Biblia Todo Logo
Bib sou entènèt

- Piblisite -




2 ଶାମୁୟେଲ 21:16 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

16 ସେସମୟରେ ଇଶ୍‍ବୀ ବନୋବ୍‍ ନାମରେ ତିନି ଶହ ଶେକଲ ପରିମିତ ପିତ୍ତଳମୟ ବର୍ଚ୍ଛାଧାରୀ ଦୀର୍ଘକାୟ ବଂଶଜାତ ଜଣେ ନୂତନ ଖଡ୍ଗରେ ସସଜ୍ଜ ହୋଇ ଦାଉଦଙ୍କୁ ଆଘାତ କରିବାକୁ ମନସ୍ଥ କଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

16 ସେସମୟରେ ଇଶ୍ବୀ ବନୋବ୍ ନାମରେ ତିନି ଶହ (ଶେକଲ) ପରିମିତ ପିତ୍ତଳମୟ ବର୍ଚ୍ଛାଧାରୀ ଦୀର୍ଘକାୟ ବଂଶଜାତ ଜଣେ ନୂତନ ଖଡ଼୍‍ଗରେ ସସଜ୍ଜ ହୋଇ ଦାଉଦଙ୍କୁ ଆଘାତ କରିବାକୁ ମନସ୍ଥ କଲା।

Gade chapit la Kopi

ଓଡିଆ ବାଇବେଲ

16 ସେସମୟରେ ଇଶ୍‍ବୀ ବନୋବ୍‍ ନାମରେ ତିନି ଶହ ଶେକଲ ପରିମିତ ପିତ୍ତଳମୟ ବର୍ଚ୍ଛାଧାରୀ ଦୀର୍ଘକାୟ ବଂଶଜାତ ଜଣେ ନୂତନ ଖଡ୍ଗରେ ସସଜ୍ଜ ହୋଇ ଦାଉଦଙ୍କୁ ଆଘାତ କରିବାକୁ ମନସ୍ଥ କଲା।

Gade chapit la Kopi

ପବିତ୍ର ବାଇବଲ

16 ସେ ସମୟ ଇ‌ଶ୍‌ବୀବନୋବ୍ ନାମରେ ତିନିଶ ଶେକଲ ପରିମିତି ପିତ୍ତଳମୟ ବର୍ଚ୍ଛାଧାରୀ ଦୀର୍ଘକାୟ ବଂଶ ଜାତ ଜଣେ ନୂତନ ‌‌ଖ‌ଡ଼୍‌ଗରେ ସସଜ୍ଜ ହୋଇ ଦାଉଦଙ୍କୁ ହତ୍ୟା କରିବାକୁ ଚେଷ୍ଟା କଲା।

Gade chapit la Kopi




2 ଶାମୁୟେଲ 21:16
20 Referans Kwoze  

ଏହାପରେ ପୁନର୍ବାର ଗାଥ୍‍ରେ ଯୁଦ୍ଧ ହେଲା; ସେଠାରେ ଅତି ଦୀର୍ଘକାୟ, ପୁଣି ପ୍ରତି ହସ୍ତ ଓ ପାଦରେ ଛଅ ଛଅ ଅଙ୍ଗୁଳି, ସର୍ବସୁଦ୍ଧା ଚବିଶ ଅଙ୍ଗୁଳିବିଶିଷ୍ଟ ଏକ ଜଣ ଥିଲା; ସେ ମଧ୍ୟ ଦୀର୍ଘକାୟ ବଂଶଜାତ।


ଏଥିଉତ୍ତାରେ ପୁନର୍ବାର ଗୋବ୍‍ରେ ପଲେଷ୍ଟୀୟମାନଙ୍କ ସହିତ ଯୁଦ୍ଧ ହେଲା; ତହିଁରେ ହୂଶାତୀୟ ସିବ୍ବଖୟ ଦୀର୍ଘକାୟ ବଂଶଜାତ ସଫକୁ ବଧ କଲା।


ଏହି ଚାରି ଜଣ ଗାଥ୍‍ରେ ଦୀର୍ଘକାୟ ବଂଶରେ ଜନ୍ମିଥିଲେ; ଏମାନେ ଦାଉଦଙ୍କ ଓ ତାଙ୍କ ଦାସମାନଙ୍କ ହସ୍ତ ଦ୍ୱାରା ବଧ ହୋଇଥିଲେ।


ଏହି ସମୟରେ ପଲେଷ୍ଟୀୟମାନେ ଆସି ରଫାୟୀମ ତଳଭୂମିରେ ବିସ୍ତାର ହୋଇଥିଲେ


ସେହି ଲୋକମାନେ ଅନାକୀୟମାନଙ୍କ ସନ୍ତାନ, ବଳବାନ ଓ ଲମ୍ବା, ତୁମ୍ଭେ ସେମାନଙ୍କୁ ଜାଣୁଅଛ, ପୁଣି ସେମାନଙ୍କ ବିଷୟରେ ଏହା କୁହାଯିବାର ତୁମ୍ଭେ ଶୁଣିଅଛ ଯେ, “ଅନାକର ସନ୍ତାନମାନଙ୍କ ସମ୍ମୁଖରେ କିଏ ଛିଡ଼ା ହୋଇପାରେ?”


(ଅବଶିଷ୍ଟ ରଫାୟୀୟମାନଙ୍କ ମଧ୍ୟରୁ କେବଳ ବାଶନ-ରାଜା ଓଗ୍‍ ଅବଶିଷ୍ଟ ରହିଲା, ଦେଖ, ତାହାର ଖଟ ଲୌହମୟ ଖଟ; ତାହା କି ଅମ୍ମୋନ-ସନ୍ତାନଗଣର ରବ୍ବାରେ ନାହିଁ? ମନୁଷ୍ୟ ହସ୍ତର ପରିମାଣାନୁସାରେ ତାହା ଲମ୍ବାରେ ନଅ ହାତ ଓ ଓସାରରେ ଚାରି ହାତ)।


ସେମାନେ ବଳବାନ ଓ ଅନେକ ଓ ଅନାକୀୟମାନଙ୍କ ପରି ଉଚ୍ଚ ଲୋକ ଥିଲେ; ମାତ୍ର ସଦାପ୍ରଭୁ ଅମ୍ମୋନୀୟମାନଙ୍କ ସମ୍ମୁଖରୁ ସେମାନଙ୍କୁ ବିନଷ୍ଟ କଲେ; ପୁଣି ସେମାନେ ସେମାନଙ୍କୁ ଅଧିକାରଚ୍ୟୁତ କରି ସେମାନଙ୍କ ସ୍ଥାନରେ ବସତି କଲେ।


(ପୂର୍ବେ ସେହି ସ୍ଥାନରେ ଏମୀୟ ଲୋକମାନେ ବାସ କରୁଥିଲେ, ସେମାନେ ବଳବାନ ଓ ଅନେକ ଓ ଅନାକୀୟମାନଙ୍କ ପରି ଉଚ୍ଚ ଥିଲେ।


ଆମ୍ଭେମାନେ କେଉଁଠାକୁ ଯିବା? ‘ସେହି ଲୋକମାନେ ଆମ୍ଭମାନଙ୍କ ଅପେକ୍ଷା ଅଧିକ ବଳବାନ ଓ ଉଚ୍ଚ; ନଗରମାନ ବୃହତ ଓ ଗଗନସ୍ପର୍ଶୀ ପ୍ରାଚୀର-ବେଷ୍ଟିତ ଆହୁରି ସେହି ସ୍ଥାନରେ ଆମ୍ଭେମାନେ ଅନାକୀୟମାନଙ୍କ ସନ୍ତାନଗଣକୁ ଦେଖିଅଛୁ, ଏହି କଥା କହି ଆମ୍ଭମାନଙ୍କ ଭ୍ରାତୃଗଣ ଆମ୍ଭମାନଙ୍କର ମନୋଭଙ୍ଗ କରିଅଛନ୍ତି।’”


ଏହେତୁ ଚତୁର୍ଦ୍ଦଶ ବର୍ଷରେ କଦର୍ଲାୟୋମର ରାଜା ଓ ତାଙ୍କର ସହାୟ ରାଜାଗଣ ଆସି ଅସ୍ତରୋତ୍‍ କର୍ଣ୍ଣୟିମରେ ରଫାୟୀୟ ଲୋକମାନଙ୍କୁ ଓ ହମରେ ସୁଷୀୟ ଲୋକମାନଙ୍କୁ ଓ ଶାବୀ କିରୀୟାଥୟିମ୍‍ରେ ଏମୀୟ ଲୋକମାନଙ୍କୁ,


ସେହି ସମୟରେ ପୃଥିବୀରେ ମହାବୀରଗଣ ଥିଲେ; ପୁଣି, ତହିଁ ଉତ୍ତାରେ ପରମେଶ୍ୱରଙ୍କ ପୁତ୍ରଗଣ ମନୁଷ୍ୟମାନଙ୍କ କନ୍ୟାଗଣର ସହବାସ କରନ୍ତେ, ସେମାନଙ୍କଠାରୁ ସନ୍ତାନଗଣ ଜାତ ହେଲେ; ସେମାନେ ମଧ୍ୟ ପୂର୍ବକାଳର ପ୍ରସିଦ୍ଧ ବୀର ଥିଲେ।


ଆଉ ସେମାନେ ଦକ୍ଷିଣ ଦିଗ ଦେଇ ଯାଇ ହିବ୍ରୋଣରେ ଉପସ୍ଥିତ ହେଲେ; ସେହି ସ୍ଥାନରେ ଅହୀମାନ୍‍, ଶେଶୟ ଓ ତଲ୍ମୟ, ଅନାକର ଏହି ସନ୍ତାନମାନେ ଥିଲେ। ମିସରସ୍ଥିତ ସୋୟନ-ପତ୍ତନର ସାତ ବର୍ଷ ପୂର୍ବେ ହିବ୍ରୋଣର ପତ୍ତନ ହୋଇଥିଲା।


ତଥାପି ସେହି ଦେଶ ନିବାସୀମାନେ ବଳବାନ ଓ ନଗରସବୁ ପ୍ରାଚୀର-ବେଷ୍ଟିତ ଓ ଅତି ବଡ଼; ଆହୁରି ଆମ୍ଭେମାନେ ସେଠାରେ ଅନାକର ସନ୍ତାନଗଣକୁ ଦେଖିଲୁ।


ପୁଣି କାଲେବ ସେଠାରୁ ଅନାକର ବଂଶ ଶେଶୟ ଓ ଅହୀମାନ୍‍ ଓ ତଲ୍ମୟ ନାମକ ଅନାକର ତିନି ପୁତ୍ରଙ୍କୁ ତଡ଼ିଦେଲେ।


ଅନାକୀୟମାନଙ୍କ ତୁଲ୍ୟ ସେମାନେ ମଧ୍ୟ ରଫାୟୀୟମାନଙ୍କ ମଧ୍ୟରେ ଗଣିତ ଥିଲେ, ମାତ୍ର ମୋୟାବୀୟ ଲୋକମାନେ ସେମାନଙ୍କୁ ଏମୀୟ ବୋଲି କହିଲେ।


ଇସ୍ରାଏଲ-ସନ୍ତାନଗଣର ଦେଶରେ ଅନାକୀୟମାନଙ୍କର କେହି ଅବଶିଷ୍ଟ ରହିଲେ ନାହିଁ, କେବଳ ଘସାରେ, ଗାଥ୍‍ ଓ ଅସ୍ଦୋଦରେ କେହି କେହି ରହିଲେ।


ତାହାର ବର୍ଚ୍ଛାର ଦଣ୍ଡ ତନ୍ତୀର ନରାଜ ତୁଲ୍ୟ ଓ ତାହାର ବର୍ଚ୍ଛାର ଫଳକର ପରିମାଣ ଛଅ ଶହ ଶେକଲ ଲୁହା ଥିଲା; ପୁଣି, ତାହା ଆଗେ ଆଗେ ତାହାର ଢାଲବାହକ ଚାଲିଲା।


Swiv nou:

Piblisite


Piblisite