Biblia Todo Logo
Bib sou entènèt

- Piblisite -




2 ଶାମୁୟେଲ 4:8 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 ଏଉତ୍ତାରେ ସେମାନେ ଈଶ୍‍ବୋଶତର ମସ୍ତକ ହିବ୍ରୋଣରେ ଦାଉଦଙ୍କ କତିକି ଆଣିଲେ ଓ ରାଜାଙ୍କୁ କହିଲେ, “ଦେଖନ୍ତୁ, ଆପଣଙ୍କ ପ୍ରାଣ ଅନ୍ୱେଷଣକାରୀ ଶତ୍ରୁ ଯେ ଶାଉଲ, ତାଙ୍କର ପୁତ୍ର ଈଶ୍‍ବୋଶତର ମସ୍ତକ ଏହି; ସଦାପ୍ରଭୁ ଆଜି ଆମ ପ୍ରଭୁ ମହାରାଜାଙ୍କ ପକ୍ଷରେ ଶାଉଲ ଓ ତାଙ୍କର ବଂଶଠାରୁ ପରିଶୋଧ ନେଇଅଛନ୍ତି।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

8 ଏଉତ୍ତାରେ ସେମାନେ ଈଶ୍ବୋଶତର ମସ୍ତକ ହିବ୍ରୋଣରେ ଦାଉଦଙ୍କ କତିକି ଆଣିଲେ ଓ ରାଜାଙ୍କୁ କହିଲେ, ଦେଖନ୍ତୁ, ଆପଣଙ୍କ ପ୍ରାଣ ଅନ୍ଵେଷଣକାରୀ ଶତ୍ରୁ ଯେ ଶାଉଲ, ତାଙ୍କର ପୁତ୍ର ଈଶ୍ବୋଶତର ମସ୍ତକ ଏହି; ସଦାପ୍ରଭୁ ଆଜି ମୋʼ ପ୍ରଭୁ ମହାରାଜାଙ୍କ ପକ୍ଷରେ ଶାଉଲ ଓ ତାଙ୍କର ବଂଶଠାରୁ ପରିଶୋଧ ନେଇଅଛନ୍ତି।

Gade chapit la Kopi

ଓଡିଆ ବାଇବେଲ

8 ଏଉତ୍ତାରେ ସେମାନେ ଈଶ୍‍ବୋଶତର ମସ୍ତକ ହିବ୍ରୋଣରେ ଦାଉଦଙ୍କ କତିକି ଆଣିଲେ ଓ ରାଜାଙ୍କୁ କହିଲେ, “ଦେଖନ୍ତୁ, ଆପଣଙ୍କ ପ୍ରାଣ ଅନ୍ୱେଷଣକାରୀ ଶତ୍ରୁ ଯେ ଶାଉଲ, ତାଙ୍କର ପୁତ୍ର ଈଶ୍‍ବୋଶତର ମସ୍ତକ ଏହି; ସଦାପ୍ରଭୁ ଆଜି ଆମ ପ୍ରଭୁ ମହାରାଜାଙ୍କ ପକ୍ଷରେ ଶାଉଲ ଓ ତାଙ୍କର ବଂଶଠାରୁ ପରିଶୋଧ ନେଇଅଛନ୍ତି।”

Gade chapit la Kopi

ପବିତ୍ର ବାଇବଲ

8 ସେମାନେ ଆସି ହିବ୍ରୋଣରେ ପହଞ୍ଚିଲେ ଏବଂ ସେମାନେ ଦାଉଦଙ୍କୁ ଈ‌ଶ୍‌ବୋଶ‌‌ତ୍‌‌ର କଟାମୁଣ୍ଡ ଦେଲେ। ରେଖବ୍ ଓ ବାନା ଦାଉଦଙ୍କୁ କହିଲେ, “ଏହିଠାରେ ଆପଣଙ୍କର ଶତ୍ରୁର ମୁଣ୍ଡ ପଡ଼ିଅଛି। ଶାଉଲଙ୍କର ପୁତ୍ର ଈ‌ଶ୍‌ବୋଶତ୍, ଯିଏ କି ଆପଣଙ୍କୁ ମାରିବାକୁ ଗ୍ଭହିଁଥିଲା। ସଦାପ୍ରଭୁ, ଆଜି ପ୍ରଭୁ ମୋର ରାଜା ଆପଣଙ୍କ ପାଇଁ ଶାଉଲ ଓ ତାଙ୍କର ପରିବାରକୁ ଦଣ୍ତିତ କରିଛନ୍ତି।”

Gade chapit la Kopi




2 ଶାମୁୟେଲ 4:8
18 Referans Kwoze  

ପୁଣି, ମନୁଷ୍ୟ ଆପଣଙ୍କୁ ତାଡ଼ନା କରିବାକୁ ଓ ଆପଣଙ୍କ ପ୍ରାଣ ନେବାକୁ ଉଠିଲେ ହେଁ ସଦାପ୍ରଭୁ ଆପଣଙ୍କ ପରମେଶ୍ୱରଙ୍କ ନିକଟରେ ମୋର ପ୍ରଭୁଙ୍କ ପ୍ରାଣ ଜୀବନରୂପ ଗଣ୍ଠିଲୀରେ ଗଣ୍ଠି ପଡ଼ି ରହିବ; ମାତ୍ର ସେ ଆପଣଙ୍କ ଶତ୍ରୁମାନଙ୍କ ପ୍ରାଣକୁ ଛାଟିଣୀଖୋଲରୁ ଫିଙ୍ଗିଦେଲା ପରି ଫିଙ୍ଗି ଦେବେ।


ସେହି ପରମେଶ୍ୱର ମୋʼ ପକ୍ଷରେ ପରିଶୋଧ ନିଅନ୍ତି ଓ ଗୋଷ୍ଠୀୟମାନଙ୍କୁ ମୋʼ ତଳେ ନତ କରନ୍ତି।


ହେ ସ୍ୱର୍ଗ, ହେ ସାଧୁବୃନ୍ଦ, ହେ ପ୍ରେରିତବର୍ଗ, ହେ ସମସ୍ତ ଭାବବାଦୀ, ତୁମ୍ଭେମାନେ ତାହାର ପତନରେ ଆନନ୍ଦ କର, କାରଣ ଈଶ୍ବର ତୁମ୍ଭମାନଙ୍କ ସକାଶେ ତାହାଠାରୁ ପ୍ରତିଶୋଧ ନେଇଅଛନ୍ତି।’”


ସେମାନେ ଉଚ୍ଚସ୍ୱରରେ ଡାକ ପକାଇ କହୁଥିଲେ, ହେ ପବିତ୍ର ଓ ସତ୍ୟ ପ୍ରଭୁ, ଆଉ କେତେ କାଳ ତୁମ୍ଭେ ବିଚାର ନ କରି ପୃଥିବୀନିବାସୀମାନଙ୍କଠାରୁ ଆମ୍ଭମାନଙ୍କ ରକ୍ତର ପରିଶୋଧ ନ ନେବ?


“ଉଠ, ଶିଶୁ ଓ ତାହାଙ୍କ ମାତାଙ୍କୁ ନେଇ ଇସ୍ରାଏଲ ଦେଶକୁ ଯାଅ, କାରଣ ଯେଉଁମାନେ ଶିଶୁଙ୍କ ପ୍ରାଣ ବିନାଶ କରିବା ନିମନ୍ତେ ଚେଷ୍ଟା କରୁଥିଲେ, ସେମାନଙ୍କର ମୃତ୍ୟୁ ଘଟିଅଛି।”


ମୋହର ଜିହ୍ୱା ମଧ୍ୟ ସାରାଦିନ ତୁମ୍ଭ ଧର୍ମ ବିଷୟ କହିବ; କାରଣ ମୋହର ଅନିଷ୍ଟ ଚେଷ୍ଟାକାରୀମାନେ ଲଜ୍ଜିତ ଓ ହତାଶ ହୋଇଅଛନ୍ତି।


ଏଥିମଧ୍ୟରେ ଦେଖ, ସେହି କୂଶୀୟ ପହଞ୍ଚି କହିଲା, “ମୋʼ ପ୍ରଭୁ ମହାରାଜଙ୍କ ପାଇଁ ସୁସମ୍ବାଦ ଅଛି; କାରଣ ଯେଉଁମାନେ ଆପଣଙ୍କ ବିରୁଦ୍ଧରେ ଉଠିଥିଲେ, ସଦାପ୍ରଭୁ ଆଜି ସେହି ସମସ୍ତଙ୍କଠାରୁ ପରିଶୋଧ ନେଇଅଛନ୍ତି।”


ଏଉତ୍ତାରେ ସାଦୋକର ପୁତ୍ର ଅହୀମାସ୍‍ କହିଲା, “ସଦାପ୍ରଭୁ କିପରି ରାଜାଙ୍କର ଶତ୍ରୁମାନଙ୍କଠାରୁ ସୁରକ୍ଷା ଦେଇଅଛନ୍ତି, ଏହି ସୁସମ୍ବାଦ ତାଙ୍କ ନିକଟକୁ ନେବା ପାଇଁ ମୁଁ ଏବେ ଦୌଡ଼ି ଯାଏ।”


ଏଥିରେ ଦାଉଦଙ୍କର ଲୋକମାନେ ତାଙ୍କୁ କହିଲେ, “ଯେଉଁ ଦିନ ବିଷୟରେ ସଦାପ୍ରଭୁ ତୁମ୍ଭକୁ କହିଥିଲେ, ଦେଖ, ‘ଆମ୍ଭେ ତୁମ୍ଭ ଶତ୍ରୁକୁ ତୁମ୍ଭ ହସ୍ତରେ ଦେବା, ତହିଁରେ ତୁମ୍ଭକୁ ଯେପରି ଭଲ ଦିଶିବ, ସେପରି ତୁମ୍ଭେ ତାହା ପ୍ରତି କରିବ, ସେଦିନ ଏହି ଦେଖ।’” ତହୁଁ ଦାଉଦ ଉଠି ଗୋପନରେ ଶାଉଲଙ୍କର ଚୋଗାଧଡ଼ି କାଟି ନେଲେ।


ଏଉତ୍ତାରେ ଦାଉଦ ଜାଣିଲେ ଯେ, ଶାଉଲ ତାଙ୍କ ପ୍ରାଣ ନେବା ପାଇଁ ବାହାର ହୋଇ ଆସିଅଛନ୍ତି; ସେସମୟରେ ଦାଉଦ ସୀଫ୍‍ ପ୍ରାନ୍ତରସ୍ଥ ବଣରେ ଥିଲେ।


ଏଥିଉତ୍ତାରେ ଦାଉଦ ରାମାସ୍ଥିତ ନାୟୋତରୁ ପଳାଇ ଆସି ଯୋନାଥନ ଆଗରେ କହିଲେ, “ମୁଁ କଅଣ କଲି? ମୋହର ଅପରାଧ କଅଣ? ଓ ତୁମ୍ଭ ପିତାଙ୍କ ଛାମୁରେ ମୋହର ପାପ କଅଣ ଯେ, ସେ ମୋର ପ୍ରାଣ ଚାହୁଁଅଛନ୍ତି?”


ତହିଁରେ ଶାଉଲ ଦାଉଦଙ୍କୁ ଦେଖିବା ପାଇଁ ଦୂତମାନଙ୍କୁ ପଠାଇ କହିଲେ, “ତାହାକୁ ଶଯ୍ୟାରେ ମୋʼ ନିକଟକୁ ଆଣ, ମୁଁ ତାହାକୁ ବଧ କରିବି।”


ତହୁଁ ଶାଉଲ ବର୍ଚ୍ଛା ଫିଙ୍ଗିଲେ; କାରଣ ସେ କହିଲେ, “ମୁଁ ଦାଉଦଙ୍କୁ କାନ୍ଥରେ ଫୋଡ଼ିବି।” ମାତ୍ର ଦାଉଦ ତାଙ୍କ ନିକଟରୁ ଦୁଇ ଥର ଘୁଞ୍ଚିଗଲେ।


ଏଥିମଧ୍ୟରେ ନେର୍‍ର ପୁତ୍ର ଅବ୍‍ନର ନାମକ ଶାଉଲଙ୍କର ସୈନ୍ୟଦଳର ସେନାପତି ଶାଉଲଙ୍କର ପୁତ୍ର ଈଶ୍‍ବୋଶତକୁ ମହନୟିମକୁ ନେଇଯାଇ,


ଏଥିଉତ୍ତାରେ ଦାଉଦଙ୍କୁ ବଧ କରିବା ପାଇଁ ଶାଉଲ ଆପଣା ପୁତ୍ର ଯୋନାଥନକୁ ଓ ଆପଣା ଦାସ ସମସ୍ତଙ୍କୁ କହିଲେ।


Swiv nou:

Piblisite


Piblisite