Biblia Todo Logo
Bib sou entènèt

- Piblisite -




2 ଶାମୁୟେଲ 7:8 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 ଏଣୁ ଏବେ ତୁମ୍ଭେ ଆମ୍ଭ ଦାସ ଦାଉଦଙ୍କୁ ଏପରି କୁହ, ‘ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭେ ଯେପରି ଆମ୍ଭ ଲୋକ ଇସ୍ରାଏଲ ଉପରେ ଅଗ୍ରଣୀ ହେବ, ଏଥିପାଇଁ ଆମ୍ଭେ ତୁମ୍ଭକୁ ମେଷଶାଳାରୁ, ମେଷମାନଙ୍କ ପଶ୍ଚାଦ୍‍ଗମନରୁ ଗ୍ରହଣ କଲୁ;

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

8 ଏଣୁ ଏବେ ତୁମ୍ଭେ ଆମ୍ଭ ଦାସ ଦାଉଦକୁ ଏପରି କୁହ, ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭେ ଯେପରି ଆମ୍ଭ ଲୋକ ଇସ୍ରାଏଲ ଉପରେ ଅଗ୍ରଣୀ ହେବ, ଏଥିପାଇଁ ଆମ୍ଭେ ତୁମ୍ଭକୁ ମେଷଶାଳାରୁ, ମେଷମାନଙ୍କ ପଶ୍ଚାଦ୍ଗମନରୁ ଗ୍ରହଣ କଲୁ;

Gade chapit la Kopi

ଓଡିଆ ବାଇବେଲ

8 ଏଣୁ ଏବେ ତୁମ୍ଭେ ଆମ୍ଭ ଦାସ ଦାଉଦକୁ ଏପରି କୁହ, “ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭେ ଯେପରି ଆମ୍ଭ ଲୋକ ଇସ୍ରାଏଲ ଉପରେ ଅଗ୍ରଣୀ ହେବ, ଏଥିପାଇଁ ଆମ୍ଭେ ତୁମ୍ଭକୁ ମେଷଶାଳାରୁ, ମେଷମାନଙ୍କ ପଶ୍ଚାଦ୍‍ଗମନରୁ ଗ୍ରହଣ କଲୁ;

Gade chapit la Kopi

ପବିତ୍ର ବାଇବଲ

8 “ତେଣୁ ଏବେ ତୁମ୍ଭେ ମୋ’ ଦାସ ଦାଉଦକୁ ଏପରି କୁହ, ‘ସର୍ବଶକ୍ତିମାନ ସଦାପ୍ରଭୁ ଏହି କଥା କହନ୍ତି, ମୁଁ ତୁମ୍ଭକୁ ଆଣିଲି। ଯେତେବେଳେ ତୁମ୍ଭେ ଗ୍ଭରଣଭୂମିରେ ମେଷପଲଗୁଡ଼ିକ ପଛରେ ଅନୁସରଣ କରୁଥିଲ। ମୁଁ ତୁମ୍ଭକୁ ମୋର ଇସ୍ରାଏଲୀୟ ଲୋକମାନଙ୍କ ଉପରେ ନେତା କରିବା ପାଇଁ ନେଇ ଆସିଲି।

Gade chapit la Kopi




2 ଶାମୁୟେଲ 7:8
17 Referans Kwoze  

ଏଥିରେ ନାଥନ ଦାଉଦଙ୍କୁ କହିଲେ, “ସେହି ବ୍ୟକ୍ତି ତ ତୁମ୍ଭେ। ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, ‘ଆମ୍ଭେ ତୁମ୍ଭକୁ ଇସ୍ରାଏଲ ଉପରେ ରାଜାଭିଷିକ୍ତ କଲୁ, ଆମ୍ଭେ ତୁମ୍ଭକୁ ଶାଉଲଙ୍କ ହସ୍ତରୁ ରକ୍ଷା କଲୁ;


ଏଥିରେ ଦାଉଦ ମୀଖଲକୁ କହିଲେ, “ତାହା ତ ସଦାପ୍ରଭୁଙ୍କ ସମ୍ମୁଖରେ ହେଲା, ସେ ତ ତୁମ୍ଭ ପିତା ଓ ତାଙ୍କର ସମସ୍ତ ବଂଶ ଅପେକ୍ଷା ସଦାପ୍ରଭୁଙ୍କ ଲୋକ ଇସ୍ରାଏଲ ଉପରେ ଅଗ୍ରଣୀ ରୂପେ ନିଯୁକ୍ତ କରିବାକୁ ମୋତେ ମନୋନୀତ କରିଅଛନ୍ତି; ଏହେତୁ ସଦାପ୍ରଭୁଙ୍କ ସମ୍ମୁଖରେ ମୁଁ ଆମୋଦ କରିବି।


ଏଣୁ ଏବେ ତୁମ୍ଭେ ଆମ୍ଭ ଦାସ ଦାଉଦଙ୍କୁ ଏପରି କୁହ, ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭେ ଯେପରି ଆମ୍ଭ ଲୋକ ଇସ୍ରାଏଲ ଉପରେ ଅଗ୍ରଣୀ ହେବ, ଏଥିପାଇଁ ଆମ୍ଭେ ତୁମ୍ଭକୁ ମେଷଶାଳାରୁ, ମେଷମାନଙ୍କ ପଶ୍ଚାଦ୍‍ଗମନରୁ ଗ୍ରହଣ କଲୁ।


ଏଥିଉତ୍ତାରେ ଶାମୁୟେଲ ତୈଳପାତ୍ର ନେଇ ତାଙ୍କର ମସ୍ତକରେ ଢାଳିଲେ ଓ ତାଙ୍କୁ ଚୁମ୍ବନ କରି କହିଲେ, “ସଦାପ୍ରଭୁ କି ଆପଣା ଅଧିକାର ଉପରେ ତୁମ୍ଭକୁ ଅଗ୍ରଣୀ ହେବା ପାଇଁ ଅଭିଷେକ କରି ନାହାନ୍ତି?


“କାଲି ପ୍ରାୟ ଏହି ସମୟରେ ଆମ୍ଭେ ବିନ୍ୟାମୀନ୍ ପ୍ରଦେଶରୁ ତୁମ୍ଭ ନିକଟକୁ ଜଣେ ଲୋକ ପଠାଇବା, ଆଉ ତୁମ୍ଭେ ତାହାକୁ ଆମ୍ଭ ଇସ୍ରାଏଲ ଲୋକଙ୍କ ଉପରେ ରାଜା କରି ଅଭିଷିକ୍ତ କରିବ ଓ ସେ ଆମ୍ଭ ଲୋକମାନଙ୍କୁ ପଲେଷ୍ଟୀୟମାନଙ୍କ ହସ୍ତରୁ ଉଦ୍ଧାର କରିବ; କାରଣ ଆମ୍ଭ ଲୋକମାନଙ୍କ କ୍ରନ୍ଦନ ଆମ୍ଭ କର୍ଣ୍ଣଗୋଚର ହେବାରୁ ଆମ୍ଭେ ସେମାନଙ୍କ ପ୍ରତି ଦୃଷ୍ଟିପାତ କଲୁ।”


ଦାଉଦ ଈଶ୍ବରଙ୍କ ଦୃଷ୍ଟିରେ ଅନୁଗ୍ରହପାତ୍ର ହୋଇ ଯାକୁବଙ୍କର ଈଶ୍ବରଙ୍କ ନିମନ୍ତେ ଗୋଟିଏ ବାସସ୍ଥାନ ଆୟୋଜନ କରିବା ପାଇଁ ପ୍ରାର୍ଥନା କଲେ।


ସେ କୁଳୀନମାନଙ୍କ ସଙ୍ଗେ ବସାଇବା ପାଇଁ ଓ ଗୌରବ ସିଂହାସନ ଅଧିକାର କରିବା ପାଇଁ ଧୂଳିରୁ ଦୀନହୀନକୁ ଉଠାନ୍ତି ଓ ଦରିଦ୍ରକୁ ଖତରାଶିରୁ ଉନ୍ନତ କରନ୍ତି; କାରଣ ପୃଥିବୀର ସ୍ତମ୍ଭସକଳ ସଦାପ୍ରଭୁଙ୍କର ଓ ସେ ତହିଁ ଉପରେ ଜଗତ ସ୍ଥାପନ କରିଅଛନ୍ତି।


“ଯିଶୀର ପୁତ୍ର ଦାଉଦ, ଯେ ବ୍ୟକ୍ତି ଉଚ୍ଚୀକୃତ, ଯେ ଯାକୁବର ପରମେଶ୍ୱରଙ୍କ ଅଭିଷିକ୍ତ ଓ ଇସ୍ରାଏଲର ମଧୁର ଗାୟକ, ଦାଉଦଙ୍କର ଶେଷ କଥା ଏହି;


ପୁଣି ଦାଉଦ ସେହି ବିନାଶକ ଦୂତଙ୍କୁ ଦେଖି ସଦାପ୍ରଭୁଙ୍କୁ କହିଲେ, “ଦେଖ, ମୁଁ ପାପ କଲି ଓ ମୁଁ ହିଁ ଅପରାଧୀ ହେଲି; ମାତ୍ର ଏହି ମେଷଗଣ କଅଣ କଲେ? ବିନୟ କରୁଅଛି, ତୁମ୍ଭ ହସ୍ତ ମୋʼ ବିରୁଦ୍ଧରେ ଓ ମୋʼ ପିତୃଗୃହର ବିରୁଦ୍ଧରେ ହେଉ।”


ତହିଁରେ ଶଲୋମନ କହିଲେ, “ତୁମ୍ଭ ଦାସ ଆମ୍ଭ ପିତା ଦାଉଦ ତୁମ୍ଭ ଛାମୁରେ ସତ୍ୟତା ଓ ଧାର୍ମିକତା ଓ ମନର ସରଳତାରେ ତୁମ୍ଭ ସହିତ ଗମନାଗମନ କରିବା ପ୍ରମାଣେ ତୁମ୍ଭେ ତାଙ୍କ ପ୍ରତି ମହାଦୟା ପ୍ରକାଶ କଲ; ଆହୁରି ତୁମ୍ଭେ ତାଙ୍କ ପାଇଁ ଏହି ମହାଦୟା ରଖିଅଛ ଯେ, ଆଜିର ନ୍ୟାୟ ତାଙ୍କର ସିଂହାସନରେ ବସିବା ପାଇଁ ତାଙ୍କୁ ଏକ ପୁତ୍ର ଦେଇଅଛ।


‘ଆମ୍ଭେ ଆପଣା ଇସ୍ରାଏଲ ଲୋକଙ୍କୁ ମିସରରୁ ବାହାର କରି ଆଣିବା ଦିନାବଧି ଆମ୍ଭ ନାମ ସ୍ଥାପନାର୍ଥେ ଗୃହ ନିର୍ମାଣ କରିବା ପାଇଁ ଇସ୍ରାଏଲର ସମୁଦାୟ ବଂଶ ମଧ୍ୟରୁ କୌଣସି ନଗର ମନୋନୀତ କରି ନାହୁଁ; ମାତ୍ର ଆମ୍ଭେ ଆପଣା ଲୋକ ଇସ୍ରାଏଲର ଅଧ୍ୟକ୍ଷ ହେବା ପାଇଁ ଦାଉଦଙ୍କୁ ମନୋନୀତ କଲୁ।’


ପୁଣି, ଦାଉଦ ପରମେଶ୍ୱରଙ୍କୁ କହିଲେ, “ଲୋକ ଗଣନା କରିବାକୁ ଯେ ଆଜ୍ଞା ଦେଲା, ସେ କʼଣ ମୁଁ ନୁହେଁ? ମୁଁ ସିନା ପାପ କରିଅଛି ଓ ଅତି ଦୁଷ୍କର୍ମ କରିଅଛି; ମାତ୍ର ଏହି ମେଷଗଣ କଅଣ କଲେ? ବିନୟ କରୁଅଛି, ହେ ସଦାପ୍ରଭୁ ଆମ୍ଭ ପରମେଶ୍ୱର, ତୁମ୍ଭ ହସ୍ତ ମୋʼ ବିରୁଦ୍ଧରେ ଓ ମୋʼ ପିତୃଗୃହ ପ୍ରତିକୂଳରେ ହେଉ, ମାତ୍ର, ତୁମ୍ଭର ଲୋକମାନଙ୍କୁ ପ୍ରହାର କରିବା ପାଇଁ ସେମାନଙ୍କ ପ୍ରତିକୂଳରେ ନ ହେଉ।”


ଅତୀତରେ ଶାଉଲ ଆମ୍ଭମାନଙ୍କ ଉପରେ ରାଜା ଥିବା ସମୟରେ ତୁମ୍ଭେ ଇସ୍ରାଏଲର ସେନାକୁ ନେତୃତ୍ଵ ଦେଉଥିଲ; ପୁଣି ସଦାପ୍ରଭୁ ତୁମ୍ଭକୁ କହିଅଛନ୍ତି, ‘ତୁମ୍ଭେ ଆମ୍ଭ ଇସ୍ରାଏଲ ଲୋକଙ୍କୁ ପାଳନ କରିବ ଓ ତୁମ୍ଭେ ଇସ୍ରାଏଲର ଅଗ୍ରଣୀ ହେବ।’”


ତହୁଁ ସେହି ସ୍ତ୍ରୀ କହିଲା, “ତେବେ ଆପଣ କାହିଁକି ପରମେଶ୍ୱରଙ୍କ ଲୋକମାନଙ୍କ ବିରୁଦ୍ଧରେ ଏରୂପ ସଂକଳ୍ପ କରିଅଛନ୍ତି? ମହାରାଜ ଯାହା କହିଲେ, ତଦ୍ଦ୍ୱାରା ଦୋଷୀ ଲୋକ ପରି ହୋଇଅଛନ୍ତି, କାରଣ ମହାରାଜ ଆପଣା ନିର୍ବାସିତ ଲୋକଙ୍କୁ ଫେରାଇ ଆଣୁ ନାହାନ୍ତି।


ପୁଣି, ସଦାପ୍ରଭୁ ପଲର ପଶ୍ଚାଦ୍‍ଗମନରୁ ମୋତେ ନେଲେ ଓ ସଦାପ୍ରଭୁ ମୋତେ କହିଲେ, ‘ଯାଅ, ଆମ୍ଭର ଇସ୍ରାଏଲ ଲୋକ ନିକଟରେ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କର।’


Swiv nou:

Piblisite


Piblisite