Biblia Todo Logo
Bib sou entènèt

- Piblisite -




2 ଶାମୁୟେଲ 20:21 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

21 କଥା ସେପରି ନୁହେଁ; ମାତ୍ର ବିଖ୍ରିିର ପୁତ୍ର ଶେବଃ ନାମରେ ଜଣେ ଇଫ୍ରୟିମ-ପର୍ବତମୟ ଦେଶୀୟ ଲୋକ ଦାଉଦ ରାଜାଙ୍କ ପ୍ରତିକୂଳରେ ଆପଣା ହସ୍ତ ଉଠାଇଅଛି; କେବଳ ତାଙ୍କୁ ସମର୍ପି ଦିଅ, ତହିଁରେ ମୁଁ ଏ ନଗରରୁ ପ୍ରସ୍ଥାନ କରିବି।” ତହୁଁ ସେ ସ୍ତ୍ରୀ ଯୋୟାବକୁ କହିଲା, “ଦେଖନ୍ତୁ, ପ୍ରାଚୀର ଦେଇ ତାହାର ମସ୍ତକ ଆପଣଙ୍କ ନିକଟକୁ ପକାଯିବ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

21 କଥା ସେପରି ନୁହେଁ; ମାତ୍ର ବିଖ୍ରିର ପୁତ୍ର ଶେବଃ ନାମରେ ଜଣେ ଇଫ୍ରୟିମ-ପର୍ବତମୟ ଦେଶୀୟ ଲୋକ ଦାଉଦ ରାଜାଙ୍କ ପ୍ରତିକୂଳରେ ଆପଣା ହସ୍ତ ଉଠାଇଅଛି; କେବଳ ତାକୁ ସମର୍ପି ଦିଅ, ତହିଁରେ ମୁଁ ଏ ନଗରରୁ ପ୍ରସ୍ଥାନ କରିବି। ତହୁଁ ସେ ସ୍ତ୍ରୀ ଯୋୟାବକୁ କହିଲା, ଦେଖନ୍ତୁ, ପ୍ରାଚୀର ଦେଇ ତାହାର ମସ୍ତକ ଆପଣଙ୍କ ନିକଟକୁ ପକାଯିବ।

Gade chapit la Kopi

ଓଡିଆ ବାଇବେଲ

21 କଥା ସେପରି ନୁହେଁ; ମାତ୍ର ବିଖ୍ରିିର ପୁତ୍ର ଶେବଃ ନାମରେ ଜଣେ ଇଫ୍ରୟିମ-ପର୍ବତମୟ ଦେଶୀୟ ଲୋକ ଦାଉଦ ରାଜାଙ୍କ ପ୍ରତିକୂଳରେ ଆପଣା ହସ୍ତ ଉଠାଇଅଛି; କେବଳ ତାଙ୍କୁ ସମର୍ପି ଦିଅ, ତହିଁରେ ମୁଁ ଏ ନଗରରୁ ପ୍ରସ୍ଥାନ କରିବି।” ତହୁଁ ସେ ସ୍ତ୍ରୀ ଯୋୟାବକୁ କହିଲା, “ଦେଖନ୍ତୁ, ପ୍ରାଚୀର ଦେଇ ତାହାର ମସ୍ତକ ଆପଣଙ୍କ ନିକଟକୁ ପକାଯିବ।”

Gade chapit la Kopi

ପବିତ୍ର ବାଇବଲ

21 କିନ୍ତୁ ତୁମ୍ଭର ସହରରେ ଇଫ୍ରୟିମ ପର୍ବତମୟ ଦେଶୀୟ ଲୋକ ଅଛି ଯାହାର ନାମ ଶେବଃ, ସେ ବିଖ୍ରିର ପୁତ୍ର। ସେ ରାଜାଙ୍କର ବିରୁଦ୍ଧାଚରଣ କରୁଅଛି। ତାକୁ ମୋତେ ଦିଅ ମୁଁ ଏଠାରୁ ପରିତ୍ୟାଗ କରିବି।” ସେହି ସ୍ତ୍ରୀ ଯୋୟାବକୁ କହିଲା, “ଠିକ୍ ଅଛି ପ୍ରାଚୀର ଦେଇ ତା'ର ମସ୍ତକ ତୁମ୍ଭର ନିକଟକୁ ପକାଯିବ।”

Gade chapit la Kopi




2 ଶାମୁୟେଲ 20:21
17 Referans Kwoze  

ପୁଣି, ଆମ୍ଭେ ଇସ୍ରାଏଲକୁ ପୁନର୍ବାର ତାହାର ଚରାସ୍ଥାନକୁ ଆଣିବା ଓ ସେ କର୍ମିଲ ଓ ବାଶନର ଉପରେ ଚରିବ, ଆଉ ଇଫ୍ରୟିମର ପର୍ବତମାନର ଉପରେ ଓ ଗିଲୀୟଦରେ ତାହାର ପ୍ରାଣ ତୃପ୍ତ ହେବ।


କାରଣ ଦାନ୍ ନଗରଠାରୁ ଏକ ରବ ପ୍ରଚାର କରେ ଓ ଇଫ୍ରୟିମ ପର୍ବତମାଳାରୁ ଅମଙ୍ଗଳ ଘୋଷଣା କରେ;


ଏଥିଉତ୍ତାରେ ସେମାନଙ୍କ ନିକଟରେ ପତ୍ର ଉପସ୍ଥିତ ହୁଅନ୍ତେ, ସେମାନେ ସେହି ସତୁରି ଜଣ ରାଜପୁତ୍ରଙ୍କୁ ନେଇ ବଧ କଲେ ଓ ସେମାନଙ୍କର ମସ୍ତକ ଟୋକେଇରେ ରଖି ଯିଷ୍ରିୟେଲକୁ ଯେହୂଙ୍କ ନିକଟକୁ ପଠାଇଲେ।


ତହିଁରେ ସେ କହିଲା, “ସବୁ କୁଶଳ। ମୋʼ ପ୍ରଭୁ ମୋତେ ପଠାଇ କହିଅଛନ୍ତି, ‘ଦେଖ, ଏହିକ୍ଷଣେ ଇଫ୍ରୟିମର ପର୍ବତମୟ ଦେଶରୁ ଭବିଷ୍ୟଦ୍‍ବକ୍ତାଗଣଙ୍କ ଦଳ ମଧ୍ୟରୁ ଦୁଇ ଯୁବା ଲୋକ ଆସିଲେ; ମୁଁ ବିନୟ କରୁଅଛି, ସେମାନଙ୍କୁ ଏକ ତାଳନ୍ତ ରୂପା ଓ ଦୁଇ ସାଜ ପୋଷାକ ଦିଅ।’”


ସେହି ତିନି ଜଣଙ୍କ ମଧ୍ୟରେ ସରୁୟାର ପୁତ୍ର ଯୋୟାବର ଭ୍ରାତା ଅବୀଶୟ ପ୍ରଧାନ ଥିଲା। ସେ ତିନି ଶହ ଲୋକ ବିରୁଦ୍ଧରେ ଆପଣା ବର୍ଚ୍ଛା ଉଠାଇ ସେମାନଙ୍କୁ ବଧ କରିଥିଲା, ଏଣୁ ସେ ଏହି ତିନିଙ୍କ ମଧ୍ୟରେ ନାମ ପାଇଲା।


ସେହି ସମୟରେ ବିନ୍ୟାମୀନୀୟ ବିଖ୍ରିର ପୁତ୍ର ଶେବଃ ନାମରେ ଜଣେ ଅସୁବିଧା ସୃଷ୍ଟିକାରୀ ଲୋକ ସେଠାରେ ଥିଲା; ପୁଣି ସେ ତୂରୀ ବଜାଇ କହିଲା, “ଦାଉଦଠାରେ ଆମ୍ଭମାନଙ୍କର କୌଣସି ଅଂଶ ନାହିଁ, କିଅବା ଯିଶୀର ପୁତ୍ରଠାରେ ଆମ୍ଭମାନଙ୍କର ଅଧିକାର ନାହିଁ; ହେ ଇସ୍ରାଏଲ, ପ୍ରତ୍ୟେକେ ଆପଣା ଆପଣା ତମ୍ବୁକୁ ଚାଲ।”


ଏଥିରେ ଦାଉଦ ଅବୀଶୟକୁ କହିଲେ, “ତାଙ୍କୁ ବିନାଶ କର ନାହିଁ, କାରଣ ସଦାପ୍ରଭୁଙ୍କ ଅଭିଷିକ୍ତଙ୍କର ପ୍ରତିକୂଳରେ କିଏ ହସ୍ତ ବିସ୍ତାର କରି ନିର୍ଦ୍ଦୋଷ ହୋଇପାରେ?”


ଏଣୁ ସେ ଆପଣା ଲୋକମାନଙ୍କୁ କହିଲେ, “ମୁଁ ଯେ ସଦାପ୍ରଭୁଙ୍କ ଅଭିଷିକ୍ତ ମୋର ପ୍ରଭୁଙ୍କ ପ୍ରତିକୂଳରେ ହାତ ଉଠାଇବି, ସଦାପ୍ରଭୁ ଏହା କରିବାକୁ ମୋତେ ନ ଦେଉନ୍ତୁ; କାରଣ ସେ ସଦାପ୍ରଭୁଙ୍କ ଅଭିଷିକ୍ତ।”


ପୁଣି ଗିଦିୟୋନ୍‍ ଇଫ୍ରୟିମର ପର୍ବତମୟ ସମସ୍ତ ଦେଶର ଚାରିଆଡ଼େ ଏହି କଥା କହିବାକୁ ଦୂତ ପଠାଇଲେ, “ମିଦୀୟନ ବିରୁଦ୍ଧରେ ଓହ୍ଲାଇ ଆସ ଓ ସେମାନଙ୍କ ଆଗେ ବେଥ୍-ବାରା ପର୍ଯ୍ୟନ୍ତ ସମସ୍ତ ଜଳ, ମଧ୍ୟ ଯର୍ଦ୍ଦନ ହସ୍ତଗତ କର;” ତହିଁରେ ଇଫ୍ରୟିମର ସମସ୍ତ ଲୋକ ଏକତ୍ରିତ ହୋଇ ବେଥ୍-ବାରା ପର୍ଯ୍ୟନ୍ତ ସମସ୍ତ ଜଳ, ମଧ୍ୟ ଯର୍ଦ୍ଦନ ହସ୍ତଗତ କଲେ।


ତହୁଁ ଲୋକମାନେ ଗାଶ୍‍-ପର୍ବତର ଉତ୍ତର ପାର୍ଶ୍ୱରେ ଇଫ୍ରୟିମର ପର୍ବତମୟ ଦେଶସ୍ଥ ତିମ୍ନତ୍‍-ହେରସରେ ତାଙ୍କର ଅଧିକାର-ସୀମା ମଧ୍ୟରେ ତାଙ୍କୁ କବର ଦେଲେ।


ଏଉତ୍ତାରେ ହାରୋଣଙ୍କ ପୁତ୍ର ଇଲୀୟାସର ମଲା; ତହିଁରେ ଲୋକମାନେ ଇଫ୍ରୟିମର ପର୍ବତମୟ ଦେଶରେ ତାହାର ପୁତ୍ର ପୀନହସ୍‍କୁ ଦତ୍ତ ପର୍ବତରେ ତାହାକୁ କବର ଦେଲେ।


ତହିଁରେ ସମଗ୍ର ଇସ୍ରାଏଲ ଲୋକ ଦାଉଦଙ୍କର ପଶ୍ଚାତ୍‍ଗମନରୁ ଫେରି ବିଖ୍ରିିର ପୁତ୍ର ଶେବଃର ପଶ୍ଚାତ୍‍ଗମନ କଲେ; ମାତ୍ର ଯର୍ଦ୍ଦନଠାରୁ ଯିରୂଶାଲମ ପର୍ଯ୍ୟନ୍ତ ଯିହୁଦା-ଲୋକମାନେ ଆପଣା ରାଜାଙ୍କଠାରେ ଆସକ୍ତ ରହିଲେ।


ଏଥିରେ ଯୋୟାବ ଉତ୍ତର କରି କହିଲା, “ଏହା ଦୂର ହେଉ, ମୁଁ ଯେ ଗ୍ରାସ କରିବି କି ବିନାଶ କରିବି, ତାହା ମୋʼ ଠାରୁ ଦୂର ହେଉ।


ପୁଣି, ସରେଦା ନିବାସୀ ଇଫ୍ରୟିମୀୟ ନବାଟର ପୁତ୍ର ଶଲୋମନଙ୍କର ଦାସ ଯାରବୀୟାମ ମଧ୍ୟ ରାଜାଙ୍କର ପ୍ରତିକୂଳରେ ଆପଣା ହସ୍ତ ଉଠାଇଲେ; ତାଙ୍କର ମାତାର ନାମ ସରୁୟା, ସେ ଏକ ବିଧବା ସ୍ତ୍ରୀ ଥିଲା।


ତହିଁରେ ଇସ୍ରାଏଲ ଲୋକମାନେ ଅବୀମେଲକ୍‍ର ମରଣ ଦେଖି ପ୍ରତ୍ୟେକେ ଆପଣା ଆପଣା ସ୍ଥାନକୁ ଚାଲିଗଲେ।


Swiv nou:

Piblisite


Piblisite