Biblia Todo Logo
Bib sou entènèt

- Piblisite -




2 ଶାମୁୟେଲ 22:9 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 ତାହାଙ୍କ ନାସାରନ୍ଧ୍ରରୁ ଧୂମ ନିର୍ଗତ ହେଲା ଓ ତାହାଙ୍କ ମୁଖରୁ ନିର୍ଗତ ଅଗ୍ନି ଗ୍ରାସ କଲା; ତଦ୍ଦ୍ୱାରା ଅଙ୍ଗାର ପ୍ରଜ୍ୱଳିତ ହେଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

9 ତାହାଙ୍କ ନାସାରନ୍ଧ୍ରରୁ ଧୂମ ନିର୍ଗତ ହେଲା ଓ ତାହାଙ୍କ ମୁଖରୁ ନିର୍ଗତ ଅଗ୍ନି ଗ୍ରାସ କଲା; ତଦ୍ଦ୍ଵାରା ଅଙ୍ଗାର ପ୍ରଜ୍ଵଳିତ ହେଲା।

Gade chapit la Kopi

ଓଡିଆ ବାଇବେଲ

9 ତାହାଙ୍କ ନାସାରନ୍ଧ୍ରରୁ ଧୂମ ନିର୍ଗତ ହେଲା ଓ ତାହାଙ୍କ ମୁଖରୁ ନିର୍ଗତ ଅଗ୍ନି ଗ୍ରାସ କଲା; ତଦ୍ଦ୍ୱାରା ଅଙ୍ଗାର ପ୍ରଜ୍ୱଳିତ ହେଲା।

Gade chapit la Kopi

ପବିତ୍ର ବାଇବଲ

9 ପରମେଶ୍ୱରଙ୍କର ନାକରୁ ଧୂଆଁ ନିର୍ଗତ ହେଲା, ଜ୍ୱଳନ୍ତ ଅଗ୍ନିଶିଖା ତାଙ୍କର ମୁଖରୁ ବାହାରିଲା। ଜ୍ୱଳନ୍ତ ଅଙ୍ଗାର ସବୁ ତାଙ୍କଠାରୁ ନିର୍ଗତ ହେବାକୁ ଲାଗିଲା।

Gade chapit la Kopi




2 ଶାମୁୟେଲ 22:9
17 Referans Kwoze  

କାରଣ ଆମ୍ଭମାନଙ୍କର ଈଶ୍ବର ଗ୍ରାସକାରୀ ଅଗ୍ନି ସ୍ୱରୂପ।


ତାହାଙ୍କ ଆଗେ ଆଗେ ମହାମାରୀ ଗମନ କଲା, ଆଉ ତାହାଙ୍କ ପଦଚିହ୍ନରୁ ଅଗ୍ନିବାଣ ନିର୍ଗତ ହେଲା।


ପୁଣି, ଆମ୍ଭେ ସେସମସ୍ତଙ୍କୁ ତୁମ୍ଭ ଶତ୍ରୁଗଣର ସଙ୍ଗରେ ତୁମ୍ଭ ଅଜ୍ଞାତ ଏକ ଦେଶକୁ ନେଇଯିବା; କାରଣ ଆମ୍ଭର କ୍ରୋଧରୂପ ଅଗ୍ନି ପ୍ରଜ୍ୱଳିତ ହୋଇଅଛି, ତାହା ତୁମ୍ଭମାନଙ୍କୁ ଦଗ୍ଧ କରିବ।”


ତୁମ୍ଭେମାନେ ଏହି କଥା କହିବା ହେତୁରୁ ସୈନ୍ୟାଧିପତି ପରମେଶ୍ୱର, ସଦାପ୍ରଭୁ କହନ୍ତି, “ଦେଖ, ଆମ୍ଭେ ତୁମ୍ଭର ମୁଖସ୍ଥିତ ଆମ୍ଭର ବାକ୍ୟକୁ ଅଗ୍ନି ତୁଲ୍ୟ ଓ ଏହି ଲୋକମାନଙ୍କୁ କାଷ୍ଠ ତୁଲ୍ୟ କରିବା, ତାହା ଏମାନଙ୍କୁ ଗ୍ରାସ କରିବ।


ଦେଖ, ସଦାପ୍ରଭୁଙ୍କର ନାମ ତାହାଙ୍କ କ୍ରୋଧରେ ପ୍ରଜ୍ୱଳିତ ଓ ନିବିଡ଼ ଧୂମରାଶି ହୋଇ ଦୂରରୁ ଆସୁଅଛି; ତାହାଙ୍କର ଓଷ୍ଠାଧର କ୍ରୋଧରେ ପରିପୂର୍ଣ୍ଣ ଓ ତାହାଙ୍କର ଜିହ୍ୱା ସର୍ବଗ୍ରାସକ ଅଗ୍ନି ତୁଲ୍ୟ;


ସେତେବେଳେ, ହେ ସଦାପ୍ରଭୋ, ତୁମ୍ଭ ତର୍ଜ୍ଜନରେ ଓ ନାସିକାର ପ୍ରଶ୍ୱାସ ବାୟୁରେ ଜଳରାଶିର ପ୍ରଣାଳୀ ପ୍ରକାଶିତ ହେଲା ଓ ଭୂମଣ୍ଡଳର ମୂଳସକଳ ଅନାବୃତ ହେଲା।


ତାହାଙ୍କ ନାସାରନ୍ଧ୍ରରୁ ଧୂମ ନିର୍ଗତ ହେଲା ଓ ତାହାଙ୍କ ମୁଖନିର୍ଗତ ଅଗ୍ନି ଗ୍ରାସ କଲା; ତଦ୍ଦ୍ୱାରା ଅଙ୍ଗାର ପ୍ରଜ୍ୱଳିତ ହେଲା।


ସେମାନେ ପରମେଶ୍ୱରଙ୍କ ନିଶ୍ୱାସ ଦ୍ୱାରା ବିନଷ୍ଟ ହୁଅନ୍ତି ଓ ତାହାଙ୍କର କ୍ରୋଧରୂପ ଫୁତ୍କାର ଦ୍ୱାରା ସଂହାରିତ ହୁଅନ୍ତି।


ସେତେବେଳେ ସଦାପ୍ରଭୁଙ୍କ ତର୍ଜ୍ଜନରେ ଓ ତାହାଙ୍କ ନାସିକାର ପ୍ରଶ୍ୱାସ ବାୟୁରେ ସମୁଦ୍ରର ଗର୍ଭ ପ୍ରକାଶ ପାଇଲା ଓ ଭୂମଣ୍ଡଳର ମୂଳସକଳ ଦେଖାଗଲା।


ତାହାଙ୍କ ସମ୍ମୁଖବର୍ତ୍ତୀ ତେଜରେ ଆଗ୍ନେୟ-ଅଙ୍ଗାର ପତିତ ହେଲା।


କାରଣ ଆମ୍ଭ କ୍ରୋଧରେ ଅଗ୍ନି ପ୍ରଜ୍ୱଳିତ ହେଲା, ତାହା ନୀଚତମ ପାତାଳ ପର୍ଯ୍ୟନ୍ତ ଜ୍ୱଳୁଅଛି ଓ ପୃଥିବୀକୁ ତଦୁତ୍ପନ୍ନ ବସ୍ତୁ ସହିତ ଗ୍ରାସ କରେ, ଆଉ ପର୍ବତମାନର ମୂଳଦୁଆ ଜ୍ୱଳାଏ।


ତହିଁରେ ଇସ୍ରାଏଲ-ସନ୍ତାନଗଣର ଦୃଷ୍ଟିରେ ପର୍ବତ ଶୃଙ୍ଗରେ ଗ୍ରାସକାରୀ ଅଗ୍ନି ତୁଲ୍ୟ ସଦାପ୍ରଭୁଙ୍କର ପ୍ରତାପ ପ୍ରକାଶିତ ହେଲା।


ସେତେବେଳେ ସୀନୟ ପର୍ବତ ଧୂମମୟ ଥିଲା, କାରଣ ସଦାପ୍ରଭୁ ଅଗ୍ନି ବାହନରେ ତହିଁ ଉପରେ ଅବରୋହଣ କଲେ; ତହିଁରେ ଭାଟିର ଧୂମ ପରି ତହିଁରୁ ଧୂମ ଉଠିଲା, ପୁଣି, ସମୁଦାୟ ପର୍ବତ ଅତିଶୟ କମ୍ପିଲା।


କାରଣ ତୋଫତ୍‍ (ଅଗ୍ନିକୁଣ୍ଡ) ପୂର୍ବକାଳରୁ ନିର୍ମିତ ହୋଇଅଛି ଓ ତାହା ରାଜାର ନିମନ୍ତେ ପ୍ରସ୍ତୁତ ହୋଇଅଛି; ସେ ତାହାକୁ ଗଭୀର ଓ ପ୍ରଶସ୍ତ କରିଅଛନ୍ତି, ତହିଁର ସ୍ତୂପ ଅଗ୍ନି ଓ ପ୍ରଚୁର କାଷ୍ଠମୟ; ପୁଣି, ସଦାପ୍ରଭୁଙ୍କ ଫୁତ୍କାର ଗନ୍ଧକ ସ୍ରୋତନ୍ୟାୟ ତାହା ପ୍ରଜ୍ୱଳିତ କରେ।


Swiv nou:

Piblisite


Piblisite