Biblia Todo Logo
Bib sou entènèt

- Piblisite -




2 ଶାମୁୟେଲ 22:41 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

41 ତୁମ୍ଭେ ମଧ୍ୟ ମୋହର ଶତ୍ରୁମାନଙ୍କ ପିଠି ମୋʼ ଆଡ଼େ ଫେରାଇଲ, ତହିଁରେ ମୁଁ ଆପଣା ଘୃଣାକାରୀମାନଙ୍କୁ ଉଚ୍ଛିନ୍ନ କଲି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

41 ତୁମ୍ଭେ ମଧ୍ୟ ମୋହର ଶତ୍ରୁମାନଙ୍କ ପିଠି ମୋʼ ଆଡ଼େ ଫେରାଇଲ, ତହିଁରେ ମୁଁ ଆପଣା ଘୃଣାକାରୀ-ମାନଙ୍କୁ ଉଚ୍ଛିନ୍ନ କଲି।

Gade chapit la Kopi

ଓଡିଆ ବାଇବେଲ

41 ତୁମ୍ଭେ ମଧ୍ୟ ମୋହର ଶତ୍ରୁମାନଙ୍କ ପିଠି ମୋ’ ଆଡ଼େ ଫେରାଇଲ, ତହିଁରେ ମୁଁ ଆପଣା ଘୃଣାକାରୀମାନଙ୍କୁ ଉଚ୍ଛିନ୍ନ କଲି।

Gade chapit la Kopi

ପବିତ୍ର ବାଇବଲ

41 ତୁମ୍ଭେ ମୋତେ ସୁଯୋଗ ଦେଇଅଛ ମୋର ଶତ୍ରୁର ବେକକୁ ଧରିବା ପାଇଁ ଓ ମୁଁ ମୋର ଶତ୍ରୁକୁ ଧ୍ୱଂସ କରିଅଛି।

Gade chapit la Kopi




2 ଶାମୁୟେଲ 22:41
8 Referans Kwoze  

ଆମ୍ଭେ ତୁମ୍ଭ ଆଗେ ଆଗେ ଆମ୍ଭ ବିଷୟକ ଭୟ ପ୍ରେରଣ କରିବା; ପୁଣି, ତୁମ୍ଭେ ଯେଉଁସବୁ ଲୋକଙ୍କ ନିକଟରେ ଉପସ୍ଥିତ ହେବ, ସେମାନଙ୍କୁ ବ୍ୟାକୁଳ କରିବା ଓ ଆମ୍ଭେ ତୁମ୍ଭର ଶତ୍ରୁଗଣକୁ ବିମୁଖ କରିବା।


ଏହିରୂପେ ସେମାନେ ସେହି ରାଜାମାନଙ୍କୁ ଯିହୋଶୂୟଙ୍କ ନିକଟକୁ ଆଣିଲା ଉତ୍ତାରେ ଯିହୋଶୂୟ ଇସ୍ରାଏଲର ସମସ୍ତ ପୁରୁଷଙ୍କୁ ଡାକି ତାଙ୍କ ସଙ୍ଗେ ଯାଇଥିବା ସେନାପତିମାନଙ୍କୁ କହିଲେ, “ନିକଟକୁ ଆସି ଏହି ରାଜାମାନଙ୍କ ବେକରେ ପାଦ ଦିଅ।” ତହିଁରେ ସେମାନେ ନିକଟକୁ ଆସି ସେମାନଙ୍କ ବେକରେ ପାଦ ଦେଲେ।


କିନ୍ତୁ ମୋହର ଏହି ଯେଉଁ ଶତ୍ରୁମାନେ ମୁଁ ସେମାନଙ୍କ ଉପରେ ଶାସନ କରେ ବୋଲି ଇଚ୍ଛା କରି ନ ଥିଲେ, ସେମାନଙ୍କୁ ଏଠାକୁ ଆଣି ମୋହର ସାକ୍ଷାତରେ ହତ୍ୟା କର।’”


କିନ୍ତୁ ତାହାଙ୍କ ଦେଶବାସୀମାନେ ତାହାଙ୍କୁ ଘୃଣା କରୁଥିଲେ, ଆଉ ସେମାନେ ତାହାଙ୍କ ପଛରେ ଦୂତ ପଠାଇ କହିଲେ, ଏ ଲୋକ ଯେ ଆମ୍ଭମାନଙ୍କ ଉପରେ ଶାସନ କରିବ, ଏହା ଆମ୍ଭମାନଙ୍କ ଇଚ୍ଛା ନାହିଁ।


ହେ ଯିହୁଦା, ତୁମ୍ଭର ଭାଇମାନେ ତୁମ୍ଭକୁ ପ୍ରଶଂସା କରିବେ; ତୁମ୍ଭର ହସ୍ତ ତୁମ୍ଭ ଶତ୍ରୁଗଣର ଗଳା ଉପରେ ରହିବ; ତୁମ୍ଭର ପିତୃସନ୍ତାନମାନେ ତୁମ୍ଭକୁ ପ୍ରଣାମ କରିବେ।


Swiv nou:

Piblisite


Piblisite