Biblia Todo Logo
Bib sou entènèt

- Piblisite -




2 ଶାମୁୟେଲ 7:23 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

23 ତୁମ୍ଭ ଲୋକ ଇସ୍ରାଏଲ ତୁଲ୍ୟ ପୃଥିବୀରେ ଆଉ କେଉଁ ଗୋଷ୍ଠୀ ଅଛି? ସେମାନଙ୍କୁ ଆପଣା ଉଦ୍ଦେଶ୍ୟରେ ଏକ ଲୋକ ରୂପେ ମୁକ୍ତ କରିବାକୁ, ଓ ଆପଣା ନାମ କରିବାକୁ ପୁଣି ମିସରରୁ, ନାନା ଗୋଷ୍ଠୀ ଓ ସେମାନଙ୍କ ଦେବଗଣଠାରୁ ତୁମ୍ଭ ଉଦ୍ଦେଶ୍ୟରେ ମୁକ୍ତ ତୁମ୍ଭର ସେହି ଲୋକମାନଙ୍କ ସମ୍ମୁଖରେ ସେମାନଙ୍କ ପାଇଁ ମହତ୍ କର୍ମ ଓ ତୁମ୍ଭ ଦେଶ ପାଇଁ ଭୟାନକ କର୍ମ କରିବାକୁ ପରମେଶ୍ୱର ଆଗମନ କରିଥିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

23 ତୁମ୍ଭ ଲୋକ ଇସ୍ରାଏଲ ତୁଲ୍ୟ ପୃଥିବୀରେ ଆଉ କେଉଁ ଗୋଷ୍ଠୀ ଅଛି? ସେମାନଙ୍କୁ ଆପଣା ଉଦ୍ଦେଶ୍ୟରେ ଏକ ଲୋକ ରୂପେ ମୁକ୍ତ କରିବାକୁ, ଓ ଆପଣା ନାମ କରିବାକୁ ପୁଣି ମିସରରୁ, ନାନା ଗୋଷ୍ଠୀ ଓ ସେମାନଙ୍କ ଦେବଗଣଠାରୁ ତୁମ୍ଭ ଉଦ୍ଦେଶ୍ୟରେ ମୁକ୍ତ ତୁମ୍ଭର ସେହି ଲୋକମାନଙ୍କ ସମ୍ମୁଖରେ ସେମାନଙ୍କ ପାଇଁ ମହତ କର୍ମ ଓ ତୁମ୍ଭ ଦେଶ ପାଇଁ ଭୟାନକ କର୍ମ କରିବାକୁ ପରମେଶ୍ଵର ଆଗମନ କରିଥିଲେ।

Gade chapit la Kopi

ଓଡିଆ ବାଇବେଲ

23 ତୁମ୍ଭ ଲୋକ ଇସ୍ରାଏଲ ତୁଲ୍ୟ ପୃଥିବୀରେ ଆଉ କେଉଁ ଗୋଷ୍ଠୀ ଅଛି ? ସେମାନଙ୍କୁ ଆପଣା ଉଦ୍ଦେଶ୍ୟରେ ଏକ ଲୋକ ରୂପେ ମୁକ୍ତ କରିବାକୁ, ଓ ଆପଣା ନାମ କରିବାକୁ ପୁଣି ମିସରରୁ, ନାନା ଗୋଷ୍ଠୀ ଓ ସେମାନଙ୍କ ଦେବଗଣଠାରୁ ତୁମ୍ଭ ଉଦ୍ଦେଶ୍ୟରେ ମୁକ୍ତ ତୁମ୍ଭର ସେହି ଲୋକମାନଙ୍କ ସମ୍ମୁଖରେ ସେମାନଙ୍କ ପାଇଁ ମହତ୍ କର୍ମ ଓ ତୁମ୍ଭ ଦେଶ ପାଇଁ ଭୟାନକ କର୍ମ କରିବାକୁ ପରମେଶ୍ୱର ଆଗମନ କରିଥିଲେ।

Gade chapit la Kopi

ପବିତ୍ର ବାଇବଲ

23 “ତୁମ୍ଭର ଇସ୍ରାଏଲୀୟ ଲୋକମାନଙ୍କ ପରି ଆଉ କୌଣସି ଦେଶ ନାହିଁ। ସେମାନେ ଗୋଟିଏ ବିଶେଷ ଲୋକ ଅଟନ୍ତି। ସଦାପ୍ରଭୁ ସେମାନଙ୍କୁ ମିଶରର ଦାସତ୍ୱରୁ ମୁକ୍ତ କରିଅଛନ୍ତି, ତାଙ୍କର ଲୋକ କରିବା ପାଇଁ ଏବଂ ସେମାନଙ୍କ ପାଇଁ ମହତ କର୍ମ ଓ ତୁମ୍ଭ ଦେଶ ପାଇଁ ଆଶ୍ଚର୍ଯ୍ୟ କର୍ମ କରନ୍ତି।

Gade chapit la Kopi




2 ଶାମୁୟେଲ 7:23
36 Referans Kwoze  

ସେ ତୁମ୍ଭର ପ୍ରଶଂସାର ଯୋଗ୍ୟ, ପୁଣି ସେ ତୁମ୍ଭର ପରମେଶ୍ୱର ଅଟନ୍ତି, ତୁମ୍ଭର ଚକ୍ଷୁ ଯାହା ଯାହା ଦେଖିଅଛି, ସେହି ସବୁ ମହତ୍ ଓ ଭୟଙ୍କର କର୍ମ ସେ ତୁମ୍ଭ ନିମନ୍ତେ କରିଅଛନ୍ତି।


ପୁଣି ମୁଁ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କରି କହିଲି, “ହେ ପ୍ରଭୋ ସଦାପ୍ରଭୋ, ତୁମ୍ଭେ ଆପଣା ଲୋକଙ୍କୁ ଓ ଆପଣା ଅଧିକାରକୁ ବିନାଶ କର ନାହିଁ, ତୁମ୍ଭେ ଆପଣା ମହିମାରେ ସେମାନଙ୍କୁ ମୁକ୍ତ କରିଅଛ, ତୁମ୍ଭେ ସେମାନଙ୍କୁ ବଳବାନ ହସ୍ତ ଦ୍ୱାରା ମିସରରୁ ବାହାର କରି ଆଣିଅଛ।


ସେ କୌଣସି ଗୋଷ୍ଠୀ ପ୍ରତି ଏପରି ବ୍ୟବହାର କରି ନାହାନ୍ତି; ତାହାଙ୍କ ଶାସନ ବିଷୟ କହିବାକୁ ଗଲେ, ସେମାନେ ତାହା ଜାଣି ନାହାନ୍ତି। ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର।


ସେ ଆପଣା ଲୋକମାନଙ୍କ ନିକଟକୁ ମୁକ୍ତି ପଠାଇଅଛନ୍ତି; ସେ ଅନନ୍ତକାଳ ନିମନ୍ତେ ଆପଣା ନିୟମ ଆଜ୍ଞା କରିଅଛନ୍ତି; ତାହାଙ୍କ ନାମ ପବିତ୍ର ଓ ଆଦରଣୀୟ।


ଏମାନେ ତୁମ୍ଭର ଦାସ ଓ ତୁମ୍ଭର ଲୋକ, ତୁମ୍ଭେ ଏମାନଙ୍କୁ ଆପଣାର ମହାପରାକ୍ରମ ଓ ଆପଣାର ବଳବାନ ହସ୍ତ ଦ୍ୱାରା ମୁକ୍ତ କରିଅଛ।


ହେ ଇସ୍ରାଏଲ, ତୁମ୍ଭେ ଧନ୍ୟ ଅଟ; ତୁମ୍ଭ ତୁଲ୍ୟ କିଏ ଅଛି? ତୁମ୍ଭେ ସଦାପ୍ରଭୁଙ୍କ ଦ୍ୱାରା ଉଦ୍ଧାର ପ୍ରାପ୍ତ ଲୋକ, ସେ ତୁମ୍ଭର ଉପକାର ରୂପ ଢାଲ ଓ ସେ ତୁମ୍ଭର ମାହାତ୍ମ୍ୟ ରୂପ ଖଡ୍ଗ! ଏଣୁ ତୁମ୍ଭର ଶତ୍ରୁମାନେ ଆପେ ତୁମ୍ଭର ବଶୀଭୂତ ହେବେ; ପୁଣି ତୁମ୍ଭେ ସେମାନଙ୍କ ଉଚ୍ଚସ୍ଥଳୀମାନ ଦଳନ କରିବ।


ତୁମ୍ଭେ ସ୍ମରଣ କରିବ ଯେ, ତୁମ୍ଭେ ମିସର ଦେଶରେ ବନ୍ଧାଦାସ ହୋଇଥିଲ, ପୁଣି ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭକୁ ମୁକ୍ତ କଲେ; ଏନିମନ୍ତେ ମୁଁ ଆଜି ତୁମ୍ଭକୁ ଏହି ଆଜ୍ଞା ଦେଉଅଛି।


ତଥାପି ସେମାନେ ଯେଉଁମାନଙ୍କ ମଧ୍ୟରେ ଥିଲେ, ଯେଉଁମାନଙ୍କ ସାକ୍ଷାତରେ ଆମ୍ଭେ ସେମାନଙ୍କୁ, ମିସର ଦେଶରୁ ବାହାର କରି ଆଣିବା ଦ୍ୱାରା ଆପଣାର ପରିଚୟ ଦେଇଥିଲୁ, ସେହି ଗୋଷ୍ଠୀୟମାନଙ୍କ ସାକ୍ଷାତରେ ଆମ୍ଭର ନାମ ଯେପରି ଅପବିତ୍ର ନ ହୁଏ, ଏଥିପାଇଁ ଆମ୍ଭେ ଆପଣା ନାମ ନିମନ୍ତେ କାର୍ଯ୍ୟ କଲୁ।


ହେ ସଦାପ୍ରଭୋ, ମୋʼ ପରମେଶ୍ୱର, ତୁମ୍ଭର କୃତ ଆଶ୍ଚର୍ଯ୍ୟକର୍ମ ଓ ଆମ୍ଭମାନଙ୍କ ପକ୍ଷରେ ତୁମ୍ଭର ସଂକଳ୍ପ ଅନେକ; ତାହାସବୁ ତୁମ୍ଭ ସାକ୍ଷାତରେ ସଜାଯାଇ ନ ପାରେ; ମୁଁ ସେହି ସବୁ ବିଷୟ ବର୍ଣ୍ଣନା କରି କହନ୍ତି, ମାତ୍ର ତାହାସବୁ ଗଣନା କରାଯାଇ ନ ପାରେ।


ସେମାନେ ଗୋଟିଏ ନୂତନ ଗୀତ ଗାନ କରି କହିଲେ, “ତୁମ୍ଭେ ସେହି ପୁସ୍ତକ ନେବାକୁ ଓ ସେଥିର ମୁଦ୍ରାସବୁ ଭାଙ୍ଗିବାକୁ ଯୋଗ୍ୟ ଅଟ, କାରଣ ତୁମ୍ଭେ ହତ ହୋଇଥିଲ, ପୁଣି, ଆପଣା ରକ୍ତ ଦ୍ୱାରା ସର୍ବଗୋଷ୍ଠୀ, ଭାଷାବାଦୀ, ସର୍ବବଂଶ ଓ ସର୍ବଜାତିମାନଙ୍କ ମଧ୍ୟରୁ ଈଶ୍ବରଙ୍କ ନିମନ୍ତେ ଲୋକମାନଙ୍କୁ କିଣିଅଛ,


ସେହି ଖ୍ରୀଷ୍ଟ ଯୀଶୁ ଆମ୍ଭମାନଙ୍କୁ ସମସ୍ତ ଅଧର୍ମରୁ ମୁକ୍ତ କରିବାକୁ ଓ ଆପଣା ନିମନ୍ତେ ସତ୍କର୍ମରେ ଉଦ୍‌ଯୋଗୀ ନିଜସ୍ୱ ଲୋକ ସ୍ୱରୂପେ ଶୁଦ୍ଧ କରିବାକୁ ଆମ୍ଭମାନଙ୍କ ନିମନ୍ତେ ଆପଣାକୁ ଦେଲେ।


ଏହା ତାହାଙ୍କ ଅନୁଗ୍ରହର ଗୌରବର ପ୍ରଶଂସା ନିମନ୍ତେ ହୋଇଅଛି; ସେହି ଅନୁଗ୍ରହ ସେ ପ୍ରିୟତମଙ୍କ ଦ୍ୱାରା ଆମ୍ଭମାନଙ୍କୁ ଦାନ କରିଅଛନ୍ତି।


ପୁଣି, ଲୋକମାନେ ତୁମ୍ଭ ଭୟାନକ କର୍ମର ପ୍ରଭାବ ବ୍ୟକ୍ତ କରିବେ; ପୁଣି, ମୁଁ ତୁମ୍ଭର ମାହାତ୍ମ୍ୟ ପ୍ରଚାର କରିବି।


ହେ ଆମ୍ଭମାନଙ୍କ ପରିତ୍ରାଣର ପରମେଶ୍ୱର, ତୁମ୍ଭେ ଭୟାନକ କ୍ରିୟା ଦ୍ୱାରା ଧର୍ମରେ ଆମ୍ଭମାନଙ୍କୁ ଉତ୍ତର ଦେବ; ତୁମ୍ଭେ ପୃଥିବୀର ପ୍ରାନ୍ତନିବାସୀ ଓ ଦୂରବର୍ତ୍ତୀ ସମୁଦ୍ରବାସୀ ସମସ୍ତଙ୍କର ବିଶ୍ୱାସଭୂମି ଅଟ।


ତୁମ୍ଭ ଲୋକ ଇସ୍ରାଏଲ ତୁଲ୍ୟ ପୃଥିବୀରେ ଆଉ କେଉଁ ଗୋଷ୍ଠୀ ଅଛି? ସେମାନଙ୍କୁ ଆପଣା ଉଦ୍ଦେଶ୍ୟରେ ଏକ ଲୋକ ରୂପେ ମୁକ୍ତ କରିବାକୁ ଓ ମିସରରୁ ମୁକ୍ତ ତୁମ୍ଭର ସେହି ଲୋକମାନଙ୍କ ସମ୍ମୁଖରୁ ନାନା ଗୋଷ୍ଠୀୟମାନଙ୍କୁ ତଡ଼ିଦେଇ ମହତ୍ ଓ ଭୟାନକ କର୍ମ ଦ୍ୱାରା ତୁମ୍ଭର ନାମ କରିବାକୁ ପରମେଶ୍ୱର ଆଗମନ କରିଥିଲେ।


କାରଣ କିଣାନୀୟମାନେ ଓ ଏ ଦେଶ ନିବାସୀ ସମସ୍ତେ ଏହା ଶୁଣିବେ, ପୁଣି ଆମ୍ଭମାନଙ୍କୁ ଚାରିଆଡ଼େ ଘେରି ପୃଥିବୀରୁ ଆମ୍ଭମାନଙ୍କ ନାମ ଉଚ୍ଛିନ୍ନ କରିବେ, ତହିଁରେ ତୁମ୍ଭେ ଆପଣା ମହାନାମ ନିମନ୍ତେ କʼଣ କରିବ?”


ଯେହେତୁ ଆମ୍ଭେ ଆଜି ରାତ୍ରି ମିସର ଦେଶର ମଧ୍ୟଦେଇ ଯାଇ ମିସର ଦେଶସ୍ଥ ମନୁଷ୍ୟ ଓ ପଶୁର ସମସ୍ତ ପ୍ରଥମଜାତକୁ ସଂହାର କରିବା; ପୁଣି, ମିସରୀୟ ସମସ୍ତ ଦେବତାର ବିଚାର କରି ଦଣ୍ଡ ଦେବା; ଆମ୍ଭେ ସଦାପ୍ରଭୁ।


ମାତ୍ର ତୁମ୍ଭକୁ ଆପଣା ପରାକ୍ରମ ଦେଖାଇବାକୁ ଓ ସମୁଦାୟ ପୃଥିବୀରେ ଯେପରି ଆମ୍ଭର ନାମ କୀର୍ତ୍ତିତ ହେବ, ପ୍ରକୃତରେ ଏଥିପାଇଁ ଆମ୍ଭେ ତୁମ୍ଭକୁ ସ୍ଥାପନ କରି ରଖିଅଛୁ।


କିନ୍ତୁ ଯେ ତୁମ୍ଭମାନଙ୍କୁ ଅନ୍ଧକାରରୁ ଆପଣା ଆଶ୍ଚର୍ଯ୍ୟ ଆଲୋକ ମଧ୍ୟକୁ ଆହ୍ୱାନ କରିଅଛନ୍ତି, ତୁମ୍ଭେମାନେ ଯେପରି ତାହାଙ୍କ ଗୁଣ କୀର୍ତ୍ତନ କର, ଏଥିନିମନ୍ତେ ତୁମ୍ଭେମାନେ ଏକ ମନୋନୀତ ବଂଶ, ରାଜକୀୟ ଯାଜକବର୍ଗ, ପବିତ୍ର ଜାତି ପୁଣି, ଈଶ୍ବରଙ୍କ ନିଜସ୍ୱ ପ୍ରଜା ହୋଇଅଛ।


ପରମେଶ୍ୱରଙ୍କୁ କୁହ, “ତୁମ୍ଭ କର୍ମସକଳ କିପରି ଭୟଙ୍କର! ତୁମ୍ଭ ପରାକ୍ରମର ମହତ୍ତ୍ୱ ଦ୍ୱାରା ତୁମ୍ଭ ଶତ୍ରୁଗଣ ଆପେ ତୁମ୍ଭର ବଶୀଭୂତ ହେବେ।


ସେମାନେ ଆପଣାମାନଙ୍କ ସେହି ତ୍ରାଣକର୍ତ୍ତା ପରମେଶ୍ୱରଙ୍କୁ ପାସୋରିଲେ।


ଏହିରୂପେ ସେମାନେ ଇସ୍ରାଏଲ-ସନ୍ତାନଗଣ ଉପରେ ଆମ୍ଭର ନାମ ରଖିବେ; ତହିଁରେ ଆମ୍ଭେ ସେମାନଙ୍କୁ ଆଶୀର୍ବାଦ କରିବା।


ତୁମ୍ଭେ ଚିହ୍ନ, ଅଦ୍ଭୁତ ଲକ୍ଷଣ, ବଳବାନ ହସ୍ତ, ବିସ୍ତୀର୍ଣ୍ଣ ବାହୁ ଓ ମହତ ଭୟାନକତ୍ତ୍ୱ ଦ୍ୱାରା ତୁମ୍ଭର ଇସ୍ରାଏଲ ଲୋକଙ୍କୁ ମିସର ଦେଶରୁ ବାହାର କରି ଆଣିଲ;


ଆମ୍ଭେ ତୁମ୍ଭମାନଙ୍କୁ ଆପଣା ଲୋକ ରୂପେ ଗ୍ରହଣ କରିବା ଓ ଆମ୍ଭେ ତୁମ୍ଭମାନଙ୍କର ପରମେଶ୍ୱର ହେବା; ତହିଁରେ ମିସରୀୟମାନଙ୍କ ଭାରବହନରୁ ତୁମ୍ଭମାନଙ୍କର ନିସ୍ତାରକାରୀ ଆମ୍ଭେ ଯେ ତୁମ୍ଭମାନଙ୍କ ପରମେଶ୍ୱର ସଦାପ୍ରଭୁ ଅଟୁ, ତାହା ତୁମ୍ଭେମାନେ ଜାଣିବ।


କାରଣ ବର୍ତ୍ତମାନ ସୁଦ୍ଧା ଆମ୍ଭେ ଆପଣା ହସ୍ତ ବିସ୍ତାର କରି ମହାମାରୀ ଦ୍ୱାରା ତୁମ୍ଭକୁ ଓ ତୁମ୍ଭ ଲୋକମାନଙ୍କୁ ସଂହାର କରନ୍ତୁଣି, ପୁଣି, ତୁମ୍ଭେ ପୃଥିବୀରୁ ଉଚ୍ଛିନ୍ନ ହୋଇ ସାରନ୍ତଣି;


କାରଣ ମୁଁ ଓ ତୁମ୍ଭର ଏହି ଲୋକମାନେ ଯେ ତୁମ୍ଭ ଦୃଷ୍ଟିରେ ଅନୁଗ୍ରହ ପାଇଅଛୁ, ଏହା ଏବେ କିପରି ଜଣାଯିବ? ଯେପରି ମୁଁ ଓ ତୁମ୍ଭର ଲୋକମାନେ ପୃଥିବୀସ୍ଥ ସମସ୍ତ ଲୋକଠାରୁ ବିଶେଷ ଲୋକ ହେବା, ଆମ୍ଭମାନଙ୍କ ସହିତ ତୁମ୍ଭର ଗମନ ଦ୍ୱାରା କି ଏହା ଜଣାଯାଏ ନାହିଁ?


ପୁଣି ତୁମ୍ଭେ ଅନନ୍ତକାଳଯାଏ ଆପଣା ଉଦ୍ଦେଶ୍ୟରେ ଏକ ଲୋକ କରିବା ନିମନ୍ତେ ଆପଣା ଲୋକ ଇସ୍ରାଏଲକୁ ଆପଣା ପାଇଁ ସ୍ଥାୟୀ କରିଅଛ। ଆଉ ହେ ସଦାପ୍ରଭୋ, ତୁମ୍ଭେ ସେମାନଙ୍କର ପରମେଶ୍ୱର ହୋଇଅଛ।


କାରଣ ସେମାନେ ନିଜ ଖଡ୍ଗ ଦ୍ୱାରା ଦେଶାଧିକାର ପ୍ରାପ୍ତ ହେଲେ ନାହିଁ, କିଅବା ସେମାନଙ୍କ ନିଜ ବାହୁ ସେମାନଙ୍କୁ ଉଦ୍ଧାର କଲା ନାହିଁ; ମାତ୍ର ସେମାନଙ୍କ ପ୍ରତି ତୁମ୍ଭର ଅନୁଗ୍ରହ ଥିବାରୁ ତୁମ୍ଭର ଦକ୍ଷିଣ ହସ୍ତ, ତୁମ୍ଭର ବାହୁ ଓ ତୁମ୍ଭ ମୁଖର ପ୍ରସନ୍ନତା ତାହା କରିଥିଲା।


ତୁମ୍ଭେ ମିସର ଦେଶରେ ନାନା ଚିହ୍ନ ଓ ଅଦ୍ଭୁତ ଲକ୍ଷଣ ଦେଖାଇଲ, ଆଜି ପର୍ଯ୍ୟନ୍ତ ହିଁ ଇସ୍ରାଏଲ ଓ ଅନ୍ୟାନ୍ୟ ଲୋକଙ୍କ ମଧ୍ୟରେ ଦେଖାଉଅଛ, ପୁଣି ଆଜିର ନ୍ୟାୟ ଆପଣାର ନାମ ପ୍ରସିଦ୍ଧ କରୁଅଛ।


Swiv nou:

Piblisite


Piblisite