Biblia Todo Logo
Bib sou entènèt

- Piblisite -




2 ଶାମୁୟେଲ 6:5 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 ପୁଣି ଦାଉଦ ଓ ସମୁଦାୟ ଇସ୍ରାଏଲ ବଂଶ ସଦାପ୍ରଭୁଙ୍କ ସମ୍ମୁଖରେ ଦେବଦାରୁ କାଷ୍ଠରେ ନିର୍ମିତ ନାନା ପ୍ରକାର ବାଦ୍ୟଯନ୍ତ୍ର, ବୀଣା ଓ ନେବଲ ଓ ଦାରା ଓ ମନ୍ଦିରା ଓ କରତାଳ ବଜାଇଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

5 ପୁଣି ଦାଉଦ ଓ ସମୁଦାୟ ଇସ୍ରାଏଲ ବଂଶ ସଦାପ୍ରଭୁଙ୍କ ସମ୍ମୁଖରେ ଦେବଦାରୁ କାଷ୍ଠନିର୍ମିତ ନାନା ପ୍ରକାର ବାଦ୍ୟଯନ୍ତ୍ର, ବୀଣା ଓ ନେବଲ ଓ ଦାରା ଓ ମନ୍ଦିରା ଓ କରତାଳ ବଜାଇଲେ।

Gade chapit la Kopi

ଓଡିଆ ବାଇବେଲ

5 ପୁଣି ଦାଉଦ ଓ ସମୁଦାୟ ଇସ୍ରାଏଲ ବଂଶ ସଦାପ୍ରଭୁଙ୍କ ସମ୍ମୁଖରେ ଦେବଦାରୁ କାଷ୍ଠରେ ନିର୍ମିତ ନାନା ପ୍ରକାର ବାଦ୍ୟଯନ୍ତ୍ର, ବୀଣା ଓ ନେବଲ ଓ ଦାରା ଓ ମନ୍ଦିରା ଓ କରତାଳ ବଜାଇଲେ।

Gade chapit la Kopi

ପବିତ୍ର ବାଇବଲ

5 ଦାଉଦ ଓ ଇସ୍ରାଏଲର ସମସ୍ତ ଲୋକମାନେ ସଦାପ୍ରଭୁଙ୍କ ଆଗରେ ଦେବଦାରୁ କାଠରେ ତିଆରି ନାନା ପ୍ରକାର ବାଦ୍ୟଯନ୍ତ୍ର ବୀଣା ଓ ନେବଲ ଓ ଦାରା, ମନ୍ଦିରା ଓ କରତାଳି ବଜାଇ ନାଚୁ ଥିଲେ।

Gade chapit la Kopi




2 ଶାମୁୟେଲ 6:5
17 Referans Kwoze  

ପୁଣି, ଦାଉଦ ଓ ସମଗ୍ର ଇସ୍ରାଏଲ ପରମେଶ୍ୱରଙ୍କ ସାକ୍ଷାତରେ ସମସ୍ତ ଶକ୍ତି ସହିତ ଗାୟନ କରି ବୀଣା ଓ ନେବଲ ଓ ଦାରା ଓ କରତାଳ ଓ ତୂରୀ ବଜାଇଲେ।


ତୁମ୍ଭେମାନେ ଆମ୍ଭ ନିକଟରୁ ତୁମ୍ଭମାନଙ୍କ ଗାୟନର କୋଳାହଳ ଦୂର କର; କାରଣ ଆମ୍ଭେ ତୁମ୍ଭମାନଙ୍କ ନେବଲ ଯନ୍ତ୍ରର ବାଦ୍ୟ ଶୁଣିବା ନାହିଁ।


ନେବଲ ଯନ୍ତ୍ରରେ ଅନର୍ଥକ ଗୀତ ଗାନ କରନ୍ତି, ଦାଉଦଙ୍କ ସଦୃଶ୍ୟ ଆପଣାମାନଙ୍କ ନିମନ୍ତେ ନାନା ବାଦ୍ୟଯନ୍ତ୍ର ନିର୍ମାଣ କରନ୍ତି;


ଏବେ ଶୃଙ୍ଗ, ବଂଶୀ, ବୀଣା, ଚତୁସ୍ତନ୍ତ୍ରୀ, ନେବଲ, ମୃଦଙ୍ଗ ଓ ସର୍ବପ୍ରକାର ବାଦ୍ୟ ଶୁଣିଲେ, ତୁମ୍ଭେମାନେ ଯଦି ମୋʼ ନିର୍ମିତ ପ୍ରତିମାକୁ ମୁହଁ ମାଡ଼ି ପ୍ରଣାମ କରିବାକୁ ପ୍ରସ୍ତୁତ ହୁଅ, ତେବେ ଭଲ; ମାତ୍ର ଯଦି ତୁମ୍ଭେମାନେ ପ୍ରଣାମ ନ କର, ତେବେ ସେହି ଦଣ୍ଡରେ ତୁମ୍ଭେମାନେ ପ୍ରଜ୍ୱଳିତ ଅଗ୍ନିକୁଣ୍ଡରେ ନିକ୍ଷିପ୍ତ ହେବ; ଆଉ, ଏପରି କେଉଁ ଦେବତା ଅଛି ଯେ ତୁମ୍ଭମାନଙ୍କୁ ମୋʼ ହସ୍ତରୁ ଉଦ୍ଧାର କରିବ?”


ହେ ମହାରାଜ, ଆପଣ ଆଜ୍ଞା କରିଅଛନ୍ତି ଯେ, ଯେକେହି ଶୃଙ୍ଗ, ବଂଶୀ, ବୀଣା, ଚତୁସ୍ତନ୍ତ୍ରୀ, ନେବଲ, ମୃଦଙ୍ଗ ଓ ସବୁ ପ୍ରକାର ବାଦ୍ୟ ଶୁଣିବ, ସେ ଉବୁଡ଼ ହୋଇ ସୁବର୍ଣ୍ଣ ପ୍ରତିମାକୁ ପ୍ରଣାମ କରିବ;


ଏହେତୁରୁ ଯେତେବେଳେ ସମସ୍ତ ଲୋକ ଶୃଙ୍ଗ, ବଂଶୀ, ବୀଣା, ଚତୁସ୍ତନ୍ତ୍ରୀ, ନେବଲ ଓ ସବୁ ପ୍ରକାର ବାଦ୍ୟ ଶୁଣିଲେ, ସେତେବେଳେ ସମସ୍ତ ଲୋକ, ଗୋଷ୍ଠୀୟ ବର୍ଗ ଓ ଭାଷାବାଦୀମାନେ ରାଜା ନବୂଖଦ୍‍ନିତ୍ସରର ସ୍ଥାପିତ ପ୍ରତିମାକୁ ମୁହଁ ମାଡ଼ି ପ୍ରଣାମ କଲେ।


ଯେଉଁ ସମୟରେ ତୁମ୍ଭେମାନେ ଶୃଙ୍ଗ, ବଂଶୀ, ବୀଣା, ଚତୁସ୍ତନ୍ତ୍ରୀ ଓ ନେବଲ, ମୃଦଙ୍ଗ ଓ ସବୁ ପ୍ରକାର ବାଦ୍ୟ ଶୁଣିବ, ସେତେବେଳେ ତୁମ୍ଭେମାନେ ରାଜା ନବୂଖଦ୍‍ନିତ୍ସରଙ୍କ ସ୍ଥାପିତ ସୁବର୍ଣ୍ଣ ପ୍ରତିମା ସମ୍ମୁଖରେ ଉବୁଡ଼ ହୋଇ ପ୍ରଣାମ କରିବ।


ପରମେଶ୍ୱର ଜୟଧ୍ୱନିରେ, ସଦାପ୍ରଭୁ ତୂରୀଧ୍ୱନିରେ ଊର୍ଦ୍ଧ୍ୱକୁ ବିଜେ କରିଅଛନ୍ତି।


ତଥାପି ଏବେ ମୋʼ ନିକଟକୁ ଏକ ବାଦ୍ୟକର ଆଣ।” ତହୁଁ ବାଦ୍ୟକର ଆସି ବାଦ୍ୟ ବଜାନ୍ତେ, ସଦାପ୍ରଭୁଙ୍କ ହସ୍ତ ଇଲୀଶାୟଙ୍କ ଉପରେ ଅବସ୍ଥାନ କଲା।


ଏଣୁ ଜଣେ ନିପୁଣ ବୀଣାବାଦକ ଅନ୍ୱେଷଣ କରିବା ପାଇଁ ଆମ୍ଭମାନଙ୍କ ପ୍ରଭୁ ଆପଣା ସମ୍ମୁଖସ୍ଥ ଦାସମାନଙ୍କୁ ଆଜ୍ଞା କରନ୍ତୁ; ତହିଁରେ ପରମେଶ୍ୱରଙ୍କଠାରୁ ସେହି ମନ୍ଦ ଆତ୍ମା ଆପଣଙ୍କ ଉପରେ ଥିବା ବେଳେ, ସେ ଲୋକ ଆପଣା ହାତରେ ବଜାଇଲେ ଆପଣ ଭଲ ହୋଇଯିବେ।”


ଏଉତ୍ତାରେ ତୁମ୍ଭେ ପରମେଶ୍ୱରଙ୍କ ପର୍ବତରେ ଉପସ୍ଥିତ ହେବ, ସେଠାରେ ପଲେଷ୍ଟୀୟମାନଙ୍କ ପ୍ରହରୀ-ସୈନ୍ୟଦଳ ଅଛନ୍ତି; ଆଉ, ସେଠାରେ ନଗର-ପ୍ରବେଶ ସ୍ଥାନକୁ ଆସିଲେ ନେବଲ ଓ ଦାରା ଓ ବଂଶୀ ଓ ବୀଣା ନେଇ ଉଚ୍ଚସ୍ଥଳୀରୁ ଓହ୍ଲାଇ ଆସିବାର ଏକ ଦଳ ଭବିଷ୍ୟଦ୍‍ବକ୍ତାଙ୍କ ସହିତ ତୁମ୍ଭର ସାକ୍ଷାତ ହେବ; ସେମାନେ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରୁଥିବେ;


ଏହିରୂପେ ଉଚ୍ଚସ୍ୱରରେ ଜୟଧ୍ୱନି କରି ଶିଙ୍ଗା, ତୂରୀ, କରତାଳ, ନେବଲ ଓ ବୀଣା ବଜାଇ ସମଗ୍ର ଇସ୍ରାଏଲ ସଦାପ୍ରଭୁଙ୍କ ନିୟମ-ସିନ୍ଦୁକ ଆଣିଲେ।


ଆଉ, ସେମାନେ ନେବଲ ଓ ବୀଣା ଓ ତୂରୀ ବଜାଇ ଯିରୂଶାଲମକୁ ଆସି ସଦାପ୍ରଭୁଙ୍କ ଗୃହକୁ ଗଲେ।


Swiv nou:

Piblisite


Piblisite