Biblia Todo Logo
Bib sou entènèt

- Piblisite -




2 ଶାମୁୟେଲ 3:35 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

35 ଏଉତ୍ତାରେ ଦିନ ଥାଉ ଥାଉ ଦାଉଦଙ୍କୁ ଭୋଜନ କରାଇବା ନିମନ୍ତେ ସମସ୍ତ ଲୋକ ଆସିଲେ; ମାତ୍ର ଦାଉଦ ଶପଥ କରି କହିଲେ, “ସୂର୍ଯ୍ୟାସ୍ତ ପର୍ଯ୍ୟନ୍ତ ଯେବେ ମୁଁ ରୁଟି କି ଆଉ କିଛି ସ୍ପର୍ଶ କରେ, ତେବେ ପରମେଶ୍ୱର ମୋତେ ସେହି ଦଣ୍ଡ ଓ ତହିଁରୁ ଅଧିକ ଦିଅନ୍ତୁ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

35 ଏଉତ୍ତାରେ ଦିନ ଥାଉ ଥାଉ ଦାଉଦଙ୍କୁ ଆହାର କରାଇବା ନିମନ୍ତେ ସମସ୍ତ ଲୋକ ଆସିଲେ; ମାତ୍ର ଦାଉଦ ଶପଥ କରି କହିଲେ, ସୂର୍ଯ୍ୟାସ୍ତ ପର୍ଯ୍ୟନ୍ତ ଯେବେ ମୁଁ ରୋଟୀ କି ଆଉ କିଛି ଆସ୍ଵାଦ କରେ, ତେବେ ପରମେଶ୍ଵର ମୋତେ ସେହି ଦଣ୍ତ ଓ ତହିଁରୁ ଅଧିକ ଦେଉନ୍ତୁ।

Gade chapit la Kopi

ଓଡିଆ ବାଇବେଲ

35 ଏଉତ୍ତାରେ ଦିନ ଥାଉ ଥାଉ ଦାଉଦଙ୍କୁ ଭୋଜନ କରାଇବା ନିମନ୍ତେ ସମସ୍ତ ଲୋକ ଆସିଲେ; ମାତ୍ର ଦାଉଦ ଶପଥ କରି କହିଲେ, “ସୂର୍ଯ୍ୟାସ୍ତ ପର୍ଯ୍ୟନ୍ତ ଯେବେ ମୁଁ ରୁଟି କି ଆଉ କିଛି ସ୍ପର୍ଶ କରେ, ତେବେ ପରମେଶ୍ୱର ମୋତେ ସେହି ଦଣ୍ଡ ଓ ତହିଁରୁ ଅଧିକ ଦିଅନ୍ତୁ।”

Gade chapit la Kopi

ପବିତ୍ର ବାଇବଲ

35 ଦିନତମାମ ଲୋକମାନେ ଦାଉଦଙ୍କୁ ଖାଇବାକୁ କହିଲେ, କିନ୍ତୁ ଦାଉଦ ଏକ ପ୍ରତିଜ୍ଞା କରିଥିଲେ ଓ କହିଲେ, “ଯଦି ସୂର୍ଯ୍ୟାସ୍ତ ପୂର୍ବରୁ ମୁଁ ରୋଟୀ କିମ୍ବା ଅନ୍ୟ କିଛି ଆହାର କରେ, ତେବେ ପରମେଶ୍ୱର ମୋତେ ଦଣ୍ତ ଓ ଦୁଃଖ ଦେବେ।”

Gade chapit la Kopi




2 ଶାମୁୟେଲ 3:35
13 Referans Kwoze  

ଏଥିରେ ଦାଉଦଙ୍କ ଗୃହସ୍ଥ ପ୍ରାଚୀନମାନେ ଉଠି ତାଙ୍କୁ ଭୂମିରୁ ଉଠାଇବା ପାଇଁ ତାଙ୍କ ନିକଟରେ ଛିଡ଼ା ହେଲେ; ମାତ୍ର ସେ ଉଠିଲେ ନାହିଁ, କିଅବା ସେମାନଙ୍କ ସଙ୍ଗେ ଭୋଜନ କଲେ ନାହିଁ।


ପୁଣି ଶାଉଲ ଓ ତାଙ୍କର ପୁତ୍ର ଯୋନାଥନ ଓ ସଦାପ୍ରଭୁଙ୍କ ଲୋକମାନେ ଓ ଇସ୍ରାଏଲ ବଂଶ ଖଡ୍ଗରେ ପତିତ ହେବାରୁ ଦାଉଦ ଓ ତାଙ୍କ ସଙ୍ଗୀମାନେ ସେମାନଙ୍କ ନିମନ୍ତେ ବିଳାପ ଓ ରୋଦନ କଲେ ଓ ସନ୍ଧ୍ୟା ପର୍ଯ୍ୟନ୍ତ ଉପବାସ କଲେ।


କିଅବା ମୃତ ଲୋକମାନଙ୍କ ନିମନ୍ତେ ଶୋକକାରୀମାନଙ୍କୁ ସାନ୍ତ୍ୱନା କରିବା ପାଇଁ ଲୋକେ ରୁଟି ଭାଙ୍ଗିବେ ନାହିଁ; ଅଥବା ଆପଣା ଆପଣା ପିତା ଓ ମାତା ନିମନ୍ତେ ପାନ କରିବା ପାଇଁ ସାନ୍ତ୍ୱନାସୂଚକ ପାତ୍ର ଦେବେ ନାହିଁ।


ତୁମ୍ଭେ ଯେଉଁଠାରେ ମରିବ, ମୁଁ ମଧ୍ୟ ସେହିଠାରେ ମରିବି ଓ ସେହିଠାରେ ମୋହର କବର ହେବ; କେବଳ ମୃତ୍ୟୁୁ ଛଡ଼ା ଆଉ କିଛି ହିଁ ଯେବେ ତୁମ୍ଭକୁ ଓ ମୋତେ ବିଚ୍ଛେଦ କରଇ, ତେବେ ସଦାପ୍ରଭୁ ସେହି ଦଣ୍ଡ, ମଧ୍ୟ ତହିଁରୁ ଅଧିକ ମୋତେ ଦେଉନ୍ତୁ।”


ଦୀର୍ଘ ନିଃଶ୍ୱାସ ଛାଡ଼, ମାତ୍ର ଉଚ୍ଚ କରି ନୁହେଁ; ମୃତ ଲୋକ ପାଇଁ ବିଳାପ କର ନାହିଁ, ଆପଣା ମସ୍ତକରେ ଶିରୋଭୂଷଣ ବାନ୍ଧ ଓ ପାଦରେ ପାଦୁକା ପିନ୍ଧ, ତୁମ୍ଭର ଓଷ୍ଠାଧର ଆଚ୍ଛାଦନ କର ନାହିଁ, ପୁଣି, ଲୋକମାନଙ୍କର ରୁଟି ଖାଅ ନାହିଁ।”


ତେବେ ସମସ୍ତ ଇସ୍ରାଏଲ ସନ୍ତାନ ଓ ସମସ୍ତ ଲୋକ ଉଠି ବେଥେଲ୍‍କୁ ଯାଇ ରୋଦନ କଲେ ଓ ସଦାପ୍ରଭୁଙ୍କ ସମ୍ମୁଖରେ ବସି ସେଦିନ ସନ୍ଧ୍ୟା ପର୍ଯ୍ୟନ୍ତ ଉପବାସ କଲେ ଓ ସେମାନେ ସଦାପ୍ରଭୁଙ୍କ ସମ୍ମୁଖରେ ହୋମବଳି ଓ ମଙ୍ଗଳାର୍ଥକ ବଳି ଉତ୍ସର୍ଗ କଲେ।


ତହିଁରେ ଆମ୍ଭେ ଯେପରି କରିଅଛୁ, ତୁମ୍ଭେମାନେ ସେହିପରି କରିବ; ତୁମ୍ଭେମାନେ ଆପଣା ଆପଣା ଓଷ୍ଠାଧର ଆଚ୍ଛାଦନ କରିବ ନାହିଁ, କିଅବା ଲୋକମାନଙ୍କର ରୁଟି ଖାଇବ ନାହିଁ।


ଶାଉଲ ବଂଶରୁ ରାଜ୍ୟ ଅନ୍ତର କରିବାକୁ ଓ ଦାନ୍‍ଠାରୁ ବେର୍‍ଶେବା ପର୍ଯ୍ୟନ୍ତ ଇସ୍ରାଏଲ ଓ ଯିହୁଦା ଉପରେ ଦାଉଦଙ୍କର ସିଂହାସନ ସ୍ଥାପନ କରିବାକୁ,


ତେବେ ସେ ପଚାରିଲେ, “ସଦାପ୍ରଭୁ ତୁମ୍ଭକୁ କି କଥା କହିଲେ? ବିନୟ କରୁଅଛି, ମୋʼ ଠାରୁ ତାହା ଗୁପ୍ତ ନ କର; ସେ ଯେସମସ୍ତ କଥା କହିଅଛନ୍ତି, ତହିଁରୁ କୌଣସି କଥା ତୁମ୍ଭେ ମୋʼ ଠାରୁ ଗୁପ୍ତ କଲେ, ପରମେଶ୍ୱର ସେହି ଦଣ୍ଡ, ମଧ୍ୟ ତହିଁରୁ ଅଧିକ ତୁମ୍ଭକୁ ଦେଉନ୍ତୁ।”


ତୁମ୍ଭ ହାତ ବନ୍ଧା ନ ଥିଲା, କି ବେଡ଼ିରେ ତୁମ୍ଭ ପାଦ ବନ୍ଧା ନ ଥିଲା; ଯେପରି ମନୁଷ୍ୟ ଅଧର୍ମୀ-ସନ୍ତାନମାନଙ୍କ ଆଗରେ ପଡ଼େ, ସେପରି ତୁମ୍ଭେ ପଡ଼ିଲ।” ଏଥିରେ ସମସ୍ତ ଲୋକ ପୁନର୍ବାର ତାହା ପାଇଁ ରୋଦନ କଲେ।


ତହିଁରେ ସମସ୍ତ ଲୋକ ବୁଝିଲେ ଓ ତାହା ସେମାନଙ୍କ ଦୃଷ୍ଟିରେ ଭଲ ଦେଖାଗଲା; ରାଜା ମଧ୍ୟ ଯାହା ଯାହା କଲେ, ତାହାସବୁ ସମସ୍ତ ଲୋକଙ୍କ ଦୃଷ୍ଟିରେ ଭଲ ଥିଲା।


ପୁଣି ଇସ୍ରାଏଲ-ସନ୍ତାନଗଣ ଉଠିଯାଇ ସନ୍ଧ୍ୟା ପର୍ଯ୍ୟନ୍ତ ସଦାପ୍ରଭୁଙ୍କ ସମ୍ମୁଖରେ ରୋଦନ କଲେ; ପୁଣି ସେମାନେ ସଦାପ୍ରଭୁଙ୍କୁ ପଚାରି କହିଲେ, “ଆମ୍ଭେ କି ଆପଣା ଭାଇ ବିନ୍ୟାମୀନ୍-ସନ୍ତାନଗଣ ସହିତ ଯୁଦ୍ଧ କରିବାକୁ ନିକଟବର୍ତ୍ତୀ ହେବା?” ତହିଁରେ ସଦାପ୍ରଭୁ କହିଲେ, “ତାହା ବିରୁଦ୍ଧରେ ଯାଅ।”


ସମସ୍ତ ବିକ୍ରମଶାଳୀ ଲୋକ ଉଠି ଶାଉଲଙ୍କର ଶରୀର ଓ ତାଙ୍କର ପୁତ୍ରମାନଙ୍କ ଶରୀର ଯାବେଶକୁ ନେଇ ଆସିଲେ ଓ ଯାବେଶସ୍ଥ ଅଲୋନ ବୃକ୍ଷ ମୂଳେ ସେମାନଙ୍କର ଅସ୍ଥି ପୋତି ସାତ ଦିନ ଉପବାସ କଲେ।


Swiv nou:

Piblisite


Piblisite