Biblia Todo Logo
Bib sou entènèt

- Piblisite -




2 ଶାମୁୟେଲ 7:14 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

14 ଆମ୍ଭେ ତାହାର ପିତା ହେବା ଓ ସେ ଆମ୍ଭର ପୁତ୍ର ହେବ; ସେ ଅପରାଧ କଲେ ଆମ୍ଭେ ତାହାକୁ ମନୁଷ୍ୟମାନଙ୍କ ଦଣ୍ଡରେ ଓ ମନୁଷ୍ୟ-ସନ୍ତାନମାନଙ୍କ ପ୍ରହାରରେ ଶାସ୍ତି ଦେବା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

14 ଆମ୍ଭେ ତାହାର ପିତା ହେବା ଓ ସେ ଆମ୍ଭର ପୁତ୍ର ହେବ; ସେ ଅପରାଧ କଲେ ଆମ୍ଭେ ତାହାକୁ ମନୁଷ୍ୟମାନଙ୍କ ଦଣ୍ତରେ ଓ ମନୁଷ୍ୟ-ସନ୍ତାନମାନଙ୍କ ପ୍ରହାରରେ ଶାସ୍ତି ଦେବା।

Gade chapit la Kopi

ଓଡିଆ ବାଇବେଲ

14 ଆମ୍ଭେ ତାହାର ପିତା ହେବା ଓ ସେ ଆମ୍ଭର ପୁତ୍ର ହେବ; ସେ ଅପରାଧ କଲେ ଆମ୍ଭେ ତାହାକୁ ମନୁଷ୍ୟମାନଙ୍କ ଦଣ୍ଡରେ ଓ ମନୁଷ୍ୟ-ସନ୍ତାନମାନଙ୍କ ପ୍ରହାରରେ ଶାସ୍ତି ଦେବା।

Gade chapit la Kopi

ପବିତ୍ର ବାଇବଲ

14 ମୁଁ ତା'ର ପିତା ହେବି ଓ ସେ ମୋର ପୁତ୍ର ହେବ। ଯେତେବେଳେ ସେ ପାପ କରେ ମୁଁ ତାକୁ ଦଣ୍ତ ଦେବି, ଯେପରି ଲୋକମାନେ ସେମାନଙ୍କର ପୁତ୍ରମାନଙ୍କୁ ଦଣ୍ତ ଦିଅନ୍ତି।

Gade chapit la Kopi




2 ଶାମୁୟେଲ 7:14
19 Referans Kwoze  

କାରଣ ଈଶ୍ବର ଦୂତମାନଙ୍କ ମଧ୍ୟରୁ କାହାକୁ କେବେ ଏହା କହିଅଛନ୍ତି, “ତୁମ୍ଭେ ଆମ୍ଭର ପୁତ୍ର, ଆଜି ଆମ୍ଭେ ତୁମ୍ଭକୁ ଜନ୍ମ ଦେଇଅଛୁ?” ପୁନଶ୍ଚ, “ଆମ୍ଭେ ତାହାଙ୍କର ପିତା ହେବା, ଆଉ ସେ ଆମ୍ଭର ପୁତ୍ର ହେବେ?”


ଆମ୍ଭେ ଯେତେ ଲୋକଙ୍କୁ ପ୍ରେମ କରୁ, ସେମାନଙ୍କୁ ଅନୁଯୋଗ ଓ ଶାସନ କରିଥାଉ; ଅତଏବ ଉଦ୍‍ଯୋଗୀ ହୋଇ ମନ-ପରିବର୍ତ୍ତନ କର।


ଆଉ, ସେ ମୋତେ କହିଅଛନ୍ତି, ‘ତୁମ୍ଭ ପୁତ୍ର ଶଲୋମନ ଆମ୍ଭର ଗୃହ ଓ ଆମ୍ଭର ପ୍ରାଙ୍ଗଣସବୁ ନିର୍ମାଣ କରିବ; କାରଣ ଆମ୍ଭେ ତାହାକୁ ଆମ୍ଭର ପୁତ୍ର ହେବା ପାଇଁ ମନୋନୀତ କରିଅଛୁ ଓ ଆମ୍ଭେ ତାହାର ପିତା ହେବା।


ଆମ୍ଭେ ତାହାର ପିତା ହେବା ଓ ସେ ଆମ୍ଭର ପୁତ୍ର ହେବ; ପୁଣି, ତୁମ୍ଭ ପୂର୍ବବର୍ତ୍ତୀ ଶାସକଙ୍କଠାରୁ(ଶାଉଲ) ଯେପରି ଆମ୍ଭେ ଆପଣା ଦୟା ଦୂର କଲୁ, ସେପରି ତାହାଠାରୁ ଦୂର କରିବା ନାହିଁ;


ପୁଣି ମନୁଷ୍ୟ ଯେପରି ଆପଣା ପୁତ୍ରକୁ ଶାସନ କରେ, ତଦ୍ରୂପ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭକୁ ଶାସନ କରନ୍ତି, ଏହା ତୁମ୍ଭେ ଆପଣା ମନରେ ବିବେଚନା କରିବ।


ଆଉ, ଜଗତ ସହିତ ଯେପରି ଦଣ୍ଡାଜ୍ଞା ପ୍ରାପ୍ତ ନ ହେଉ, ଏଥିନିମନ୍ତେ ପ୍ରଭୁଙ୍କ ଦ୍ୱାରା ବିଚାରିତ ହୋଇ ଆମ୍ଭେମାନେ ଶାସ୍ତି ଭୋଗ କରୁଅଛୁ।


କାରଣ ସଦାପ୍ରଭୁ କହନ୍ତି, ଆମ୍ଭେ ତୁମ୍ଭକୁ ଉଦ୍ଧାର କରିବା ପାଇଁ ତୁମ୍ଭ ସଙ୍ଗରେ ଅଛୁ; ହଁ, ଯେଉଁ ଗୋଷ୍ଠୀମାନଙ୍କ ମଧ୍ୟରେ ଆମ୍ଭେ ତୁମ୍ଭକୁ ଛିନ୍ନଭିନ୍ନ କରିଅଛୁ, ସେହି ସମସ୍ତଙ୍କୁ ନିଃଶେଷ ରୂପେ ସଂହାର କରିବା, ମାତ୍ର ତୁମ୍ଭକୁ ଆମ୍ଭେ ନିଃଶେଷ ରୂପେ ସଂହାର କରିବା ନାହିଁ; ତଥାପି ଆମ୍ଭେ ବିବେଚନାପୂର୍ବକ ତୁମ୍ଭକୁ ଶାସ୍ତି ଦେବା ଓ କୌଣସିମତେ ତୁମ୍ଭକୁ ଦଣ୍ଡ ନ ଦେଇ ଛାଡ଼ିବା ନାହିଁ।


ଆଉ ଦେଖ, ଆକାଶରୁ ଏହି ବାଣୀ ହେଲା, “ଏ ଆମ୍ଭର ପ୍ରିୟ ପୁତ୍ର, ଏହାଙ୍କଠାରେ ଆମ୍ଭର ପରମ ସନ୍ତୋଷ।”


ଦେଖ, ପରମେଶ୍ୱର ଯାହାକୁ ଶାସନ କରନ୍ତି, ସେ ମନୁଷ୍ୟ ଧନ୍ୟ; ଏହେତୁ ତୁମ୍ଭେ ସର୍ବଶକ୍ତିମାନଙ୍କର ଶାସ୍ତି ତୁଚ୍ଛ ନ କର।


“ଆମ୍ଭେ ତୁମ୍ଭମାନଙ୍କର ପିତା ହେବା, ପୁଣି, ତୁମ୍ଭେମାନେ ଆମ୍ଭର ପୁତ୍ରକନ୍ୟା ହେବ, ଏହା ସର୍ବଶକ୍ତିମାନ ପ୍ରଭୁ କହନ୍ତି।”


ଯେ ଜୟ କରେ, ସେ ଏହି ସମସ୍ତର ଅଧିକାରୀ ହେବ; ଆମ୍ଭେ ତାହାର ଈଶ୍ବର ହେବୁ, ପୁଣି, ସେ ଆମ୍ଭର ପୁତ୍ର ହେବ।


ମାତ୍ର ଯଦି ତୁମ୍ଭେମାନେ, ଅବା ତୁମ୍ଭମାନଙ୍କ ସନ୍ତାନମାନେ ଆମ୍ଭ ପଶ୍ଚାତ୍‍ଗମନରୁ ଫେରିବ ଓ ତୁମ୍ଭମାନଙ୍କ ସମ୍ମୁଖରେ ଆମ୍ଭ ସ୍ଥାପିତ ଆଜ୍ଞା ଓ ବିଧି ପାଳନ ନ କରିବ, ମାତ୍ର ଯାଇ ଅନ୍ୟ ଦେବଗଣକୁ ସେବା କରିବ ଓ ସେମାନଙ୍କୁ ପ୍ରଣାମ କରିବ;


ତଥାପି ଆମ୍ଭେ ସମୁଦାୟ ରାଜ୍ୟ ତାହା ହସ୍ତରୁ ନେବା ନାହିଁ, ମାତ୍ର ଆମ୍ଭ ମନୋନୀତ ଦାସ ଯେଉଁ ଦାଉଦ ଆମ୍ଭର ଆଜ୍ଞା ଓ ଆମ୍ଭର ବିଧିସକଳ ପାଳନ କଲା, ତାହା ସକାଶୁ ତାହାକୁ ଯାବଜ୍ଜୀବନ ଅଧିପତି କରି ରଖିବା;


ସେ ଆମ୍ଭ ନାମ ପାଇଁ ଗୃହ ନିର୍ମାଣ କରିବ; ସେ ଆମ୍ଭର ପୁତ୍ର ହେବ ଓ ଆମ୍ଭେ ତାହାର ପିତା ହେବା; ପୁଣି, ଆମ୍ଭେ ଇସ୍ରାଏଲ ଉପରେ ତାହାର ରାଜସିଂହାସନ ଅନନ୍ତକାଳ ସ୍ଥାପନ କରିବା।’


ମୁଁ ସେହି ବିଧାନ ପ୍ରଚାର କରିବି; ସଦାପ୍ରଭୁ ମୋତେ କହିଲେ, “ତୁମ୍ଭେ ଆମ୍ଭର ପୁତ୍ର; ଆଜି ଆମ୍ଭେ ତୁମ୍ଭକୁ ଜନ୍ମ ଦେଲୁ।


Swiv nou:

Piblisite


Piblisite