Biblia Todo Logo
Bib sou entènèt

- Piblisite -




୨ ଥେସଲନୀକୀୟ 3:2 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 ପୁଣି, ଯେପରି ଆମ୍ଭେମାନେ ଅବିବେଚକ ଓ ଦୁଷ୍ଟ ଲୋକମାନଙ୍କଠାରୁ ଉଦ୍ଧାର ପାଇବୁ; କାରଣ ସମସ୍ତଙ୍କର ବିଶ୍ୱାସ ନାହିଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

2 ପୁଣି, ଯେପରି ଆମ୍ଭେମାନେ ଅବିବେଚକ ଓ ଦୁଷ୍ଟ ଲୋକମାନଙ୍କଠାରୁ ଉଦ୍ଧାର ପାଇବୁ; କାରଣ ସମସ୍ତଙ୍କର ବିଶ୍ଵାସ ନାହିଁ।

Gade chapit la Kopi

ଓଡିଆ ବାଇବେଲ

2 ପୁଣି, ଯେପରି ଆମ୍ଭେମାନେ ଅବିବେଚକ ଓ ଦୁଷ୍ଟ ଲୋକମାନଙ୍କଠାରୁ ଉଦ୍ଧାର ପାଇବୁ; କାରଣ ସମସ୍ତଙ୍କର ବିଶ୍ୱାସ ନାହିଁ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

2 ଆହୁରି ମଧ୍ୟ ପ୍ରାର୍ଥନା କର, ଈଶ୍ୱର ଯେପରି ଆମକୁ ଦୁଷ୍ଟ ଓ ଖଳ ଲୋକମାନଙ୍କ ହାତରୁ ରକ୍ଷା କରିବେ, କାରଣ ସମସ୍ତେ ସୁସମାଚାରର ବିଶ୍ୱାସୀ ନୁହଁନ୍ତି।

Gade chapit la Kopi

ପବିତ୍ର ବାଇବଲ

2 ଆହୁରି ମଧ୍ୟ ପ୍ରାର୍ଥନା କର, ଯେ ଆମ୍ଭେ ଭ୍ରଷ୍ଟ ଓ ମନ୍ଦ ଲୋକମାନଙ୍କଠାରୁ ଯେପରି ସୁରକ୍ଷିତ ରହୁ। (କାରଣ ସମସ୍ତଙ୍କର ତ ପ୍ରଭୁଙ୍କଠାରେ ବିଶ୍ୱାସ ନ ଥାଏ।)

Gade chapit la Kopi




୨ ଥେସଲନୀକୀୟ 3:2
18 Referans Kwoze  

ଯେପରି ମୁଁ ଯିହୂଦିୟା ପ୍ରଦେଶରେ ଅନାଜ୍ଞାବହ ଲୋକମାନଙ୍କଠାରୁ ଉଦ୍ଧାର ପାଏ, ଆଉ ଯିରୂଶାଲମ ନିମନ୍ତେ ମୋହର ଯେଉଁ ସେବା, ତାହା ଯେପରି ସାଧୁମାନଙ୍କ ନିକଟରେ ସୁଗ୍ରାହ୍ୟ ହୁଏ,


ଆଉ ସେ କହିଲେ, “ଆମ୍ଭେ ସେମାନଙ୍କଠାରୁ ଆପଣା ମୁଖ ଲୁଚାଇବା,” “ସେମାନଙ୍କର ଶେଷ ଦଶା କʼଣ ହେବ, ତାହା ଆମ୍ଭେ ଦେଖିବା; କାରଣ ସେମାନେ ନିତାନ୍ତ ବକ୍ରଗାମୀ ବଂଶ, ଏପରି ସନ୍ତାନ, ଯେଉଁମାନଙ୍କଠାରେ କିଛି ବିଶ୍ୱସ୍ତତା ନାହିଁ।


କିନ୍ତୁ ସମସ୍ତେ ସୁସମାଚାରର ବଶୀଭୂତ ହେଲେ ନାହିଁ। କାରଣ ଯିଶାଇୟ କହନ୍ତି, “ହେ ପ୍ରଭୁ, କିଏ ଆମ୍ଭମାନଙ୍କ ସମ୍ବାଦ ବିଶ୍ୱାସ କରିଅଛି?”


ସେଥିରେ କେହି କେହି କୁହାଯାଇଥିବା ବିଷୟରେ ବିଶ୍ୱାସ କଲେ, କିନ୍ତୁ କେହି କେହି ବିଶ୍ୱାସ କଲେ ନାହିଁ।


ଏନିମନ୍ତେ ଆମ୍ଭେମାନେ ତୁମ୍ଭମାନଙ୍କ ନିକଟକୁ ଯିବା ପାଇଁ ମନସ୍ଥ କରିଥିଲୁ, ବିଶେଷରେ ମୁଁ ପାଉଲ ଥରେ, ହଁ, ଦୁଇ ଥର ମନସ୍ଥ କରିଥିଲି, କିନ୍ତୁ ଶୟତାନ ଆମ୍ଭମାନଙ୍କୁ ବାଧା ଦେଲା।


କିନ୍ତୁ ଯେଉଁ ଯିହୁଦୀମାନେ ବିଶ୍ୱାସ କଲେ ନାହିଁ, ସେମାନେ ଅଣଯିହୁଦୀମାନଙ୍କର ମନକୁ ଉତ୍ତେଜିତ କରି ଭାଇମାନଙ୍କ ବିରୁଦ୍ଧରେ ମନ୍ଦ ଭାବ ଜନ୍ମାଇଦେଲେ।


କିନ୍ତୁ ଯିହୁଦୀମତାବଲମ୍ବୀ ଅଣଯିହୁଦୀ ପ୍ରମୁଖ ମହିଳାମାନଙ୍କୁ ଓ ନଗରର ପ୍ରଧାନ ପ୍ରଧାନ ବ୍ୟକ୍ତିଙ୍କୁ ଯିହୁଦୀମାନେ ଉତ୍ତେଜିତ କଲେ, ପୁଣି, ପାଉଲ ଓ ବର୍ଣ୍ଣବ୍ବାଙ୍କ ପ୍ରତି ତାଡ଼ନା ଘଟାଇ ଆପଣାମାନଙ୍କ ସୀମାରୁ ସେମାନଙ୍କୁ ବାହାର କରିଦେଲେ।


କିନ୍ତୁ ଯିହୁଦୀମାନେ ଲୋକସମୂହଙ୍କୁ ଦେଖି ଈର୍ଷାରେ ପୂର୍ଣ୍ଣ ହେଲେ, ପୁଣି, ନିନ୍ଦା କରୁ କରୁ ପାଉଲଙ୍କ କଥାରେ ପ୍ରତିବାଦ କରିବାକୁ ଲାଗିଲେ।


ମୁଁ ତୁମ୍ଭମାନଙ୍କୁ କହୁଅଛି, ସେ ଶୀଘ୍ର ସେମାନଙ୍କ ପ୍ରତି କରାଯାଇଥିବା ଅନ୍ୟାୟର ପ୍ରତିକାର କରିବେ। ତଥାପି ମନୁଷ୍ୟପୁତ୍ର ଆସି ପୃଥିବୀରେ କଅଣ ବିଶ୍ୱାସ ଦେଖିବେ?”


ହାୟ, ଦଣ୍ଡର ପାତ୍ର କପଟୀ ଶାସ୍ତ୍ରୀ ଓ ଫାରୂଶୀମାନେ, କାରଣ ତୁମ୍ଭେମାନେ ପୋଦିନା, ପାନମହୁରୀ ଓ ଜୀରାର ଦଶମାଂଶ ଦେଉଥାଅ, ଆଉ ମୋଶାଙ୍କ ବ୍ୟବସ୍ଥାର ଗୁରୁତର ବିଷୟଗୁଡ଼ିକ, ନ୍ୟାୟବିଚାର, ଦୟା ଓ ବିଶ୍ୱାସ, ଏହାସବୁ ପରିତ୍ୟାଗ କରିଅଛ; କିନ୍ତୁ ଏହି ସମସ୍ତ ପାଳନ କରିବା ଓ ଅନ୍ୟସବୁ ପରିତ୍ୟାଗ ନ କରିବା ଉଚିତ।


ଯୀଶୁ ଉତ୍ତର ଦେଲେ, “ଆରେ ଅବିଶ୍ୱାସୀ ଓ ବିପଥଗାମୀ ବଂଶ, କେତେ କାଳ ମୁଁ ତୁମ୍ଭମାନଙ୍କ ସାଙ୍ଗରେ ରହିବି? କେତେ କାଳ ତୁମ୍ଭମାନଙ୍କ ବ୍ୟବହାର ସହିବି? ତାହାକୁ ଏଠିକି ମୋ ପାଖକୁ ଆଣ।”


କିନ୍ତୁ ପ୍ରଭୁ ମୋହର ସପକ୍ଷ ହୋଇ ମୋତେ ବଳବାନ୍ କଲେ, ପୁଣି, ମୁଁ ସିଂହ ମୁଖରୁ ରକ୍ଷା ପାଇଲି, ଯେପରି ମୋ ଦ୍ୱାରା ସୁସମାଚାର ସମ୍ପୂର୍ଣ୍ଣ ରୂପେ ପ୍ରଚାରିତ ହୋଇପାରେ ଓ ଅଣଯିହୁଦୀ ସମସ୍ତେ ତାହା ଶୁଣି ପାରନ୍ତି;


ଯଦି ଲୋକାଚାର ଅନୁସାରେ ମୁଁ ଏଫିସରେ ବନ୍ୟ-ପଶୁମାନଙ୍କ ସଦୃଶ ଲୋକମାନଙ୍କ ସହିତ ଯୁଦ୍ଧ କରିଅଛି, ତେବେ ସେଥିରେ ମୋହର ଲାଭ କଅଣ? ଯଦି ମୃତମାନେ ଉତ୍ଥିତ ନ ହୁଅନ୍ତି, ତେବେ ଯେପରି ପବିତ୍ର ଶାସ୍ତ୍ରରେ ଲେଖାଅଛି, “ଆସ, ଆମ୍ଭେମାନେ ଭୋଜନପାନ କରୁ, କାରଣ କାଲି ଆମ୍ଭେମାନେ ମରିବା।”


କିନ୍ତୁ ଯିହୁଦୀମାନେ ଈର୍ଷାରେ ଜଳିଉଠି ବଜାରର କେତେକ ଦୁଷ୍ଟ ଲୋକଙ୍କୁ ସାଙ୍ଗରେ ଘେନି ଲୋକଗହଳ କରି ନଗରରେ ଗଣ୍ଡଗୋଳ ଲଗାଇଦେଲେ, ଆଉ ଯାସୋନଙ୍କ ଗୃହ ଆକ୍ରମଣ କରି ସେମାନଙ୍କୁ ଲୋକମାନଙ୍କ ନିକଟକୁ ବାହାର କରି ଆଣିବା ପାଇଁ ଚେଷ୍ଟା କଲେ।


କାରଣ ବନ୍ଦୀକୁ ପଠାଇବା ସମୟରେ ତାʼ ବିରୁଦ୍ଧରେ ଅଭିଯୋଗଗୁଡ଼ିକ ନିର୍ଦ୍ଦେଶ ନ କରିବା ମୋତେ ଅସଙ୍ଗତ ବୋଧ ହେଉଅଛି।


Swiv nou:

Piblisite


Piblisite