିଦେବା ପରି; ଏଣୁ କନ୍ଦଳ ହେବା ପୂର୍ବେ ବିବାଦ ଛାଡ଼।


ହେ ମନୁଷ୍ୟ-ସନ୍ତାନଗଣ, କେତେ କାଳ ମୋହର ଗୌରବ ଅପମାନରେ ପରିଣତ ହେବ? କେତେ କାଳ ତୁମ୍ଭେମାନେ ଅସାରତାକୁ ସ୍ନେହ କରିବ ଓ ମିଥ୍ୟାର ଅନ୍ୱେଷଣ କରିବ? [ସେଲା]


“ତୁମ୍ଭେମାନେ କେତେ କାଳ ମୋʼ ପ୍ରାଣକୁ ବିରକ୍ତ କରିବ ଓ କଥାରେ ମୋତେ ଖଣ୍ଡ ଖଣ୍ଡ କରି ଭାଙ୍ଗିବ?


“ବିବେଚନା କର, ତହିଁ ଉତ୍ତାରେ ଆମ୍ଭେମାନେ କହିବା।


ସେତେବେଳେ ଦାଉଦ ସେହି ଦୂତକୁ କହିଲେ, “ତୁମ୍ଭେ ଯୋୟାବକୁ ଏପରି କହିବ, ‘ଏଥିରେ ତୁମ୍ଭେ ଦୁଃଖିତ ହୁଅ ନାହିଁ, କାରଣ ଖଡ୍ଗ ଯେପରି ଏକକୁ, ସେପରି ଅନ୍ୟକୁ ଗ୍ରାସ କରେ; ତୁମ୍ଭେ ନଗର ପ୍ରତିକୂଳରେ ଆହୁରି ଦୃଢ଼ ଯୁଦ୍ଧ କରି ତାହା ଉଚ୍ଛିନ୍ନ କର,’ ଏହିରୂପେ ତୁମ୍ଭେ ତାହାକୁ ସାହସିକ କର।”


ତହୁଁ ସେମାନେ ପ୍ରତ୍ୟେକେ ଆପଣା ଆପଣା ସହଯୋଦ୍ଧାର ମସ୍ତକ ଧରି ଏକଆରେକ ବକ୍ଷରେ ଖଡ୍ଗ ଭୁସିଲେ; ତହୁଁ ସେମାନେ ସମସ୍ତେ ଏକତ୍ର ମଲେ; ଏହେତୁ ଗିବୀୟୋନ୍‍-ମଧ୍ୟବର୍ତ୍ତୀ ସେହି ସ୍ଥାନର ନାମ ହିଲ୍‍କତ୍‍ ହତ୍‍ସୂରୀମ୍‍ ହେଲା।


ଏଥିରେ ଅବ୍‍ନର ଯୋୟାବକୁ କହିଲା, “ଯୁବାମାନଙ୍କୁ ଆମ୍ଭମାନଙ୍କ ସମ୍ମୁଖରେ ଉଠି ଖେଳିବା ପାଇଁ କହନ୍ତୁ।” ତହୁଁ ଯୋୟାବ କହିଲା, “ଉଠନ୍ତୁ।”


ଏଥିମଧ୍ୟରେ ବିନ୍ୟାମୀନ୍-ସନ୍ତାନଗଣ ଅବ୍‍ନରର ପଶ୍ଚାତ୍‍ ମିଳି ଏକ ଦଳ ହୋଇ ଗୋଟିଏ ପର୍ବତ ଶୃଙ୍ଗରେ ଠିଆ ହେଲେ।


ଏଥିରେ ଯୋୟାବ କହିଲା, “ପରମେଶ୍ୱର ଜୀବିତ ଥିବା ପ୍ରମାଣେ (କହୁ), ତୁମ୍ଭେ କହି ନ ଥିଲେ ତ ମୋର ସୈନିକମାନେ ନିଶ୍ଚୟ ସକାଳ ପର୍ଯ୍ୟନ୍ତ ପ୍ରତ୍ୟେକେ ଆପଣା ଭାଇ ପଛରେ ଗୋଡ଼ାଇ ଥାʼନ୍ତେ।”


Swiv nou:

Piblisite


Piblisite