Biblia Todo Logo
Bib sou entènèt

- Piblisite -




୨ ଥେସଲନୀକୀୟ 2:8 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 ସେତେବେଳେ ସେହି ଅଧର୍ମ ପୁରୁଷ ପ୍ରକାଶିତ ହେବ, ତାହାକୁ ପ୍ରଭୁ ଯୀଶୁ ଆପଣା ମୁଖର ନିଶ୍ୱାସ ଦ୍ୱାରା ସଂହାର କରିବେ ଓ ଆପଣା ଆଗମନର ପ୍ରକାଶ ଦ୍ୱାରା ବିନାଶ କରିବେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

8 ସେତେବେଳେ ସେହି ଅଧର୍ମ ପୁରୁଷ ପ୍ରକାଶିତ ହେବ, ତାହାକୁ ପ୍ରଭୁ ଯୀଶୁ ଆପଣା ମୁଖର ନିଶ୍ଵାସ ଦ୍ଵାରା ସଂହାର କରିବେ ଓ ଆପଣା ଆଗମନର ପ୍ରକାଶ ଦ୍ଵାରା ବିନାଶ କରିବେ।

Gade chapit la Kopi

ଓଡିଆ ବାଇବେଲ

8 ସେତେବେଳେ ସେହି ଅଧର୍ମ ପୁରୁଷ ପ୍ରକାଶିତ ହେବ, ତାହାକୁ ପ୍ରଭୁ ଯୀଶୁ ଆପଣା ମୁଖର ନିଶ୍ୱାସ ଦ୍ୱାରା ସଂହାର କରିବେ ଓ ଆପଣା ଆଗମନର ପ୍ରକାଶ ଦ୍ୱାରା ବିନାଶ କରିବେ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

8 ତା’ପରେ ସେହି ପାପାତ୍ମା ଆବିର୍ଭୂତ ହେବ; କିନ୍ତୁ ଯେତେବେଳେ ପ୍ରଭୁ ଯୀଶୁ ଆସିବେ, ସେ ତାଙ୍କ ମୁଖରେ ନିଶ୍ୱାସରେ ତାକୁ ସଂହାର କରିବେ, ପୁଣି ତାଙ୍କର ଜାଜ୍ୱଲ୍ୟମାନ ଉପସ୍ଥିତିରେ ସେ ଧ୍ୱଂସ ପାଇବ।

Gade chapit la Kopi

ପବିତ୍ର ବାଇବଲ

8 ତା'ପରେ ଯାଇ ମନ୍ଦ ବ୍ୟକ୍ତି ପ୍ରକାଶିତ ହେବ। ପ୍ରଭୁ ଯୀଶୁ ସେହି ମନ୍ଦ ବ୍ୟକ୍ତିକୁ, ତାହାଙ୍କର ମୁଖରୁ ନିର୍ଗତ ହେଉଥିବା ନିଶ୍ୱାସ ଦ୍ୱାରା ନଷ୍ଟ କରିଦେବେ। ପ୍ରଭୁ ଯୀଶୁ ନିଜର ମହିମାମୟ ଆଗମନ ଦ୍ୱାରା ତାହାକୁ ବିନଷ୍ଟ କରିଦେବେ। ମନ୍ଦ ବ୍ୟକ୍ତି ଶୟତାନର ଶକ୍ତି ନେଇ ଆସିବ।

Gade chapit la Kopi




୨ ଥେସଲନୀକୀୟ 2:8
34 Referans Kwoze  

କେହି କୌଣସି ପ୍ରକାରେ ତୁମ୍ଭମାନଙ୍କୁ ପ୍ରତାରିତ ନ କରୁ, କାରଣ ପ୍ରଥମେ ଧର୍ମଚ୍ୟୁତି ଘଟିବ, ଆଉ ବିନାଶର ସନ୍ତାନ ସେହି ଅଧର୍ମ ପୁରୁଷ ପ୍ରକାଶିତ ହେବା ଆବଶ୍ୟକ; ନ ହେଲେ ପ୍ରଭୁଙ୍କ ଆଗମନର ଦିନ ଉପସ୍ଥିତ ହେବ ନାହିଁ।


ମାତ୍ର ସେ ଧର୍ମରେ ଦୀନହୀନମାନଙ୍କ ବିଚାର କରିବେ ଓ ପୃଥିବୀସ୍ଥ ନମ୍ର ଲୋକମାନଙ୍କ ସକାଶେ ନ୍ୟାୟରେ ଅନୁଯୋଗ କରିବେ; ପୁଣି, ସେ ଆପଣା ମୁଖସ୍ଥିତ ଦଣ୍ଡ ଦ୍ୱାରା ପୃଥିବୀକୁ ଆଘାତ କରିବେ ଓ ଆପଣା ଓଷ୍ଠାଧରର ନିଃଶ୍ୱାସ ଦ୍ୱାରା ଦୁଷ୍ଟକୁ ସଂହାର କରିବେ।


ଯେଉଁ ଶୟତାନ ସେମାନଙ୍କୁ ଭ୍ରାନ୍ତ କରିଥିଲା, ତାହାକୁ ଅଗ୍ନି ଓ ଗନ୍ଧକମୟ ହ୍ରଦରେ ନିକ୍ଷେପ କରାଗଲା, ସେଠାରେ ସେହି ପଶୁ ଓ ଭଣ୍ଡ ଭାବବାଦୀ ମଧ୍ୟ ଅଛନ୍ତି; ପୁଣି, ସେମାନେ ଦିବାରାତ୍ର ଯୁଗେ ଯୁଗେ ଯନ୍ତ୍ରଣା ଭୋଗ କରିବେ।


ତାହାଙ୍କ ମୁଖରୁ ତୀକ୍ଷ୍ଣ ଖଡ୍ଗ ନିର୍ଗତ ହୁଏ, ତଦ୍ୱାରା ସେ ଜାତିସମୂହକୁ ଆଘାତ କରିବେ; ସେ ସେମାନଙ୍କୁ ଲୌହ ଦଣ୍ଡରେ ଶାସନ କରିବେ, ଆଉ ସେ ନିଜେ ସର୍ବଶକ୍ତିମାନ ଈଶ୍ବରଙ୍କ ପ୍ରଚଣ୍ଡ କ୍ରୋଧରୂପ ଦ୍ରାକ୍ଷାକୁଣ୍ଡ ଚୂର୍ଣ୍ଣ କରିବେ।


ଆଉ ସେହି ଆନନ୍ଦଦାୟକ ଭରସା ପୁଣି, ଆମ୍ଭମାନଙ୍କ ମହାନ ଈଶ୍ବର ଓ ତ୍ରାଣକର୍ତ୍ତା ଖ୍ରୀଷ୍ଟ ଯୀଶୁଙ୍କ ଗୌରବର ପ୍ରକାଶ ଅପେକ୍ଷାରେ ରହୁ, ଏଥିନିମନ୍ତେ ଶିକ୍ଷା ଦେଉଅଛି।


ଏଣୁ ମନ-ପରିବର୍ତ୍ତନ କର; ନୋହିଲେ ଆମ୍ଭେ ଶୀଘ୍ର ତୁମ୍ଭ ନିକଟକୁ ଆସି ସ୍ୱମୁଖନିଃସୃତ ଖଡ୍ଗ ଦ୍ୱାରା ସେମାନଙ୍କ ସଙ୍ଗେ ଯୁଦ୍ଧ କରିବୁ।


ଯେ କେହି ଈଶ୍ବରଙ୍କଠାରୁ ଜାତ, ସେ ଯେ ପାପ କରେ ନାହିଁ, ବରଂ ସେ ଈଶ୍ବରଙ୍କଠାରୁ ଜାତ ହୋଇ ଆପଣାକୁ ରକ୍ଷା କରେ, ଆଉ ପାପାତ୍ମା ତାହାକୁ ସ୍ପର୍ଶ କରେ ନାହିଁ, ଏହା ଆମ୍ଭେମାନେ ଜାଣୁ।


ବରଂ ବିଚାରର ଏକ-ପ୍ରକାର ଭୟଙ୍କର ପ୍ରତୀକ୍ଷା ଓ ବିପକ୍ଷମାନଙ୍କୁ ଗ୍ରାସକାରୀ ଅଗ୍ନିର ପ୍ରଚଣ୍ଡତା ଅବଶିଷ୍ଟ ଥାଏ।


ବର୍ତ୍ତମାନ ମୋ ନିମନ୍ତେ ଧାର୍ମିକତାର ମୁକୁଟ ରଖାଯାଇଅଛି, ତାହା ସେହି ମହାଦିନରେ ନ୍ୟାୟବାନ୍ ବିଚାରକର୍ତ୍ତା ପ୍ରଭୁ ମୋତେ ଦେବେ, ପୁଣି, କେବଳ ମୋତେ ନୁହେଁ, ମାତ୍ର ଯେତେ ଲୋକ ତାହାଙ୍କ ଆଗମନକୁ ଆଗ୍ରହରେ ଅପେକ୍ଷା କରନ୍ତି, ସେ ସମସ୍ତଙ୍କୁ ଦେବେ।


କିନ୍ତୁ ଏବେ ଆମ୍ଭମାନଙ୍କ ତ୍ରାଣକର୍ତ୍ତା ଖ୍ରୀଷ୍ଟ ଯୀଶୁଙ୍କର ଆଗମନ ହେବା ଦ୍ୱାରା ପ୍ରକାଶିତ ହୋଇଅଛି; ସେ ମୃତ୍ୟୁକୁ ଲୋପ କରିଅଛନ୍ତି, ପୁଣି, ସୁସମାଚାର ଦ୍ୱାରା ଜୀବନ ଓ ଅମରତାକୁ ଆଲୋକରେ ପ୍ରକାଶ କରିଅଛନ୍ତି;


ମାତ୍ର ବିଚାର-ସଭା ବସିବ ଓ ସେମାନେ ଶେଷ ପର୍ଯ୍ୟନ୍ତ ତାହାର କର୍ତ୍ତୃତ୍ୱର କ୍ଷୟ ଓ ବିନାଶ କରିବା ପାଇଁ ତାହାଠାରୁ ତାହା ନେବେ।


ସେମାନେ ପରମେଶ୍ୱରଙ୍କ ନିଶ୍ୱାସ ଦ୍ୱାରା ବିନଷ୍ଟ ହୁଅନ୍ତି ଓ ତାହାଙ୍କର କ୍ରୋଧରୂପ ଫୁତ୍କାର ଦ୍ୱାରା ସଂହାରିତ ହୁଅନ୍ତି।


ସେ ଆପଣା ଦକ୍ଷିଣ ହସ୍ତରେ ସପ୍ତ ନକ୍ଷତ୍ର ଧାରଣ କରିଥିଲେ, ତାହାଙ୍କ ମୁଖରୁ ତୀକ୍ଷ୍ଣ ଦ୍ୱିଧାର ଖଡ୍ଗ ନିର୍ଗତ ହେଉଥିଲା, ଆଉ ତାହାଙ୍କ ମୁଖ ମଧ୍ୟାହ୍ନକାଳୀନ ସୂର୍ଯ୍ୟ ପରି ତେଜୋମୟ ଥିଲା।


ପାପାତ୍ମାର ସନ୍ତାନ ଯେ କୟିନ, ତାହା ପରି ହୁଅ ନାହିଁ, ସେ ଆପଣା ଭାଇକୁ ବଧ କଲା; ଆଉ ସେ ତାହାକୁ କାହିଁକି ବଧ କଲା? କାରଣ ଏହି ଯେ, ତାହାର କାର୍ଯ୍ୟ ପାପମୟ, ଆଉ ତାହାର ଭାଇର କାର୍ଯ୍ୟ ଧର୍ମମୟ ଥିଲା।


ହେ ପିତୃଗଣ, ମୁଁ ତୁମ୍ଭମାନଙ୍କ ନିକଟକୁ ଲେଖୁଅଛି, କାରଣ ଯେ ଆଦ୍ୟରୁ ଅଛନ୍ତି, ତାହାଙ୍କୁ ତୁମ୍ଭେମାନେ ଜାଣିଅଛ। ହେ ଯୁବକମାନେ, ମୁଁ ତୁମ୍ଭମାନଙ୍କ ନିକଟକୁ ଲେଖୁଅଛି, କାରଣ ତୁମ୍ଭେମାନେ ପାପାତ୍ମାକୁ ଜୟ କରିଅଛ।


ମୁଁ ଈଶ୍ବରଙ୍କ ସାକ୍ଷାତରେ, ଆଉ ଯେଉଁ ଖ୍ରୀଷ୍ଟ ଯୀଶୁ ଜୀବିତ ଓ ମୃତ ଉଭୟଙ୍କର ବିଚାର କରିବାକୁ ଯାଉଅଛନ୍ତି, ତାହାଙ୍କ ସାକ୍ଷାତରେ ପୁଣି ତାହାଙ୍କ ପୁନରାଗମନ ଓ ରାଜ୍ୟର ଶପଥ ଦେଇ ତୁମ୍ଭକୁ ଦୃଢ଼ ଆଦେଶ ଦେଉଅଛି,


ତୁମ୍ଭେ ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଆଗମନ ପର୍ଯ୍ୟନ୍ତ ଧର୍ମବିଧି ପାଳନ କରି ନିଷ୍କଳଙ୍କ ଓ ଅନିନ୍ଦନୀୟ ହୋଇ ରୁହ।


କ୍ଷେତ ଜଗତ; ଭଲ ବିହନ ରାଜ୍ୟର ସନ୍ତାନମାନେ; ବାଳୁଙ୍ଗା ପାପାତ୍ମାର ସନ୍ତାନମାନେ;


ଯେ କେହି ରାଜ୍ୟର ବାକ୍ୟ ଶୁଣି ନ ବୁଝେ, ପାପାତ୍ମା ଆସି ତାହାର ହୃଦୟରେ ଯାହା ବୁଣାଯାଇଥିଲା, ତାହା ହରଣ କରିନିଏ, ସେ ଜଣକ ବୁଣାଯାଇଥିବା ବାଟ ପାଖ ଭୂମି ସଦୃଶ।


ଏଥିପାଇଁ ଆମ୍ଭେ ଭବିଷ୍ୟଦ୍‍ବକ୍ତାଗଣ ଦ୍ୱାରା ସେମାନଙ୍କୁ ଚ୍ଛେଦନ କରିଅଛୁ; ଆମ୍ଭେ ଆପଣା ମୁଖନିର୍ଗତ ବାକ୍ୟ ଦ୍ୱାରା ସେମାନଙ୍କୁ ବଧ କରିଅଛୁ ଓ ତୁମ୍ଭର ଦଣ୍ଡାଜ୍ଞାସକଳ ନିର୍ଗତ ହେବା ଦୀପ୍ତି ତୁଲ୍ୟ ଅଟେ।


ସେତେବେଳେ, ହେ ସଦାପ୍ରଭୋ, ତୁମ୍ଭ ତର୍ଜ୍ଜନରେ ଓ ନାସିକାର ପ୍ରଶ୍ୱାସ ବାୟୁରେ ଜଳରାଶିର ପ୍ରଣାଳୀ ପ୍ରକାଶିତ ହେଲା ଓ ଭୂମଣ୍ଡଳର ମୂଳସକଳ ଅନାବୃତ ହେଲା।


ପୁଣି, ତାହାଙ୍କର ଶ୍ୱାସବାୟୁ ପ୍ଲାବିତ ସ୍ରୋତ ତୁଲ୍ୟ, ସର୍ବଦେଶୀୟ ଲୋକମାନଙ୍କୁ ଅସାରତାରୂପ ଚାଲୁଣୀରେ ଚଲାଇବା ନିମନ୍ତେ ତାହା କଣ୍ଠ ପର୍ଯ୍ୟନ୍ତ ଉଠୁଅଛି; ଆଉ, ଗୋଷ୍ଠୀସମୂହର ମୁଖରେ ଭ୍ରାନ୍ତିଜନକ ଲଗାମ ଦିଆଯିବ।


ପୁଣି, ସେ ସର୍ବୋପରିସ୍ଥଙ୍କ ବିରୁଦ୍ଧରେ କଥା କହିବ ଓ ସର୍ବୋପରିସ୍ଥଙ୍କର ପବିତ୍ରଗଣଙ୍କୁ ଦମନ କରିବ; ଆଉ, ସେ କାଳ ଓ ବ୍ୟବସ୍ଥାର ପରିବର୍ତ୍ତନ କରିବାକୁ ବିଚାର କରିବ; ପୁଣି, ଏକ କାଳ, (ଦୁଇ) ପବିତ୍ର ପର୍ବ ଓ ଅର୍ଦ୍ଧ ପବିତ୍ର ପର୍ବ ପର୍ଯ୍ୟନ୍ତ ସେମାନେ ତାହା ହସ୍ତରେ ସମର୍ପିତ ହେବେ।


ପୁଣି, ଆପଣା କୌଶଳ ଦ୍ୱାରା ତାହାର ହସ୍ତରେ ଛଳ ସଫଳ ହେବ ଓ ସେ ଆପଣା ଅନ୍ତଃକରଣରେ ନିଜକୁ ବଡ଼ାଇ କରିବ ଓ ସେମାନଙ୍କ ନିରାପଦ କାଳରେ ଅନେକଙ୍କୁ ବିନାଶ କରିବ; ଆହୁରି, ସେ ଅଧିପତିଗଣର ଅଧିପତିଙ୍କ ପ୍ରତିକୂଳରେ ଠିଆ ହେବ; ମାତ୍ର ସେ ବିନା ହସ୍ତରେ ଭଗ୍ନ ହେବ।


ଆଉ, ରାଜା ଆପଣା ଇଚ୍ଛାନୁସାରେ କର୍ମ କରିବ ଓ ସକଳ ଦେବତା ଅପେକ୍ଷା ଆପଣାକୁ ବଡ଼ କରି ଦର୍ପ କରିବ, ପୁଣି ଈଶ୍ୱରଗଣର ଈଶ୍ୱରଙ୍କ ବିରୁଦ୍ଧରେ ଅଦ୍ଭୁତ କଥା କହିବ ଓ କ୍ରୋଧ ସଫଳ ହେବା ପର୍ଯ୍ୟନ୍ତ ସମୃଦ୍ଧି ହେବ; କାରଣ ଯାହା ନିରୂପିତ ହୋଇଅଛି, ତାହା କରାଯିବ।


ପୁଣି, ମନୁଷ୍ୟପୁତ୍ର ଆପଣା ପିତାଙ୍କ ମହିମାରେ ନିଜ ଦୂତମାନଙ୍କ ସହିତ ଆଗମନ କରିବେ ଏବଂ ସେତେବେଳେ ସେ ପ୍ରତ୍ୟେକ ଲୋକକୁ ତାହାର କର୍ମ ଅନୁସାରେ ଫଳ ଦେବେ।


ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ମନୁଷ୍ୟପୁତ୍ରଙ୍କର ଆପଣା ରାଜ୍ୟରେ ଆଗମନ ନ ଦେଖିବା ପର୍ଯ୍ୟନ୍ତ ଏଠାରେ ଠିଆ ହୋଇଥିବା ଲୋକମାନଙ୍କ ମଧ୍ୟରୁ କେତେକ କୌଣସି ପ୍ରକାରେ ମୃତ୍ୟୁର ଅାସ୍ୱାଦ ପାଇବେ ନାହିଁ।”


ଏଥିପାଇଁ ଈଶ୍ବର ଜ୍ଞାନୀମାନଙ୍କୁ ଲଜ୍ଜା ଦେବା ନିମନ୍ତେ ଜଗତର ମୂର୍ଖମାନଙ୍କୁ ମନୋନୀତ କଲେ, ପୁଣି, ବଳବାନମାନଙ୍କୁ ଲଜ୍ଜା ଦେବା ନିମନ୍ତେ ଈଶ୍ବର ଜଗତର ଦୁର୍ବଳମାନଙ୍କୁ ମନୋନୀତ କଲେ,


ସେହି ପଶୁକୁ ଅହଙ୍କାର ଓ ଈଶ୍ବରନିନ୍ଦାର କଥା କହିବାକୁ ମୁଖ ଦିଆଗଲା, ଆଉ ବୟାଳିଶ ମାସ ପର୍ଯ୍ୟନ୍ତ କାର୍ଯ୍ୟ ସାଧନ କରିବାକୁ କ୍ଷମତା ଦିଆଗଲା।


ମାତ୍ର ଯେଉଁ ଲୋକ ସେମାନଙ୍କୁ ସ୍ପର୍ଶ କରିବ, ଲୌହ ଓ ବର୍ଚ୍ଛାଦଣ୍ଡରେ ତାହାକୁ ସଜ୍ଜିତ ହେବାକୁ ହେବ; ସେମାନେ ଆପଣା ଆପଣା ସ୍ଥାନରେ ସମ୍ପୂର୍ଣ୍ଣ ରୂପେ ଅଗ୍ନିରେ ଦଗ୍ଧ ହେବେ।”


Swiv nou:

Piblisite


Piblisite