Biblia Todo Logo
Bib sou entènèt

- Piblisite -




2 ଶାମୁୟେଲ 2:32 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

32 ଏଉତ୍ତାରେ ସେମାନେ ଅସାହେଲକୁ ଉଠାଇ ନେଇ ବେଥଲିହିମସ୍ଥିତ ତାହାର ପିତାର କବରରେ କବର ଦେଲେ। ପୁଣି ଯୋୟାବ ଓ ତାହାର ଲୋକମାନେ ସାରାରାତ୍ରି ଯାତ୍ରା କଲେ ଓ ହିବ୍ରୋଣ ନିକଟରେ ସେମାନେ ସକାଳ ପହଞ୍ଚିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

32 ଏଉତ୍ତାରେ ସେମାନେ ଅସାହେଲକୁ ଉଠାଇ ନେଇ ବୈଥ୍‌ଲେହମ୍‍ସ୍ଥିତ ତାହାର ପିତାର କବରରେ କବର ଦେଲେ। ପୁଣି ଯୋୟାବ ଓ ତାହାର ଲୋକମାନେ ରାତ୍ରିଯାକ ଗମନ କଲେ ଓ ହିବ୍ରୋଣ ନିକଟରେ ସେମାନଙ୍କୁ ସକାଳ ହେଲା।

Gade chapit la Kopi

ଓଡିଆ ବାଇବେଲ

32 ଏଉତ୍ତାରେ ସେମାନେ ଅସାହେଲକୁ ଉଠାଇ ନେଇ ବେଥଲିହିମସ୍ଥିତ ତାହାର ପିତାର କବରରେ କବର ଦେଲେ। ପୁଣି ଯୋୟାବ ଓ ତାହାର ଲୋକମାନେ ସାରାରାତ୍ରି ଯାତ୍ରା କଲେ ଓ ହିବ୍ରୋଣ ନିକଟରେ ସେମାନେ ସକାଳ ପହଞ୍ଚିଲେ।

Gade chapit la Kopi

ପବିତ୍ର ବାଇବଲ

32 ଦାଉଦର ସୈନ୍ୟମାନେ ଅସାହେ‌ଲ୍‌ର ଶରୀରକୁ ଆଣି ବୈ‌ଥ୍‌ଲେହମ ସ୍ଥିତ ତା'ର ପିତାଙ୍କର କବରରେ କବର ଦେଲେ। ପୁଣି ଯୋୟାବ ଓ ତା'ର ଲୋକମାନେ ରାତ୍ରିସାରା ପଦଗ୍ଭରଣ କରି ବୁଲିଲେ। ଏବଂ ସକାଳ ହେଲା ବେଳକୁ ସେମାନେ ହିବ୍ରୋଣ ନିକଟରେ ପହଞ୍ଚି ଯାଇଥିଲେ।

Gade chapit la Kopi




2 ଶାମୁୟେଲ 2:32
10 Referans Kwoze  

ତୁମ୍ଭେ କି କୌଣସି ଲୋକକୁ ଆପଣା ବ୍ୟବସାୟରେ ତତ୍ପର ଦେଖୁଅଛ? ସେ ରାଜାମାନଙ୍କ ସମ୍ମୁଖରେ ଠିଆ ହେବ। ସେ ନୀଚ ଲୋକଙ୍କ ଆଗରେ ଠିଆ ହେବ ନାହିଁ।


ଏଥିଉତ୍ତାରେ ଯିହୋଶାଫଟ୍‍ ମୃତ୍ୟୁବରଣ କଲେ ଓ ଦାଉଦ-ନଗରରେ ଆପଣା ପିତୃଲୋକଙ୍କ ସଙ୍ଗେ କବର ପାଇଲେ; ତହୁଁ ତାଙ୍କର ପୁତ୍ର ଯିହୋରାମ୍‍ ତାଙ୍କର ପଦରେ ରାଜ୍ୟ କଲେ।


ଆଉ ସେ ଦାଉଦ-ନଗରରେ ଆପଣା ପାଇଁ ଯେଉଁ କବର ଖୋଳିଥିଲେ, ତାଙ୍କର ସେହି କବରରେ ଲୋକମାନେ ତାଙ୍କୁ କବର ଦେଲେ ଓ ଗନ୍ଧବଣିକର ପ୍ରକ୍ରିୟାରେ ପ୍ରସ୍ତୁତ ନାନା ପ୍ରକାର ସୁଗନ୍ଧି ଦ୍ରବ୍ୟରେ ପୂର୍ଣ୍ଣ ଶଯ୍ୟାରେ ତାଙ୍କୁ ଶୁଆଇଲେ ଓ ତାଙ୍କ ନିମନ୍ତେ ସେମାନେ ଅତି ବଡ଼ ଦାହ କଲେ।


ଏଥିଉତ୍ତାରେ ଇସ୍ରାଏଲର ସମସ୍ତ ବଂଶ ହିବ୍ରୋଣକୁ ଦାଉଦଙ୍କ ନିକଟକୁ ଆସି କହିଲେ, “ଦେଖ, ଆମ୍ଭେମାନେ ତୁମ୍ଭର ଅସ୍ଥି ଓ ତୁମ୍ଭର ମାଂସ।


ତହୁଁ ଶାଉଲ ତାଙ୍କୁ ପଚାରିଲେ, “ହେ ଯୁବକ, ତୁମ୍ଭେ କାହାର ପୁଅ?” ଦାଉଦ ଉତ୍ତର ଦେଲେ, “ମୁଁ ଆପଣଙ୍କ ଦାସ ବେଥଲିହିମୀୟ ଯିଶୀର ପୁଅ।”


ଇସ୍ରାଏଲଙ୍କର ମରଣ ଦିନ ସନ୍ନିକଟ ହେବାରୁ ସେ ଆପଣା ପୁତ୍ର ଯୋଷେଫଙ୍କୁ ଡକାଇ କହିଲେ, “ମୁଁ ଯଦି ତୁମ୍ଭ ସାକ୍ଷାତରେ ଅନୁଗ୍ରହ ପାଇଲି, ତେବେ ବିନୟ କରୁଅଛି, ତୁମ୍ଭେ ମୋʼ ଜଙ୍ଘରେ ହସ୍ତ ଦିଅ; ପୁଣି, ମୋʼ ପ୍ରତି ଦୟା ଓ ସତ୍ୟ ବ୍ୟବହାର କରି ଏହି ମିସର ଦେଶରେ ମୋତେ କବର ଦିଅ ନାହିଁ।


ମାତ୍ର ମୁଁ ଆପଣା ପୂର୍ବପୁରୁଷମାନଙ୍କ ସହିତ ଶୟନ କଲେ, ତୁମ୍ଭେ ମୋତେ ଏହି ମିସର ଦେଶରୁ ଘେନିଯାଇ ସେମାନଙ୍କ କବର ସ୍ଥାନରେ କବରଶାୟୀ କରାଅ।” ତହିଁରେ ଯୋଷେଫ କହିଲେ, “ତୁମ୍ଭ ଆଜ୍ଞା ପ୍ରମାଣେ କରିବି।”


ଏଥିଉତ୍ତାରେ ଯୋୟାଶ୍‍ର ପୁତ୍ର ଗିଦିୟୋନ୍‍ ଉତ୍ତମ ବୃଦ୍ଧାବସ୍ଥାରେ ମଲେ, ପୁଣି ଅବୀୟେଷ୍ରୀୟମାନଙ୍କ ଅଫ୍ରାରେ ତାଙ୍କ ପିତା ଯୋୟାଶ୍‍ର କବରରେ କବର ପାଇଲେ।


ମାତ୍ର ଦାଉଦଙ୍କର ଦାସମାନେ ଆଘାତ କରିବାରୁ ବିନ୍ୟାମୀନ୍‍ର ଓ ଅବ୍‍ନରର ଲୋକମାନଙ୍କ ମଧ୍ୟରୁ ତିନି ଶହ ଷାଠିଏ ଲୋକ ମରିଥିଲେ।


Swiv nou:

Piblisite


Piblisite