Biblia Todo Logo
Bib sou entènèt

- Piblisite -




୨ ଥେସଲନୀକୀୟ 3:11 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

11 ଯେଣୁ ତୁମ୍ଭମାନଙ୍କ ମଧ୍ୟରେ କେହି କେହି ଆଳସ୍ୟର ଜୀବନ କାଟୁଅଛନ୍ତି ଓ କୌଣସି କାର୍ଯ୍ୟ ନ କରି ଅନଧିକାରଚର୍ଚ୍ଚାରେ ବ୍ୟସ୍ତ ଅଟନ୍ତି ବୋଲି ଆମ୍ଭେମାନେ ଶୁଣୁଅଛୁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

11 ଯେଣୁ ତୁମ୍ଭମାନଙ୍କ ମଧ୍ୟରେ କେହି କେହି ଆଳସ୍ୟ ପରାୟଣ ଆଚରଣ କରୁଅଛନ୍ତି ଓ କୌଣସି କାର୍ଯ୍ୟ ନ କରି ଅନଧିକାରଚର୍ଚ୍ଚାରେ ବ୍ୟସ୍ତ ଅଟନ୍ତି ବୋଲି ଆମ୍ଭେମାନେ ଶୁଣୁଅଛୁ।

Gade chapit la Kopi

ଓଡିଆ ବାଇବେଲ

11 ଯେଣୁ ତୁମ୍ଭମାନଙ୍କ ମଧ୍ୟରେ କେହି କେହି ଆଳସ୍ୟର ଜୀବନ କାଟୁଅଛନ୍ତି ଓ କୌଣସି କାର୍ଯ୍ୟ ନ କରି ଅନଧିକାର ଚର୍ଚ୍ଚାରେ ବ୍ୟସ୍ତ ଅଟନ୍ତି ବୋଲି ଆମ୍ଭେମାନେ ଶୁଣୁଅଛୁ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

11 ଏ କଥା ପୁଣି ଏବେ କହୁଛୁ, କାରଣ ଆମେ ଖବର ପାଇଛୁ ଯେ, ତୁମ୍ଭମାନଙ୍କ ମଧ୍ୟରେ କେତେକ ଆଳସ୍ୟରେ ଜୀବନ ଯାପନ କରୁଛନ୍ତି ଏବଂ ଅନ୍ୟମାନଙ୍କର କାର୍ଯ୍ୟରେ ଅଯଥା ହସ୍ତକ୍ଷେପ କରିବା ଛଡ଼ା ଅନ୍ୟ କିଛି କରନ୍ତି ନାହିଁ।

Gade chapit la Kopi

ପବିତ୍ର ବାଇବଲ

11 ତୁମ୍ଭମାନଙ୍କ ଦଳରେ କେତେ ଜଣ କାମ କରିବା ପାଇଁ ମନା କରୁଛନ୍ତି ବୋଲି ଆମ୍ଭେ ଶୁଣିଲୁ। ସେମାନେ କିଛି କରୁ ନାହାନ୍ତି। ସେମାନେ ଅନ୍ୟମାନଙ୍କ ଜୀବନରେ ହସ୍ତକ୍ଷେପ କରିବାରେ ସମୟ ଅତିବାହିତ କରନ୍ତି।

Gade chapit la Kopi




୨ ଥେସଲନୀକୀୟ 3:11
5 Referans Kwoze  

ଆହୁରି ମଧ୍ୟ ସେମାନେ ଘର ଘର ବୁଲି ଅଳସୁଆ ହେବାକୁ ଶିଖନ୍ତି, ଆଉ କେବଳ ଆଳସ୍ୟ ନୁହେଁ, ମାତ୍ର ଅସାର କାହାଣୀ ଓ ପରଚର୍ଚ୍ଚା କରି ଅନୁଚିତ କଥାବାର୍ତ୍ତା କରନ୍ତି।


ଏଣୁ ତୁମ୍ଭମାନଙ୍କ ମଧ୍ୟରୁ କେହି ହତ୍ୟାକାରୀ କି ଚୋର, କି ଦୂରାଚାରୀ, କି ଅନଧିକାର ଚର୍ଚ୍ଚାକାରୀ ହୋଇ ଦଣ୍ଡ ଭୋଗ ନ କରୁ;


ହେ ଭାଇମାନେ, ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ନାମରେ ଆମ୍ଭେମାନେ ତୁମ୍ଭମାନଙ୍କୁ ଏହି ଆଜ୍ଞା ଦେଉଅଛୁ, ଯେକୌଣସି ଭାଇ ଆମ୍ଭମାନଙ୍କଠାରୁ ପାଇଥିବା ଶିକ୍ଷା ଅନୁସାରେ ଆଚରଣ ନ କରି ଆଳସ୍ୟରେ ଜୀବନ କାଟେ, ତାହାଠାରୁ ଆପଣା ଆପଣାକୁ ଅଲଗା କର।


ପୁଣି, ତୁମ୍ଭମାନଙ୍କୁ ଦିଆଯାଇଥିବା ଆମ୍ଭମାନଙ୍କର ଆଜ୍ଞାନୁସାରେ ତୁମ୍ଭେମାନେ ଯେପରି ଶାନ୍ତିରେ ବାସ କରି ଆପଣା ଆପଣା କାର୍ଯ୍ୟରେ ଲାଗିବାକୁ ଓ ନିଜ ନିଜ ହାତରେ କାର୍ଯ୍ୟ କରିବାକୁ ମର୍ଯ୍ୟାଦାର ବିଷୟ ମନେ କର, ଏଥିନିମନ୍ତେ ଆମ୍ଭେମାନେ ତୁମ୍ଭମାନଙ୍କୁ ଅନୁରୋଧ କରୁଅଛୁ,


ବରଂ ଅଭାବଗ୍ରସ୍ତ ଲୋକକୁ ଦାନ କରିବା ନିମନ୍ତେ ଯେପରି ତାହା ପାଖରେ କିଛି ଥାଇ ପାରେ, ଏଥିନିମନ୍ତେ ନିଜ ହାତରେ ଉତ୍ତମ କାର୍ଯ୍ୟ କରି ପରିଶ୍ରମ କରୁ।


Swiv nou:

Piblisite


Piblisite