Biblia Todo Logo
Bib sou entènèt

- Piblisite -




2 ଶାମୁୟେଲ 24:10 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

10 ଏହିରୂପେ ଦାଉଦ ଲୋକମାନଙ୍କୁ ଗଣନା କରାଇଲା ଉତ୍ତାରେ ତାଙ୍କ ହୃଦୟ ତାଙ୍କୁ ଆଘାତ କଲା। ତହୁଁ ଦାଉଦ ସଦାପ୍ରଭୁଙ୍କୁ କହିଲେ, “ଏହି କର୍ମ କରିବାରେ ମୁଁ ମହାପାପ କରିଅଛି; ମାତ୍ର ଏବେ ହେ ସଦାପ୍ରଭୋ, ବିନୟ କରୁଅଛି, ନିଜ ଦାସର ଅପରାଧ କ୍ଷମା କର; କାରଣ ମୁଁ ଅତି ମୂର୍ଖର କର୍ମ କରିଅଛି।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

10 ଏହିରୂପେ ଦାଉଦ ଲୋକମାନଙ୍କୁ ଗଣନା କରାଇଲା ଉତ୍ତାରେ ତାଙ୍କ ହୃଦୟ ତାଙ୍କୁ ଆଘାତ କଲା। ତହୁଁ ଦାଉଦ ସଦାପ୍ରଭୁଙ୍କୁ କହିଲେ, ଏହି କର୍ମ କରିବାରେ ମୁଁ ମହା ପାପ କରିଅଛି; ମାତ୍ର ଏବେ ହେ ସଦାପ୍ରଭୋ, ବିନୟ କରୁଅଛି, ନିଜ ଦାସର ଅପରାଧ କ୍ଷମା କର; କାରଣ ମୁଁ ଅତି ମୂର୍ଖର କର୍ମ କରିଅଛି।

Gade chapit la Kopi

ଓଡିଆ ବାଇବେଲ

10 ଏହିରୂପେ ଦାଉଦ ଲୋକମାନଙ୍କୁ ଗଣନା କରାଇଲା ଉତ୍ତାରେ ତାଙ୍କ ହୃଦୟ ତାଙ୍କୁ ଆଘାତ କଲା। ତହୁଁ ଦାଉଦ ସଦାପ୍ରଭୁଙ୍କୁ କହିଲେ, “ଏହି କର୍ମ କରିବାରେ ମୁଁ ମହା ପାପ କରିଅଛି; ମାତ୍ର ଏବେ ହେ ସଦାପ୍ରଭୁ, ବିନୟ କରୁଅଛି, ନିଜ ଦାସର ଅପରାଧ କ୍ଷମା କର; କାରଣ ମୁଁ ଅତି ମୂର୍ଖର କର୍ମ କରିଅଛି।”

Gade chapit la Kopi

ପବିତ୍ର ବାଇବଲ

10 ଏହା ପରେ ଦାଉଦ ଲୋକମାନଙ୍କୁ ଗଣନା କଲାପରେ ତାଙ୍କର ହୃଦୟ ଦୁଃଖପୂର୍ଣ୍ଣ ହେଲା। ଦାଉଦ ସଦାପ୍ରଭୁଙ୍କୁ କହିଲେ, “ଏହି କର୍ମ କରିବାରେ ମୁଁ ମହାପାପ କରିଛି। ହେ ସଦାପ୍ରଭୁ, ମୁଁ ଆପଣଙ୍କୁ ବିନୟ କରୁଅଛି, ନିଜ ଦାସର ପାପ କ୍ଷମା କର। କାରଣ ମୁଁ ଅତି ମୁର୍ଖର କର୍ମ କରିଅଛି।”

Gade chapit la Kopi




2 ଶାମୁୟେଲ 24:10
27 Referans Kwoze  

ସେତେବେଳେ ଦାଉଦ ନାଥନଙ୍କୁ କହିଲେ, “ମୁଁ ସଦାପ୍ରଭୁଙ୍କ ବିରୁଦ୍ଧରେ ପାପ କରିଅଛି।” ଏଥିରେ ନାଥନ ଦାଉଦଙ୍କୁ କହିଲେ, “ସଦାପ୍ରଭୁ ତୁମ୍ଭର ପାପ ମଧ୍ୟ ଦୂର କରିଅଛନ୍ତି; ତୁମ୍ଭେ ମରିବ ନାହିଁ।


ତହିଁରେ ଶାମୁୟେଲ ଶାଉଲଙ୍କୁ କହିଲେ, “ତୁମ୍ଭେ ମୂର୍ଖର କର୍ମ କରିଅଛ; ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭକୁ ଯେଉଁ ଆଜ୍ଞା ଦେଇଥିଲେ, ତାହା ତୁମ୍ଭେ ପାଳନ କଲ ନାହିଁ; କରିଥିଲେ ସଦାପ୍ରଭୁ ଇସ୍ରାଏଲ ଉପରେ ତୁମ୍ଭର ରାଜତ୍ୱ ଏବେ ଅନନ୍ତକାଳସ୍ଥାୟୀ କରିଥାʼନ୍ତେ।


ଯେ ଆପଣା ଅଧର୍ମ ଆଚ୍ଛାଦନ କରେ, ସେ ମଙ୍ଗଳ ପାଏ ନାହିଁ; ମାତ୍ର ଯେଉଁ ଲୋକ ତାହା ସ୍ୱୀକାର କରି ଛାଡ଼େ, ସେ ଦୟା ପାଇବ।


ମାତ୍ର ଶାଉଲଙ୍କର ବସ୍ତ୍ରଧଡ଼ି କାଟିବାରୁ ପଛେ ଦାଉଦଙ୍କର ଅନ୍ତଃକରଣ ତାଙ୍କୁ ଆଘାତ କଲା।


ଯଦି ଆମ୍ଭେମାନେ ଆପଣା ଆପଣା ପାପ ସ୍ୱୀକାର କରୁ, ତେବେ ସେ ଆମ୍ଭମାନଙ୍କର ପାପ କ୍ଷମା କରିବାକୁ ଓ ସମସ୍ତ ଅଧର୍ମରୁ ଆମ୍ଭମାନଙ୍କୁ ପରିଷ୍କାର କରିବାକୁ ବିଶ୍ୱସ୍ତ ଓ ନ୍ୟାୟବାନ ଅଟନ୍ତି।


କାରଣ ସଦାପ୍ରଭୁଙ୍କ ପ୍ରତି ଯେଉଁମାନଙ୍କର ଅନ୍ତଃକରଣ ସିଦ୍ଧ ଥାଏ, ସେମାନଙ୍କ ସପକ୍ଷରେ ଆପଣାକୁ ବଳବାନ ଦେଖାଇବା ପାଇଁ ତାହାଙ୍କର ଚକ୍ଷୁ ପୃଥିବୀର ସର୍ବତ୍ର ଏଣେତେଣେ ଦୌଡ଼ଇ। ଏ ବିଷୟରେ ତୁମ୍ଭେ ଅଜ୍ଞାନର କାର୍ଯ୍ୟ କରିଅଛ; ଏଣୁ ଏହି ସମୟଠାରୁ ତୁମ୍ଭ ପ୍ରତି ଯୁଦ୍ଧ ଘଟିବ।”


ତହୁଁ ଦାଉଦ ପରମେଶ୍ୱରଙ୍କୁ କହିଲେ, “ଏହି କର୍ମ କରିବାରେ ମୁଁ ମହାପାପ କରିଅଛି; ମାତ୍ର, ଏବେ ମୁଁ ବିନୟ କରୁଅଛି, ନିଜ ଦାସର ଅପରାଧ କ୍ଷମା କର; କାରଣ, ମୁଁ ଅତି ମୂର୍ଖର କର୍ମ କରିଅଛି।”


କାରଣ ପୂର୍ବେ ଆମ୍ଭେମାନେ ମଧ୍ୟ ନିର୍ବୋଧ, ଅବାଧ୍ୟ, ଭ୍ରାନ୍ତ ପୁଣି, ନାନା ପ୍ରକାର କୁଅଭିଳାଷ ଓ ସୁଖଭୋଗର ଦାସ ଥିଲୁ, ହିଂସା ଓ ଈର୍ଷାରେ କାଳକ୍ଷେପଣ କରୁଥିଲୁ, ଆଉ ଘୃଣାର ପାତ୍ର ହୋଇ ପରସ୍ପରକୁ ଘୃଣା କରୁଥିଲୁ।


ତାହା ଶୁଣି ସେମାନେ ବଡ଼ଠାରୁ ଆରମ୍ଭ କରି ଜଣ ଜଣ ହୋଇ ବାହାରିଯିବାକୁ ଲାଗିଲେ, ଆଉ କେବଳ ଯୀଶୁ ଓ ମଧ୍ୟସ୍ଥଳରେ ସେହି ସ୍ତ୍ରୀଲୋକ ଅବଶିଷ୍ଟ ରହିଲେ।


ତହିଁ ଆରଦିନ ସେ ଯୀଶୁଙ୍କୁ ନିଜ ପାଖକୁ ଆସୁଥିବା ଦେଖି କହିଲେ, ଏହି ଦେଖ, ଈଶ୍ବରଙ୍କ ମେଷଶାବକ, ଯେ ଜଗତର ପାପ ବୋହିନେଇଯାଆନ୍ତି।


ବେଶ୍ୟାଗମନ, ଚୋରି, ନରହତ୍ୟା, ବ୍ୟଭିଚାର, ଲୋଭ, ଦୁଷ୍ଟତା, ଶଠତା, କାମୁକତା, ଈର୍ଷାଦୃଷ୍ଟି, ନିନ୍ଦା, ଅହଙ୍କାର, ମୂର୍ଖତା;


ତୁମ୍ଭେମାନେ ବାକ୍ୟ ସଙ୍ଗରେ ଘେନି ସଦାପ୍ରଭୁଙ୍କ ନିକଟକୁ ଫେରି ଆସ; ତାହାଙ୍କୁ କୁହ, “ଅଧର୍ମସକଳ କ୍ଷମା କର ଓ ଯାହା ଉତ୍ତମ, ତାହା ଗ୍ରହଣ କର; ତହିଁରେ ଆମ୍ଭେମାନେ ଆପଣା ଆପଣା ଓଷ୍ଠାଧରର ଉପହାର ବୃଷ ରୂପରେ ଉତ୍ସର୍ଗ କରିବା।


ମୁଁ ତୁମ୍ଭ ନିକଟରେ ଆପଣା ପାପ ସ୍ୱୀକାର କଲି ଓ ଆପଣା ଅଧର୍ମ ଲୁଚାଇଲି ନାହିଁ; ମୁଁ କହିଲି, “ମୁଁ ସଦାପ୍ରଭୁଙ୍କ ନିକଟରେ ଆପଣା ଅପରାଧ ସ୍ୱୀକାର କରିବି,” ତହିଁରେ ତୁମ୍ଭେ ମୋହର ପାପଘଟିତ ଅଧର୍ମ କ୍ଷମା କଲ। [ସେଲା]


ପୁଣି, ତୁମ୍ଭେ କାହିଁକି ମୋହର ଅପରାଧ କ୍ଷମା କରୁ ନାହଁ ଓ ମୋହର ଅଧର୍ମ ଦୂର କରୁ ନାହଁ? କାରଣ ଏବେ ମୁଁ ଧୂଳିରେ ଶୟନ କରିବି; ପୁଣି, ତୁମ୍ଭେ ଯତ୍ନପୂର୍ବକ ମୋହର ଅନ୍ଵେଷଣ କରିବ, ମାତ୍ର ମୁଁ ନ ଥିବି।”


ତଥାପି ଆପଣା ଅନ୍ତଃକରଣର ଗର୍ବ ସକାଶୁ ହିଜକୀୟ ଓ ଯିରୂଶାଲମ ନିବାସୀମାନେ ଆପଣାମାନଙ୍କୁ ନମ୍ର କଲେ, ତେଣୁ ହିଜକୀୟଙ୍କର ସମୟରେ ସେମାନଙ୍କ ଉପରେ ସଦାପ୍ରଭୁଙ୍କ କୋପ ଉପସ୍ଥିତ ହେଲା ନାହିଁ।


ଏଥିରେ ଶାଉଲ କହିଲେ, “ମୁଁ ପାପ କଲି; ହେ ମୋହର ପୁତ୍ର ଦାଉଦ, ଫେରି ଆସ; ମୁଁ ତୁମ୍ଭକୁ ଆଉ ହିଂସା କରିବି ନାହିଁ, କାରଣ ଆଜି ମୋହର ପ୍ରାଣ ତୁମ୍ଭ ଦୃଷ୍ଟିରେ ବହୁମୂଲ୍ୟ ହେଲା; ଦେଖ, ମୁଁ ମୂର୍ଖତାର କର୍ମ କରିଅଛି ଓ ଅତିଶୟ ଭ୍ରାନ୍ତ ହୋଇଅଛି।”


ହେ ମୂଢ଼ ଓ ଅଜ୍ଞାନ ଲୋକେ, ତୁମ୍ଭେମାନେ କି ସଦାପ୍ରଭୁଙ୍କୁ ଏପରି ପରିଶୋଧ କରୁଅଛ; ସେ କି ତୁମ୍ଭର କ୍ରୟକାରୀ ପିତା ନୁହନ୍ତି? ସେ ତୁମ୍ଭର ସୃଷ୍ଟି ଓ ସ୍ଥିତିକର୍ତ୍ତା ଅଟନ୍ତି।


ତହିଁରେ ହାରୋଣ ମୋଶାଙ୍କୁ କହିଲେ, “ହେ ମୋହର ପ୍ରଭୁ, ଆମ୍ଭେମାନେ ମୂର୍ଖତାର କର୍ମ କରିଅଛୁ ଓ ଆମ୍ଭେମାନେ ପାପ କରିଅଛୁ, ଏହେତୁ ବିନୟ କରୁଅଛି, ଆମ୍ଭମାନଙ୍କ ଉପରେ ସେହି ପାପ ଥୁଅ ନାହିଁ।


ପୁଣି ଦାଉଦ ସେହି ବିନାଶକ ଦୂତଙ୍କୁ ଦେଖି ସଦାପ୍ରଭୁଙ୍କୁ କହିଲେ, “ଦେଖ, ମୁଁ ପାପ କଲି ଓ ମୁଁ ହିଁ ଅପରାଧୀ ହେଲି; ମାତ୍ର ଏହି ମେଷଗଣ କଅଣ କଲେ? ବିନୟ କରୁଅଛି, ତୁମ୍ଭ ହସ୍ତ ମୋʼ ବିରୁଦ୍ଧରେ ଓ ମୋʼ ପିତୃଗୃହର ବିରୁଦ୍ଧରେ ହେଉ।”


ସେମାନେ ତୁମ୍ଭ ବିରୁଦ୍ଧରେ ପାପ କରିବା ସକାଶୁ ଯେବେ ଆକାଶ ରୁଦ୍ଧ ହୋଇ ବୃଷ୍ଟି ନ ହୁଏ, ତେବେ, ତୁମ୍ଭେ ସେମାନଙ୍କୁ କ୍ଳେଶ ଦେବା ବେଳେ ଯେବେ ସେମାନେ ଏହି ସ୍ଥାନ ଅଭିମୁଖରେ ପ୍ରାର୍ଥନା କରନ୍ତି ଓ ତୁମ୍ଭ ନାମ ସ୍ୱୀକାର କରି ଆପଣା ଆପଣା ପାପରୁ ଫେରନ୍ତି,


ତହୁଁ ଫାରୋ ଶୀଘ୍ର ମୋଶା ଓ ହାରୋଣଙ୍କୁ ଡକାଇ କହିଲେ, “ମୁଁ ତୁମ୍ଭମାନଙ୍କ ସଦାପ୍ରଭୁ ପରମେଶ୍ୱରଙ୍କ ଓ ତୁମ୍ଭମାନଙ୍କ ବିରୁଦ୍ଧରେ ପାପ କରିଅଛି।


ଏଣୁ ସେ ଆପଣା ଲୋକମାନଙ୍କୁ କହିଲେ, “ମୁଁ ଯେ ସଦାପ୍ରଭୁଙ୍କ ଅଭିଷିକ୍ତ ମୋର ପ୍ରଭୁଙ୍କ ପ୍ରତିକୂଳରେ ହାତ ଉଠାଇବି, ସଦାପ୍ରଭୁ ଏହା କରିବାକୁ ମୋତେ ନ ଦେଉନ୍ତୁ; କାରଣ ସେ ସଦାପ୍ରଭୁଙ୍କ ଅଭିଷିକ୍ତ।”


ଆଉ, ପରମେଶ୍ୱର ଏହି କାର୍ଯ୍ୟରେ ଅସନ୍ତୁଷ୍ଟ ହେଲେ; ଏହେତୁ ସେ ଇସ୍ରାଏଲକୁ ଆଘାତ କଲେ।


ତଥାପି ସଦାପ୍ରଭୁ କହନ୍ତି, “ଏବେ ହେଁ ତୁମ୍ଭେମାନେ ଉପବାସ, ରୋଦନ ଓ ବିଳାପ କରି ଆପଣାମାନଙ୍କର ସର୍ବାନ୍ତଃକରଣ ସହିତ ଆମ୍ଭ ନିକଟକୁ ଫେରି ଆସ।


Swiv nou:

Piblisite


Piblisite