Biblia Todo Logo
Bib sou entènèt

- Piblisite -




2 ଶାମୁୟେଲ 20:15 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

15 ପୁଣି ସେମାନେ ଆସି ବେଥ୍‍-ମାଖାସ୍ଥିତ ଆବେଲ୍‍ରେ ଶେବଃଙ୍କୁ ଆକ୍ରମଣ କଲେ ଓ ନଗର ନିକଟରେ ଓ ଗଡ଼-ପାଚେରୀ ନିକଟରେ ଏକ ଢିପିନିର୍ମିତ ହେଲା; ତହିଁରେ ଯୋୟାବର ସହିତ ଥିବା ସମସ୍ତ ସୈନ୍ୟ ପାଚେରୀ ଭୂମିସାତ୍‍ କରିବା ପାଇଁ ଭାଙ୍ଗିବାକୁ ଲାଗିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

15 ପୁଣି ସେମାନେ ଆସି ବୈଥ୍ମାଖାସ୍ଥିତ ଆବେଲ୍ରେ ଶେବଃକୁ ରୁଦ୍ଧ କଲେ ଓ ନଗର ନିକଟରେ ଏକ ଢିପି ପ୍ରସ୍ତୁତ କଲେ, ତାହା ଗଡ଼ପାଚେରୀ ନିକଟରେ ନିର୍ମିତ ହେଲା; ତହିଁରେ ଯୋୟାବର ସମସ୍ତ ସଙ୍ଗୀ ଲୋକ ପାଚେରୀ ଭୂମିସାତ୍ କରିବା ପାଇଁ ଭାଙ୍ଗିବାକୁ ଲାଗିଲେ।

Gade chapit la Kopi

ଓଡିଆ ବାଇବେଲ

15 ପୁଣି ସେମାନେ ଆସି ବେଥ୍‍ମାଖାସ୍ଥିତ ଆବେଲ୍‍ରେ ଶେବଃଙ୍କୁ ଆକ୍ରମଣ କଲେ ଓ ନଗର ନିକଟରେ ଓ ଗଡ଼-ପାଚେରୀ ନିକଟରେ ଏକ ଢିପିନିର୍ମିତ ହେଲା; ତହିଁରେ ଯୋୟାବର ସହିତ ଥିବା ସମସ୍ତ ସୈନ୍ୟ ପାଚେରୀ ଭୂମିସାତ୍‍ କରିବା ପାଇଁ ଭାଙ୍ଗିବାକୁ ଲାଗିଲେ।

Gade chapit la Kopi

ପବିତ୍ର ବାଇବଲ

15 ଯୋୟାବ ଏବଂ ତାଙ୍କର ଲୋକମାନେ ଆସିଲେ ଏବଂ ବୈ‌ଥ୍‌ମାଖାସ୍ଥିତ ଆବେଲରେ ତାଙ୍କୁ ରୁଦ୍ଧ କଲେ ଓ ନଗର ନିକଟରେ ଏକ ଢିପି ପ୍ରସ୍ତୁତ କଲେ। ତାହା ଗଡ଼ପାଚେରୀ ପାଖରେ ନିର୍ମିତ ହେଲା, ତହିଁରେ ଯୋୟାବର ସମସ୍ତ ସଙ୍ଗୀଲୋକ ପାଚେରୀ ଭୂମିସାତ୍ କରିବା ପାଇଁ ଭାଙ୍ଗିବାକୁ ଲାଗିଲେ।

Gade chapit la Kopi




2 ଶାମୁୟେଲ 20:15
11 Referans Kwoze  

ଏହେତୁ ସଦାପ୍ରଭୁ ଅଶୂରୀୟ ରାଜା ବିଷୟରେ ଏହି କଥା କହନ୍ତି: ସେ ଏହି ନଗରକୁ ଆସିବ ନାହିଁ, ଅବା ସେଠାରେ ତୀର ମାରିବ ନାହିଁ। କିଅବା ତହିଁ ସମ୍ମୁଖକୁ ଢାଲ ଧରି ଆସିବ ନାହିଁ, ଅଥବା ତହିଁ ବିରୁଦ୍ଧରେ ବନ୍ଧ ବାନ୍ଧିବ ନାହିଁ।


ଏହିସବୁ ବନ୍ଧ ଦେଖ, ସେମାନେ ଜୟ କରିବା ପାଇଁ ନଗରକୁ ଆସିଅଛନ୍ତି; ପୁଣି, ଖଡ୍ଗ, ଦୁର୍ଭିକ୍ଷ ଓ ମହାମାରୀ ସକାଶୁ ନଗର ବିରୁଦ୍ଧରେ ଯୁଦ୍ଧକାରୀ କଲ୍‍ଦୀୟମାନଙ୍କ ହସ୍ତରେ ତାହା ଦତ୍ତ ହେଉଅଛି; ଆଉ, ତୁମ୍ଭେ ଯାହା କହିଅଛ, ତାହା ସଫଳ ହେଉଅଛି; ପୁଣି ଦେଖ, ତୁମ୍ଭେ ଏହା ଦେଖୁଅଛ।


ଯେତେବେଳେ ଈଶ୍ବର ତୋତେ ଉଦ୍ଧାର କରିବାକୁ ଚେଷ୍ଟା କରୁଥିଲେ ତାହା ତୁ ନ ଜାଣିବା ହେତୁରୁ, ଯେଉଁ ସମୟରେ ତୋʼ ଶତ୍ରୁମାନେ ତୋର ଚାରିଆଡ଼େ ବନ୍ଧ ବାନ୍ଧି ତୋତେ ଘେରି ଅବରୋଧ କରିବେ,


ଆଉ, ତାହା ସୈନ୍ୟରେ ବେଷ୍ଟିତ କର, ତାହା ବିରୁଦ୍ଧରେ ଗଡ଼ ନିର୍ମାଣ କର ଓ ତାହା ବିରୁଦ୍ଧରେ ବନ୍ଧ ବାନ୍ଧ; ମଧ୍ୟ ତାହା ବିରୁଦ୍ଧରେ ଛାଉଣି ସ୍ଥାପନ କର ଓ ତହିଁର ଚତୁର୍ଦ୍ଦିଗରେ ପ୍ରାଚୀର-ଭେଦକ ଯନ୍ତ୍ର ସ୍ଥାପନ କର।


କାରଣ ଏହି ନଗରର ଯେସକଳ ଗୃହ ଓ ଯିହୁଦାର ରାଜାଗଣର ଯେସକଳ ଗୃହ ବନ୍ଧ ଓ ଖଡ୍ଗ ବିରୁଦ୍ଧରେ ଆଶ୍ରୟ ସ୍ୱରୂପ ହେବା ନିମନ୍ତେ ଭଗ୍ନ ହୋଇଅଛି, ସେହି ସକଳର ବିଷୟରେ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି;


କାରଣ ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହିଅଛନ୍ତି, “ତୁମ୍ଭେମାନେ ବୃକ୍ଷ କାଟି ଯିରୂଶାଲମର ପ୍ରତିକୂଳରେ ବନ୍ଧ ବାନ୍ଧ; ସେହି ନଗର ପ୍ରତିଫଳ ପାଇବାର ଯୋଗ୍ୟ; ତାହାର ଭିତର ସମ୍ପୂର୍ଣ୍ଣ ଉପଦ୍ରବମୟ।


ଏହେତୁ ସଦାପ୍ରଭୁ ଅଶୂରୀୟ ରାଜା ବିଷୟରେ ଏହି କଥା କହନ୍ତି, ସେ ଏହି ନଗରକୁ ଆସିବ ନାହିଁ, ଅବା ସେଠାରେ ତୀର ମାରିବ ନାହିଁ, କିଅବା ତହିଁ ସମ୍ମୁଖକୁ ଢାଲ ଧରି ଆସିବ ନାହିଁ, ଅଥବା ତହିଁ ବିରୁଦ୍ଧରେ ବନ୍ଧ ବାନ୍ଧିବ ନାହିଁ।


ଇସ୍ରାଏଲର ରାଜା ପେକହଙ୍କର ସମୟରେ ଅଶୂରର ରାଜା ତିଗ୍ଲାତ୍‍-ପିଲେସର୍ ଆସି ଇୟୋନ୍‍ ଓ ଆବେଲ୍‍-ବେଥ୍-ମାଖା ଓ ଯାନୋହ ଓ କେଦଶ ଓ ହାସୋର ଓ ଗିଲୀୟଦ ଓ ଗାଲିଲୀ ଓ ସମୁଦାୟ ନପ୍ତାଲି ଦେଶ ହସ୍ତଗତ କଲା; ଆଉ ସେ ଲୋକମାନଙ୍କୁ ବନ୍ଦୀ କରି ଅଶୂରକୁ ନେଇଗଲା।


ଏଥିରେ ବିନ୍‍ହଦଦ୍‍ ଆସା ରାଜାଙ୍କର କଥାରେ ମନୋଯୋଗ କରି ଆପଣା ସେନାପତିମାନଙ୍କୁ ଇସ୍ରାଏଲର ନାନା ନଗର ବିରୁଦ୍ଧରେ ପଠାଇ ଇୟୋନ୍‍, ଦାନ୍, ଆବେଲ୍‍-ବେଥ୍-ମାଖା, ସମୁଦାୟ କିନ୍ନେରତ୍‍ ଓ ନପ୍ତାଲିର ସମସ୍ତ ଦେଶ ପରାସ୍ତ କଲା।


ଏଉତ୍ତାରେ ଯୋୟାବ ଇସ୍ରାଏଲର ସମସ୍ତ ବଂଶ ମଧ୍ୟଦେଇ ଆବେଲ୍‍ ଓ ବେଥ୍‍ମାଖା ଓ ସମସ୍ତ ବେରୀମ୍‍ ଅଞ୍ଚଳ ପର୍ଯ୍ୟନ୍ତ ଗମନ କଲା; ତହିଁରେ ଲୋକମାନେ ଏକତ୍ରିତ ହେଲେ, ମଧ୍ୟ ତାହାର ପଛେ ପଛେ ଗମନ କଲେ।


ଯଥା, ଅଳ୍ପ ଲୋକବିଶିଷ୍ଟ ଏକ କ୍ଷୁଦ୍ର ନଗର ଥିଲା; ଆଉ, ଏକ ମହାରାଜା ତହିଁ ବିରୁଦ୍ଧରେ ଆସି ତାହା ବେଷ୍ଟନ କଲା ଓ ତାହା ବିରୁଦ୍ଧରେ ବଡ଼ ବଡ଼ ଦୁର୍ଗ ନିର୍ମାଣ କଲା।


Swiv nou:

Piblisite


Piblisite