Biblia Todo Logo
Bib sou entènèt

- Piblisite -




୨ ଥେସଲନୀକୀୟ 1:4 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 ଏପରିକି ତୁମ୍ଭେମାନେ ଯେଉଁ ସମସ୍ତ ତାଡ଼ନା ଓ କଷ୍ଟ ଭୋଗୁଅଛ, ସେଥିମଧ୍ୟରେ ତୁମ୍ଭମାନଙ୍କର ସହିଷ୍ଣୁତା ଓ ବିଶ୍ୱାସ ନିମନ୍ତେ ଆମ୍ଭେମାନେ ନିଜେ ଈଶ୍ବରଙ୍କ ମଣ୍ଡଳୀ-ସମୂହରେ ତୁମ୍ଭମାନଙ୍କ ବିଷୟରେ ଗର୍ବ କରିଥାଉ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

4 ଏପରିକି ତୁମ୍ଭେମାନେ ଯେଉଁ ସମସ୍ତ ତାଡ଼ନା ଓ କ୍ଲେଶ ଭୋଗ କରୁଅଛ, ସେଥିମଧ୍ୟରେ ତୁମ୍ଭମାନଙ୍କର ଧୈର୍ଯ୍ୟ ଓ ବିଶ୍ଵାସ ନିମନ୍ତେ ଆମ୍ଭେମାନେ ନିଜେ ଈଶ୍ଵରଙ୍କ ମଣ୍ତଳୀ-ସମୂହରେ ତୁମ୍ଭମାନଙ୍କ ବିଷୟରେ ଦର୍ପ କରିଥାଉ।

Gade chapit la Kopi

ଓଡିଆ ବାଇବେଲ

4 ଏପରିକି ତୁମ୍ଭେମାନେ ଯେଉଁ ସମସ୍ତ ତାଡ଼ନା ଓ କଷ୍ଟ ଭୋଗୁଅଛ, ସେଥିମଧ୍ୟରେ ତୁମ୍ଭମାନଙ୍କର ସହିଷ୍ଣୁତା ଓ ବିଶ୍ୱାସ ନିମନ୍ତେ ଆମ୍ଭେମାନେ ନିଜେ ଈଶ୍ୱରଙ୍କ ମଣ୍ଡଳୀସମୂହରେ ତୁମ୍ଭମାନଙ୍କ ବିଷୟରେ ଗର୍ବ କରିଥାଉ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

4 ତେଣୁ ଈଶ୍ୱରଙ୍କ ଉପାସକ ମଣ୍ଡଳୀମାନଙ୍କରେ ତୁମକୁ ନେଇ ଆମେ ଦର୍ପ କରିଥାଉ। ତୁମ୍ଭେମାନେ କିପରି ସମସ୍ତ କ୍ଲେଶ ଓ ତାଡ଼ନା ସହ୍ୟ କରି ନିଜ ବିଶ୍ୱାସରେ ଅବିଚଳିତ ରହିଛ, ଏ କଥା ଆମେ ଗର୍ବର ସହିତ ପ୍ରକାଶ କରିଥାଉ।

Gade chapit la Kopi

ପବିତ୍ର ବାଇବଲ

4 ତୁମ୍ଭମାନଙ୍କଠାରେ ପରସ୍ପର ପ୍ରତି ଥିବା ପ୍ରେମ ଭାବ ମଧ୍ୟ ବୃଦ୍ଧି ପାଉଛି। ଅତଏବ, ପରମେଶ୍ୱରଙ୍କର ଅନ୍ୟ ମଣ୍ଡଳୀମାନଙ୍କଠାରେ ଆମ୍ଭେ ତୁମ୍ଭମାନଙ୍କ ପାଇଁ ଗର୍ବ ଅନୁଭବ କରୁ। ଯେପ୍ରକାରେ ତୁମ୍ଭେମାନେ ଦୃଢ଼ ରହିଛ ଏବଂ ତୁମ୍ଭର ବିଶ୍ୱାସ ରହିଛି, ଆମ୍ଭେ ଏହା ବିଷୟରେ ପରମେଶ୍ୱରଙ୍କ ଅନ୍ୟ ମଣ୍ଡଳୀ ଗୁଡ଼ିକରେ କହୁ। ତୁମ୍ଭେମାନେ ଦୁଃଖ କଷ୍ଟ ଓ ଅନେକ ଅସୁବିଧାର ସମ୍ମୁଖୀନ ହେଉଛ; କିନ୍ତୁ ତୁମ୍ଭେମାନେ ନିଜର ଦୃଢ଼ତା ଓ ବିଶ୍ୱାସ ଆଦୌ ନ ହରାଇ ଆଗେଇ ଗ୍ଭଲିଛ।

Gade chapit la Kopi




୨ ଥେସଲନୀକୀୟ 1:4
24 Referans Kwoze  

ଯେଣୁ ତୁମ୍ଭେମାନେ ଯେପରି ଈଶ୍ବରଙ୍କ ଇଚ୍ଛା ସାଧନ କରି ପ୍ରତିଜ୍ଞାର ଫଳପ୍ରାପ୍ତ ହୋଇପାର, ଏଥିନିମନ୍ତେ ତୁମ୍ଭମାନଙ୍କର ଧୈର୍ଯ୍ୟଶୀଳ ହେବା ପ୍ରୟୋଜନ।


କାରଣ, ହେ ଭାଇମାନେ, ତୁମ୍ଭେମାନେ ଖ୍ରୀଷ୍ଟ ଯୀଶୁଙ୍କଠାରେ ଥିବା ଯିହୂଦିୟା ପ୍ରଦେଶସ୍ଥ ଈଶ୍ବରଙ୍କ ମଣ୍ଡଳୀ-ସମୂହର ଅନୁକାରୀ ହୋଇଅଛ, ଯେଣୁ ସେମାନେ ଯିହୁଦୀମାନଙ୍କ ଦ୍ୱାରା ଯେଉଁ ଦୁଃଖଭୋଗ କରିଥିଲେ, ତୁମ୍ଭେମାନେ ମଧ୍ୟ ସ୍ୱଜାତୀୟମାନଙ୍କ ଦ୍ୱାରା ସେହିସବୁ ଦୁଃଖଭୋଗ କରୁଅଛ।


କାରଣ ଆମ୍ଭମାନଙ୍କ ପ୍ରଭୁ ଯୀଶୁଙ୍କ ଆଗମନ ସମୟରେ ତାହାଙ୍କ ଛାମୁରେ ଆମ୍ଭମାନଙ୍କ ଭରସା, ଆନନ୍ଦ କି ଦର୍ପର ମୁକୁଟ କଅଣ? ତାହା କି ତୁମ୍ଭେମାନେ ନୁହଁ?


ଆମ୍ଭମାନଙ୍କ ପ୍ରାର୍ଥନାରେ ତୁମ୍ଭମାନଙ୍କ ନାମ ଉଲ୍ଲେଖପୂର୍ବକ ସମସ୍ତଙ୍କ ନିମନ୍ତେ ସର୍ବଦା ଈଶ୍ବରଙ୍କୁ ଧନ୍ୟବାଦ ଦେଉଅଛୁ;


ଯେଣୁ ଯଦି କୌଣସି ବିଷୟରେ ତୀତସଙ୍କ ନିକଟରେ ତୁମ୍ଭମାନଙ୍କ ସମ୍ବନ୍ଧରେ ମୁଁ ଦର୍ପ କରିଅଛି, ତେବେ ଲଜ୍ଜିତ ହୋଇ ନାହିଁ, ବରଂ ଯେପରି ଆମ୍ଭେମାନେ ସମସ୍ତ ବିଷୟରେ ତୁମ୍ଭମାନଙ୍କୁ ସତ୍ୟ କହିଥିଲୁ, ସେହିପରି ତୀତସଙ୍କ ସମ୍ମୁଖରେ ଆମ୍ଭମାନଙ୍କ ଦର୍ପ ମଧ୍ୟ ସତ୍ୟ ବୋଲି ଜଣାଯାଇଅଛି।


ଏଠାରେ ସାଧୁମାନଙ୍କର, ଅର୍ଥାତ୍‍ ଯେଉଁମାନେ ଈଶ୍ବରଙ୍କ ଆଜ୍ଞା ପାଳନ କରନ୍ତି ଓ ଯୀଶୁଙ୍କ ପ୍ରତି ବିଶ୍ୱାସ ରଖନ୍ତି, ସେମାନଙ୍କର ଧୈର୍ଯ୍ୟ ଆବଶ୍ୟକ।


କେବଳ ପ୍ରଭୁ ଯାହାକୁ ଯେପରି ଦାନ ବିତରଣ କରିଅଛନ୍ତି, ଈଶ୍ବର ପ୍ରତ୍ୟେକକୁ ଯେଉଁ ଅବସ୍ଥାରେ ଆହ୍ୱାନ କରିଅଛନ୍ତି, ସେ ସେହିପରି ଆଚରଣ କରୁ। ମୁଁ ସମସ୍ତ ମଣ୍ଡଳୀରେ ଏହି ପ୍ରକାର ଆଦେଶ ଦିଏ।


ଜ୍ଞାନ ଦ୍ୱାରା ସଂଯମ, ସଂଯମ ଦ୍ୱାରା ଧୈର୍ଯ୍ୟ, ଧୈର୍ଯ୍ୟ ଦ୍ୱାରା ଧର୍ମପରାୟଣତା,


ଦେଖ, ଯେଉଁମାନେ ସହିଷ୍ଣୁ ହୋଇ ରହିଥିଲେ, ଆମ୍ଭେମାନେ ସେମାନଙ୍କୁ ଧନ୍ୟ ବୋଲି କହିଥାଉ। ତୁମ୍ଭେମାନେ ଆୟୁବଙ୍କ ସହିଷ୍ଣୁତା ବିଷୟରେ ଶୁଣିଅଛ, ପୁଣି, ପ୍ରଭୁଙ୍କ ଶେଷ କାର୍ଯ୍ୟ ଦେଖି ଜାଣିଅଛ ଯେ, ସେ ଦୟାରେ ପରିପୂର୍ଣ୍ଣ ଓ କୃପାବାନ ଅଟନ୍ତି।


ଆଉ ଏହି ପ୍ରକାରେ ଦୀର୍ଘସହିଷ୍ଣୁ ହୋଇ ଅବ୍ରହାମ ପ୍ରତିଜ୍ଞାର ଫଳପ୍ରାପ୍ତ ହୋଇଥିଲେ।


ଆଉ ପ୍ରଭୁ ତୁମ୍ଭମାନଙ୍କ ହୃଦୟକୁ ଈଶ୍ବରଙ୍କ ପ୍ରେମ ଓ ଖ୍ରୀଷ୍ଟଙ୍କ ସହିଷ୍ଣୁତା ରୂପ ପଥରେ କଢାନ୍ତୁ।


କାଳେ ମାକିଦନିଆର କୌଣସି ଲୋକ ଯେବେ ମୋʼ ସାଙ୍ଗରେ ଆସି ତୁମ୍ଭମାନଙ୍କୁ ଅପ୍ରସ୍ତୁତ ଦେଖନ୍ତି, ତେବେ (ତୁମ୍ଭମାନଙ୍କ କଥା ତେଣେ ଥାଉ) ଆମ୍ଭେମାନେ ଏହି ଦୃଢ଼ ବିଶ୍ୱାସ ବିଷୟରେ ଲଜ୍ଜିତ ହେବା।


କାରଣ ମୁଁ ତୁମ୍ଭମାନଙ୍କର ଆଗ୍ରହ ଜାଣେ, ଆଉ ସେ ସମ୍ବନ୍ଧରେ ମାକିଦନିଆ ଲୋକମାନଙ୍କ ନିକଟରେ ତୁମ୍ଭମାନଙ୍କ ବିଷୟରେ ମୁଁ ଦର୍ପ କରେ ଯେ, ଆଖାୟାର ବିଶ୍ୱାସୀମାନେ ଗତ ବର୍ଷରୁ ପ୍ରସ୍ତୁତ ହେଲେଣି, ପୁଣି, ତୁମ୍ଭମାନଙ୍କ ଉଦ୍‌ଯୋଗ ସେମାନଙ୍କ ମଧ୍ୟରୁ ଅଧିକାଂଶ ଲୋକଙ୍କୁ ଉତ୍ସାହିତ କରିଅଛି।


ଭରସାରେ ଆନନ୍ଦ କର; କ୍ଳେଶରେ ସହିଷ୍ଣୁ ହୁଅ, ପ୍ରାର୍ଥନାରେ ଏକାଗ୍ରଭାବେ ନିବିଷ୍ଟ ଥାଅ;


କିନ୍ତୁ ଆମ୍ଭେମାନେ ଯାହା ଦେଖୁ ନାହୁଁ, ଯଦି ତାହା ନିମନ୍ତେ ଭରସା କରୁ, ତାହାହେଲେ ଧୈର୍ଯ୍ୟ ସହକାରେ ତାହାର ଅପେକ୍ଷାରେ ଥାଉ।


ଯେଉଁମାନେ ଧୈର୍ଯ୍ୟ ସହିତ ଉତ୍ତମ କର୍ମ କରି ଗୌରବ, ସମ୍ମାନ ଓ ଅମରତା ଅନ୍ୱେଷଣ କରନ୍ତି, ସେମାନଙ୍କୁ ଅନନ୍ତ ଜୀବନ ପ୍ରଦାନ କରିବେ,


ତୁମ୍ଭମାନଙ୍କଠାରେ ମୋହର ସମ୍ପୂର୍ଣ୍ଣ ବିଶ୍ୱାସ ଅଛି, ତୁମ୍ଭମାନଙ୍କ ବିଷୟରେ ମୋହର ଅତ୍ୟନ୍ତ ଦର୍ପ; ମୁଁ ସାନ୍ତ୍ୱନାରେ ପରିପୂର୍ଣ୍ଣ, ଆମ୍ଭମାନଙ୍କ ସମସ୍ତ କ୍ଳେଶରେ ମୋହର ଆନନ୍ଦ ଉଛୁଳି ପଡ଼ୁଅଛି।


ତେଣୁ ଖ୍ରୀଷ୍ଟଙ୍କ ନିମନ୍ତେ ଦୁର୍ବଳତାରେ, ଅପମାନରେ, ଦୁର୍ଦ୍ଦଶାରେ, ତାଡ଼ନାରେ, ସଙ୍କଟରେ ମୁଁ ସନ୍ତୁଷ୍ଟ ହୁଏ; କାରଣ ଯେତେବେଳେ ମୁଁ ଦୁର୍ବଳ, ସେତେବେଳେ ମୁଁ ବଳବାନ।


ଯେପରି ତୁମ୍ଭେମାନେ ଶିଥିଳ ନ ହୋଇ, ଯେଉଁମାନେ ବିଶ୍ୱାସ ଓ ଧୈର୍ଯ୍ୟ ଦ୍ୱାରା ପ୍ରତିଜ୍ଞାସମୂହର ଅଧିକାରୀ, ବରଂ ସେମାନଙ୍କର ଅନୁକାରୀ ହୁଅ।


Swiv nou:

Piblisite


Piblisite