Biblia Todo Logo
Bib sou entènèt

- Piblisite -




2 ଶାମୁୟେଲ 21:6 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

6 ତାହାରି ସନ୍ତାନମାନଙ୍କ ମଧ୍ୟରୁ ସାତ ଜଣ ପୁରୁଷ ଆମ୍ଭମାନଙ୍କ ହସ୍ତରେ ସମର୍ପିତ ହେଉନ୍ତୁ, ତହିଁରେ ଆମ୍ଭେମାନେ ସଦାପ୍ରଭୁଙ୍କ ମନୋନୀତ ଶାଉଲର ଗିବୀୟାରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ସେମାନଙ୍କୁ ଟଙ୍ଗାଇ ଦେବା।” ଏଥିରେ ରାଜା କହିଲେ, “ମୁଁ ସେମାନଙ୍କୁ ସମର୍ପି ଦେବି।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

6 ତାହାରି ସନ୍ତାନମାନଙ୍କ ମଧ୍ୟରୁ ସାତ ଜଣ ପୁରୁଷ ଆମ୍ଭମାନଙ୍କ ହସ୍ତରେ ସମର୍ପିତ ହେଉନ୍ତୁ, ତହିଁରେ ଆମ୍ଭେମାନେ ସଦାପ୍ରଭୁଙ୍କ ମନୋନୀତ ଶାଉଲର ଗିବୀୟାରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ସେମାନଙ୍କୁ ଟଙ୍ଗାଇ ଦେବା। ଏଥିରେ ରାଜା କହିଲେ, ମୁଁ ସେମାନଙ୍କୁ ସମର୍ପି ଦେବି।

Gade chapit la Kopi

ଓଡିଆ ବାଇବେଲ

6 ତାହାରି ସନ୍ତାନମାନଙ୍କ ମଧ୍ୟରୁ ସାତ ଜଣ ପୁରୁଷ ଆମ୍ଭମାନଙ୍କ ହସ୍ତରେ ସମର୍ପିତ ହେଉନ୍ତୁ, ତହିଁରେ ଆମ୍ଭେମାନେ ସଦାପ୍ରଭୁଙ୍କ ମନୋନୀତ ଶାଉଲର ଗିବୀୟାରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ସେମାନଙ୍କୁ ଟଙ୍ଗାଇ ଦେବା।” ଏଥିରେ ରାଜା କହିଲେ, “ମୁଁ ସେମାନଙ୍କୁ ସମର୍ପି ଦେବି।”

Gade chapit la Kopi

ପବିତ୍ର ବାଇବଲ

6 ତାହାରି ସନ୍ତାନମାନଙ୍କ ମଧ୍ୟରୁ ସାତ ଜଣ ପୁରୁଷ ଆମ୍ଭମାନଙ୍କ ହସ୍ତରେ ସମର୍ପିତ ହୁଅନ୍ତୁ। ତହିଁରେ ଆମ୍ଭେମାନେ ସଦାପ୍ରଭୁଙ୍କ ମନୋନୀତ ଶାଉଲଙ୍କର ଗିବିୟାରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ସେମାନଙ୍କୁ ଟଙ୍ଗାଇ ଦେବା।” ଏଥିରେ ରାଜା କହିଲେ, “ମୁଁ ସେମାନଙ୍କୁ ସମର୍ପି ଦେବି।”

Gade chapit la Kopi




2 ଶାମୁୟେଲ 21:6
22 Referans Kwoze  

ଏଥିରେ ଶାମୁୟେଲ ସମସ୍ତ ଲୋକଙ୍କୁ କହିଲେ, “ସଦାପ୍ରଭୁ ଯାହାଙ୍କୁ ମନୋନୀତ କରିଅଛନ୍ତି, ତୁମ୍ଭେମାନେ କି ତାଙ୍କୁ ଦେଖୁଅଛ, ସମସ୍ତ ଲୋକଙ୍କ ମଧ୍ୟରେ ତାଙ୍କ ପରି କେହି ନାହିଁ?” ତହିଁରେ ସମସ୍ତ ଲୋକ ଜୟଧ୍ୱନି କରି କହିଲେ, “ରାଜା ଚିରଜୀବୀ ହେଉନ୍ତୁ।”


ଏଥିଉତ୍ତାରେ ଦୂତମାନେ ଶାଉଲଙ୍କ ବାସସ୍ଥାନ ଗିବୀୟାକୁ ଆସି ଲୋକମାନଙ୍କ କର୍ଣ୍ଣଗୋଚରରେ ସେହି ସବୁ କଥା କହିଲେ; ତହିଁରେ ସମସ୍ତ ଲୋକ ଆପଣା ଆପଣା ରବ ଉଠାଇ ରୋଦନ କଲେ।


ପୁଣି, ଶାଉଲ ମଧ୍ୟ ଆପଣା ଗୃହ ଗିବୀୟାକୁ ଗଲେ; ଆଉ ପରମେଶ୍ୱର ଯେଉଁମାନଙ୍କର ହୃଦୟ ସ୍ପର୍ଶ କଲେ, ଏପରି ବିକ୍ରମଶାଳୀ ଲୋକମାନେ ତାଙ୍କ ସହିତ ଗମନ କଲେ।


ତତ୍ପରେ ସେମାନେ ଜଣେ ରାଜା ପାଇବା ନିମନ୍ତେ ପ୍ରାର୍ଥନା କଲେ, ଆଉ ଈଶ୍ବର ଚାଳିଶ ବର୍ଷ ପର୍ଯ୍ୟନ୍ତ ବିନ୍ୟାମୀନ୍ ଗୋଷ୍ଠୀର କୀଶଙ୍କ ପୁତ୍ର ଶାଉଲଙ୍କୁ ସେମାନଙ୍କୁ ଦେଲେ।


ତୁ ତାହା ବୁଝ୍। ତହିଁରେ ସେ ରୌପ୍ୟ-ମୁଦ୍ରାଗୁଡ଼ାକ ମନ୍ଦିର ଭିତରେ ଫୋପାଡ଼ିଦେଇ ଚାଲିଗଲା, ପୁଣି, ଯାଇ ଆପଣାକୁ ଫାଶୀ ଦେଲା।


ଯିହୁଦୀୟମାନଙ୍କର ଶତ୍ରୁ ହମ୍ମଦାଥାର ପୁତ୍ର ହାମନ୍‍ର ଏହି ଦଶ ପୁତ୍ରଙ୍କୁ ସେମାନେ ବଧ କଲେ, ମାତ୍ର ଲୁଟ କରିବାକୁ ସେମାନେ ହସ୍ତକ୍ଷେପ କଲେ ନାହିଁ।


ଆହୁରି ମୁଁ ଆଜ୍ଞା କରୁଅଛି ଯେ, ଯେକେହି ଏହି ବାକ୍ୟ ଅନ୍ୟଥା କରିବ, ତାହାର ଗୃହରୁ ଏକ କଡ଼ି ବାହାର କରାଯାଇ ସେହି କାଷ୍ଠରେ ସେ ବନ୍ଧା ହୋଇ ଟଙ୍ଗାଯାଉ; ପୁଣି, ତହିଁ ଲାଗି ତାହାର ଗୃହ ଖତରାଶି କରାଯାଉ।


ସେତେବେଳେ ଜଣେ ତାହା ଦେଖି ଯୋୟାବକୁ କହିଲା, “ଦେଖ, ମୁଁ ଅବଶାଲୋମଙ୍କୁ ଅଲୋନ ବୃକ୍ଷରେ ଟଙ୍ଗାଥିବାର ଦେଖିଲି!”


ଏଉତ୍ତାରେ ଅହୀଥୋଫଲ ଆପଣା ମନ୍ତ୍ରଣାନୁସାରେ କର୍ମ କରା ନ ଯିବାର ଦେଖି ଆପଣା ଗର୍ଦ୍ଦଭ ସଜାଇ ଉଠି ନିଜ ଗୃହ ଓ ନିଜ ନଗରକୁ ଗଲା ଓ ଆପଣା ଗୃହ ସମସ୍ତ ବିଷୟ ସଜାଡ଼ି ଆପଣାକୁ ଫାଶୀ ଦେଲା; ଏରୂପେ ସେ ମଲା, ପୁଣି ଆପଣା ପିତାର କବରରେ କବର ପାଇଲା।


ଏଥିଉତ୍ତାରେ ଶାମୁୟେଲ ତୈଳପାତ୍ର ନେଇ ତାଙ୍କର ମସ୍ତକରେ ଢାଳିଲେ ଓ ତାଙ୍କୁ ଚୁମ୍ବନ କରି କହିଲେ, “ସଦାପ୍ରଭୁ କି ଆପଣା ଅଧିକାର ଉପରେ ତୁମ୍ଭକୁ ଅଗ୍ରଣୀ ହେବା ପାଇଁ ଅଭିଷେକ କରି ନାହାନ୍ତି?


ଏଉତ୍ତାରେ ଯିହୋଶୂୟ ଆଘାତ ଦ୍ୱାରା ସେମାନଙ୍କୁ ବଧ କରି ପାଞ୍ଚ ବୃକ୍ଷରେ ଟଙ୍ଗାଇଲେ; ଆଉ ସେମାନେ ସନ୍ଧ୍ୟା ପର୍ଯ୍ୟନ୍ତ ସେହି ବୃକ୍ଷମାନଙ୍କରେ ଟଙ୍ଗା ହୋଇ ରହିଲେ।


ଏଉତ୍ତାରେ ସେ ଅୟର ରାଜାଙ୍କୁ ସନ୍ଧ୍ୟା ପର୍ଯ୍ୟନ୍ତ ବୃକ୍ଷରେ ଟଙ୍ଗାଇ ରଖିଲେ, ମାତ୍ର ସୂର୍ଯ୍ୟାସ୍ତ ସମୟରେ ଯିହୋଶୂୟ ଆଜ୍ଞା ଦିଅନ୍ତେ, ଲୋକମାନେ ତାଙ୍କର ଶବ ବୃକ୍ଷରୁ ତଳକୁ ଆଣି ନଗରଦ୍ୱାର-ପ୍ରବେଶ ସ୍ଥାନରେ ପକାଇ; ତହିଁ ଉପରେ ପ୍ରସ୍ତରର ଏକ ବଡ଼ ଢିପି କଲେ; ତାହା ଆଜିଯାଏ ଅଛି।


ଆଉ କୌଣସି ମନୁଷ୍ୟ ମୃତ୍ୟୁୁଯୋଗ୍ୟ ପାପ କଲେ, ଯେବେ ତାହାର ପ୍ରାଣଦଣ୍ଡ ହୁଏ ଓ ତୁମ୍ଭେ ତାହାକୁ ବୃକ୍ଷରେ ଟଙ୍ଗାଇ ଦିଅ।


ମାତ୍ର ସେ ପ୍ରଧାନ ସୂପକାରକୁ ବୃକ୍ଷରେ ଟଙ୍ଗାଇଲେ;


ତିନି ଦିନ ମଧ୍ୟରେ ଫାରୋ ତୁମ୍ଭ ଶରୀରରୁ ତୁମ୍ଭ ମସ୍ତକ ଉଠାଇ ତୁମ୍ଭକୁ ବୃକ୍ଷ ଉପରେ ଟଙ୍ଗାଇବେ, ପୁଣି, ପକ୍ଷୀଗଣ ଆସି ତୁମ୍ଭ ଗାତ୍ରରୁ ତୁମ୍ଭ ମାଂସ ଖାଇବେ।”


ଏହେତୁ ଏବେ ସଦାପ୍ରଭୁଙ୍କ ନାମରେ ମୋର ନିକଟରେ ଶପଥ କର ଯେ, ତୁମ୍ଭେ ମୋʼ ଉତ୍ତାରେ ମୋହର ବଂଶକୁ ଉଚ୍ଛିନ୍ନ କରିବ ନାହିଁ ଓ ମୋହର ପିତୃଗୃହରୁ ମୋʼ ନାମ ଲୋପ କରିବ ନାହିଁ।”


ମୋହର ପ୍ରଭୁ ମହାରାଜଙ୍କ ସାକ୍ଷାତରେ ମୋʼ ପିତୃବଂଶ ସମସ୍ତେ ନିତାନ୍ତ ମୃତ୍ୟୁର ଯୋଗ୍ୟ ଥିଲେ; ତଥାପି ଆପଣ ଆପଣଙ୍କର ଏହି ଦାସକୁ ନିଜ ମେଜରେ ଭୋଜନକାରୀ ଲୋକମାନଙ୍କ ସଙ୍ଗରେ ସ୍ଥାନ ଦେଲେ। ଏହେତୁ ଏବେ ମହାରାଜଙ୍କ ନିକଟରେ ଆଉ କ୍ରନ୍ଦନ କରିବା ପାଇଁ ମୋହର କେଉଁ ଅଧିକାର ଅଛି?”


ତହିଁରେ ଦାଉଦ ଶାଉଲଙ୍କ ନିକଟରେ ଶପଥ କଲେ। ଏଉତ୍ତାରେ ଶାଉଲ ଗୃହକୁ ଗଲେ; ମାତ୍ର ଦାଉଦ ଓ ତାଙ୍କର ଲୋକମାନେ ଦୁର୍ଗମ ସ୍ଥାନକୁ ଆରୋହୀ ଗଲେ।


ସେମାନଙ୍କ ମଧ୍ୟରେ ପ୍ରଧାନ ଅହୀୟେଷର, ତହିଁ ଉତ୍ତାରେ ଯୋୟାଶ୍‍, ଏମାନେ ଗିବୀୟାଥୀୟ ଶମାୟର ପୁତ୍ର; ଅସ୍ମାବତ୍‍ର ପୁତ୍ର ଯିଷୀୟେଲ୍‍, ପେଲଟ୍‍, ଅନାଥୋତୀୟ ବରାଖା ଓ ଯେହୂ;


Swiv nou:

Piblisite


Piblisite