Biblia Todo Logo
Bib sou entènèt

- Piblisite -




୨ ଥେସଲନୀକୀୟ 2:14 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

14 ସେଥିପାଇଁ ମଧ୍ୟ ସେ ଆମ୍ଭମାନଙ୍କ ସୁସମାଚାର ଦ୍ୱାରା ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଗୌରବ ପାଇବା ନିମନ୍ତେ ତୁମ୍ଭମାନଙ୍କୁ ଡାକିଅଛନ୍ତି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

14 ସେଥିସକାଶେ ମଧ୍ୟ ସେ ଆମ୍ଭମାନଙ୍କ ସୁସମାଚାର ଦ୍ଵାରା ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଗୌରବ ପ୍ରାପ୍ତି ନିମନ୍ତେ ତୁମ୍ଭମାନଙ୍କୁ ଆହ୍ଵାନ କରିଅଛନ୍ତି।

Gade chapit la Kopi

ଓଡିଆ ବାଇବେଲ

14 ସେଥିପାଇଁ ମଧ୍ୟ ସେ ଆମ୍ଭମାନଙ୍କ ସୁସମାଚାର ଦ୍ୱାରା ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଗୌରବ ପାଇବା ନିମନ୍ତେ ତୁମ୍ଭମାନଙ୍କୁ ଡାକିଅଛନ୍ତି ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

14 ତୁମ୍ଭମାନଙ୍କ ନିକଟରେ ଆମେ ଯେଉଁ ସୁସମାଚାର ପ୍ରଚାର କରିଛୁ, ତାହା ଦ୍ୱାରା ଈଶ୍ୱର ତୁମ୍ଭମାନଙ୍କୁ ଏଥିପାଇଁ ଆହ୍ୱାନ କରିଛନ୍ତି। ଆମ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଗୌରବରେ ଅଂଶୀ କରାଇବା ନିମନ୍ତେ ସେ ତୁମ୍ଭମାନଙ୍କୁ ଆହ୍ୱାନ କରିଛନ୍ତି।

Gade chapit la Kopi

ପବିତ୍ର ବାଇବଲ

14 ପରମେଶ୍ୱର ସେହି ମୁକ୍ତି ଦେବା ଲାଗି ତୁମ୍ଭମାନଙ୍କୁ ଡାକିଲେ। ଆମ୍ଭ ଦ୍ୱାରା ପ୍ରଗ୍ଭରିତ ସୁସମାଗ୍ଭର ମାଧ୍ୟମରେ ସେ ତୁମ୍ଭମାନଙ୍କୁ ଡାକିଲେ। ଆମ୍ଭମାନଙ୍କର ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ମହିମାରେ ଅଂଶ ଗ୍ରହଣ କରିବା ପାଇଁ ସେ ତୁମ୍ଭମାନଙ୍କୁ ଡାକିଲେ।

Gade chapit la Kopi




୨ ଥେସଲନୀକୀୟ 2:14
19 Referans Kwoze  

ଯେପରି ତୁମ୍ଭମାନଙ୍କ ଆହ୍ୱାନକାରୀ ଈଶ୍ବରଙ୍କ ଯୋଗ୍ୟ ଆଚରଣ କରି, ତାହାଙ୍କ ରାଜ୍ୟ ଓ ଗୌରବର ଅଂଶୀ ହୋଇପାର।


ସମସ୍ତ ଅନୁଗ୍ରହର ଆକର ଯେଉଁ ଈଶ୍ବର ଆପଣା ଅନନ୍ତ ଗୌରବର ସହଭାଗୀ ହେବା ନିମନ୍ତେ ଖ୍ରୀଷ୍ଟ ଯୀଶୁଙ୍କ ଦ୍ୱାରା ତୁମ୍ଭମାନଙ୍କୁ ଆହ୍ୱାନ କରିଅଛନ୍ତି, ସେ ତୁମ୍ଭମାନଙ୍କ କ୍ଷଣିକ ଦୁଃଖଭୋଗ ଉତ୍ତାରେ ତୁମ୍ଭମାନଙ୍କୁ ସିଦ୍ଧ, ସୁସ୍ଥିର, ସବଳ ଓ ସଂସ୍ଥାପିତ କରିବେ।


ଯେଣୁ ଆମ୍ଭମାନଙ୍କ ସୁସମାଚାର କେବଳ ବାକ୍ୟରେ ନୁହେଁ, ମାତ୍ର ଶକ୍ତି, ପବିତ୍ର ଆତ୍ମା ଓ ଅତ୍ୟନ୍ତ ନିଶ୍ଚୟତା ସହ ତୁମ୍ଭମାନଙ୍କ ନିକଟରେ ଉପସ୍ଥିତ ହୋଇଥିଲା ଓ ତୁମ୍ଭମାନଙ୍କ ମଧ୍ୟରେ ଥିବା ସମୟରେ ତୁମ୍ଭମାନଙ୍କ ସହିତ ଆମ୍ଭେମାନେ କି ପ୍ରକାର ବ୍ୟବହାର କରିଥିଲୁ, ତାହା ତ ତୁମ୍ଭେମାନେ ଜାଣ।


ଆଉ ଯଦି ସନ୍ତାନ, ତେବେ ଉତ୍ତରାଧିକାରୀ, ଅର୍ଥାତ୍‍ ଯଦି ଖ୍ରୀଷ୍ଟଙ୍କ ସହିତ ଗୌରବାନ୍ୱିତ ମଧ୍ୟ ହେବା ନିମନ୍ତେ ଆମ୍ଭେମାନେ ତାହାଙ୍କ ସାଙ୍ଗରେ ଦୁଃଖଭୋଗ କରୁ, ତେବେ ଈଶ୍ବରଙ୍କ ଉତ୍ତରାଧିକାରୀ ଓ ଖ୍ରୀଷ୍ଟଙ୍କ ସହ ଉତ୍ତରାଧିକାରୀ ଅଟୁ।


ମୁଁ ଯେପରି ଜୟ କରି ମୋହର ପିତାଙ୍କ ସହିତ ତାହାଙ୍କ ସିଂହାସନରେ ବସିଅଛି, ସେପରି ଯେ ଜୟ କରେ, ମୁଁ ତାହାକୁ ମୋ ସହିତ ମୋହର ସିଂହାସନରେ ବସିବାକୁ ଦେବି।


ଯଦି ଆମ୍ଭେମାନେ ଧୈର୍ଯ୍ୟ ଧରି ସହ୍ୟ କରୁ, ତେବେ ତାହାଙ୍କ ସହିତ ମଧ୍ୟ ଶାସନ କରିବା; ଯଦି ଆମ୍ଭେମାନେ ତାହାଙ୍କୁ ଅସ୍ୱୀକାର କରୁ, ତେବେ ସେ ମଧ୍ୟ ଆମ୍ଭମାନଙ୍କୁ ଅସ୍ୱୀକାର କରିବେ;


ସେଥିରେ ତୁମ୍ଭମାନଙ୍କ ଆନ୍ତରିକ ଚକ୍ଷୁ ପ୍ରସନ୍ନ ହୁଅନ୍ତେ ତାହାଙ୍କ ଆହ୍ୱାନର ଭରସା କଅଣ, ସାଧୁମାନଙ୍କ ମଧ୍ୟରେ ତାହାଙ୍କ ଅଧିକାରର ଗୌରବରୂପ ଧନ କଅଣ,


ଯେଉଁ ଈଶ୍ବର ମୋହର ସୁସମାଚାର ଓ ଯୀଶୁ ଖ୍ରୀଷ୍ଟଙ୍କ ବିଷୟକ ପ୍ରଚାର ଅନୁସାରେ, ଅର୍ଥାତ୍‍ ଯେଉଁ ନିଗୂଢ଼ତତ୍ତ୍ୱ ଅନାଦିକାଳରୁ ଗୁପ୍ତ ଥିଲା,


ଯେଉଁ ଦିନରେ ଈଶ୍ବର, ମୁଁ ପ୍ରଚାର କରୁଥିବା ସୁସମାଚାର ଅନୁସାରେ ଯୀଶୁ ଖ୍ରୀଷ୍ଟଙ୍କ ଦ୍ୱାରା ମନୁଷ୍ୟମାନଙ୍କର ଗୁପ୍ତ ବିଷୟଗୁଡ଼ିକ ବିଚାର କରିବେ, ସେହି ଦିନ ଏହା ପ୍ରକାଶ ପାଇବ।


ହେ ପିତା, ତୁମ୍ଭେ ମୋତେ ଯେଉଁମାନଙ୍କୁ ଦେଇଅଛ, ମୁଁ ଯେଉଁଠାରେ ଥାଏ, ସେମାନେ ମଧ୍ୟ ଯେପରି ସେଠାରେ ମୋହର ସହିତ ରହିବେ ଓ ଜଗତର ପତ୍ତନ ପୂର୍ବେ ତୁମ୍ଭେ ମୋତେ ପ୍ରେମ କରିଥିବାରୁ ମୋତେ ଯେଉଁ ମହିମା ଦେଇଅଛ, ମୋହର ସେହି ମହିମା ସେମାନେ ଯେପରି ଦେଖିବେ, ଏହା ମୋହର ଇଚ୍ଛା।


ଆଉ, ତୁମ୍ଭେ ମୋତେ ଯେଉଁ ମହିମା ଦେଇଅଛ, ମୁଁ ସେମାନଙ୍କୁ ତାହା ଦେଇଅଛି, ଯେପରି ଆମ୍ଭେମାନେ ଯେପ୍ରକାରେ ଏକ, ସେମାନେ ସେପ୍ରକାରେ ଏକ ହୁଅନ୍ତି;


ତାହାର ପ୍ରଭୁ ତାହାକୁ କହିଲେ, ବେଶ୍, ଉତ୍ତମ ଓ ବିଶ୍ୱସ୍ତ ଦାସ, ତୁମ୍ଭେ ଅଳ୍ପ ବିଷୟରେ ବିଶ୍ୱସ୍ତ ହେଲ, ମୁଁ ତୁମ୍ଭକୁ ବହୁତ ବିଷୟ ଉପରେ ନିଯୁକ୍ତ କରିବି, ତୁମ୍ଭେ ଆପଣା ପ୍ରଭୁଙ୍କ ଆନନ୍ଦର ସହଭାଗୀ ହୁଅ।


ତୁମ୍ଭେ ମୋତେ ଜୀବନର ପଥ ଦେଖାଇବ; ତୁମ୍ଭ ସମ୍ମୁଖରେ ଆନନ୍ଦର ପୂର୍ଣ୍ଣତା ଥାଏ; ତୁମ୍ଭ ଦକ୍ଷିଣ ପାଖରେ ନିତ୍ୟ ସୁଖଭୋଗ ଥାଏ।


ଆଲୋକ ନିମନ୍ତେ ସେହି ନଗରୀର ସୂର୍ଯ୍ୟ କି ଚନ୍ଦ୍ରର ପ୍ରୟୋଜନ ନାହିଁ, କାରଣ ଈଶ୍ବରଙ୍କ ଗୌରବ ତାହାକୁ ଆଲୋକିତ କରେ ଓ ମେଷଶାବକ ସେଥିର ପ୍ରଦୀପ ସ୍ୱରୂପ।


ଈଶ୍ବର ଆପଣା ଗୌରବ ଓ ସଦ୍‍ଗୁଣରେ ଆମ୍ଭମାନଙ୍କୁ ଆହ୍ୱାନ କରିଅଛନ୍ତି, ତାହାଙ୍କ ବିଷୟକ ଜ୍ଞାନ ଦ୍ୱାରା ତାହାଙ୍କ ଐଶ୍ବରୀୟ ଶକ୍ତି ଆମ୍ଭମାନଙ୍କୁ ଜୀବନ ଓ ଧର୍ମପରାୟଣତା ନିମନ୍ତେ ସମସ୍ତ ଆବଶ୍ୟକୀୟ ବିଷୟ ଦାନ କରିଅଛି।


Swiv nou:

Piblisite


Piblisite