Biblia Todo Logo
Bib sou entènèt

- Piblisite -




୨ ଥେସଲନୀକୀୟ 2:10 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

10 କାରଣ ପରିତ୍ରାଣ ପାଇବା ନିମନ୍ତେ ସେମାନେ ସତ୍ୟର ପ୍ରେମକୁ ତୁଚ୍ଛ ମନେ କଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

10 କାରଣ ପରିତ୍ରାଣ ପ୍ରାପ୍ତ ହେବା ନିମନ୍ତେ ସେମାନେ ସତ୍ୟ ପ୍ରତି ଶ୍ରଦ୍ଧାଭାବ ବହି ନାହାନ୍ତି।

Gade chapit la Kopi

ଓଡିଆ ବାଇବେଲ

10 କାରଣ ପରିତ୍ରାଣ ପାଇବା ନିମନ୍ତେ ସେମାନେ ସତ୍ୟ ପ୍ରତି ପ୍ରେମ ପାଇନାହାଁନ୍ତି ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

10 ଅନେକେ ତା’ର ଦୁରନ୍ତ ପ୍ରତାରଣାରେ ବିଭ୍ରାନ୍ତ ହୋଇ ବିନଷ୍ଟ ହେବେ। ଯେଉଁ ସତ୍ୟକୁ ଗ୍ରହଣ କରି ତା’ ପ୍ରତି ଆସକ୍ତ ହେବା ଦ୍ୱାରା ସେମାନେ ପରିତ୍ରାଣ ପାଇ ଥାଆନ୍ତେ, ତାହାକୁ ଉପେକ୍ଷା କରି ଥିବାରୁ ସେମାନଙ୍କର ଏହି ଦଶା ହେବ।

Gade chapit la Kopi

ପବିତ୍ର ବାଇବଲ

10 ଯେଉଁ ଲୋକମାନେ ହଜିଯାଇଛନ୍ତି, ସେମାନଙ୍କୁ ଠକିବାକୁ ଏହି ମନ୍ଦବ୍ୟକ୍ତି ପ୍ରତ୍ୟେକ ପ୍ରକାରର ମନ୍ଦ ଫାନ୍ଦ ସୃଷ୍ଟି କରିବ। କାରଣ ସେମାନେ ସତ୍ୟକୁ ଭଲ ପାଇବା ପାଇଁ ଅସ୍ୱୀକାର କଲେ, ଯାହା ଦ୍ୱାର ସେମାନେ ଉଦ୍ଧାର ପାଇଥା’ନ୍ତେ।

Gade chapit la Kopi




୨ ଥେସଲନୀକୀୟ 2:10
29 Referans Kwoze  

କାରଣ ବିନାଶ ପ୍ରାପ୍ତ ହେଉଥିବା ଲୋକମାନଙ୍କ ପ୍ରତି କ୍ରୁଶର କଥା ମୂର୍ଖତା ମାତ୍ର, କିନ୍ତୁ ପରିତ୍ରାଣ ପ୍ରାପ୍ତ ହେଉଥିବା ଆମ୍ଭମାନଙ୍କ ପ୍ରତି ତାହା ଈଶ୍ବରଙ୍କ ଶକ୍ତି ଅଟେ।


ସଦାପ୍ରଭୁଙ୍କ ବିଷୟକ ଭୟ ଜ୍ଞାନର ଆରମ୍ଭ; ମାତ୍ର ନିର୍ବୋଧ ଲୋକେ ଜ୍ଞାନ ଓ ଉପଦେଶ ତୁଚ୍ଛବୋଧ କରନ୍ତି।


କିନ୍ତୁ ଏମାନେ ଅଜ୍ଞାନ ପଶୁ ତୁଲ୍ୟ ସ୍ୱଭାବାନୁସାରେ ଧୃତ ଓ ବିନଷ୍ଟ ହେବା ନିମନ୍ତେ ଜାତ ହୋଇ, ଯେଉଁ ଯେଉଁ ବିଷୟ ଅଜ୍ଞାତ, ସେହି ସେହି ବିଷୟର ନିନ୍ଦା କରି ସେଗୁଡ଼ାକର ବିନାଶରେ ନିଜେ ବିନଷ୍ଟ ହେବେ,


ଯଦି କେହି ପ୍ରଭୁଙ୍କୁ ପ୍ରେମ ନ କରେ, ତେବେ ସେ ଶାପଗ୍ରସ୍ତ ହେଉ।


କାରଣ ଏହିପରି ଲୋକମାନେ ଆମ୍ଭମାନଙ୍କ ପ୍ରଭୁ ଖ୍ରୀଷ୍ଟଙ୍କର ଦାସ ନୁହଁନ୍ତି, କିନ୍ତୁ ଆପଣା ଆପଣା ଉଦରର ଦାସ ଅଟନ୍ତି, ପୁଣି, ମିଷ୍ଟବାକ୍ୟ ଓ ଚାଟୁଭାଷାରେ ସରଳ ହୃଦୟ ଲୋକଙ୍କର ମନ ଭୁଲାନ୍ତି।


ଅତଏବ, ଯଦି ତାହାର ସେବକମାନେ ମଧ୍ୟ ଧାର୍ମିକତାର ସେବକମାନଙ୍କ ବେଶ ଧାରଣ କରନ୍ତି, ତେବେ ତାହା ବଡ଼ ବିଷୟ ନୁହେଁ; ସେମାନଙ୍କ ଶେଷ ଦଶା ସେମାନଙ୍କ କର୍ମ ଅନୁସାରେ ଘଟିବ।


ଯେଉଁମାନେ ମୋତେ ପ୍ରେମ କରନ୍ତି, ମୁଁ ସେମାନଙ୍କୁ ପ୍ରେମ କରେ, ପୁଣି ଯେଉଁମାନେ ଯତ୍ନରେ ମୋହର ଅନ୍ୱେଷଣ କରନ୍ତି, ସେମାନେ ମୋତେ ପାଇବେ।


ସମସ୍ତେ ଯେପରି ପରିତ୍ରାଣ ଓ ସତ୍ୟ ବିଷୟରେ ଜ୍ଞାନ ପାଇ ପାରନ୍ତି, ଏହା ସେ ଇଚ୍ଛା କରନ୍ତି।


ଯେପରି ଆମ୍ଭେମାନେ ଆଉ ଶିଶୁ ପରି ନ ହୋଇ ମନୁଷ୍ୟମାନଙ୍କ ପ୍ରତାରଣା ଓ ଭ୍ରାନ୍ତି ଯୁକ୍ତ କଳ୍ପନା ଅନୁସାରେ ଧୃର୍ତ୍ତତା ଦ୍ୱାରା ବିଭିନ୍ନ ଶିକ୍ଷା ରୂପ ବାୟୁରେ ଇତଃସ୍ତତଃ ଚାଳିତ ନ ହେଉ,


ସେହି ଅନେକ ଲୋକ ଯେପରି ଈଶ୍ବରଙ୍କ ବାକ୍ୟ ବିକୃତ କରନ୍ତି, ଆମ୍ଭେମାନେ ତ ସେମାନଙ୍କ ପରି କରୁ ନାହୁଁ, କିନ୍ତୁ ସରଳ ଭାବରେ ଈଶ୍ବରଙ୍କ ଆଦେଶକ୍ରମେ ତାହାଙ୍କ ସାକ୍ଷାତରେ ଆମ୍ଭେମାନେ ଖ୍ରୀଷ୍ଟଙ୍କଠାରେ ଥାଇ କଥା କହୁଅଛୁ।


କାରଣ ପରିତ୍ରାଣ ପାଉଥିବା ଓ ବିନାଶ ହେଉଥିବା ଲୋକମାନଙ୍କ ମଧ୍ୟରେ ଆମ୍ଭେମାନେ ଈଶ୍ବରଙ୍କ ଦୃଷ୍ଟିରେ ଖ୍ରୀଷ୍ଟଙ୍କର ସୁଗନ୍ଧ ସ୍ୱରୂପ,


ହେ ଭାଇମାନେ, ସେମାନେ ଯେପରି ପରିତ୍ରାଣ ପାଆନ୍ତି, ଏହା ମୋହର ହୃଦୟର ବାଞ୍ଛା ଏବଂ ସେମାନଙ୍କ ନିମନ୍ତେ ଈଶ୍ବରଙ୍କ ଛାମୁରେ ମୋହର ପ୍ରାର୍ଥନା।


କିନ୍ତୁ ଈଶ୍ବରଙ୍କର ଧନ୍ୟବାଦ ହେଉ ଯେ, ତୁମ୍ଭେମାନେ, ଯେଉଁମାନେ କି ପୂର୍ବରେ ପାପର ଦାସ ଥିଲ, ଏବେ ଯେଉଁ ଶିକ୍ଷାର ଆଦର୍ଶ ନିକଟରେ ସମର୍ପିତ ହୋଇଅଛ, ହୃଦୟ ସହ ସେଥିର ଆଜ୍ଞାବହ ହୋଇଅଛ,


କିନ୍ତୁ ମୁଁ ମନୁଷ୍ୟଠାରୁ ସାକ୍ଷ୍ୟ ଗ୍ରହଣ କରେ ନାହିଁ, ବରଂ ତୁମ୍ଭେମାନେ ଯେପରି ପରିତ୍ରାଣ ପ୍ରାପ୍ତ ହୁଅ, ସେଥିପାଇଁ ଏହିସବୁ କହୁଅଛି।


ଯେଣୁ ଜଗତର ବିଚାର କରିବା ନିମନ୍ତେ ଈଶ୍ବର ଆପଣା ପୁତ୍ରଙ୍କୁ ଜଗତକୁ ପ୍ରେରଣ ନ କରି, ଜଗତ ଯେପରି ତାହାଙ୍କ ଦ୍ୱାରା ପରିତ୍ରାଣ ପ୍ରାପ୍ତ ହୁଏ, ଏଥିପାଇଁ ତାହାଙ୍କୁ ପ୍ରେରଣ କଲେ।


କାରଣ ସେମାନେ ନିରର୍ଥକ ଅହଙ୍କାରର କଥା କହି ଭ୍ରାନ୍ତ ଆଚରଣକାରୀମାନଙ୍କଠାରୁ ପ୍ରାୟ ଉଦ୍ଧାର ପାଉଥିବା ଲୋକମାନଙ୍କୁ ଶାରୀରିକ ସୁଖାଭିଳାଷରେ କାମୁକତା ଦ୍ୱାରା ପ୍ରଲୋଭିତ କରନ୍ତି;


କିନ୍ତୁ କାଳେ ପାପର ପ୍ରବଞ୍ଚନା ଦ୍ୱାରା ତୁମ୍ଭମାନଙ୍କ ମଧ୍ୟରୁ କେହି କଠିନମନା ହୁଏ, ଏଥିନିମନ୍ତେ ଆଜି ସୁଯୋଗ ଥାଉ ଥାଉ ପ୍ରତିଦିନ ପରସ୍ପରକୁ ଉତ୍ସାହ ଦିଅ;


କାରଣ ଅଣଯିହୁଦୀମାନଙ୍କ ପରିତ୍ରାଣ ନିମନ୍ତେ ସେମାନଙ୍କ ନିକଟରେ ପ୍ରଚାର କରିବାକୁ ସେମାନେ ସର୍ବଦା ଆମ୍ଭମାନଙ୍କୁ ବାଧା ଦିଅନ୍ତି, ପୁଣି, ସେମାନେ ପାପରେ ଆପଣା ଆପଣାକୁ ପରିପୂର୍ଣ୍ଣ କରୁଥାଆନ୍ତି; ସେମାନଙ୍କ ଉପରେ କ୍ରୋଧ ସମ୍ପୂର୍ଣ୍ଣ ରୂପେ ବର୍ତ୍ତିଲାଣି।


କାରଣ ଏହିପରି ଲୋକେ ଭଣ୍ଡ ପ୍ରେରିତ ଓ ଶଠ କାର୍ଯ୍ୟକାରୀ, ସେମାନେ ଖ୍ରୀଷ୍ଟଙ୍କ ପ୍ରେରିତମାନଙ୍କ ବେଶ ଧାରଣ କରନ୍ତି।


ସେ ଉତ୍ତର ଦେଲେ, “କାରଣ ସ୍ୱର୍ଗରାଜ୍ୟର ନିଗୂଢ଼ ତତ୍ତ୍ୱସମୂହ ଜାଣିବା ନିମନ୍ତେ ତୁମ୍ଭମାନଙ୍କୁ ଶକ୍ତି ଦିଆଯାଇଅଛି, କିନ୍ତୁ ସେମାନଙ୍କୁ ଦିଆଯାଇନାହିଁ।


ଯେପରିକି ଯେଉଁମାନେ ସତ୍ୟରେ ବିଶ୍ୱାସ ନ କରି ଅଧର୍ମରେ ସନ୍ତୁଷ୍ଟ ହୋଇଅଛନ୍ତି, ସେମାନେ ସମସ୍ତେ ଦଣ୍ଡର ପାତ୍ର ହେବେ।


କିନ୍ତୁ, ହେ ପ୍ରଭୁଙ୍କ ପ୍ରିୟପାତ୍ର ଭାଇମାନେ, ତୁମ୍ଭମାନଙ୍କ ନିମନ୍ତେ ସବୁବେଳେ ଈଶ୍ବରଙ୍କୁ ଧନ୍ୟବାଦ ଦେବା ଆମ୍ଭମାନଙ୍କର କର୍ତ୍ତବ୍ୟ, କାରଣ ଈଶ୍ବର, ଆତ୍ମାଙ୍କ ପବିତ୍ରତା ଓ ସତ୍ୟରେ ବିଶ୍ୱାସ ଦ୍ୱାରା ପରିତ୍ରାଣ ପାଇବା ନିମନ୍ତେ ତୁମ୍ଭମାନଙ୍କୁ ପ୍ରଥମ ଫଳଭାବେ ବାଛି ଅଛନ୍ତି;


Swiv nou:

Piblisite


Piblisite