Biblia Todo Logo
Bib sou entènèt

- Piblisite -




2 ଶାମୁୟେଲ 22:20 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

20 ସେ ମଧ୍ୟ ମୋତେ ବାହାର କରି ପ୍ରଶସ୍ତ ସ୍ଥାନକୁ ପହଞ୍ଚାଇଲେ; ସେ ମୋତେ ରକ୍ଷା କଲେ, କାରଣ ସେ ମୋʼ ଠାରେ ସନ୍ତୁଷ୍ଟ ହେଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

20 ସେ ମଧ୍ୟ ମୋତେ ବାହାର କରି ପ୍ରଶସ୍ତ ସ୍ଥାନକୁ ଆଣିଲେ; ସେ ମୋତେ ରକ୍ଷା କଲେ, କାରଣ ସେ ମୋʼଠାରେ ସନ୍ତୁଷ୍ଟ ହେଲେ।

Gade chapit la Kopi

ଓଡିଆ ବାଇବେଲ

20 ସେ ମଧ୍ୟ ମୋତେ ବାହାର କରି ପ୍ରଶସ୍ତ ସ୍ଥାନକୁ ପହଞ୍ଚାଇଲେ; ସେ ମୋତେ ରକ୍ଷା କଲେ, କାରଣ ସେ ମୋ’ଠାରେ ସନ୍ତୁଷ୍ଟ ହେଲେ।

Gade chapit la Kopi

ପବିତ୍ର ବାଇବଲ

20 ସଦାପ୍ରଭୁ ମୋତେ ଭଲ ପାଆନ୍ତି, ତେଣୁ ସେ ମୋତେ ରକ୍ଷା କଲେ, ସେ ମୋତେ ନିରାପଦ ସ୍ଥାନକୁ ନେଇଗଲେ।

Gade chapit la Kopi




2 ଶାମୁୟେଲ 22:20
16 Referans Kwoze  

ପୁଣି, ଶତ୍ରୁ ହସ୍ତରେ ତୁମ୍ଭେ ମୋତେ ବନ୍ଦ କରି ନାହଁ; ତୁମ୍ଭେ ପ୍ରଶସ୍ତ ସ୍ଥାନରେ ମୋର ଚରଣ ସ୍ଥାପନ କରିଅଛ।


ମୁଁ ସଙ୍କଟ କାଳରେ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କଲି; ସଦାପ୍ରଭୁ ମୋତେ ଉତ୍ତର ଦେଇ ପ୍ରଶସ୍ତ ସ୍ଥାନରେ ସ୍ଥାପନ କଲେ।


ମାତ୍ର ‘ତୁମ୍ଭଠାରେ ଆମ୍ଭର ସନ୍ତୋଷ ନାହିଁ,’ ଯଦି ସେ ଏପରି କହିବେ, ତେବେ ଦେଖ, ମୁଁ ଉପସ୍ଥିତ ଅଛି, ଯାହା ତାହାଙ୍କୁ ଭଲ ଦିଶେ, ତାହା ସେ ମୋʼ ପ୍ରତି କରନ୍ତୁ।”


“ସଦାପ୍ରଭୁଙ୍କଠାରେ ସେ ଆପଣାକୁ ସମର୍ପଣ କଲା; ସେ ତାହାକୁ ଉଦ୍ଧାର କରନ୍ତୁ; ସେ ତାହାଠାରେ ସନ୍ତୁଷ୍ଟ, ତେଣୁ ସେ ତାହାକୁ ଉଦ୍ଧାର କରନ୍ତୁ।”


କାରଣ ସଦାପ୍ରଭୁ ଆପଣା ଲୋକଙ୍କଠାରେ ସନ୍ତୋଷ ପାଆନ୍ତି; ସେ ନମ୍ର ଲୋକମାନଙ୍କୁ ପରିତ୍ରାଣରେ ସୁଶୋଭିତ କରିବେ।


ସଦାପ୍ରଭୁ ଆପଣା ଭୟକାରୀମାନଙ୍କଠାରେ ଓ ତାହାଙ୍କ ଦୟାରେ ଭରସାକାରୀମାନଙ୍କଠାରେ ତୁଷ୍ଟ ଅଟନ୍ତି।


ସେ ଈଶ୍ବରଙ୍କଠାରେ ବିଶ୍ୱାସ କରେ; ସେ ଯଦି ତାହାଠାରେ ସନ୍ତୁଷ୍ଟ, ତାହାହେଲେ ଏହିକ୍ଷଣି ତାହାକୁ ରକ୍ଷା କରନ୍ତୁ। ସେ ତ କହିଥିଲା, ମୁଁ ଈଶ୍ବରଙ୍କ ପୁତ୍ର।


ସେ ଏହି କଥା କହୁ କହୁ, ଦେଖ, ଖଣ୍ଡେ ମେଘ ସେମାନଙ୍କୁ ଆଚ୍ଛାଦନ କଲା, ଆଉ ଦେଖ, ସେହି ମେଘରୁ ଏହି ବାଣୀ ହେଲା, “ଏ ଆମ୍ଭର ପ୍ରିୟ ପୁତ୍ର ଏହାଙ୍କଠାରେ ଆମ୍ଭର ପରମ ସନ୍ତୋଷ ଏହାଙ୍କ ବାକ୍ୟ ଶୁଣ।”


ଆଉ ଦେଖ, ଆକାଶରୁ ଏହି ବାଣୀ ହେଲା, “ଏ ଆମ୍ଭର ପ୍ରିୟ ପୁତ୍ର, ଏହାଙ୍କଠାରେ ଆମ୍ଭର ପରମ ସନ୍ତୋଷ।”


କାରଣ ସ୍ଵେଚ୍ଛାଚାରିଣୀ ଗାଭୀ ତୁଲ୍ୟ ଇସ୍ରାଏଲ ଆପେ ସ୍ଵେଚ୍ଛାଚାରୀ ହୋଇଅଛି; ଏବେ ସଦାପ୍ରଭୁ ସେମାନଙ୍କୁ ମେଷଶାବକ ପରି ପ୍ରଶସ୍ତ ସ୍ଥାନରେ ଚରାଇବେ।


ଯାହାଙ୍କୁ ଆମ୍ଭେ ଧାରଣ କରୁ, ଏପରି ଆମ୍ଭ ଦାସଙ୍କୁ, ଯାହାଙ୍କଠାରେ ଆମ୍ଭ ଚିତ୍ତ ସନ୍ତୁଷ୍ଟ, ଏପରି ଆମ୍ଭର ମନୋନୀତ ଲୋକଙ୍କୁ ଦେଖ; ଆମ୍ଭେ ତାହାଙ୍କ ଉପରେ ଆପଣା ଆତ୍ମା ସ୍ଥାପନ କରିଅଛୁ; ସେ ଅନ୍ୟ ଦେଶୀୟମାନଙ୍କ ମଧ୍ୟକୁ ନ୍ୟାୟବିଚାର ଆଣିବେ।


ମାତ୍ର ଏହି ଯାବେଷ୍‍ ଇସ୍ରାଏଲର ପରମେଶ୍ୱରଙ୍କ ନିକଟରେ ପ୍ରାର୍ଥନା କରି କହିଲା, “ଆହା, ଏହା ଯେପରି ଆମ୍ଭ ଦୁଃଖର କାରଣ ନ ହୁଏ, ଏଥିପାଇଁ ତୁମ୍ଭେ ଆମ୍ଭକୁ ନିତାନ୍ତ ଆଶୀର୍ବାଦ କର, ଆମ୍ଭ ସୀମା ବୃଦ୍ଧି କର, ତୁମ୍ଭ ହସ୍ତ ଆମ୍ଭର ସହାୟ ହେଉ, ପୁଣି, ତୁମ୍ଭେ ଆମ୍ଭକୁ ମନ୍ଦରୁ ରକ୍ଷା କର।” ତହିଁରେ ପରମେଶ୍ୱର ତାହାର ନିବେଦିତ ବିଷୟ ତାହାକୁ ପ୍ରଦାନ କଲେ।


ପୁଣି, ସେ ସେଠାରୁ ପ୍ରସ୍ଥାନ କରି ଅନ୍ୟ ଏକ କୂପ ଖୋଳିଲେ। ତହିଁ ନିମିତ୍ତ ସେମାନେ ବିବାଦ ନ କରିବାରୁ ତହିଁର ନାମ ରହୋବୋତ୍‍ (ପ୍ରଶସ୍ତ ସ୍ଥାନ) ରଖିଲେ; କାରଣ ସେ କହିଲେ, “ଏବେ ସଦାପ୍ରଭୁ ଆମ୍ଭମାନଙ୍କୁ ସ୍ଥାନ ଦେଲେ, ଆମ୍ଭେମାନେ ଦେଶରେ ବର୍ଦ୍ଧିଷ୍ଣୁ ହେବା।”


ତୁମ୍ଭେ ମୋʼ ତଳେ ମୋର ପାଦ ରଖିବା ସ୍ଥାନ ପ୍ରଶସ୍ତ କରିଅଛ ଓ ମୋହର ଗୋଇଠି ଖସି ଯାଇ ନାହିଁ।


ହେ ସଦାପ୍ରଭୋ, ମୋʼ ପ୍ରତି ଦୟା କର, କାରଣ ମୁଁ ବିପଦଗ୍ରସ୍ତ; ଦୁଃଖରେ ମୋହର ଚକ୍ଷୁ, ମୋହର ପ୍ରାଣ ଓ ମୋହର ଶରୀର କ୍ଷୀଣ ହେଉଅଛି।


Swiv nou:

Piblisite


Piblisite