Biblia Todo Logo
Bib sou entènèt

- Piblisite -




2 ଶାମୁୟେଲ 2:27 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

27 ଏଥିରେ ଯୋୟାବ କହିଲା, “ପରମେଶ୍ୱର ଜୀବିତ ଥିବା ପ୍ରମାଣେ (କହୁ), ତୁମ୍ଭେ କହି ନ ଥିଲେ ତ ମୋର ସୈନିକମାନେ ନିଶ୍ଚୟ ସକାଳ ପର୍ଯ୍ୟନ୍ତ ପ୍ରତ୍ୟେକେ ଆପଣା ଭାଇ ପଛରେ ଗୋଡ଼ାଇ ଥାʼନ୍ତେ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

27 ଏଥିରେ ଯୋୟାବ କହିଲା, ପରମେଶ୍ଵର ଜୀବିତ ଥିବା ପ୍ରମାଣେ (କହୁ), ତୁମ୍ଭେ କହି ନ ଥିଲେ ତ ଲୋକମାନେ ନିଶ୍ଚୟ ସକାଳୁ ବାହାରି ଯାଇଥାʼନ୍ତେ ଓ ପ୍ରତ୍ୟେକେ ଆପଣା ଭାଇ ପଛରେ ଗୋଡ଼ାଇ ନ ଥାʼନ୍ତେ।

Gade chapit la Kopi

ଓଡିଆ ବାଇବେଲ

27 ଏଥିରେ ଯୋୟାବ କହିଲା, “ପରମେଶ୍ୱର ଜୀବିତ ଥିବା ପ୍ରମାଣେ (କହୁ), ତୁମ୍ଭେ କହି ନ ଥିଲେ ତ ମୋର ସୈନିକମାନେ ନିଶ୍ଚୟ ସକାଳ ପର୍ଯ୍ୟନ୍ତ ପ୍ରତ୍ୟେକେ ଆପଣା ଭାଇ ପଛରେ ଗୋଡ଼ାଇ ଥା’ନ୍ତେ।”

Gade chapit la Kopi

ପବିତ୍ର ବାଇବଲ

27 ତା'ପରେ ଯୋୟାବ କହିଲା, “ତୁମ୍ଭେ ଗୋଟିଏ ଭଲ କଥା କହିଲ, ପରମେଶ୍ୱର ଜୀବିତ ଥିବା ପ୍ରମାଣେ, ଯଦି ତୁମ୍ଭେ ଏହିପରି କହି ନ ଥା’ନ୍ତ, ଲୋକମାନେ ସେମାନଙ୍କର ନିଜର ଭାଇମାନଙ୍କ ପଛରେ ପ୍ରଭାତ ପର୍ଯ୍ୟନ୍ତ ଗୋଡ଼ାଉ ଥା’ନ୍ତେ।”

Gade chapit la Kopi




2 ଶାମୁୟେଲ 2:27
11 Referans Kwoze  

କଳିର ଆରମ୍ଭ କେହି ବନ୍ଧ କାଟି ଜଳ ଛାଡ଼ିଦେବା ପରି; ଏଣୁ କନ୍ଦଳ ହେବା ପୂର୍ବେ ବିବାଦ ଛାଡ଼।


ଏଥିରେ ଅବ୍‍ନର ଯୋୟାବକୁ କହିଲା, “ଯୁବାମାନଙ୍କୁ ଆମ୍ଭମାନଙ୍କ ସମ୍ମୁଖରେ ଉଠି ଖେଳିବା ପାଇଁ କହନ୍ତୁ।” ତହୁଁ ଯୋୟାବ କହିଲା, “ଉଠନ୍ତୁ।”


ପୁଣି, ତୁମ୍ଭେ କହିଲ, “ଆମ୍ଭେ ସଦାକାଳ କର୍ତ୍ତୃତ୍ୱକାରିଣୀ ହୋଇ ରହିବା;” ଏହେତୁ ତୁମ୍ଭେ ଏହିସବୁ ବିଷୟରେ ମନୋଯୋଗ କଲ ନାହିଁ, କିଅବା ତହିଁର ଶେଷ ଫଳ ସ୍ମରଣ କଲ ନାହିଁ।


ବିବାଦ କରିବାକୁ ହଠାତ୍‍ ବାହାରକୁ ଯାଅ ନାହିଁ, ଗଲେ ତହିଁର ଶେଷରେ ତୁମ୍ଭ ପ୍ରତିବାସୀ ତୁମ୍ଭକୁ ଲଜ୍ଜିତ କଲା ଉତ୍ତାରେ ତୁମ୍ଭେ କଅଣ କରିବ?


ମନ୍ତ୍ରଣା ଦ୍ୱାରା ପ୍ରତ୍ୟେକ ସଂକଳ୍ପ ସ୍ଥିର ହୁଏ; ପୁଣି, ତୁମ୍ଭେ ଭଲ ପରାମର୍ଶ ଘେନି ଯୁଦ୍ଧ କର।


କୋମଳ ଉତ୍ତର କ୍ରୋଧକୁ ଦମନ କରେ; ମାତ୍ର କଟୁ ବାକ୍ୟ କୋପ ଜନ୍ମାଏ।


“ପରମେଶ୍ୱର, ଯେ ମୋହର ସ୍ୱତ୍ୱ ହରଣ କରିଅଛନ୍ତି; ସର୍ବଶକ୍ତିମାନ, ଯେ ମୋହର ପ୍ରାଣକୁ ତିକ୍ତ କରିଅଛନ୍ତି;


ହେ ମୋହର ପ୍ରଭୋ, ସଦାପ୍ରଭୁ ତ ଆପଣଙ୍କୁ ରକ୍ତପାତ ଦୋଷରୁ ଓ ଆପଣଙ୍କ ନିଜ ହସ୍ତରେ ଆତ୍ମ-ପ୍ରତିକାର କରିବାରୁ ବାରଣ କଲେ, ଏହେତୁ ସଦାପ୍ରଭୁ ଜୀବିତ ଥିବା ପ୍ରମାଣେ ଓ ଆପଣ ଜୀବିତ ଥିବା ପ୍ରମାଣେ ଆପଣଙ୍କ ଶତ୍ରୁମାନେ ଓ ମୋର ପ୍ରଭୁଙ୍କ ଅମଙ୍ଗଳ ଅନ୍ୱେଷଣକାରୀମାନେ ନାବଲ ପରି ହେଉନ୍ତୁ।


ତେବେ ଅବ୍‍ନର ଯୋୟାବକୁ ଡାକି କହିଲା, “ଖଡ୍ଗ କʼଣ ସର୍ବଦା ଗ୍ରାସ କରିବ? ଶେଷରେ ତାହା ଯେ ତିକ୍ତ ହେବ, ଏହା କʼଣ ତୁମ୍ଭେ ଜାଣ ନାହିଁ? ତେବେ ତୁମ୍ଭେ ଲୋକମାନଙ୍କୁ ସେମାନଙ୍କ ଭାଇମାନଙ୍କ ପଶ୍ଚାଦ୍‍ଗମନରୁ ଫେରିବା ପାଇଁ କେତେ କାଳ ଆଜ୍ଞା ନ ଦେବ?”


ତହୁଁ ଯୋୟାବ ତୂରୀ ବଜାନ୍ତେ, ସମସ୍ତ ଲୋକ ଅଟକି ରହିଲେ ଓ ଇସ୍ରାଏଲ ପଛରେ ଆଉ ଗୋଡ଼ାଇଲେ ନାହିଁ, କି ଆଉ ଯୁଦ୍ଧ କଲେ ନାହିଁ।


Swiv nou:

Piblisite


Piblisite