Biblia Todo Logo
Bib sou entènèt

- Piblisite -




2 ଶାମୁୟେଲ 23:17 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

17 ପୁଣି ସେ କହିଲେ, “ହେ ସଦାପ୍ରଭୋ, ମୁଁ ଯେ ଏ କର୍ମ କରିବି, ଏହା ମୋʼ ଠାରୁ ଦୂର ହେଉ; ପ୍ରାଣପଣରେ ଗମନକାରୀ ମନୁଷ୍ୟମାନଙ୍କ ରକ୍ତ କି ମୁଁ ପାନ କରିବି? ଏଣୁ ସେ ତାହା ପାନ କରିବାକୁ ସମ୍ମତ ନୋହିଲେ।” ଏହି ସକଳ କର୍ମ ସେହି ତିନି ବୀର କରିଥିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

17 ପୁଣି ସେ କହିଲେ, ହେ ସଦାପ୍ରଭୋ, ମୁଁ ଯେ ଏ କର୍ମ କରିବି, ଏହା ମୋʼଠାରୁ ଦୂର ହେଉ; ପ୍ରାଣପଣରେ ଗମନକାରୀ ମନୁଷ୍ୟମାନଙ୍କ ରକ୍ତ କି ମୁଁ ପାନ କରିବି? ଏଣୁ ସେ ତାହା ପାନ କରିବାକୁ ସମ୍ମତ ନୋହିଲେ। ଏହି ସକଳ କର୍ମ ସେହି ତିନି ବୀର କରିଥିଲେ।

Gade chapit la Kopi

ଓଡିଆ ବାଇବେଲ

17 ପୁଣି ସେ କହିଲେ, “ହେ ସଦାପ୍ରଭୁ, ମୁଁ ଯେ ଏ କର୍ମ କରିବି, ଏହା ମୋ’ଠାରୁ ଦୂର ହେଉ; ପ୍ରାଣପଣରେ ଗମନକାରୀ ମନୁଷ୍ୟମାନଙ୍କ ରକ୍ତ କି ମୁଁ ପାନ କରିବି ? ଏଣୁ ସେ ତାହା ପାନ କରିବାକୁ ସମ୍ମତ ନୋହିଲେ।” ଏହି ସକଳ କର୍ମ ସେହି ତିନି ବୀର କରିଥିଲେ।

Gade chapit la Kopi

ପବିତ୍ର ବାଇବଲ

17 ଦାଉଦ କହିଲେ, “ହେ ସଦାପ୍ରଭୁ, ମୁଁ ନିଶ୍ଚୟ ଏହି ପାଣି ପିଇବି ନାହିଁ। ଏହା ସେହି ମଣିଷର ରକ୍ତ ପିଇବା ପରି ହେବ, ଯେଉଁମାନେ ମୋ’ ପାଇଁ ସେମାନଙ୍କ ପାଇଁ ଉତ୍ସର୍ଗ କରିଦେଲେ।” ଏଥିପାଇଁ ଦାଉଦ ପାଣି ପିଇବା ପାଇଁ ମନା କରିଥିଲେ। ଏହିପରି କର୍ମ ସେହି ତିନି ବୀର କରିଥିଲେ।

Gade chapit la Kopi




2 ଶାମୁୟେଲ 23:17
14 Referans Kwoze  

ଆଉ, ଇସ୍ରାଏଲ ବଂଶଜାତ କୌଣସି ଲୋକ, ଅବା ସେମାନଙ୍କ ମଧ୍ୟରେ ପ୍ରବାସୀ କୌଣସି ବିଦେଶୀ ଲୋକ, ଯଦି କୌଣସି ପ୍ରକାର ରକ୍ତ ଭୋଜନ କରେ, ତେବେ ଆମ୍ଭେ ସେହି ରକ୍ତ ଭୋଜନକାରୀ ବ୍ୟକ୍ତି ବିରୁଦ୍ଧରେ ଆପଣା ମୁଖ ରଖିବା ଓ ତାହାର ଲୋକମାନଙ୍କ ମଧ୍ୟରୁ ତାହାକୁ ଉଚ୍ଛିନ୍ନ କରିବା;


ଆମ୍ଭେମାନେ ମଧ୍ୟ କାହିଁକି ପ୍ରତ୍ୟେକ ଦଣ୍ଡରେ ବିପଦର ସମ୍ମୁଖୀନ ହେଉ?


ଆଉ, ଯୀଶୁ ସେମାନଙ୍କୁ କହିଲେ, “ଯେଉଁ ନିୟମର ରକ୍ତ ଅନେକଙ୍କ ନିମନ୍ତେ ଢାଳି ଦିଆଯାଏ, ଏ ମୋହର ସେହି ରକ୍ତ।


“ଏଥିରୁ ସମସ୍ତେ ପାନ କର, କାରଣ ଯେଉଁ ନିୟମର ରକ୍ତ ଅନେକଙ୍କ ପାଇଁ ପାପ କ୍ଷମା ଉଦ୍ଦେଶ୍ୟରେ ପାତିତ ହେଉଅଛି, ଏ ମୋହର ସେହି ରକ୍ତ।


ସେ ଉପଦ୍ରବ ଓ ଦୌରାତ୍ମ୍ୟରୁ ସେମାନଙ୍କର ପ୍ରାଣ ମୁକ୍ତ କରିବେ; ପୁଣି, ତାହାଙ୍କ ଦୃଷ୍ଟିରେ ସେମାନଙ୍କ ଜୀବନ ବହୁମୂଲ୍ୟ ହେବ।


ଏଥିରେ ନାବୋତ ଆହାବଙ୍କୁ କହିଲା, “ମୁଁ ଯେ ଆପଣା ପୈତୃକ ଅଧିକାର ଆପଣଙ୍କୁ ଦେବି, ଏହା ସଦାପ୍ରଭୁ ନ କରନ୍ତୁ।”


ଏଥିରେ ଯୋୟାବ ଉତ୍ତର କରି କହିଲା, “ଏହା ଦୂର ହେଉ, ମୁଁ ଯେ ଗ୍ରାସ କରିବି କି ବିନାଶ କରିବି, ତାହା ମୋʼ ଠାରୁ ଦୂର ହେଉ।


ମୁଁ ଯେ ସଦାପ୍ରଭୁଙ୍କ ଅଭିଷିକ୍ତଙ୍କର ପ୍ରତିକୂଳରେ ହସ୍ତ ବିସ୍ତାର କରିବି, ଏହା ସଦାପ୍ରଭୁ ମୋʼ ଠାରୁ ଦୂର କରନ୍ତୁ; ମାତ୍ର ତୁମ୍ଭେ ତାଙ୍କ ମସ୍ତକ ପାଖରୁ ବର୍ଚ୍ଛା ଓ ଜଳପାତ୍ର ନେଇଆସ, ଆମ୍ଭେମାନେ ଯିବା।”


ଏଣୁ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର କହନ୍ତି, ‘ତୁମ୍ଭ ଗୃହ ଓ ତୁମ୍ଭ ପିତୃଗୃହ ଆମ୍ଭ ସମ୍ମୁଖରେ ଅନନ୍ତକାଳ ଗମନାଗମନ କରିବେ ବୋଲି ଆମ୍ଭେ କହିଥିଲୁ ପ୍ରମାଣ,’ ମାତ୍ର ଏବେ ସଦାପ୍ରଭୁ କହନ୍ତି, ‘ତାହା ଆମ୍ଭଠାରୁ ଦୂର ହେଉ; କାରଣ ଯେଉଁମାନେ ଆମ୍ଭର ଗୌରବ କରନ୍ତି, ଆମ୍ଭେ ସେମାନଙ୍କର ଗୌରବ କରିବା, ମାତ୍ର ଯେଉଁମାନେ ଆମ୍ଭକୁ ତୁଚ୍ଛଜ୍ଞାନ କରନ୍ତି, ସେମାନେ ଲଘୁ ଜ୍ଞାନ କରାଯିବେ।


ସବୂଲୂନ ମରଣ ପର୍ଯ୍ୟନ୍ତ ପ୍ରାଣପଣକାରୀ ଲୋକ ହେଲା। ଆଉ ନପ୍ତାଲି (ଯୁଦ୍ଧ) କ୍ଷେତ୍ରର ଉଚ୍ଚସ୍ଥାନ ଉପରେ (ପ୍ରାଣପଣ କଲା)।


ତହିଁରେ ଯୋଷେଫ କହିଲେ, “ଏପରି କର୍ମ ଆମ୍ଭଠାରୁ ଦୂର ହେଉ; ଯାହାଠାରୁ ତାଟିଆ ମିଳିଅଛି, ସେ ଆମ୍ଭର ଦାସ ହେବ; ମାତ୍ର ତୁମ୍ଭେମାନେ କୁଶଳରେ ପିତାଙ୍କ ନିକଟକୁ ଚାଲିଯାଅ।”


ମାତ୍ର ତୁମ୍ଭେମାନେ ସପ୍ରାଣ (ଅର୍ଥାତ୍‍) ସରକ୍ତ ମାଂସ ଖାଇବ ନାହିଁ।


“ମୋʼ ପରମେଶ୍ୱର ଏପରି କର୍ମ କରିବାକୁ ମୋତେ ନ ଦେଉନ୍ତୁ; ପ୍ରାଣପଣରେ ଗମନକାରୀ ଏହି ମନୁଷ୍ୟମାନଙ୍କ ରକ୍ତ କି ମୁଁ ପାନ କରିବି? କାରଣ ସେମାନେ ପ୍ରାଣପଣରେ ତାହା ଆଣିଅଛନ୍ତି।” ଏଣୁ ସେ ତାହା ପାନ କରିବାକୁ ସମ୍ମତ ହେଲେ ନାହିଁ। ଏହି ସକଳ କର୍ମ ସେହି ତିନି ବୀର କରିଥିଲେ।


Swiv nou:

Piblisite


Piblisite