Biblia Todo Logo
Bib sou entènèt

- Piblisite -




2 ଶାମୁୟେଲ 2:4 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 ତହୁଁ ଯିହୁଦାର ଲୋକମାନେ ଆସି ସେହି ସ୍ଥାନରେ ଦାଉଦଙ୍କୁ ଯିହୁଦା ବଂଶ ଉପରେ ରାଜାଭିଷିକ୍ତ କଲେ। ଏଉତ୍ତାରେ ଯେବେ ଲୋକମାନେ ଯାବେଶ-ଗିଲୀୟଦୀୟମାନେ ଶାଉଲଙ୍କୁ କବର ଦେଲେ ବୋଲି ଦାଉଦଙ୍କୁ ଜଣାଇଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

4 ତହୁଁ ଯିହୁଦାର ଲୋକମାନେ ଆସି ସେହି ସ୍ଥାନରେ ଦାଉଦଙ୍କୁ ଯିହୁଦା ବଂଶ ଉପରେ ରାଜାଭିଷିକ୍ତ କଲେ। ଏଉତ୍ତାରେ ଯାବେଶ୍-ଗିଲୀୟଦୀୟମାନେ ଶାଉଲଙ୍କୁ କବର ଦେଲେ ବୋଲି ଲୋକମାନେ ଦାଉଦଙ୍କୁ ଜଣାଇଲେ।

Gade chapit la Kopi

ଓଡିଆ ବାଇବେଲ

4 ତହୁଁ ଯିହୁଦାର ଲୋକମାନେ ଆସି ସେହି ସ୍ଥାନରେ ଦାଉଦଙ୍କୁ ଯିହୁଦା ବଂଶ ଉପରେ ରାଜାଭିଷିକ୍ତ କଲେ। ଏଉତ୍ତାରେ ଗିଲୀୟଦ ଅଞ୍ଚଳର ଯାବେଶ୍‍ ନଗରର ଲୋକମାନେ ଶାଉଲଙ୍କୁ କବର ଦେଲେ ବୋଲି ଲୋକମାନେ ଦାଉଦଙ୍କୁ ଜଣାଇଲେ।

Gade chapit la Kopi

ପବିତ୍ର ବାଇବଲ

4 ଯିହୁଦାର ଲୋକମାନେ ହିବ୍ରୋଣକୁ ଆସି ଦାଉଦଙ୍କୁ ଯିହୁଦାର ରାଜା ଭାବରେ ଅଭିଷିକ୍ତ କଲେ। ତା'ପରେ ସେମାନେ ଦାଉଦଙ୍କୁ କହିଲେ, “ଯାବେଶ୍ ଗିଲିୟଦୀୟମାନେ ଶାଉଲଙ୍କୁ କବର ଦେଲେ ବୋଲି ଲୋକମାନେ ଦାଉଦଙ୍କୁ ଜଣାଇଲେ।”

Gade chapit la Kopi




2 ଶାମୁୟେଲ 2:4
16 Referans Kwoze  

ସେ ହିବ୍ରୋଣରେ ଯିହୁଦା ଉପରେ ସାତ ବର୍ଷ ଛଅ ମାସ ରାଜତ୍ୱ କଲେ; ପୁଣି ସେ ଯିରୂଶାଲମରେ ସମସ୍ତ ଇସ୍ରାଏଲ ଓ ଯିହୁଦା ଉପରେ ତେତିଶ ବର୍ଷ ରାଜତ୍ୱ କଲେ।


ଏହିରୂପେ ଇସ୍ରାଏଲର ସମସ୍ତ ପ୍ରାଚୀନ ହିବ୍ରୋଣକୁ ରାଜାଙ୍କ ନିକଟକୁ ଆସିଲେ; ତହିଁରେ ଦାଉଦ ରାଜା ହିବ୍ରୋଣରେ ସଦାପ୍ରଭୁଙ୍କ ସମ୍ମୁଖରେ ସେମାନଙ୍କ ସଙ୍ଗରେ ନିୟମ କଲେ ଓ ସେମାନେ ଇସ୍ରାଏଲ ଉପରେ ଦାଉଦଙ୍କୁ ରାଜାଭିଷିକ୍ତ କଲେ।


ଏହିରୂପେ ଇସ୍ରାଏଲର ସମସ୍ତ ପ୍ରାଚୀନ ହିବ୍ରୋଣକୁ ରାଜାଙ୍କ ନିକଟକୁ ଆସିଲେ; ତହିଁରେ ଦାଉଦ ହିବ୍ରୋଣରେ ସଦାପ୍ରଭୁଙ୍କ ସମ୍ମୁଖରେ ସେମାନଙ୍କ ସଙ୍ଗେ ନିୟମ କଲେ; ପୁଣି, ଶାମୁୟେଲଙ୍କ ହସ୍ତରେ ସଦାପ୍ରଭୁଙ୍କ କଥିତ ବାକ୍ୟାନୁସାରେ ସେମାନେ ଇସ୍ରାଏଲ ଉପରେ ଦାଉଦଙ୍କୁ ରାଜାଭିଷିକ୍ତ କଲେ।


ତହୁଁ ଶାମୁୟେଲ ତୈଳଶୃଙ୍ଗ ନେଇ ତାଙ୍କ ଭ୍ରାତୃଗଣ ମଧ୍ୟରେ ତାଙ୍କୁ ଅଭିଷେକ କଲେ; ତହିଁରେ ସେହି ଦିନାବଧି ସଦାପ୍ରଭୁଙ୍କର ଆତ୍ମା ଦାଉଦଙ୍କୁ ଆକ୍ରାନ୍ତ କଲେ। ଏଉତ୍ତାରେ ଶାମୁୟେଲ ଉଠି ରାମାକୁ ଚାଲିଗଲେ।


ତହୁଁ ଯିହୁଦାର ସମସ୍ତ ଲୋକ ଇସ୍ରାଏଲ ଲୋକମାନଙ୍କୁ ଉତ୍ତର କଲେ, “ରାଜା ତ ଆମ୍ଭମାନଙ୍କର ନିକଟ-କୁଟୁମ୍ବ; ତେବେ ତୁମ୍ଭେମାନେ କାହିଁକି ଏ ବିଷୟରେ କ୍ରୋଧ କରୁଅଛ? ଆମ୍ଭେମାନେ କʼଣ ରାଜାଙ୍କର କିଛି ଖାଇଅଛୁ? ଅବା ସେ କʼଣ ଆମ୍ଭମାନଙ୍କୁ କିଛି ଭେଟି ଦେଇଅଛନ୍ତି?”


ଏଉତ୍ତାରେ ଦାଉଦ ରାଜା ସାଦୋକ ଓ ଅବୀୟାଥର ଯାଜକମାନଙ୍କ ନିକଟକୁ ଦୂତ ପଠାଇ କହିଲେ, “ତୁମ୍ଭେମାନେ ଯିହୁଦାର ପ୍ରାଚୀନବର୍ଗଙ୍କୁ କୁହ, ‘ରାଜାଙ୍କୁ ତାଙ୍କ ଗୃହକୁ ଆଣିବା ପାଇଁ ସମସ୍ତ ଇସ୍ରାଏଲର କଥା ତାଙ୍କ ନିକଟରେ ଉପସ୍ଥିତ ହେଲାଣି, ଏନିମନ୍ତେ ରାଜାଙ୍କୁ ତାଙ୍କ ଗୃହକୁ ଫେରାଇ ଆଣିବା ପାଇଁ ତୁମ୍ଭେମାନେ କାହିଁକି ପଛଘୁଞ୍ଚା ହେଉଅଛ?


ଏଉତ୍ତାରେ ଲୋକମାନେ ଦାଉଦଙ୍କୁ ଇସ୍ରାଏଲ ଉପରେ ରାଜାଭିଷିକ୍ତ କରିଅଛନ୍ତି, ଏହା ପଲେଷ୍ଟୀୟମାନେ ଶୁଣି ସମସ୍ତ ପଲେଷ୍ଟୀୟ ଲୋକ ଦାଉଦଙ୍କୁ ଅନ୍ୱେଷଣ କରିବାକୁ ଆସିଲେ; ତହୁଁ ଦାଉଦ ତାହା ଶୁଣି ଗଡ଼କୁ ଚାଲିଗଲେ।


ପୁଣି ହିବ୍ରୋଣରେ ଯିହୁଦା ବଂଶ ଉପରେ ଦାଉଦଙ୍କ ରାଜା ହେବାର ସାତ ବର୍ଷ ଛଅ ମାସ ଥିଲା।


ଏହେତୁ ଏବେ ତୁମ୍ଭମାନଙ୍କ ହସ୍ତ ସବଳ ହେଉ ଓ ତୁମ୍ଭେମାନେ ସାହସିକ ହୁଅ; କାରଣ ତୁମ୍ଭମାନଙ୍କ ରାଜା ଶାଉଲ ମରିଅଛନ୍ତି, ମଧ୍ୟ ଯିହୁଦା ବଂଶ ଆପଣା ଉପରେ ମୋତେ ରାଜାଭିଷିକ୍ତ କରିଅଛନ୍ତି।”


ସଦାପ୍ରଭୁଙ୍କ ବାକ୍ୟାନୁସାରେ ଶାଉଲଙ୍କର ରାଜ୍ୟ ଦାଉଦଙ୍କୁ ସମର୍ପଣ କରିବା ପାଇଁ ଯୁଦ୍ଧାର୍ଥେ ସସଜ୍ଜ ଯେଉଁ ଲୋକମାନେ ହିବ୍ରୋଣକୁ ଦାଉଦଙ୍କ ନିକଟକୁ ଆସିଥିଲେ, ସେମାନଙ୍କ ସଂଖ୍ୟା ଏହି।


ଏଥିରେ ଶାଉଲଙ୍କର ଉପପତ୍ନୀ ଅୟାର କନ୍ୟା ରିସ୍ପାର ଏହି କର୍ମ ଦାଉଦଙ୍କୁ ଜ୍ଞାତ କରାଗଲା।


ସେତେବେଳେ ଦାଉଦ ଯାଇ ଯାବେଶ-ଗିଲୀୟଦ ନିବାସୀମାନଙ୍କ ନିକଟରୁ ଶାଉଲଙ୍କର ଅସ୍ଥି ଓ ତାହାଙ୍କର ପୁତ୍ର ଯୋନାଥନର ଅସ୍ଥି ନେଲେ, କାରଣ ଗିଲ୍‍ବୋୟରେ ପଲେଷ୍ଟୀୟମାନେ ଶାଉଲଙ୍କୁ ବଧ କରିବା ଦିନ ସେମାନଙ୍କ ଶବ ପଲେଷ୍ଟୀୟମାନଙ୍କ ଦ୍ୱାର ବେଥ୍-ଶାନ୍‍ ଛକରେ ଟଙ୍ଗାଗଲା ଉତ୍ତାରେ ଯାବେଶ-ଗିଲୀୟଦୀୟମାନେ ସେହି ସ୍ଥାନରୁ ତାହା ଚୋରି କରି ନେଇଥିଲେ।


ସେତେବେଳେ ସେ ରାଜପୁତ୍ର ଯୋୟାଶ୍‍ଙ୍କୁ ବାହାରକୁ ଆଣି ତାଙ୍କର ମସ୍ତକରେ ମୁକୁଟ ପିନ୍ଧାଇ ତାଙ୍କୁ ସାକ୍ଷ୍ୟ ପୁସ୍ତକ ଦେଲା; ତହିଁରେ ସେମାନେ ତାଙ୍କୁ ରାଜା କରି ଅଭିଷେକ କଲେ; ଆଉ ସେମାନେ କରତାଳି ଦେଇ କହିଲେ, “ରାଜା ଚିରଜୀବୀ ହେଉନ୍ତୁ।”


ଏଉତ୍ତାରେ ଯାବେଶ-ଗିଲୀୟଦୀୟ ସମସ୍ତେ ଶାଉଲଙ୍କ ପ୍ରତି ପଲେଷ୍ଟୀୟମାନଙ୍କ କୃତ ସକଳ କର୍ମର ସମ୍ବାଦ ପାଆନ୍ତେ,


Swiv nou:

Piblisite


Piblisite