Biblia Todo Logo
Bib sou entènèt

- Piblisite -




2 ଶାମୁୟେଲ 4:5 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 ଏଥିଉତ୍ତାରେ ଈଶ୍‍ବୋଶତ ମଧ୍ୟାହ୍ନ ସମୟରେ ବିଶ୍ରାମ ନେବା ବେଳେ ବେରୋତୀୟ ରିମ୍ମୋନ୍‍ର ପୁତ୍ର ରେଖବ ଓ ବାନା ଯାଇ ପ୍ରାୟ ଖରା ବେଳେ ତାହାର ଗୃହରେ ଉପସ୍ଥିତ ହେଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

5 ଅନନ୍ତର ଈଶ୍ବୋଶତ ମଧ୍ୟାହ୍ନ ସମୟରେ ବିଶ୍ରାମ ନେବା ବେଳେ ବେରୋତୀୟ ରିମ୍ମୋଣର ପୁତ୍ର ରେଖବ୍ ଓ ବାନା ଯାଇ ପ୍ରାୟ ଖରା ବେଳେ ତାହାର ଗୃହରେ ଉପସ୍ଥିତ ହେଲେ।

Gade chapit la Kopi

ଓଡିଆ ବାଇବେଲ

5 ଏଥିଉତ୍ତାରେ ଈଶ୍‍ବୋଶତ ମଧ୍ୟାହ୍ନ ସମୟରେ ବିଶ୍ରାମ ନେବା ବେଳେ ବେରୋତୀୟ ରିମ୍ମୋନ୍‍ର ପୁତ୍ର ରେଖବ ଓ ବାନା ଯାଇ ପ୍ରାୟ ଖରା ବେଳେ ତାହାର ଗୃହରେ ଉପସ୍ଥିତ ହେଲେ।

Gade chapit la Kopi

ପବିତ୍ର ବାଇବଲ

5 ରେଖବ୍ ଓ ବାନା, ଯିଏ କି ବେରୋତୀୟ ରିମ୍ମୋଣର ପୁତ୍ର। ସେମାନେ ମଧ୍ୟାହ୍ନ ସମୟରେ ଈ‌ଶ୍‌ବୋଶ‌‌ତ୍‌‌ଙ୍କ ଗୃହରେ ପ୍ରବେଶ କଲେ। ସେହି ସମୟରେ ଈ‌ଶ୍‌ବୋଶତ୍ ବିଶ୍ରାମ ନେଉଥିଲେ, କାରଣ ସେହି ଅପରାହ୍ନ ବହୁତ ଗରମ ଥିଲା।

Gade chapit la Kopi




2 ଶାମୁୟେଲ 4:5
9 Referans Kwoze  

ଅମତ୍‍ସୀୟ ସଦାପ୍ରଭୁଙ୍କ ଅନୁଗମନରୁ ବିମୁଖ ହେବା ସମୟଠାରୁ ଲୋକମାନେ ଯିରୂଶାଲମରେ ତାଙ୍କ ବିରୁଦ୍ଧରେ ଚକ୍ରାନ୍ତ କଲେ; ତହିଁରେ ସେ ଲାଖୀଶ୍‍କୁ ପଳାଇଲେ; ମାତ୍ର ସେମାନେ ତାଙ୍କ ପଛେ ଲାଖୀଶ୍‍କୁ ଲୋକ ପଠାଇ ସେଠାରେ ତାଙ୍କୁ ବଧ କଲେ।


ଆଉ, ସେମାନେ ତାଙ୍କ ନିକଟରୁ ପ୍ରସ୍ଥାନ କଲା ଉତ୍ତାରେ ତାଙ୍କର ନିଜ ଦାସମାନେ ଯିହୋୟାଦା ଯାଜକର ପୁତ୍ରମାନଙ୍କ ରକ୍ତପାତ ସକାଶୁ ତାଙ୍କ ବିରୁଦ୍ଧରେ ଚକ୍ରାନ୍ତ କରି ତାଙ୍କର ଶଯ୍ୟାରେ ତାଙ୍କୁ ବଧ କରନ୍ତେ, ସେ ମଲେ, କାରଣ ଅରାମୀୟ ସୈନ୍ୟ ତାଙ୍କୁ ମହାପୀଡ଼ିତାବସ୍ଥାରେ ଛାଡ଼ି ଯାଇଥିଲେ; ତହିଁରେ ଲୋକମାନେ ତାଙ୍କୁ ଦାଉଦ-ନଗରରେ କବର ଦେଲେ, ମାତ୍ର ରାଜାମାନଙ୍କ କବରରେ କବର ଦେଲେ ନାହିଁ।


ତହିଁ ଉତ୍ତାରେ ତାଙ୍କର ରଥସମୂହର ଅର୍ଦ୍ଧେକର ଅଧିପତି ସିମ୍ରି ନାମକ ତାଙ୍କର ଦାସ ତାଙ୍କ ବିରୁଦ୍ଧରେ ଚକ୍ରାନ୍ତ କଲେ; ଏଲା ତିର୍ସାରେ ଥାଇ ତିର୍ସାସ୍ଥିତ ଆପଣା ଗୃହର ଅଧ୍ୟକ୍ଷ ଅର୍ସାର ଗୃହରେ ପାନ କରି ମତ୍ତ ହେଉଥିଲେ;


ଦିନେ ସନ୍ଧ୍ୟା ସମୟରେ ଦାଉଦ ଆପଣା ଶଯ୍ୟାରୁ ଉଠି ରାଜଗୃହର ଛାତ ଉପରେ ବୁଲୁଥିଲେ; ପୁଣି ସେହି ଛାତ ଉପରୁ ସେ ଏକ ସ୍ତ୍ରୀକୁ ସ୍ନାନ କରୁଥିବା ଦେଖିଲେ; ସେହି ସ୍ତ୍ରୀ ଦେଖିବାକୁ ଅତି ସୁନ୍ଦରୀ ଥିଲା।


ଏଥିମଧ୍ୟରେ ନେର୍‍ର ପୁତ୍ର ଅବ୍‍ନର ନାମକ ଶାଉଲଙ୍କର ସୈନ୍ୟଦଳର ସେନାପତି ଶାଉଲଙ୍କର ପୁତ୍ର ଈଶ୍‍ବୋଶତକୁ ମହନୟିମକୁ ନେଇଯାଇ,


ଏଉତ୍ତାରେ ତାଙ୍କର ଦାସମାନେ ତାଙ୍କ ବିରୁଦ୍ଧରେ ଚକ୍ରାନ୍ତ କରି ତାଙ୍କର ନିଜ ଗୃହରେ ତାଙ୍କୁ ବଧ କଲେ।


ପୁଣି ଶାଉଲଙ୍କର ପୁତ୍ର ଈଶ୍‍ବୋଶତର ଦୁଇ ଜଣ ଦଳପତି ଥିଲେ; ଜଣକର ନାମ ବାନା ଓ ଅନ୍ୟର ନାମ ରେଖବ; ଏମାନେ ବିନ୍ୟାମୀନ୍-ବଂଶଜାତ ବେରୋତୀୟ ରିମ୍ମୋନ୍‍ର ପୁତ୍ର। (କାରଣ ବେରୋତ ମଧ୍ୟ ବିନ୍ୟାମୀନ୍‍ର ଅଧିକାରରେ ଗଣିତ;


Swiv nou:

Piblisite


Piblisite