Biblia Todo Logo
Bib sou entènèt

- Piblisite -




2 ଶାମୁୟେଲ 20:9 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 ଏଥିରେ ଯୋୟାବ ଅମାସାଙ୍କୁ ପଚାରିଲା, “କି ଭାଇ, ସବୁ ମଙ୍ଗଳ ତ?” ତହୁଁ ଯୋୟାବ ଅମାସାଙ୍କୁ ଚୁମ୍ବନ କରିବା ପାଇଁ ଆପଣା ଦକ୍ଷିଣ ହସ୍ତରେ ତାହାର ଦାଢ଼ି ଧରିଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

9 ଏଥିରେ ଯୋୟାବ ଅମାସାକୁ ପଚାରିଲା, କି ଭାଇ, ତୁମ୍ଭର ମଙ୍ଗଳ? ତହୁଁ ଯୋୟାବ ଅମାସାକୁ ଚୁମ୍ଵନ କରିବା ପାଇଁ ଆପଣା ଦକ୍ଷିଣ ହସ୍ତରେ ତାହାର ଦାଢ଼ି ଧରିଲା।

Gade chapit la Kopi

ଓଡିଆ ବାଇବେଲ

9 ଏଥିରେ ଯୋୟାବ ଅମାସାଙ୍କୁ ପଚାରିଲା, “କି ଭାଇ, ସବୁ ମଙ୍ଗଳ ତ ?” ତହୁଁ ଯୋୟାବ ଅମାସାଙ୍କୁ ଚୁମ୍ବନ କରିବା ପାଇଁ ଆପଣା ଦକ୍ଷିଣ ହସ୍ତରେ ତାହାର ଦାଢ଼ି ଧରିଲା।

Gade chapit la Kopi

ପବିତ୍ର ବାଇବଲ

9 ଯୋୟାବ ଅମାସାକୁ ପଗ୍ଭରିଲା, “କି ଭାଇ ତୁମ୍ଭର ମଙ୍ଗଳ?” ତହୁଁ ଯୋୟାବ ଅମାସାକୁ ଚୁମ୍ବନ କରିବା ପାଇଁ ନିଜର ଦକ୍ଷିଣ ହସ୍ତରେ ତାହାର ଦାଢ଼ି ଧରିଲା।

Gade chapit la Kopi




2 ଶାମୁୟେଲ 20:9
14 Referans Kwoze  

ଧାର୍ମିକ ଲୋକ ପୃଥିବୀରୁ ଉଚ୍ଛିନ୍ନ ହୋଇଅଛି ଓ ମନୁଷ୍ୟମାନଙ୍କ ମଧ୍ୟରେ ସରଳ ଲୋକ କେହି ନାହିଁ; ସେମାନେ ସମସ୍ତେ ରକ୍ତପାତ କରିବାକୁ ଛକି ବସନ୍ତି; ପ୍ରତ୍ୟେକ ଲୋକ ଆପଣା ଆପଣା ଭ୍ରାତାକୁ ଜାଲରେ ଧରିବାକୁ ଚେଷ୍ଟା କରଇ।


ତାହାର ମୁଖ ଲବଣୀ ତୁଲ୍ୟ ଚିକ୍କଣ, ମାତ୍ର ତାହାର ଅନ୍ତଃକରଣ ଯୁଦ୍ଧପୂର୍ଣ୍ଣ; ତାହାର କଥାସବୁ ତୈଳଠାରୁ କୋମଳ, ତଥାପି ତାହାସବୁ ନିଷ୍କୋଷ ଖଡ୍ଗ ତୁଲ୍ୟ।


ପୁଣି ଅବ୍‍ନର ହିବ୍ରୋଣକୁ ଫେରି ଆସନ୍ତେ, ଯୋୟାବ ତାହା ସଙ୍ଗରେ ନିରୋଳାରେ ଆଳାପ କରିବା ପାଇଁ ତାହାକୁ ନଗରର ଦ୍ୱାର ଭିତରକୁ ନେଇଗଲା, ମାତ୍ର ଆପଣା ଭାଇ ଅସାହେଲର ରକ୍ତପାତ ସକାଶୁ ତାହାର ପେଟରେ ଆଘାତ କରନ୍ତେ, ସେ ମଲା।


ଆହୁରି କେହି ପ୍ରଣାମ କରିବା ପାଇଁ ତାହା ନିକଟକୁ ଆସିଲେ, ସେ ଆପଣା ହାତ ବଢ଼ାଇ ତାହାକୁ ଧରି ଚୁମ୍ବନ କରେ।


ଆଉ ଅବଶାଲୋମ ଯୋୟାବ ବଦଳରେ ଅମାସାଙ୍କୁ ସୈନ୍ୟ ଉପରେ ନିଯୁକ୍ତ କଲା। ଏହି ଅମାସା ଇସ୍ରାଏଲୀୟ ଯେଥର ନାମକ ଏକ ବ୍ୟକ୍ତିର ପୁତ୍ର, ସେ ବ୍ୟକ୍ତି ଯୋୟାବର ମାତା ସରୁୟାର ଭଗିନୀ, ନାହଶର କନ୍ୟା ଅବୀଗଲ ସହିତ ସହବାସ କରିଥିଲା।


ତହିଁରେ ରାଜା କହିଲେ, “ସେ ଯୁବା ଲୋକ ଅବଶାଲୋମର ମଙ୍ଗଳ ତ?” ତହୁଁ ଅହୀମାସ୍‍ ଉତ୍ତର କଲା, “ଯୋୟାବ ମହାରାଜଙ୍କ ଦାସକୁ, ଅର୍ଥାତ୍‍, ଆପଣଙ୍କ ଦାସ ମୋତେ ପଠାଇବା ବେଳେ ମହାଲୋକ ଗହଳି ଦେଖିଲି, ମାତ୍ର କଅଣ ହେଲା, ତାହା ଜାଣି ନାହିଁ।”


ପୁଣି, ସଦାପ୍ରଭୁ ତାହାର ରକ୍ତପାତର ଅପରାଧ ତାହାର ନିଜ ମସ୍ତକରେ ବର୍ତ୍ତାଇବେ, କାରଣ, ସେ ମୋʼ ପିତା ଦାଉଦଙ୍କ ଅଜ୍ଞାତସାରରେ ଆପଣାଠାରୁ ଧାର୍ମିକ ଓ ଉତ୍ତମ, ଇସ୍ରାଏଲର ସେନାପତି ନେର୍‍ର ପୁତ୍ର ଅବ୍‍ନର ଓ ଯିହୁଦାର ସେନାପତି ଯେଥରର ପୁତ୍ର ଅମାସା, ଏ ଦୁଇ ଜଣଙ୍କୁ ଆକ୍ରମଣ କରି ଖଡ୍ଗରେ ବଧ କରିଥିଲା।


ସେତେବେଳେ ନଥନୀୟର ପୁତ୍ର ଇଶ୍ମାୟେଲ ଓ ତାହାର ସଙ୍ଗୀ ସେହି ଦଶ ଲୋକ ଉଠି ବାବିଲ ରାଜା ଦ୍ୱାରା ଦେଶର ଶାସନକର୍ତ୍ତା ପଦରେ ନିଯୁକ୍ତ, ଶାଫନ୍‍ର ପୌତ୍ର ଅହୀକାମ୍‍‍ର ପୁତ୍ର ଗଦଲୀୟଙ୍କୁ ଖଡ୍ଗାଘାତରେ ବଧ କଲେ।


ତହୁଁ ଇସ୍ରାଏଲ-ସନ୍ତାନଗଣ ସଦାପ୍ରଭୁଙ୍କ ନିକଟରେ କ୍ରନ୍ଦନ କରନ୍ତେ, ସଦାପ୍ରଭୁ ସେମାନଙ୍କ ପାଇଁ ଉଦ୍ଧାରକର୍ତ୍ତା ରୂପେ ବିନ୍ୟାମୀନ୍ ବଂଶୀୟ ଗେରାର ପୁତ୍ର ଏହୂଦକୁ ଉତ୍ପନ୍ନ କଲେ, ସେ ବାଁହାତିଆ ଥିଲେ। ପୁଣି ଇସ୍ରାଏଲ-ସନ୍ତାନଗଣ ତାହା ଦ୍ୱାରା ମୋୟାବୀୟ ରାଜା ଇଗ୍ଲୋନ ନିକଟକୁ ଭେଟି ପଠାଇଲେ।


ଅନୁରାଗୀ ଓଷ୍ଠ ଓ ମନ୍ଦ ହୃଦୟ ରୂପା ଖାଦରେ ମଣ୍ଡିତ ମୃତ୍ତିକା ପାତ୍ର ତୁଲ୍ୟ।


ପ୍ରେମକାରୀର କ୍ଷତ ବିଶ୍ୱାସନୀୟ; ମାତ୍ର ଶତ୍ରୁର ଚୁମ୍ବନ ବହୁଳ।


Swiv nou:

Piblisite


Piblisite