Biblia Todo Logo
Bib sou entènèt

- Piblisite -




2 ଶାମୁୟେଲ 4:11 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

11 ତେବେ ଯେଉଁମାନେ ଧାର୍ମିକ ଲୋକକୁ ତାହାର ନିଜ ଗୃହ ଭିତରେ, ତାହାର ଶଯ୍ୟା ଉପରେ ମାରି ପକାଇଅଛନ୍ତି, ଏପରି ଦୁଷ୍ଟ ଲୋକଙ୍କୁ କି ତତୋଧିକ ନ କରିବି, ଏବେ ମୁଁ କି ତୁମ୍ଭମାନଙ୍କ ହସ୍ତରୁ ତାହାର ରକ୍ତର ପରିଶୋଧ ନ ନେବି ଓ ପୃଥିବୀରୁ ତୁମ୍ଭମାନଙ୍କୁ ଉଚ୍ଛିନ୍ନ ନ କରିବି?”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

11 ତେବେ ଯେଉଁମାନେ ଧାର୍ମିକ ଲୋକକୁ ତାହାର ନିଜ ଗୃହ ଭିତରେ, ତାହାର ଶଯ୍ୟା ଉପରେ ମାରି ପକାଇଅଛନ୍ତି, ଏପରି ଦୁଷ୍ଟ ଲୋକଙ୍କୁ କି ତତୋଧିକ ନ କରିବି, ଏବେ ମୁଁ କି ତୁମ୍ଭମାନଙ୍କ ହସ୍ତରୁ ତାହାର ରକ୍ତର ପରିଶୋଧ ନ ନେବି ଓ ପୃଥିବୀରୁ ତୁମ୍ଭମାନଙ୍କୁ ଉଚ୍ଛିନ୍ନ ନ କରିବି?

Gade chapit la Kopi

ଓଡିଆ ବାଇବେଲ

11 ତେବେ ଯେଉଁମାନେ ଧାର୍ମିକ ଲୋକକୁ ତାହାର ନିଜ ଗୃହ ଭିତରେ, ତାହାର ଶଯ୍ୟା ଉପରେ ମାରି ପକାଇଅଛନ୍ତି, ଏପରି ଦୁଷ୍ଟ ଲୋକଙ୍କୁ କି ତତୋଧିକ ନ କରିବି, ଏବେ ମୁଁ କି ତୁମ୍ଭମାନଙ୍କ ହସ୍ତରୁ ତାହାର ରକ୍ତର ପରିଶୋଧ ନ ନେବି ଓ ପୃଥିବୀରୁ ତୁମ୍ଭମାନଙ୍କୁ ଉଚ୍ଛିନ୍ନ ନ କରିବି ?”

Gade chapit la Kopi

ପବିତ୍ର ବାଇବଲ

11 ତେଣୁ ମୁଁ ତୁମ୍ଭକୁ ହତ୍ୟା କରିବି ଓ ତୁମ୍ଭମାନଙ୍କୁ ଏହି ଭୂମିରୁ ଉଚ୍ଛିନ୍ନ କରିବି। କାରଣ ତୁମ୍ଭେ ଦୁଷ୍ଟ ପ୍ରକୃତିର ଲୋକ, ଏକ ଧର୍ମପରାୟଣ ଲୋକକୁ ହତ୍ୟା କରିଛ, ଯେତେବେଳେ ସେ ତା'ର ନିଜ ଗୃହରେ ତା'ର ଶଯ୍ୟାରେ ବିଶ୍ରାମ ନେଉଥିଲା।”

Gade chapit la Kopi




2 ଶାମୁୟେଲ 4:11
19 Referans Kwoze  

କାରଣ ଯେ ରକ୍ତପାତର ଅନୁସନ୍ଧାନ କରନ୍ତି, ସେ ସେମାନଙ୍କୁ ସ୍ମରଣ କରନ୍ତି; ସେ ଦୁଃଖୀମାନଙ୍କର କ୍ରନ୍ଦନ ଭୁଲନ୍ତି ନାହିଁ।


ପାପାତ୍ମାର ସନ୍ତାନ ଯେ କୟିନ, ତାହା ପରି ହୁଅ ନାହିଁ, ସେ ଆପଣା ଭାଇକୁ ବଧ କଲା; ଆଉ ସେ ତାହାକୁ କାହିଁକି ବଧ କଲା? କାରଣ ଏହି ଯେ, ତାହାର କାର୍ଯ୍ୟ ପାପମୟ, ଆଉ ତାହାର ଭାଇର କାର୍ଯ୍ୟ ଧର୍ମମୟ ଥିଲା।


ହେ ସଦାପ୍ରଭୁ, ମୋର ପରମେଶ୍ୱର, ମୋର ଧର୍ମସ୍ୱରୂପ, ତୁମ୍ଭେ କି ଅନାଦି କାଳଠାରୁ ନୁହଁ? ଆମ୍ଭେମାନେ ବିନଷ୍ଟ ନୋହିବା। ହେ ସଦାପ୍ରଭୁ, ତୁମ୍ଭେ ଶାସନାର୍ଥେ ତାହାକୁ ନିରୂପଣ କରିଅଛ, ପୁଣି ହେ ଶୈଳ ସ୍ୱରୂପ, ତୁମ୍ଭେ ଶାସ୍ତି ନିମନ୍ତେ ତାହାକୁ ସ୍ଥାପନ କରିଅଛ।


ଏଥିପାଇଁ ବ୍ୟବସ୍ଥା ନିସ୍ତେଜ ହୋଇଅଛି ଓ ବିଚାର କେବେ ନିଷ୍ପନ୍ନ ହେଉ ନାହିଁ; କାରଣ ଦୁର୍ଜ୍ଜନମାନେ ଧାର୍ମିକକୁ ଘେରନ୍ତି; ଏଥିପାଇଁ ବିଚାର ବିପରୀତ ହୋଇପଡ଼େ।


ତୁମ୍ଭେମାନେ ସେମାନଙ୍କୁ ଏହି କଥା କହିବ, “ଯେଉଁ ଦେବତାମାନେ ଆକାଶମଣ୍ଡଳ ଓ ପୃଥିବୀ ନିର୍ମାଣ କରି ନାହାନ୍ତି, ସେମାନେ ପୃଥିବୀରୁ ଓ ଆକାଶମଣ୍ଡଳର ତଳୁ ବିନଷ୍ଟ ହେବେ।”


ଗୋଳିଆ ଜଳାଶୟ ଓ ମଳିନ ନିର୍ଝର ଯେରୂପ, ଦୁଷ୍ଟ ଲୋକ ଆଗରେ ବିଚଳିତ ଧାର୍ମିକ ସେରୂପ।


ମାତ୍ର ଦୁଷ୍ଟଗଣ ଦେଶରୁ ଉଚ୍ଛିନ୍ନ ହେବେ ଓ ବିଶ୍ୱାସଘାତକମାନେ ତହିଁରୁ ଉତ୍ପାଟିତ ହେବେ।


ସଦାପ୍ରଭୁ ଯେପରି ସେମାନଙ୍କ ସ୍ମରଣ ପୃଥିବୀରୁ ଉଚ୍ଛିନ୍ନ କରିବେ, ଏଥିପାଇଁ ସେମାନେ ତାହାଙ୍କ ସାକ୍ଷାତରେ ସର୍ବଦା ଥାଉନ୍ତୁ।


ପୁଣି, ସଦାପ୍ରଭୁ ତାହାର ରକ୍ତପାତର ଅପରାଧ ତାହାର ନିଜ ମସ୍ତକରେ ବର୍ତ୍ତାଇବେ, କାରଣ, ସେ ମୋʼ ପିତା ଦାଉଦଙ୍କ ଅଜ୍ଞାତସାରରେ ଆପଣାଠାରୁ ଧାର୍ମିକ ଓ ଉତ୍ତମ, ଇସ୍ରାଏଲର ସେନାପତି ନେର୍‍ର ପୁତ୍ର ଅବ୍‍ନର ଓ ଯିହୁଦାର ସେନାପତି ଯେଥରର ପୁତ୍ର ଅମାସା, ଏ ଦୁଇ ଜଣଙ୍କୁ ଆକ୍ରମଣ କରି ଖଡ୍ଗରେ ବଧ କରିଥିଲା।


ଏଣୁ ମୁଁ ରାଜାଭିଷିକ୍ତ ହେଲେ ହେଁ ଆଜି ଦୁର୍ବଳ ହେଲି; ଏହି ପୁରୁଷମାନେ, ଅର୍ଥାତ୍‍, ସରୁୟାର ପୁତ୍ରମାନେ ଆମ୍ଭ ପ୍ରତି ନିଷ୍ଠୁର; ସଦାପ୍ରଭୁ ଏହି କୁକ୍ରିୟାକାରୀକୁ ତାହାର କୁକର୍ମ ଅନୁସାରେ ପ୍ରତିଫଳ ଦିଅନ୍ତୁ।”


ପୁଣି ଅବ୍‍ନର ହିବ୍ରୋଣକୁ ଫେରି ଆସନ୍ତେ, ଯୋୟାବ ତାହା ସଙ୍ଗରେ ନିରୋଳାରେ ଆଳାପ କରିବା ପାଇଁ ତାହାକୁ ନଗରର ଦ୍ୱାର ଭିତରକୁ ନେଇଗଲା, ମାତ୍ର ଆପଣା ଭାଇ ଅସାହେଲର ରକ୍ତପାତ ସକାଶୁ ତାହାର ପେଟରେ ଆଘାତ କରନ୍ତେ, ସେ ମଲା।


କେହି ଯଦି କୌଣସି ମନୁଷ୍ୟକୁ ଏପରି ପ୍ରହାର କରେ ଯେ ସେ ମରିଯାଏ, ତେବେ ଅବଶ୍ୟ ତାହାର ପ୍ରାଣଦଣ୍ଡ ହେବ।


କାରଣ ବର୍ତ୍ତମାନ ସୁଦ୍ଧା ଆମ୍ଭେ ଆପଣା ହସ୍ତ ବିସ୍ତାର କରି ମହାମାରୀ ଦ୍ୱାରା ତୁମ୍ଭକୁ ଓ ତୁମ୍ଭ ଲୋକମାନଙ୍କୁ ସଂହାର କରନ୍ତୁଣି, ପୁଣି, ତୁମ୍ଭେ ପୃଥିବୀରୁ ଉଚ୍ଛିନ୍ନ ହୋଇ ସାରନ୍ତଣି;


ଏହିରୂପେ ପୃଥିବୀର ଉପରିସ୍ଥ ସମୁଦାୟ ପ୍ରାଣୀ ଲୁପ୍ତ ହେଲେ, ଅର୍ଥାତ୍‍, ମନୁଷ୍ୟ, ପଶୁ, ଉରୋଗାମୀ ଜନ୍ତୁ, ଖେଚର ପକ୍ଷୀ, ସମସ୍ତେ ପୃଥିବୀରୁ ଲୁପ୍ତ ହେଲେ; କେବଳ ନୋହ ଓ ଜାହାଜସ୍ଥ ତାଙ୍କର ସଙ୍ଗୀ ସମସ୍ତେ ବଞ୍ଚିଲେ।


ତହୁଁ ପରମେଶ୍ୱର ନୋହଙ୍କୁ କହିଲେ, “ଆମ୍ଭ ଗୋଚରରେ ସମୁଦାୟ ପ୍ରାଣୀର ଅନ୍ତିମକାଳ ଉପସ୍ଥିତ ହେଲା; ଯେହେତୁ ସେମାନଙ୍କ ଦ୍ୱାରା ପୃଥିବୀ ଦୌରାତ୍ମ୍ୟରେ ପରିପୂର୍ଣ୍ଣ ହୋଇଅଛି; ପୁଣି, ଦେଖ, ଆମ୍ଭେ ପୃଥିବୀ ସହିତ ସେମାନଙ୍କୁ ବିନଷ୍ଟ କରିବା।


ଏଥିନିମନ୍ତେ ଯେଉଁ ଭୂମି ତୁମ୍ଭ ହସ୍ତରୁ ତୁମ୍ଭ ଭାଇର ରକ୍ତ ଗ୍ରହଣାର୍ଥେ ଆପଣା ମୁଖ ମୁକ୍ତ କରିଅଛି, ସେହି ଭୂମିରେ ଏବେ ତୁମ୍ଭେ ଶାପଗ୍ରସ୍ତ ହେଲ;


ଯାହାର ପଦରେ ତୁ ରାଜ୍ୟ କରୁଥିଲୁ, ସେହି ଶାଉଲ ବଂଶର ସମସ୍ତ ରକ୍ତପାତର ପ୍ରତିଫଳ ତୋତେ ସଦାପ୍ରଭୁ ଦେଉଅଛନ୍ତି; ପୁଣି ସଦାପ୍ରଭୁ ତୋର ପୁତ୍ର ଅବଶାଲୋମ ହସ୍ତରେ ରାଜ୍ୟ ସମର୍ପଣ କରିଅଛନ୍ତି; ଆଉ ଦେଖ୍, ତୁ ତୋʼ ନିଜ ଦୁଷ୍ଟତାରେ ଧରା ପଡ଼ିଅଛୁ, କାରଣ ତୁ ରକ୍ତପାତୀ ମନୁଷ୍ୟ।”


Swiv nou:

Piblisite


Piblisite