Biblia Todo Logo
Bib sou entènèt

- Piblisite -




୨ ଥେସଲନୀକୀୟ 2:12 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

12 ଯେପରିକି ଯେଉଁମାନେ ସତ୍ୟରେ ବିଶ୍ୱାସ ନ କରି ଅଧର୍ମରେ ସନ୍ତୁଷ୍ଟ ହୋଇଅଛନ୍ତି, ସେମାନେ ସମସ୍ତେ ଦଣ୍ଡର ପାତ୍ର ହେବେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

12 ଯେପରିକି ଯେଉଁମାନେ ସତ୍ୟରେ ବିଶ୍ଵାସ ନ କରି ଅଧର୍ମରେ ସନ୍ତୁଷ୍ଟ ହୋଇଅଛନ୍ତି, ସେମାନେ ସମସ୍ତେ ଦଣ୍ତର ପାତ୍ର ହୁଅନ୍ତି।

Gade chapit la Kopi

ଓଡିଆ ବାଇବେଲ

12 ଯେପରିକି ଯେଉଁମାନେ ସତ୍ୟରେ ବିଶ୍ୱାସ ନ କରି ଅଧର୍ମରେ ସନ୍ତୁଷ୍ଟ ହୋଇଅଛନ୍ତି, ସେମାନେ ସମସ୍ତେ ଦଣ୍ଡର ପାତ୍ର ହୁଅନ୍ତି ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

12 ଯେଉଁମାନେ ସତ୍ୟରେ ବିଶ୍ୱାସ ସ୍ଥାପନ କରନ୍ତି ନାହିଁ, ମାତ୍ର ପାପାଚରଣରେ ଆନନ୍ଦ କରନ୍ତି, ସେମାନେ ସମସ୍ତେ ଏହିପରି ଦଣ୍ଡିତ ହେବେ।

Gade chapit la Kopi

ପବିତ୍ର ବାଇବଲ

12 ଅତଏବ ଯେଉଁମାନେ ସତ୍ୟକୁ ବିଶ୍ୱାସ କରୁ ନାହାନ୍ତି, ସେମାନେ ଦୋଷୀ ବୋଲି ବିଗ୍ଭରିତ ହେବେ। ସେମାନେ ସତ୍ୟକୁ ମାନି ନାହାନ୍ତି ଓ ମନ୍ଦ କର୍ମ କରିବାରେ ଆନନ୍ଦ ପାଇଛନ୍ତି।

Gade chapit la Kopi




୨ ଥେସଲନୀକୀୟ 2:12
21 Referans Kwoze  

ଯେଉଁମାନେ ଏହିପରି ଆଚରଣ କରନ୍ତି, ସେମାନେ ଯେ ମୃତ୍ୟୁର ଯୋଗ୍ୟ, ଈଶ୍ବରଙ୍କର ଏହି ବିଧିବିଧାନ ସେମାନେ ଜାଣିଲେ ସୁଦ୍ଧା କେବଳ ଯେ ଏହି ପ୍ରକାର ଆଚରଣ କରନ୍ତି ତାହା ନୁହେଁ, କିନ୍ତୁ ଏହିପରି ଆଚରଣ କରୁଥିବା ଲୋକମାନଙ୍କ ପକ୍ଷ ଆନନ୍ଦରେ ସମର୍ଥନ କରନ୍ତି।


ଯେ ବିଶ୍ୱାସ କରେ ଏବଂ ବାପ୍ତିଜିତ ହୁଏ, ସେ ପରିତ୍ରାଣ ପାଇବ; କିନ୍ତୁ ସେ ବିଶ୍ୱାସ କରେ ନାହିଁ, ସେ ଦଣ୍ଡାଜ୍ଞା ପାଇବ।


କିନ୍ତୁ ଯେଉଁମାନେ ସ୍ୱାର୍ଥପର, ପୁଣି, ସତ୍ୟର ଅନାଜ୍ଞାବହ, ମାତ୍ର ଅଧାର୍ମିକତାର ଆଜ୍ଞାବହ, ସେମାନଙ୍କ ପ୍ରତି କ୍ରୋଧ ଓ କୋପ ଘଟିବ।


କାରଣ ଈଶ୍ବର ଆମ୍ଭମାନଙ୍କୁ କ୍ରୋଧର ପାତ୍ର ହେବା ନିମନ୍ତେ ନିରୂପଣ ନ କରି ବରଂ ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଦ୍ୱାରା ପରିତ୍ରାଣ ପ୍ରାପ୍ତ ହେବା ନିମନ୍ତେ ନିରୂପଣ କରିଅଛନ୍ତି।


ପ୍ରେମ ନିଷ୍କପଟ ହେଉ। ଯାହା ମନ୍ଦ, ତାହା ଘୃଣା କର; ଯାହା ଉତ୍ତମ, ସେଥିରେ ଆସକ୍ତ ହୁଅ;


ଯେ ପୁତ୍ରଙ୍କଠାରେ ବିଶ୍ୱାସ କରେ, ସେ ଅନନ୍ତ ଜୀବନ ପ୍ରାପ୍ତ ହୋଇଅଛି, ମାତ୍ର ଯେ ପୁତ୍ରଙ୍କୁ ଅମାନ୍ୟ କରେ, ସେ ଜୀବନ ଦେଖିବ ନାହିଁ, କିନ୍ତୁ ସେ ଈଶ୍ବରଙ୍କ କ୍ରୋଧର ପାତ୍ର ହୋଇ ରହିଥାଏ।


ସେମାନେ ଆପଣାମାନଙ୍କର ଦୁଷ୍ଟତା ଦ୍ୱାରା ରାଜାକୁ ଓ ଆପଣାମାନଙ୍କ ମିଥ୍ୟା ଦ୍ୱାରା ଅଧିପତିମାନଙ୍କୁ ଆନନ୍ଦିତ କରନ୍ତି।


ସଦାପ୍ରଭୁ ଧାର୍ମିକର ପରୀକ୍ଷା କରନ୍ତି; ମାତ୍ର ଦୁଷ୍ଟ ଓ ଦୌରାତ୍ମ୍ୟପ୍ରିୟ ଲୋକକୁ ସେ ଘୃଣା କରନ୍ତି।


ସେମାନେ ତାହା ଶୁଣି ଆନନ୍ଦିତ ହେଲେ ଓ ତାହାଙ୍କୁ ଟଙ୍କା ଦେବା ପାଇଁ ପ୍ରତିଜ୍ଞା କଲେ। ସେଥିରେ ସେ ତାହାଙ୍କୁ ସୁବିଧା ଅନୁସାରେ କିପରି ଧରାଇଦେଇ ପାରେ, ଏହା ଅନ୍ୱେଷଣ କରିବାକୁ ଲାଗିଲା।


ପ୍ରିୟ ବନ୍ଧୁ, ତୁମ୍ଭେ ଦୁଷ୍କର୍ମର ଅନୁକାରୀ ନ ହୋଇ ସତ୍କର୍ମର ଅନୁକାରୀ ହୁଅ। ଯେ ସତ୍କର୍ମ କରେ, ସେ ଈଶ୍ବରଙ୍କଠାରୁ ଜାତ; ଯେ ଦୁଷ୍କର୍ମ କରେ, ସେ ଈଶ୍ବରଙ୍କୁ ଦର୍ଶନ କରି ନାହିଁ।


ସେମାନେ ଧନଲୋଭରେ ଛଳବାକ୍ୟ ଦ୍ୱାରା ତୁମ୍ଭମାନଙ୍କଠାରୁ ଅର୍ଥଲାଭ କରିବାକୁ ଚେଷ୍ଟା କରିବେ; ସେମାନଙ୍କର ଦଣ୍ଡ ଅନେକ କାଳରୁ ଘଟି ଆସୁଅଛି ଓ ସେମାନଙ୍କର ବିନାଶ ବିଳମ୍ବ ହେବ ନାହିଁ।


ମାତ୍ର ତୁମ୍ଭେମାନେ ସତ୍କର୍ମ ଘୃଣା କରି ଦୁଷ୍କର୍ମ ଭଲ ପାଉଅଛ; ତୁମ୍ଭେମାନେ ଲୋକମାନଙ୍କ ଶରୀରରୁ ସେମାନଙ୍କର ଚର୍ମ ଓ ସେମାନଙ୍କ ଅସ୍ଥିରୁ ସେମାନଙ୍କର ମାଂସ ଛଡ଼ାଇ ନେଉଅଛ;


ସେମାନଙ୍କ ପାଦ ଖସି ପଡ଼ିବା ବେଳେ ସମୁଚିତ ଦଣ୍ଡ ଓ ପ୍ରତିଫଳ ଦେବା ଆମ୍ଭର କର୍ମ; କାରଣ ସେମାନଙ୍କ ବିପଦର ଦିନ ସନ୍ନିକଟ ଓ ସେମାନଙ୍କ ପାଇଁ ଯାହା ନିରୂପିତ, ତାହା ଶୀଘ୍ର ଆସୁଅଛି।”


ଅଧର୍ମରେ ଆନନ୍ଦ କରେ ନାହିଁ, କିନ୍ତୁ ସତ୍ୟରେ ଆନନ୍ଦ କରେ;


କାରଣ ପରିତ୍ରାଣ ପାଇବା ନିମନ୍ତେ ସେମାନେ ସତ୍ୟର ପ୍ରେମକୁ ତୁଚ୍ଛ ମନେ କଲେ।


Swiv nou:

Piblisite


Piblisite