Biblia Todo Logo
Bib sou entènèt

- Piblisite -




୨ ତୀମଥି 2:13 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

13 ଯେବେ ଆମ୍ଭେମାନେ, ଅବିଶ୍ୱସ୍ତ ହେଉ, ତେବେ ସୁଦ୍ଧା ସେ ସର୍ବଦା ବିଶ୍ୱସ୍ତ, କାରଣ ସେ ଆପଣାକୁ ଅସ୍ୱୀକାର କରିପାରନ୍ତି ନାହିଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

13 ଯେବେ ଆମ୍ଭେମାନେ ଅବିଶ୍ଵସ୍ତ ହେଉ, ତେବେ ସୁଦ୍ଧା ସେ ସର୍ବଦା ବିଶ୍ଵସ୍ତ, କାରଣ ସେ ଆପଣାକୁ ଅସ୍ଵୀକାର କରି ପାରନ୍ତି ନାହିଁ।

Gade chapit la Kopi

ଓଡିଆ ବାଇବେଲ

13 ଯେବେ ଆମ୍ଭେମାନେ, ଅବିଶ୍ୱସ୍ତ ହେଉ, ତେବେ ସୁଦ୍ଧା ସେ (ଯୀଶୁ) ସର୍ବଦା ବିଶ୍ୱସ୍ତ, କାରଣ ସେ ଆପଣାକୁ ଅସ୍ୱୀକାର କରି ପାରନ୍ତି ନାହିଁ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

13 କିନ୍ତୁ ତାଙ୍କ ପ୍ରତି ଆମ୍ଭେମାନେ ଅବିଶ୍ୱସ୍ତ ହେଲେ ମଧ୍ୟ, ସେ ସଦା ବିଶ୍ୱସ୍ତ ରହିବେ, କାରଣ ସେ ନିଜ ବିରୁଦ୍ଧରେ ମିଥ୍ୟାଚରଣ କରି ପାରିବେ ନାହିଁ।

Gade chapit la Kopi

ପବିତ୍ର ବାଇବଲ

13 ଯଦି ଆମ୍ଭେ ବିଶ୍ୱସ୍ତ ନ ହେଉ, ତଥାପି ସେ ବିଶ୍ୱସ୍ତ ହୋଇ ରହିବେ। କାରଣ ସେ ନିଜ ପାଇଁ ଅସତ୍ ହୋଇପାରିବେ ନାହିଁ।

Gade chapit la Kopi




୨ ତୀମଥି 2:13
11 Referans Kwoze  

ପରମେଶ୍ୱର ମନୁଷ୍ୟ ନୁହନ୍ତି ଯେ, ସେ ମିଥ୍ୟା କହିବେ; କିଅବା ସେ ମନୁଷ୍ୟର ସନ୍ତାନ ନୁହନ୍ତି ଯେ, ସେ ଅନୁତାପ କରିବେ; ସେ କହିଅଛନ୍ତି, ଆଉ ସେ କି ତାହା କରିବେ ନାହିଁ? ସେ କହିଅଛନ୍ତି, ଆଉ ତାହା କି ସେ ସିଦ୍ଧ କରିବେ ନାହିଁ?


ତେବେ କଅଣ? ଯଦି ଯିହୁଦୀମାନଙ୍କ ମଧ୍ୟରୁ କେହି କେହି ଅବିଶ୍ୱସ୍ତ ହେଲେ, ସେମାନଙ୍କର ଅବିଶ୍ଵସ୍ତତା କଅଣ ଈଶ୍ବରଙ୍କ ବିଶ୍ୱସ୍ତତାକୁ ନିଷ୍ଫଳ କରିବ?


ଈଶ୍ବରଙ୍କ ମନୋନୀତ ଲୋକମାନେ ଅନନ୍ତ ଜୀବନର ଭରସା ପ୍ରାପ୍ତ ହୋଇ, ଯେପରି ବିଶ୍ଵାସ ଓ ଭକ୍ତି ସହିତ ସତ୍ୟ ଜ୍ଞାନରେ ବୃଦ୍ଧି ପାଆନ୍ତି, ଏଥିନିମନ୍ତେ ମୁଁ ପ୍ରେରିତ ହୋଇଅଛି;


କିନ୍ତୁ ପ୍ରଭୁ ବିଶ୍ୱସ୍ତ, ସେ ତୁମ୍ଭମାନଙ୍କୁ ସ୍ଥିର କରି ମନ୍ଦରୁ ରକ୍ଷା କରିବେ।


ଯେ ତୁମ୍ଭମାନଙ୍କୁ ଆହ୍ୱାନ କରିଅଛନ୍ତି, ସେ ବିଶ୍ୱସ୍ତ, ସେ ତୁମ୍ଭମାନଙ୍କୁ ସାହାଯ୍ୟ କରିବେ।


ଈଶ୍ବର ବିଶ୍ୱସ୍ତ, ଯାହାଙ୍କ ଦ୍ୱାରା ତୁମ୍ଭେମାନେ ତାହାଙ୍କ ପୁତ୍ର ଯୀଶୁ ଖ୍ରୀଷ୍ଟ, ଆମ୍ଭମାନଙ୍କ ପ୍ରଭୁଙ୍କର ସହଭାଗିତା ନିମନ୍ତେ ଆହୂତ ହୋଇଅଛ।


ଯେପରି ଯେଉଁ ଦୁଇ ଅପରିବର୍ତ୍ତନୀୟ ବିଷୟରେ ଈଶ୍ବରଙ୍କ ମିଥ୍ୟା କହିବା ଅସମ୍ଭବ, ତଦ୍ୱାରା ସମ୍ମୁଖସ୍ଥ ଭରସାକୁ ଧରିବା ନିମନ୍ତେ ଆଶ୍ରୟସ୍ଥଳକୁ ପଳାୟନ କରିଅଛୁ ଯେ ଆମ୍ଭେମାନେ, ଆମ୍ଭେମାନେ ଦୃଢ଼ ଉତ୍ସାହ ପ୍ରାପ୍ତ ହେଉ।


ଆକାଶ ଓ ପୃଥିବୀ ଲୋପ ପାଇବ, ମାତ୍ର ମୋହର ବାକ୍ୟସମୂହ କଦାପି ଲୋପ ପାଇବ ନାହିଁ।”


କିନ୍ତୁ ଈଶ୍ବରଙ୍କ ବାକ୍ୟ ଯେ ବିଫଳ ହୋଇଅଛି, ଏପରି ନୁହେଁ। କାରଣ ଯେଉଁମାନେ ଇସ୍ରାଏଲ ବଂଶରେ ଜାତ, ସେମାନେ ଯେ ସମସ୍ତେ ଇସ୍ରାଏଲ,


ହେ ସଦାପ୍ରଭୋ, ତୁମ୍ଭେ ମୋହର ପରମେଶ୍ୱର; ମୁଁ ତୁମ୍ଭର ଗୌରବ କରିବି, ମୁଁ ତୁମ୍ଭ ନାମର ପ୍ରଶଂସା କରିବି; କାରଣ ତୁମ୍ଭେ ଆଶ୍ଚର୍ଯ୍ୟକ୍ରିୟା, ଅର୍ଥାତ୍‍, ପୁରାତନ କାଳର ମନ୍ତ୍ରଣାସବୁ ବିଶ୍ୱସ୍ତତାରେ ଓ ସତ୍ୟରେ ସାଧନ କରିଅଛ।


ଏହେତୁ ଜାଣ ଯେ, ସଦାପ୍ରଭୁ ତୁମ୍ଭ ପରମେଶ୍ୱର, କେବଳ ସେ ପରମେଶ୍ୱର ଅଟନ୍ତି; ସେ ବିଶ୍ୱସନୀୟ ପରମେଶ୍ୱର ଅଟନ୍ତି; ଯେଉଁମାନେ ତାହାଙ୍କୁ ପ୍ରେମ କରନ୍ତି ଓ ତାହାଙ୍କ ଆଜ୍ଞା ପାଳନ କରନ୍ତି, ସେମାନଙ୍କ ପକ୍ଷରେ ସେ ସହସ୍ର ପିଢ଼ି ପର୍ଯ୍ୟନ୍ତ ନିୟମ ଓ ଦୟା ରକ୍ଷା କରନ୍ତି।


Swiv nou:

Piblisite


Piblisite