Biblia Todo Logo
Bib sou entènèt

- Piblisite -




2 ଶାମୁୟେଲ 8:12 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

12 ଅର୍ଥାତ୍‍, ଅରାମ ଓ ମୋୟାବ ଓ ଅମ୍ମୋନ-ସନ୍ତାନଗଣ ଓ ପଲେଷ୍ଟୀୟ ଲୋକ ଓ ଅମାଲେକୀୟମାନଙ୍କଠାରୁ ପ୍ରାପ୍ତ ସୁନା ଓ ରୂପା, ପୁଣି ସୋବାର ରାଜା ରହୋବର ପୁତ୍ର ହଦଦେଷରଠାରୁ ପ୍ରାପ୍ତ ଲୁଟିତ ଦ୍ରବ୍ୟ ମଧ୍ୟ ପବିତ୍ର କରିଥିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

12 ଅର୍ଥାତ୍, ଅରାମ ଓ ମୋୟାବ ଓ ଅମ୍ମୋନ-ସନ୍ତାନଗଣ ଓ ପଲେଷ୍ଟୀୟ ଲୋକ ଓ ଅମାଲେକୀୟ-ମାନଙ୍କଠାରୁ ପ୍ରାପ୍ତ ସୁନା ଓ ରୂପା , ପୁଣି ସୋବାର ରାଜା ରହୋବର ପୁତ୍ର ହଦଦେଷରଠାରୁ ପ୍ରାପ୍ତ ଲୁଟଦ୍ରବ୍ୟ ମଧ୍ୟ ପବିତ୍ର କରିଥିଲେ।

Gade chapit la Kopi

ଓଡିଆ ବାଇବେଲ

12 ଅର୍ଥାତ୍‍, ଅରାମ ଓ ମୋୟାବ ଓ ଅମ୍ମୋନ ସନ୍ତାନଗଣ ଓ ପଲେଷ୍ଟୀୟ ଲୋକ ଓ ଅମାଲେକୀୟମାନଙ୍କଠାରୁ ପ୍ରାପ୍ତ ସୁନା ଓ ରୂପା, ପୁଣି ସୋବାର ରାଜା ରହୋବର ପୁତ୍ର ହଦଦେଷରଠାରୁ ପ୍ରାପ୍ତ ଲୁଟିତ ଦ୍ରବ୍ୟ ମଧ୍ୟ ପବିତ୍ର କରିଥିଲେ।

Gade chapit la Kopi

ପବିତ୍ର ବାଇବଲ

12 ଦାଉଦ ଅରାମ, ମୋୟାବ, ଅମ୍ମୋନ, ପଲେଷ୍ଟୀୟ, ଅମାଲେକୀୟ ଏବଂ ସେ ମଧ୍ୟ ସୋବାର ରାଜା ରେହବର ପୁତ୍ର ହଦଦେଷରକୁ ପରାସ୍ତ କରିଥିଲେ।

Gade chapit la Kopi




2 ଶାମୁୟେଲ 8:12
10 Referans Kwoze  

ଏଥିରେ ଅରାମୀୟମାନଙ୍କୁ ପଳାଇବାର ଦେଖି ଅମ୍ମୋନ-ସନ୍ତାନଗଣ ମଧ୍ୟ ଅବୀଶୟ ସମ୍ମୁଖରୁ ପଳାଇ ନଗରରେ ପ୍ରବେଶ କଲେ। ତେବେ ଯୋୟାବ ଅମ୍ମୋନ-ସନ୍ତାନମାନଙ୍କ ନିକଟରୁ ଯିରୂଶାଲମକୁ ଫେରି ଆସିଲା।


ଦାଉଦ ରାଜା ଇଦୋମ ଓ ମୋୟାବ ଓ ଅମ୍ମୋନ-ସନ୍ତାନଗଣ ଓ ପଲେଷ୍ଟୀୟଗଣ ଓ ଅମାଲେକ ପ୍ରଭୃତି ସମସ୍ତ ଗୋଷ୍ଠୀଠାରୁ ଯେଉଁ ସୁନା ଓ ରୂପା ଆଣିଥିଲେ ତହିଁ ସଙ୍ଗେ ଏହିସବୁ ହିଁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର କଲେ।


ପୁଣି ସେ ମୋୟାବକୁ ପରାସ୍ତ କରି ସେହି ଲୋକମାନଙ୍କୁ ଭୂମିରେ ଶୟନ କରାଇ ଦଉଡ଼ିରେ ମାପିଲେ ଓ ସେ ବଧ କରିବା ପାଇଁ ଦୁଇ ଦଉଡ଼ି ଓ ଜୀବିତ ରଖିବା ପାଇଁ ସମ୍ପୂର୍ଣ୍ଣ ଏକ ଦଉଡ଼ି ମାପିଲେ। ତହିଁରେ ମୋୟାବୀୟମାନେ ଦାଉଦଙ୍କର ଦାସ ହୋଇ ତାଙ୍କୁ କର ଦେଲେ।


ପୁଣି ସେ କହିଲା, “ଯଦି ଅରାମୀୟମାନେ ମୋ ନିମନ୍ତେ ଅଧିକ ଶକ୍ତିଶାଳୀ ହେବେ, ତେବେ ତୁମ୍ଭେ ମୋତେ ସାହାଯ୍ୟ କରିବ; ମାତ୍ର ଯଦି ଅମ୍ମୋନ-ସନ୍ତାନମାନେ ତୁମ୍ଭ ନିମନ୍ତେ ଅଧିକ ଶକ୍ତିଶାଳୀ ହେବେ, ତେବେ ମୁଁ ଆସି ତୁମ୍ଭକୁ ସାହାଯ୍ୟ କରିବି।


ଆଉ ସେମାନେ ନିଜ ପଶୁପଲ ଆଗେ ଆଗେ ଯେଉଁ ଅନ୍ୟ ଗୋମେଷାଦି ପଲ ଅଡ଼ାଇ ନେଉଥିଲେ, ଦାଉଦ ସେସବୁ ନେଲେ, ପୁଣି, ଲୋକମାନେ କହିଲେ, ଏ ଦାଉଦଙ୍କ ଲୁଟଦ୍ରବ୍ୟ।


ଏଥିମଧ୍ୟରେ ଦାଉଦ ଓ ତାଙ୍କର ଲୋକମାନେ ଯାଇ ଗଶୂରୀୟ ଓ ଗିଷରୀୟ ଓ ଅମାଲେକୀୟ ଲୋକମାନଙ୍କୁ ଆକ୍ରମଣ କରୁଥାଆନ୍ତି; କାରଣ ଶୂରର ସନ୍ନିକଟ ଓ ମିସର ପର୍ଯ୍ୟନ୍ତ ଯେଉଁ ଦେଶ, ତହିଁ ମଧ୍ୟରେ ପୂର୍ବକାଳରୁ ସେମାନେ ବାସ କରୁଥିଲେ।


ପୁଣି, ସେ ଅମାଲେକୀୟମାନଙ୍କ ରାଜା ଅଗାଗକୁ ଜିଅନ୍ତା ଧରିଲେ ଓ ଲୋକ ସମସ୍ତଙ୍କୁ ଖଡ୍ଗଧାରରେ ସମ୍ପୂର୍ଣ୍ଣ ରୂପେ ବିନାଶ କଲେ।


ଏହେତୁ ଦାଉଦ ଗୋଧୂଳି ସମୟାବଧି ପରଦିନ ସନ୍ଧ୍ୟା ପର୍ଯ୍ୟନ୍ତ ସେମାନଙ୍କୁ ଆଘାତ କଲେ; ଆଉ ଯେଉଁ ଚାରି ଶହ ଯୁବା ଲୋକ ଓଟ ଚଢ଼ି ପଳାଇଲେ, ସେମାନଙ୍କ ଛଡ଼ା ସେହି ଲୋକମାନଙ୍କ ମଧ୍ୟରୁ; ଜଣେ ଅବଶିଷ୍ଟ ରହିଲା ନାହିଁ।


Swiv nou:

Piblisite


Piblisite