Biblia Todo Logo
Bib sou entènèt

- Piblisite -




2 ଶାମୁୟେଲ 3:18 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

18 ଏବେ ତାହା କର; କାରଣ ସଦାପ୍ରଭୁ ଦାଉଦଙ୍କ ବିଷୟରେ କହିଅଛନ୍ତି, ‘ଆମ୍ଭେ ଆପଣା ଦାସ ଦାଉଦର ହସ୍ତ ଦ୍ୱାରା ଆପଣା ଇସ୍ରାଏଲ ଲୋକମାନଙ୍କୁ ପଲେଷ୍ଟୀୟମାନଙ୍କ ହସ୍ତରୁ ଓ ସେମାନଙ୍କ ସମସ୍ତ ଶତ୍ରୁ ହସ୍ତରୁ ଉଦ୍ଧାର କରିବା।’”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

18 ଏବେ ତାହା କର; କାରଣ ସଦାପ୍ରଭୁ ଦାଉଦଙ୍କ ବିଷୟରେ କହିଅଛନ୍ତି, ଆମ୍ଭେ ଆପଣା ଦାସ ଦାଉଦର ହସ୍ତ ଦ୍ଵାରା ଆପଣା ଲୋକମାନଙ୍କୁ ପଲେଷ୍ଟୀୟମାନଙ୍କ ହସ୍ତରୁ ଓ ସେମାନଙ୍କ ସମସ୍ତ ଶତ୍ରୁ ହସ୍ତରୁ ଉଦ୍ଧାର କରିବା।

Gade chapit la Kopi

ଓଡିଆ ବାଇବେଲ

18 ଏବେ ତାହା କର; କାରଣ ସଦାପ୍ରଭୁ ଦାଉଦଙ୍କ ବିଷୟରେ କହିଅଛନ୍ତି, ଆମ୍ଭେ ଆପଣା ଦାସ ଦାଉଦର ହସ୍ତ ଦ୍ୱାରା ଆପଣା ଇସ୍ରାଏଲ ଲୋକମାନଙ୍କୁ ପଲେଷ୍ଟୀୟମାନଙ୍କ ହସ୍ତରୁ ଓ ସେମାନଙ୍କ ସମସ୍ତ ଶତ୍ରୁ ହସ୍ତରୁ ଉଦ୍ଧାର କରିବା।”

Gade chapit la Kopi

ପବିତ୍ର ବାଇବଲ

18 ବର୍ତ୍ତମାନ ଏହା କର, ସଦାପ୍ରଭୁ ଦାଉଦଙ୍କ ବିଷୟରେ କହିଥିଲେ ଯେତେବେଳେ ସେ କହିଲେ, ‘ମୁଁ ମୋର ଇସ୍ରାଏଲର ଲୋକମାନଙ୍କୁ ପଲେଷ୍ଟୀୟମାନଙ୍କଠାରୁ ରକ୍ଷା କରିବି ଏବଂ ମୁଁ ସେମାନଙ୍କୁ ସେମାନଙ୍କର ଅନ୍ୟ ସମସ୍ତ ଶତ୍ରୁମାନଙ୍କଠାରୁ ମଧ୍ୟ ରକ୍ଷା କରିବି। ମୁଁ ଏହା ମୋର ପ୍ରିୟ ଦାସ ଦାଉଦଙ୍କ ଦ୍ୱାରା ହିଁ କରିବି।’”

Gade chapit la Kopi




2 ଶାମୁୟେଲ 3:18
11 Referans Kwoze  

ଏଣୁ ଶାମୁୟେଲ ତାଙ୍କୁ କହିଲେ, “ସଦାପ୍ରଭୁ ଆଜି ତୁମ୍ଭଠାରୁ ଇସ୍ରାଏଲର ରାଜତ୍ୱ ଟାଣି ଚିରିଲେ ଓ ତୁମ୍ଭଠାରୁ ଉତ୍ତମ ତୁମ୍ଭର ଏକ ପ୍ରତିବାସୀକୁ ତାହା ଦେଲେ।


ଶାଉଲ ବଂଶରୁ ରାଜ୍ୟ ଅନ୍ତର କରିବାକୁ ଓ ଦାନ୍‍ଠାରୁ ବେର୍‍ଶେବା ପର୍ଯ୍ୟନ୍ତ ଇସ୍ରାଏଲ ଓ ଯିହୁଦା ଉପରେ ଦାଉଦଙ୍କର ସିଂହାସନ ସ୍ଥାପନ କରିବାକୁ,


ଏଥିଉତ୍ତାରେ ସଦାପ୍ରଭୁ ଶାମୁୟେଲଙ୍କୁ କହିଲେ, “ତୁମ୍ଭେ କେତେ କାଳ ଶାଉଲ ପାଇଁ ଶୋକ କରିବ? ଆମ୍ଭେ ତ ତାହାକୁ ଇସ୍ରାଏଲ ଉପରେ ରାଜା ହୋଇଥିବା ପାଇଁ ତୁଚ୍ଛ କଲୁ, ତୁମ୍ଭେ ଆପଣା ଶୃଙ୍ଗ ତୈଳରେ ପୂର୍ଣ୍ଣ କରି ଚାଲ, ଆମ୍ଭେ ତୁମ୍ଭକୁ ବେଥଲିହିମୀୟ ଯିଶୀ ନିକଟକୁ ପଠାଇବା, କାରଣ ତାହାର ପୁତ୍ରମାନଙ୍କ ମଧ୍ୟରେ ଆମ୍ଭେ ଆପଣା ପାଇଁ ଏକ ରାଜା ଦେଖିଅଛୁ।”


ମାତ୍ର ଏବେ ତୁମ୍ଭର ରାଜତ୍ୱ ସ୍ଥିର ହେବ ନାହିଁ; ସଦାପ୍ରଭୁ ନିଜ ମନର ମତ ଏକ ଜଣ ଆପଣା ପାଇଁ ଅନ୍ୱେଷଣ କରିଅଛନ୍ତି, ସଦାପ୍ରଭୁ ଆପଣା ଲୋକମାନଙ୍କ ଉପରେ ତାହାକୁ ଅଗ୍ରଣୀ ନିରୂପଣ କରିଅଛନ୍ତି, କାରଣ ସଦାପ୍ରଭୁ ତୁମ୍ଭକୁ ଯାହା ଆଜ୍ଞା କରିଥିଲେ, ତୁମ୍ଭେ ତାହା ପାଳନ କଲ ନାହିଁ।”


“କାଲି ପ୍ରାୟ ଏହି ସମୟରେ ଆମ୍ଭେ ବିନ୍ୟାମୀନ୍ ପ୍ରଦେଶରୁ ତୁମ୍ଭ ନିକଟକୁ ଜଣେ ଲୋକ ପଠାଇବା, ଆଉ ତୁମ୍ଭେ ତାହାକୁ ଆମ୍ଭ ଇସ୍ରାଏଲ ଲୋକଙ୍କ ଉପରେ ରାଜା କରି ଅଭିଷିକ୍ତ କରିବ ଓ ସେ ଆମ୍ଭ ଲୋକମାନଙ୍କୁ ପଲେଷ୍ଟୀୟମାନଙ୍କ ହସ୍ତରୁ ଉଦ୍ଧାର କରିବ; କାରଣ ଆମ୍ଭ ଲୋକମାନଙ୍କ କ୍ରନ୍ଦନ ଆମ୍ଭ କର୍ଣ୍ଣଗୋଚର ହେବାରୁ ଆମ୍ଭେ ସେମାନଙ୍କ ପ୍ରତି ଦୃଷ୍ଟିପାତ କଲୁ।”


ତହୁଁ ଦାଉଦ ଦମ୍ମେଶକର ଅରାମ ଦେଶରେ ପ୍ରହରୀ-ଦଳ ସ୍ଥାପନ କଲେ; ପୁଣି ଅରାମୀୟ ଲୋକମାନେ ଦାଉଦଙ୍କର ଦାସ ହୋଇ କର ଆଣିଲେ। ଏହି ପ୍ରକାରେ ଦାଉଦ ଯେଉଁଆଡ଼େ ଗଲେ, ସଦାପ୍ରଭୁ ତାଙ୍କୁ ଜୟ ଦେଲେ।


Swiv nou:

Piblisite


Piblisite