Biblia Todo Logo
Bib sou entènèt

- Piblisite -




2 ଶାମୁୟେଲ 5:9 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 ଏଥିଉତ୍ତାରେ ଦାଉଦ ସେହି ଦୃଢ଼ ଗଡ଼ରେ ବାସ କରି ତାହାର ନାମ ଦାଉଦ-ନଗର ରଖିଲେ। ଆଉ ଦାଉଦ ମିଲ୍ଲୋଠାରୁ ଭିତର ଆଡ଼େ ଚତୁର୍ଦ୍ଦିଗରେ ଗଡ଼ ନିର୍ମାଣ କଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

9 ଅନନ୍ତର ଦାଉଦ ସେହି ଦୃଢ଼ ଗଡ଼ରେ ବାସ କରି ତାହାର ନାମ ଦାଉଦ-ନଗର ରଖିଲେ। ଆଉ ଦାଉଦ ମିଲ୍ଲୋଠାରୁ ଭିତର ଆଡ଼େ ଚତୁର୍ଦ୍ଦିଗରେ ଗୃହାଦି ନିର୍ମାଣ କଲେ।

Gade chapit la Kopi

ଓଡିଆ ବାଇବେଲ

9 ଏଥିଉତ୍ତାରେ ଦାଉଦ ସେହି ଦୃଢ଼ ଗଡ଼ରେ ବାସ କରି ତାହାର ନାମ ଦାଉଦ-ନଗର ରଖିଲେ। ଆଉ ଦାଉଦ ମିଲ୍ଲୋଠାରୁ ଭିତର ଆଡ଼େ ଚତୁର୍ଦ୍ଦିଗରେ ଗଡ଼ ନିର୍ମାଣ କଲେ।

Gade chapit la Kopi

ପବିତ୍ର ବାଇବଲ

9 ଦାଉଦ ସେହି ଦୁର୍ଗରେ ବାସ କଲେ, ଏବଂ ସେହି ସହରକୁ, “ଦାଉଦ ସହର ନାମରେ ନାମିତ କଲେ।” ଦାଉଦ ମିଲ୍ଲୋ ସ୍ଥାନକୁ ନିର୍ମାଣ କରିବାକୁ ଆରମ୍ଭ କଲେ। ସେ ମଧ୍ୟ ନଗର ଭିତରେ ବହୁତ ପକ୍କାଘର ନିର୍ମାଣ କଲେ।

Gade chapit la Kopi




2 ଶାମୁୟେଲ 5:9
16 Referans Kwoze  

ମାତ୍ର ଫାରୋର କନ୍ୟା ଦାଉଦ-ନଗରରୁ ଶଲୋମନଙ୍କ ଦ୍ୱାରା ତାହା ପାଇଁ ନିର୍ମିତ ଆପଣା ଗୃହକୁ ଆସିଲା; ତେବେ ଶଲୋମନ ମିଲ୍ଲୋ ନିର୍ମାଣ କଲେ।


ସଦାପ୍ରଭୁଙ୍କ ଗୃହ, ଆପଣା ନିଜ ଗୃହ, ମିଲ୍ଲୋ, ଯିରୂଶାଲମର ପ୍ରାଚୀର, ହାସୋର, ମଗିଦ୍ଦୋ ଓ ଗେଷର ନିର୍ମାଣ କରିବା ପାଇଁ ରାଜା ଶଲୋମନ ଯେଉଁ ବେଠିକର୍ମକାରୀମାନଙ୍କୁ ସଂଗ୍ରହ କରିଥିଲେ, ତହିଁର ବିବରଣ।


ପୁଣି, ସେ ସାହସ ବାନ୍ଧି ସମସ୍ତ ଭଗ୍ନ ପ୍ରାଚୀର ନିର୍ମାଣ କରି ଦୁର୍ଗ ସମାନ ଓ ବହିଃସ୍ଥିତ ଅନ୍ୟ ପ୍ରାଚୀର ସମାନ ଉଚ୍ଚ କଲେ ଓ ଦାଉଦ-ନଗରସ୍ଥ ମିଲ୍ଲୋ ଦୃଢ଼ କଲେ, ଆଉ ପ୍ରଚୁର ଅସ୍ତ୍ର ଓ ଢାଲ ପ୍ରସ୍ତୁତ କଲେ।


ରାଜାଙ୍କ ପ୍ରତିକୂଳରେ ତାଙ୍କର ହସ୍ତ ଉଠାଇବାର କାରଣ ଏହି; ଶଲୋମନ ମିଲ୍ଲୋ ଦୃଢ଼ କରୁଥିଲେ ଓ ଆପଣା ପିତା ଦାଉଦଙ୍କ ନଗରର ଭଗ୍ନ ସ୍ଥାନ ପୁନଃନିର୍ମାଣ କରୁଥିଲେ।


ତଥାପି ଦାଉଦ ସିୟୋନର ଦୃଢ଼ ଗଡ଼କୁ ଅଧିକାର କଲେ; ଯାହା ଦାଉଦ-ନଗର ହେଲା।


ଆଉ ଦାଉଦ ଚତୁର୍ଦ୍ଦିଗରେ, ଅର୍ଥାତ୍‍, ମିଲ୍ଲୋଠାରୁ ଚତୁର୍ଦ୍ଦିଗରେ ନଗର ନିର୍ମାଣ କଲେ; ପୁଣି, ଯୋୟାବ ନଗରର ଅବଶିଷ୍ଟ ସ୍ଥାନ ପୁନଃନିର୍ମାଣ କଲେ।


ମାତ୍ର ଯେବେ କରି ନାହଁ, ତେବେ ଅବୀମେଲକ୍‍ଠାରୁ ଅଗ୍ନି ବାହାରି ଶିଖିମ ନିବାସୀ ଲୋକଗଣଙ୍କୁ ଓ ମିଲ୍ଲୋ ନିବାସୀମାନଙ୍କୁ ଗ୍ରାସ କରୁ; ପୁଣି ଶିଖିମ ନିବାସୀ ଲୋକଗଣଠାରୁ ଓ ମିଲ୍ଲୋ ନିବାସୀମାନଙ୍କଠାରୁ ଅଗ୍ନି ବାହାରି ଅବୀମେଲକ୍‍କୁ ଗ୍ରାସ କରୁ।”


ପୁଣି, ଶିଖିମ ନିବାସୀ ଲୋକମାନେ ଓ ମିଲ୍ଲୋ ନିବାସୀ ସମସ୍ତେ ଏକତ୍ରିତ ହୋଇଯାଇ ଶିଖିମରେ ଥିବା ସ୍ତମ୍ଭ ନିକଟସ୍ଥ ଅଲୋନ ବୃକ୍ଷ ମୂଳରେ ଅବୀମେଲକ୍‍କୁ ରାଜା କଲେ।


ପୁଣି ଦାଉଦ ସେହି ଦିନ କହିଲେ, “ଯେକେହି ଯିବୂଷୀୟମାନଙ୍କୁ ବଧ କରେ, ସେ ଜଳ ପ୍ରଣାଳୀକୁ ଯାଇ ଦାଉଦ-ପ୍ରାଣର ଘୃଣିତ ସେହି ‘ଛୋଟା ଓ ଅନ୍ଧମାନଙ୍କୁ’ ବଧ କରୁ।” ଏହେତୁ ଲୋକେ କହନ୍ତି, “ଅନ୍ଧ ଓ ଛୋଟାମାନେ ସେଠାରେ ଅଛନ୍ତି; ସେ ସଦାପ୍ରଭୁଙ୍କ ଗୃହ ଭିତରକୁ ଆସିପାରିବ ନାହିଁ।”


ଏଥିଉତ୍ତାରେ ତାଙ୍କର ଦାସମାନେ ଉଠି ଚକ୍ରାନ୍ତ କରି ସିଲ୍ଲାକୁ ଯିବା ପଥରେ ମିଲ୍ଲୋ ନାମକ ଗୃହରେ ଯୋୟାଶ୍‍ଙ୍କୁ ବଧ କଲେ।


ହେ ଯିରୂଶାଲମ, ତୁମ୍ଭେ ସୁସଂଯୁକ୍ତ ଏକ ନଗର ତୁଲ୍ୟ ନିର୍ମିତ ହୋଇଅଛ;


ହାୟ ଅରୀୟେଲ, ଅରୀୟେଲ, ଦାଉଦର ଛାଉଣି ନଗର! ବର୍ଷକୁ ବର୍ଷ ଯୋଗ କର; ପର୍ବମାନ ପାଳି ଅନୁକ୍ରମେ ଆସୁ;


ତହୁଁ ଦାଉଦ ସଦାପ୍ରଭୁଙ୍କ ସିନ୍ଦୁକ ଦାଉଦ-ନଗରକୁ ଆପଣା କତିକି ଆଣିବାକୁ ଅନିଚ୍ଛୁକ ହେଲେ; ମାତ୍ର ଦାଉଦ ତାହା ନେଇ ପଥପାର୍ଶ୍ଵସ୍ଥ ଗାଥୀୟ ଓବେଦ୍‍-ଇଦୋମର ଗୃହରେ ରଖିଲେ,


ଏଥିଉତ୍ତାରେ ଦାଉଦ ଆପଣା ପିତୃଲୋକଙ୍କ ସହିତ ଶୟନ କଲେ ଓ ଦାଉଦ-ନଗରରେ କବର ପାଇଲେ।


ଶିମୀୟତର ପୁତ୍ର ଯୋଷାଖର୍‍ ଓ ଶୋମରର ପୁତ୍ର ଯିହୋଷାବଦ୍‍ ନାମକ ତାଙ୍କର ଏହି ଦାସମାନେ ତାଙ୍କୁ ଆଘାତ କରନ୍ତେ, ସେ ମଲେ; ତହିଁରେ ସେମାନେ ଦାଉଦ-ନଗରରେ ଯୋୟାଶ୍‍ଙ୍କୁ ତାଙ୍କର ପିତୃଲୋକଙ୍କ ସହିତ କବର ଦେଲେ; ପୁଣି ତାଙ୍କ ପୁତ୍ର ଅମତ୍‍ସୀୟ ତାଙ୍କ ପଦରେ ରାଜ୍ୟ କଲେ।


ପୁଣି, ମିସ୍ପା ପ୍ରଦେଶର ଅଧ୍ୟକ୍ଷ କଲ୍‍ହୋଷିର ପୁତ୍ର ଶଲ୍ଲୁନ୍‍ ନିର୍ଝର ଦ୍ୱାରର ମରାମତି କଲା; ସେ ତାହା ଗଢ଼ି ଆଚ୍ଛାଦନ କଲା ଓ ତହିଁର କବାଟ, କିଳିଣୀ ଓ ଅର୍ଗଳସବୁ ଲଗାଇଲା, ପୁଣି ଦାଉଦ-ନଗରରୁ ତଳକୁ ଯିବା ପାହାଚ ପର୍ଯ୍ୟନ୍ତ ରାଜାଙ୍କର ଉଦ୍ୟାନ ନିକଟସ୍ଥ ଶେଲା ପୁଷ୍କରିଣୀ-ପ୍ରାଚୀର (ମରାମତି କଲା)।


Swiv nou:

Piblisite


Piblisite