Biblia Todo Logo
Bib sou entènèt

- Piblisite -




2 ଶାମୁୟେଲ 22:8 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 ସେତେବେଳେ ପୃଥିବୀ ଟଳମଳ ଓ କମ୍ପିତ ହେଲା, ଗଗନମଣ୍ଡଳର ମୂଳସକଳ ଉଦ୍‍ବିଗ୍ନ ଓ ଟଳମଳ ହେଲା, କାରଣ ସଦାପ୍ରଭୁ ପ୍ରଜ୍ୱଳିତ ହୋଇ ଉଠିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

8 ସେତେବେଳେ ପୃଥିବୀ ଟଳମଳ ଓ କମ୍ପିତ ହେଲା, ଗଗନମଣ୍ତଳର ମୂଳସକଳ ଉଦ୍ବିଗ୍ନ ଓ ଟଳମଳ ହେଲା, କାରଣ ସେ ପ୍ରଜ୍ଵଳିତ ହୋଇ ଉଠିଲେ।

Gade chapit la Kopi

ଓଡିଆ ବାଇବେଲ

8 ସେତେବେଳେ ପୃଥିବୀ ଟଳମଳ ଓ କମ୍ପିତ ହେଲା, ଗଗନମଣ୍ଡଳର ମୂଳସକଳ ଉଦ୍‍ବିଗ୍ନ ଓ ଟଳମଳ ହେଲା, କାରଣ ସଦାପ୍ରଭୁ ପ୍ରଜ୍ୱଳିତ ହୋଇ ଉଠିଲେ।

Gade chapit la Kopi

ପବିତ୍ର ବାଇବଲ

8 ସେତେବେଳେ ପୃଥିବୀ ଟଳମଳ ଓ କମ୍ପିତ ହେଲା, ସ୍ୱର୍ଗ ରାଜ୍ୟର ମୂଳଦୂଆ ଟଳମଳ ଓ କମ୍ପିତ ହେଲା, କାରଣ ସଦାପ୍ରଭୁ କ୍ରୋଧିତ ଥିଲେ।

Gade chapit la Kopi




2 ଶାମୁୟେଲ 22:8
13 Referans Kwoze  

ତାହାଙ୍କ ବିଜୁଳି ଜଗତକୁ ଦୀପ୍ତିମାନ କଲା; ପୃଥିବୀ ଦେଖି କମ୍ପିଲା।


ଆକାଶମଣ୍ଡଳର ସ୍ତମ୍ଭସକଳ ତାହାଙ୍କ ଅନୁଯୋଗରେ କମ୍ପିତ ଓ ଚମତ୍କୃତ ହୁଅନ୍ତି।


ଘୂର୍ଣ୍ଣିବାୟୁରେ ତୁମ୍ଭର ବଜ୍ରଧ୍ୱନି ହେଲା; ବିଜୁଳି ଜଗତକୁ ଆଲୁଅମୟ କଲା; ପୃଥିବୀ କମ୍ପିତ ଓ ଥରହର ହେଲା।


ହେ ସଦାପ୍ରଭୁ, ତୁମ୍ଭେ ସେୟୀରରୁ ବାହାରିବା ବେଳେ, ତୁମ୍ଭେ ଇଦୋମ କ୍ଷେତ୍ରରୁ ଯାତ୍ରା କରିବା ବେଳେ ପୃଥିବୀ କମ୍ପିଲା, ଆକାଶ ମଧ୍ୟ ବିନ୍ଦୁପାତ କଲା, ହଁ, ମେଘମାଳା ଜଳପାତ କଲା।


ଆଉ ଦେଖ, ମହା ଭୂମିକମ୍ପ ହେଲା, କାରଣ ପ୍ରଭୁଙ୍କର ଜଣେ ଦୂତ ସ୍ୱର୍ଗରୁ ଓହ୍ଲାଇ ଆସି ସେହି ପଥର ଖଣ୍ଡିକ ଗଡ଼ାଇଦେଇ ତାହା ଉପରେ ବସିଲେ।


ତାହାଙ୍କ ଆଗରେ ପର୍ବତଗଣ କମ୍ପିତ ହୁଅନ୍ତି ଓ ଉପପର୍ବତସବୁ ତରଳି ଯାʼନ୍ତି; ଆଉ, ତାହାଙ୍କ ସାକ୍ଷାତରେ ପୃଥିବୀ କମ୍ପିତ ହୁଏ, ହଁ ଜଗତ ଓ ତନ୍ନିବାସୀ ସମସ୍ତେ କମ୍ପିତ ହୁଅନ୍ତି।


ସେତେବେଳେ ପୃଥିବୀ ଟଳଟଳ ଓ କମ୍ପିତ ହେଲା, ପର୍ବତଗଣର ଭିତ୍ତିମୂଳ ମଧ୍ୟ ବିଚଳିତ ହେଲା ଓ ତାହାଙ୍କ କୋପ ସକାଶୁ ଟଳଟଳ ହେଲା।


ସେମାନେ ପ୍ରାର୍ଥନା କଲା ଉତ୍ତାରେ, ଯେଉଁ ସ୍ଥାନରେ ଏକତ୍ର ହୋଇଥିଲେ, ତାହା କମ୍ପି ଉଠିଲା, ପୁଣି, ସମସ୍ତେ ପବିତ୍ର ଆତ୍ମାରେ ପରିପୂର୍ଣ ହୋଇ, ସାହସରେ ଈଶ୍ବରଙ୍କ ବାକ୍ୟ କହିବାକୁ ଲାଗିଲେ।


ପୁଣି, ଦେଖ, ମନ୍ଦିରର ବିଚ୍ଛେଦବସ୍ତ୍ର ଉପରୁ ତଳ ପର୍ଯ୍ୟନ୍ତ ଚିରି ଦୁଇ ଖଣ୍ଡ ହେଲା, ଆଉ ଭୂମିକମ୍ପ ହେଲା ଓ ଶୈଳସବୁ ବିଦୀର୍ଣ୍ଣ ହେଲା,


ପୃଥିବୀ କମ୍ପିଲା, ପରମେଶ୍ୱରଙ୍କ ସାକ୍ଷାତରେ ଆକାଶମଣ୍ଡଳ ମଧ୍ୟ ବୃଷ୍ଟିପାତ କଲା; ସେହି ସୀନୟ ପରମେଶ୍ୱରଙ୍କର, ଇସ୍ରାଏଲର ପରମେଶ୍ୱରଙ୍କ ସାକ୍ଷାତରେ କମ୍ପିଲା।


ମାତ୍ର ଯେଉଁ ଲୋକ ସେମାନଙ୍କୁ ସ୍ପର୍ଶ କରିବ, ଲୌହ ଓ ବର୍ଚ୍ଛାଦଣ୍ଡରେ ତାହାକୁ ସଜ୍ଜିତ ହେବାକୁ ହେବ; ସେମାନେ ଆପଣା ଆପଣା ସ୍ଥାନରେ ସମ୍ପୂର୍ଣ୍ଣ ରୂପେ ଅଗ୍ନିରେ ଦଗ୍ଧ ହେବେ।”


ସମୁଦ୍ରରେ ତୁମ୍ଭର ପଥ ଓ ମହାଜଳରାଶିରେ ତୁମ୍ଭର ମାର୍ଗ ଥିଲା, ପୁଣି, ତୁମ୍ଭର ପଦଚିହ୍ନ ଜଣା ନୋହିଲା।


Swiv nou:

Piblisite


Piblisite