Biblia Todo Logo
Bib sou entènèt

- Piblisite -




2 ଶାମୁୟେଲ 6:20 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

20 ଏଥିଉତ୍ତାରେ ଦାଉଦ ଆପଣା ପରିବାରକୁ ଆଶୀର୍ବାଦ କରିବା ପାଇଁ ଫେରିଗଲେ। ତହିଁରେ ଶାଉଲଙ୍କର କନ୍ୟା ମୀଖଲ ଦାଉଦଙ୍କୁ ଭେଟିବା ପାଇଁ ବାହାରେ ଆସି କହିଲା, “ଆଜି ଇସ୍ରାଏଲର ରାଜା କେଡ଼େ ଗୌରବ ପାଇଲେ, ସେ ଆଜି ଆପଣା ଦାସଗଣର ଦାସୀମାନଙ୍କ ସାକ୍ଷାତରେ ବିବସ୍ତ୍ର ହୋଇଥିଲେ, ଯେପରି କୌଣସି ଅଗାଡ଼ି ଲୋକ ନିର୍ଲଜ ରୂପେ ବିବସ୍ତ୍ର ହୁଏ!”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

20 ଏଥିଉତ୍ତାରେ ଦାଉଦ ଆପଣା ପରିବାରକୁ ଆଶୀର୍ବାଦ କରିବା ପାଇଁ ଫେରି ଗଲେ। ତହିଁରେ ଶାଉଲଙ୍କର କନ୍ୟା ମୀଖଲ ଦାଉଦଙ୍କୁ ଭେଟିବା ପାଇଁ ବାହାରେ ଆସି କହିଲା, ଆଜି ଇସ୍ରାଏଲର ରାଜା କେଡ଼େ ଗୌରବ ପାଇଲେ, ସେ ଆଜି ଆପଣା ଦାସଗଣର ଦାସୀମାନଙ୍କ ସାକ୍ଷାତରେ ବିବସ୍ତ୍ର ହୋଇଥିଲେ, ଯେପରି କୌଣସି ଅଗାଡ଼ି ଲୋକ ନିର୍ଲଜ ରୂପେ ବିବସ୍ତ୍ର ହୁଏ!

Gade chapit la Kopi

ଓଡିଆ ବାଇବେଲ

20 ଏଥିଉତ୍ତାରେ ଦାଉଦ ଆପଣା ପରିବାରକୁ ଆଶୀର୍ବାଦ କରିବା ପାଇଁ ଫେରି ଗଲେ। ତହିଁରେ ଶାଉଲଙ୍କର କନ୍ୟା ମୀଖଲ ଦାଉଦଙ୍କୁ ଭେଟିବା ପାଇଁ ବାହାରେ ଆସି କହିଲା, “ଆଜି ଇସ୍ରାଏଲର ରାଜା କେଡ଼େ ଗୌରବ ପାଇଲେ, ସେ ଆଜି ଆପଣା ଦାସଗଣର ଦାସୀମାନଙ୍କ ସାକ୍ଷାତରେ ବିବସ୍ତ୍ର ହୋଇଥିଲେ, ଯେପରି କୌଣସି ଅଗାଡ଼ି ଲୋକ ନିର୍ଲଜ୍ଜ ରୂପେ ବିବସ୍ତ୍ର ହୁଏ !”

Gade chapit la Kopi

ପବିତ୍ର ବାଇବଲ

20 ଦାଉଦ ଆଶୀର୍ବାଦ ଦେବାକୁ ନିଜର ଘରକୁ ଗଲେ, କିନ୍ତୁ ଶାଉଲଙ୍କ କନ୍ୟା ମୀଖଲ ବାହାରକୁ ଆସି ତାଙ୍କୁ ସାକ୍ଷାତ କଲେ ଓ କହିଲେ, “ଆଜି ଇସ୍ରାଏଲର ରାଜା ନିଜକୁ ନିଜେ ସମ୍ମାନ କଲେ ନାହିଁ। ତୁମ୍ଭେ ତୁମ୍ଭର ଦାସୀମାନଙ୍କ ସମ୍ମୁଖରେ ଲୁଗା କାଢ଼ି ପକାଇଲ। ତୁମ୍ଭେ ଜଣେ ନିର୍ବୋଧପରି କାର୍ଯ୍ୟ କଲ, ଯିଏ ନିଜର ବସ୍ତ୍ର ବିନା ଲଜ୍ଜାରେ କାଢ଼ି ପକାଏ।”

Gade chapit la Kopi




2 ଶାମୁୟେଲ 6:20
23 Referans Kwoze  

ପୁଣି ସଦାପ୍ରଭୁଙ୍କ ସିନ୍ଦୁକ ଦାଉଦ-ନଗରରେ ଉପସ୍ଥିତ ହେବା ବେଳେ ଶାଉଲଙ୍କର କନ୍ୟା ମୀଖଲ ଝରକା ଦେଇ ଅନାଇ ଦାଉଦ ରାଜାଙ୍କୁ ସଦାପ୍ରଭୁଙ୍କ ସମ୍ମୁଖରେ କୁଦିବାର ଓ ନାଚିବାର ଦେଖିଲା; ଏଣୁ ସେ ଆପଣା ମନେ ମନେ ତାଙ୍କୁ ତୁଚ୍ଛ କଲା।


ପୁଣି ଦାଉଦ ଆପଣାର ସମସ୍ତ ବଳରେ ସଦାପ୍ରଭୁଙ୍କ ସମ୍ମୁଖରେ ନୃତ୍ୟ କଲେ; ସେହି ସମୟରେ ଦାଉଦ ଶୁକ୍ଳ ଏଫୋଦ ପିନ୍ଧିଥିଲେ।


ପୁଣି ସେମାନେ ତାହାକୁ ବାଲ୍‍-ବରୀତର ମନ୍ଦିରରୁ ସତୁରି ଖଣ୍ଡ ରୂପା ଦେଲେ, ତହିଁରେ ଅବୀମେଲକ୍‍ ବେତନ ଦେଇ ଅଦରକାରୀ ଓ ଦୁଃସାହସୀ ଲୋକମାନଙ୍କୁ ରଖିଲା, ସେମାନେ ତାହାର ପଶ୍ଚାଦ୍‍ଗାମୀ ହେଲେ।


ତାହାଙ୍କ ଆତ୍ମୀୟମାନେ ଏହା ଶୁଣି ତାହାଙ୍କୁ ଧରି ଘେନିଯିବାକୁ ବାହାରି ଆସିଲେ, କାରଣ ସେମାନେ କହିଲେ, ତାହାଙ୍କର ମତିଭ୍ରମ ହେଲାଣି।


ମୁଁ ବିବେଚନାପୂର୍ବକ ସିଦ୍ଧ ପଥରେ ଗମନ କରିବି; ଆହା, ତୁମ୍ଭେ କେବେ ମୋʼ ନିକଟକୁ ଆସିବ? ମୁଁ ଆପଣା ଗୃହ ମଧ୍ୟରେ ସିଦ୍ଧ ଅନ୍ତଃକରଣରେ ଆଚରଣ କରିବି।


ହେ ସଦାପ୍ରଭୋ, ମୁଁ ତୁମ୍ଭର ଗୁଣଗାନ କରିବି; କାରଣ ତୁମ୍ଭେ ମୋତେ ଉଠାଇଅଛ; ଓ ମୋʼ ଶତ୍ରୁଗଣକୁ ମୋʼ ଉପରେ ଆନନ୍ଦ କରିବାକୁ ଦେଇ ନାହଁ।


ସେମାନେ ମୂର୍ଖମାନଙ୍କର ସନ୍ତାନ, ସେମାନେ ଇତର ଲୋକଙ୍କ ସନ୍ତାନ; ସେମାନେ କୋରଡ଼ା ଖାଇ ଦେଶରୁ ତଡ଼ା ଯାଇଥିଲେ।


ଏଥିଉତ୍ତାରେ ସମଗ୍ର ଲୋକ ପ୍ରସ୍ଥାନ କରି ଆପଣା ଆପଣା ଗୃହକୁ ଗଲେ; ଆଉ, ଦାଉଦ ଆପଣାର ପରିଜନବର୍ଗକୁ ଆଶୀର୍ବାଦ କରିବା ପାଇଁ ଫେରିଗଲେ।


ପୁଣି ଦାଉଦ ହୋମବଳି ଓ ମଙ୍ଗଳାର୍ଥକ ବଳି ଉତ୍ସର୍ଗ କରି ସାରିଲା ଉତ୍ତାରେ ସୈନ୍ୟାଧିପତି ସଦାପ୍ରଭୁଙ୍କ ନାମରେ ସେ ଲୋକମାନଙ୍କୁ ଆଶୀର୍ବାଦ କଲେ।


ଯଦିବା ସଦାପ୍ରଭୁଙ୍କୁ ସେବା କରିବା ତୁମ୍ଭମାନଙ୍କ ଦୃଷ୍ଟିରେ ମନ୍ଦ ଦିଶେ, ତେବେ ତୁମ୍ଭେମାନେ କାହାର ସେବା କରିବ, ତାହା ଆଜି ମନୋନୀତ କର; କି ନଦୀ ସେପାରିରେ ତୁମ୍ଭମାନଙ୍କ ପୂର୍ବପୁରୁଷମାନେ ଯେଉଁ ଦେବତାମାନଙ୍କୁ ସେବା କଲେ, ସେମାନଙ୍କ, କିଅବା ଯେଉଁ ଇମୋରୀୟମାନଙ୍କ ଦେଶରେ ତୁମ୍ଭେମାନେ ବାସ କରୁଅଛ, ସେମାନଙ୍କ ଦେବତାମାନଙ୍କୁ (ସେବା କରିବ, ଏହା ମନୋନୀତ କର); ମାତ୍ର ମୁଁ ଓ ମୋହର ପରିଜନ, ଆମ୍ଭେମାନେ ସଦାପ୍ରଭୁଙ୍କୁ ସେବା କରିବା।”


ଯେହେତୁ ତାହାର ଭବିଷ୍ୟତ ସନ୍ତାନଗଣ ଓ ପରିବାରବର୍ଗ ଯେପରି ନ୍ୟାୟ ଓ ଧର୍ମାଚରଣ କରିବାକୁ ସଦାପ୍ରଭୁଙ୍କ ପଥରେ ଚାଲିବେ, ଏଥିପାଇଁ ସେମାନଙ୍କୁ ସେ ଯେପରି ଆଜ୍ଞା ଦେବ, ଏହି ଅଭିପ୍ରାୟରେ ଆମ୍ଭେ ତାହାକୁ ନିର୍ଦ୍ଧାରଣ କରିଅଛୁ; ତହିଁରେ ସଦାପ୍ରଭୁ ଅବ୍ରହାମଙ୍କ ବିଷୟରେ ଆପଣା କଥିତ ବାକ୍ୟ ସିଦ୍ଧ କରିବେ।”


କ୍ରମେ ସେ ଶିମୋନ ପିତରଙ୍କ ନିକଟକୁ ଆସିଲେ; ସେ ତାହାଙ୍କୁ କହିଲେ, ପ୍ରଭୁ, ଆପଣ ମୋହର ପାଦ ଧୋଇ ଦେଉଅଛନ୍ତି?


ଇତିମଧ୍ୟରେ ପିତର ତଳେ ପ୍ରାଙ୍ଗଣରେ ଥିବା ସମୟରେ ମହାଯାଜକଙ୍କର ଦାସୀ ଆସି ପିତରଙ୍କୁ ନିଆଁ ସେକି ହେଉଥିବାର ଦେଖିଲା,


ଯୋନାଥନ ଓ ଯିଶ୍‍ବି ଓ ମଲ୍‍କୀଶୂୟ ଶାଉଲଙ୍କର ପୁତ୍ର ଥିଲେ; ଆଉ ତାଙ୍କର ଦୁଇ କନ୍ୟାର ନାମ ଏହି; ଜ୍ୟେଷ୍ଠାର ନାମ ମେରବ୍‍ ଓ କନିଷ୍ଠାର ନାମ ମୀଖଲ,


ପୁଣି ସେ ଇସ୍ରାଏଲର ସମୁଦାୟ ଜନତା ମଧ୍ୟରେ ସମସ୍ତ ଲୋକଙ୍କୁ, ପୁରୁଷ ଓ ସ୍ତ୍ରୀ ଉଭୟ ମଧ୍ୟରେ ପ୍ରତ୍ୟେକଙ୍କୁ ଏକ ଏକ ଖଣ୍ଡ ରୁଟି ଓ ଏକ ଏକ ଅଂଶ ମାଂସ ଓ ଏକ ଏକ ଦ୍ରାକ୍ଷାଚକ୍ତି ପରିବେଷଣ କଲେ। ତହିଁରେ ସମସ୍ତ ଲୋକ ପ୍ରତ୍ୟେକେ ଆପଣା ଆପଣା ଗୃହକୁ ପ୍ରସ୍ଥାନ କଲେ।


ତୁମ୍ଭେ ଅତି ଦୁଷ୍ଟ ହୁଅ ନାହିଁ, କିଅବା ନିର୍ବୋଧ ହୁଅ ନାହିଁ; ଆପଣା କାଳ ପୂର୍ବରେ କାହିଁକି ମରିବ?


ପୁଣି, ଶାଉଲଙ୍କର କନ୍ୟା ମୀଖଲ ଦାଉଦଙ୍କୁ ପ୍ରେମ କଲା; ତହୁଁ ଲୋକମାନେ ଶାଉଲଙ୍କୁ ତାହା ଜଣାନ୍ତେ, ସେ କଥା ତାଙ୍କ ଦୃଷ୍ଟିରେ ପସନ୍ଦ ହେଲା।


Swiv nou:

Piblisite


Piblisite