Biblia Todo Logo
Bib sou entènèt

- Piblisite -




2 ଶାମୁୟେଲ 6:21 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

21 ଏଥିରେ ଦାଉଦ ମୀଖଲକୁ କହିଲେ, “ତାହା ତ ସଦାପ୍ରଭୁଙ୍କ ସମ୍ମୁଖରେ ହେଲା, ସେ ତ ତୁମ୍ଭ ପିତା ଓ ତାଙ୍କର ସମସ୍ତ ବଂଶ ଅପେକ୍ଷା ସଦାପ୍ରଭୁଙ୍କ ଲୋକ ଇସ୍ରାଏଲ ଉପରେ ଅଗ୍ରଣୀ ରୂପେ ନିଯୁକ୍ତ କରିବାକୁ ମୋତେ ମନୋନୀତ କରିଅଛନ୍ତି; ଏହେତୁ ସଦାପ୍ରଭୁଙ୍କ ସମ୍ମୁଖରେ ମୁଁ ଆମୋଦ କରିବି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

21 ଏଥିରେ ଦାଉଦ ମୀଖଲକୁ କହିଲେ, ତାହା ତ ସଦାପ୍ରଭୁଙ୍କ ସମ୍ମୁଖରେ ହେଲା, ସେ ତ ତୁମ୍ଭ ପିତା ଓ ତାଙ୍କର ସମସ୍ତ ବଂଶ ଅପେକ୍ଷା ସଦାପ୍ରଭୁଙ୍କ ଲୋକ ଇସ୍ରାଏଲ ଉପରେ ଅଗ୍ରଣୀ ରୂପେ ନିଯୁକ୍ତ କରିବାକୁ ମୋତେ ମନୋନୀତ କରିଅଛନ୍ତି; ଏହେତୁ ସଦାପ୍ରଭୁଙ୍କ ସମ୍ମୁଖରେ ମୁଁ ଆମୋଦ କରିବି।

Gade chapit la Kopi

ଓଡିଆ ବାଇବେଲ

21 ଏଥିରେ ଦାଉଦ ମୀଖଲକୁ କହିଲେ, “ତାହା ତ ସଦାପ୍ରଭୁଙ୍କ ସମ୍ମୁଖରେ ହେଲା, ସେ ତ ତୁମ୍ଭ ପିତା ଓ ତାଙ୍କର ସମସ୍ତ ବଂଶ ଅପେକ୍ଷା ସଦାପ୍ରଭୁଙ୍କ ଲୋକ ଇସ୍ରାଏଲ ଉପରେ ଅଗ୍ରଣୀ ରୂପେ ନିଯୁକ୍ତ କରିବାକୁ ମୋତେ ମନୋନୀତ କରିଅଛନ୍ତି; ଏହେତୁ ସଦାପ୍ରଭୁଙ୍କ ସମ୍ମୁଖରେ ମୁଁ ଆମୋଦ କରିବି।

Gade chapit la Kopi

ପବିତ୍ର ବାଇବଲ

21 ତା'ପରେ ଦାଉଦ ମୀଖଲକୁ କହିଲେ, “ତାହାତ ସଦାପ୍ରଭୁଙ୍କ ସମ୍ମୁଖରେ ହେଲା। ସେତ ତୁମ୍ଭ ପିତା ଓ ତାଙ୍କର ସମସ୍ତ ବଂଶ ଅପେକ୍ଷା ସଦାପ୍ରଭୁଙ୍କ ଲୋକ ଇସ୍ରାଏଲ ଉପରେ ଅଗ୍ରଣୀ ରୂପେ ନିଯୁକ୍ତି କରିବାକୁ ମୋତେ ମନୋନୀତ କରିଛନ୍ତି। ଏହି ହେତୁ ମୁଁ ସଦାପ୍ରଭୁଙ୍କ ସମ୍ମୁଖରେ ଆନନ୍ଦ କରିବି।

Gade chapit la Kopi




2 ଶାମୁୟେଲ 6:21
15 Referans Kwoze  

ପରେ ସେ ତାହାଙ୍କୁ ପଦଚ୍ୟୁତ କରି ସେମାନଙ୍କର ରାଜା ହେବା ନିମନ୍ତେ ଦାଉଦଙ୍କୁ ଉତ୍ଥାପନ କଲେ; ସେ ମଧ୍ୟ ତାହାଙ୍କ ବିଷୟରେ ସାକ୍ଷ୍ୟ ଦେଇ କହିଲେ, ଆମ୍ଭେ ଯିଶୀର ପୁତ୍ର ଦାଉଦଙ୍କୁ ପାଇଅଛୁ, ସେ ଆମ୍ଭର ମନର ମତ ବ୍ୟକ୍ତି, ସେ ସମସ୍ତ ବିଷୟରେ ଆମ୍ଭର ଇଚ୍ଛା ପାଳନ କରିବେ।


ପୁଣି ସଦାପ୍ରଭୁଙ୍କ ସିନ୍ଦୁକ ଦାଉଦ-ନଗରରେ ଉପସ୍ଥିତ ହେବା ବେଳେ ଶାଉଲଙ୍କର କନ୍ୟା ମୀଖଲ ଝରକା ଦେଇ ଅନାଇ ଦାଉଦ ରାଜାଙ୍କୁ ସଦାପ୍ରଭୁଙ୍କ ସମ୍ମୁଖରେ କୁଦିବାର ଓ ନାଚିବାର ଦେଖିଲା; ଏଣୁ ସେ ଆପଣା ମନେ ମନେ ତାଙ୍କୁ ତୁଚ୍ଛ କଲା।


ମାତ୍ର ଏବେ ତୁମ୍ଭର ରାଜତ୍ୱ ସ୍ଥିର ହେବ ନାହିଁ; ସଦାପ୍ରଭୁ ନିଜ ମନର ମତ ଏକ ଜଣ ଆପଣା ପାଇଁ ଅନ୍ୱେଷଣ କରିଅଛନ୍ତି, ସଦାପ୍ରଭୁ ଆପଣା ଲୋକମାନଙ୍କ ଉପରେ ତାହାକୁ ଅଗ୍ରଣୀ ନିରୂପଣ କରିଅଛନ୍ତି, କାରଣ ସଦାପ୍ରଭୁ ତୁମ୍ଭକୁ ଯାହା ଆଜ୍ଞା କରିଥିଲେ, ତୁମ୍ଭେ ତାହା ପାଳନ କଲ ନାହିଁ।”


ଏଣୁ ଶାମୁୟେଲ ତାଙ୍କୁ କହିଲେ, “ସଦାପ୍ରଭୁ ଆଜି ତୁମ୍ଭଠାରୁ ଇସ୍ରାଏଲର ରାଜତ୍ୱ ଟାଣି ଚିରିଲେ ଓ ତୁମ୍ଭଠାରୁ ଉତ୍ତମ ତୁମ୍ଭର ଏକ ପ୍ରତିବାସୀକୁ ତାହା ଦେଲେ।


ପୁଣି ଦାଉଦ ଆପଣାର ସମସ୍ତ ବଳରେ ସଦାପ୍ରଭୁଙ୍କ ସମ୍ମୁଖରେ ନୃତ୍ୟ କଲେ; ସେହି ସମୟରେ ଦାଉଦ ଶୁକ୍ଳ ଏଫୋଦ ପିନ୍ଧିଥିଲେ।


ପୁଣି ଦାଉଦ ଓ ସମୁଦାୟ ଇସ୍ରାଏଲ ବଂଶ ସଦାପ୍ରଭୁଙ୍କ ସମ୍ମୁଖରେ ଦେବଦାରୁ କାଷ୍ଠରେ ନିର୍ମିତ ନାନା ପ୍ରକାର ବାଦ୍ୟଯନ୍ତ୍ର, ବୀଣା ଓ ନେବଲ ଓ ଦାରା ଓ ମନ୍ଦିରା ଓ କରତାଳ ବଜାଇଲେ।


ଏଥିଉତ୍ତାରେ ସଦାପ୍ରଭୁ ଶାମୁୟେଲଙ୍କୁ କହିଲେ, “ତୁମ୍ଭେ କେତେ କାଳ ଶାଉଲ ପାଇଁ ଶୋକ କରିବ? ଆମ୍ଭେ ତ ତାହାକୁ ଇସ୍ରାଏଲ ଉପରେ ରାଜା ହୋଇଥିବା ପାଇଁ ତୁଚ୍ଛ କଲୁ, ତୁମ୍ଭେ ଆପଣା ଶୃଙ୍ଗ ତୈଳରେ ପୂର୍ଣ୍ଣ କରି ଚାଲ, ଆମ୍ଭେ ତୁମ୍ଭକୁ ବେଥଲିହିମୀୟ ଯିଶୀ ନିକଟକୁ ପଠାଇବା, କାରଣ ତାହାର ପୁତ୍ରମାନଙ୍କ ମଧ୍ୟରେ ଆମ୍ଭେ ଆପଣା ପାଇଁ ଏକ ରାଜା ଦେଖିଅଛୁ।”


ଅତଏବ, ତୁମ୍ଭେମାନେ ଭୋଜନ କର କି ପାନ କର ଅବା ଯାହା କିଛି କର, ଈଶ୍ବରଙ୍କ ଗୌରବ ନିମନ୍ତେ ସବୁ କର।


ପୁଣି, ଦାଉଦ-ନଗରରେ ସଦାପ୍ରଭୁଙ୍କ ନିୟମ-ସିନ୍ଦୁକ ଉପସ୍ଥିତ ହୁଅନ୍ତେ, ଶାଉଲଙ୍କ କନ୍ୟା ମୀଖଲ ଝରକା ବାଟେ ଅନାଇ ଦାଉଦ ରାଜାଙ୍କୁ ନୃତ୍ୟ ଓ ଆନନ୍ଦ କରିବାର ଦେଖିଲା, ତହିଁରେ ସେ ମନେ ମନେ ତାଙ୍କୁ ତୁଚ୍ଛ କଲା।


ତହିଁରେ ସେ ଲୋକ ପଠାଇ ତାହାକୁ ଅଣାଇଲା। ସେ ଈଷତ୍‍ ରକ୍ତବର୍ଣ୍ଣ ଓ ସୁନୟନ ଓ ଦେଖିବାକୁ ସୁନ୍ଦର। ସେତେବେଳେ ସଦାପ୍ରଭୁ କହିଲେ, “ଉଠ, ଏହାକୁ ଅଭିଷେକ କର; ଏ ସେହି ଲୋକ।”


ପୁଣି ମୁଁ ଏଥିରୁ ହିଁ ଆହୁରି କ୍ଷୁଦ୍ର ହେବି ଓ ନିଜ ଦୃଷ୍ଟିରେ ନୀଚ ହେବି; ତଥାପି ତୁମ୍ଭେ ଯେଉଁ ଦାସୀମାନଙ୍କ କଥା କହିଲ, ସେମାନଙ୍କଠାରୁ ମୁଁ ଗୌରବ ପାଇବି।”


ଏଣୁ ଏବେ ତୁମ୍ଭେ ଆମ୍ଭ ଦାସ ଦାଉଦଙ୍କୁ ଏପରି କୁହ, ‘ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭେ ଯେପରି ଆମ୍ଭ ଲୋକ ଇସ୍ରାଏଲ ଉପରେ ଅଗ୍ରଣୀ ହେବ, ଏଥିପାଇଁ ଆମ୍ଭେ ତୁମ୍ଭକୁ ମେଷଶାଳାରୁ, ମେଷମାନଙ୍କ ପଶ୍ଚାଦ୍‍ଗମନରୁ ଗ୍ରହଣ କଲୁ;


ଅତୀତରେ ଶାଉଲ ଆମ୍ଭମାନଙ୍କ ଉପରେ ରାଜା ଥିବା ସମୟରେ ତୁମ୍ଭେ ଇସ୍ରାଏଲର ସେନାକୁ ନେତୃତ୍ଵ ଦେଉଥିଲ; ପୁଣି ସଦାପ୍ରଭୁ ତୁମ୍ଭକୁ କହିଅଛନ୍ତି, ‘ତୁମ୍ଭେ ଆମ୍ଭ ଇସ୍ରାଏଲ ଲୋକଙ୍କୁ ପାଳନ କରିବ ଓ ତୁମ୍ଭେ ଇସ୍ରାଏଲର ଅଗ୍ରଣୀ ହେବ।’”


Swiv nou:

Piblisite


Piblisite