Biblia Todo Logo
Bib sou entènèt

- Piblisite -




୨ ତୀମଥି 2:8 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 ମୋ ଦ୍ୱାରା ପ୍ରଚାରିତ ସୁସମାଚାର ଅନୁସାରେ ମୃତମାନଙ୍କ ମଧ୍ୟରୁ ଉତ୍ଥିତ ଓ ଦାଉଦଙ୍କର ବଂଶଜାତ ଯୀଶୁ ଖ୍ରୀଷ୍ଟଙ୍କୁ ସ୍ମରଣ କର।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

8 ମୋʼ ଦ୍ଵାରା ପ୍ରଚାରିତ ସୁସମାଚାର ଅନୁସାରେ ମୃତମାନଙ୍କ ମଧ୍ୟରୁ ଉତ୍ଥିତ ଓ ଦାଉଦଙ୍କର ବଂଶଜାତ ଯୀଶୁ ଖ୍ରୀଷ୍ଟଙ୍କୁ ସ୍ମରଣ କର।

Gade chapit la Kopi

ଓଡିଆ ବାଇବେଲ

8 ମୋ ଦ୍ୱାରା ପ୍ରଚାରିତ ସୁସମାଚାର ଅନୁସାରେ ମୃତମାନଙ୍କ ମଧ୍ୟରୁ ଉତ୍ଥିତ ଓ ଦାଉଦଙ୍କର ବଂଶଜାତ ଯୀଶୁ ଖ୍ରୀଷ୍ଟଙ୍କୁ ସ୍ମରଣ କର |

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

8 ମୁଁ ପ୍ରଚାର କରୁଥିବା ସୁସମାଚାର ଅନୁଯାୟୀ ଯେଉଁ ମୃତ୍ୟୁଞ୍ଜୟୀ ଯୀଶୁ ଖ୍ରୀଷ୍ଟ ଦାଉଦ ରାଜାଙ୍କ ବଂଶଧର, ତାଙ୍କୁ ସ୍ମରଣ କର।

Gade chapit la Kopi

ପବିତ୍ର ବାଇବଲ

8 ଯୀଶୁ ଖ୍ରୀଷ୍ଟଙ୍କୁ ମନେ ପକାଅ। ସେ ଦାଉଦଙ୍କ ପରିବାରର ଅଟନ୍ତି। ଯୀଶୁ ମୃତ୍ୟୁପରେ ପୁନଃ ଜୀବିତ ହୋଇଉଠିଲେ।

Gade chapit la Kopi




୨ ତୀମଥି 2:8
18 Referans Kwoze  

କିନ୍ତୁ ଈଶ୍ବର ମୃତ୍ୟୁର ବନ୍ଧନରୁ ମୁକ୍ତ କରି ତାହାଙ୍କୁ ଉଠାଇଅଛନ୍ତି, କାରଣ ସେ ଯେ ମୃତ୍ୟୁ ଦ୍ୱାରା ଆବଦ୍ଧ ରହିବେ ତାହା ଅସମ୍ଭବ।


ଯେଉଁ ଦିନରେ ଈଶ୍ବର, ମୁଁ ପ୍ରଚାର କରୁଥିବା ସୁସମାଚାର ଅନୁସାରେ ଯୀଶୁ ଖ୍ରୀଷ୍ଟଙ୍କ ଦ୍ୱାରା ମନୁଷ୍ୟମାନଙ୍କର ଗୁପ୍ତ ବିଷୟଗୁଡ଼ିକ ବିଚାର କରିବେ, ସେହି ଦିନ ଏହା ପ୍ରକାଶ ପାଇବ।


ସେଥିପାଇଁ ମଧ୍ୟ ସେ ଆମ୍ଭମାନଙ୍କ ସୁସମାଚାର ଦ୍ୱାରା ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଗୌରବ ପାଇବା ନିମନ୍ତେ ତୁମ୍ଭମାନଙ୍କୁ ଡାକିଅଛନ୍ତି।


ଅବ୍ରହାମଙ୍କ ସନ୍ତାନ ଓ ଦାଉଦଙ୍କ ସନ୍ତାନ ଯୀଶୁ ଖ୍ରୀଷ୍ଟଙ୍କ ବଂଶାବଳୀ।


ସେଥିପାଇଁ ମୁଁ ଜଣେ ପ୍ରଚାରକ, ପ୍ରେରିତ ପୁଣି, ବିଶ୍ୱାସ ଓ ସତ୍ୟ ବିଷୟରେ ଅଣଯିହୁଦୀମାନଙ୍କର ଜଣେ ଶିକ୍ଷକ ଭାବେ ନିଯୁକ୍ତ ହେଲି, ମୁଁ ସତ କହୁଅଛି, ମିଛ କହୁ ନାହିଁ।


ସମାଧିପ୍ରାପ୍ତ ହେଲେ, ଶାସ୍ତ୍ର ଅନୁସାରେ ତୃତୀୟ ଦିବସରେ ଉତ୍ଥିତ ହେଲେ;


ସେଥିରେ ପ୍ରାଚୀନମାନଙ୍କ ମଧ୍ୟରୁ ଜଣେ ମୋତେ କହିଲେ, ରୋଦନ କର ନାହିଁ, ଦେଖ, ଯେ ଯିହୂଦା ବଂଶଜାତ ସିଂହ ଓ ଦାଉଦଙ୍କ ମୂଳ, ସେ ପୁସ୍ତକର ସପ୍ତ ମୁଦ୍ରା ଭାଙ୍ଗି ତାହା ଫିଟାଇବା ନିମନ୍ତେ ବିଜୟୀ ହୋଇଅଛନ୍ତି।


ଏହା ତ ମୋ ନିକଟରେ ସମର୍ପିତ ପରମଧନ୍ୟ ଈଶ୍ବରଙ୍କ ଗୌରବମୟ ସୁସମାଚାରର ଶିକ୍ଷା ଅନୁଯାୟୀ ଅଟେ।


ହେ ଭାଇମାନେ, ମୁଁ ତୁମ୍ଭମାନଙ୍କ ନିକଟରେ ଯେଉଁ ସୁସମାଚାର ପ୍ରଚାର କରିଥିଲି, ଯାହା ତୁମ୍ଭେମାନେ ଗ୍ରହଣ କରିଥିଲ, ଯହିଁରେ ମଧ୍ୟ ସ୍ଥିର ହୋଇ ରହିଅଛ, ମୁଁ କେଉଁ ପ୍ରକାରେ ତୁମ୍ଭମାନଙ୍କ ନିକଟରେ ତାହା ପ୍ରଚାର କରିଥିଲି, ଏହା ତୁମ୍ଭମାନଙ୍କୁ ସ୍ମରଣ କରାଉଅଛି;


ଯେଉଁ ଈଶ୍ବର ମୋହର ସୁସମାଚାର ଓ ଯୀଶୁ ଖ୍ରୀଷ୍ଟଙ୍କ ବିଷୟକ ପ୍ରଚାର ଅନୁସାରେ, ଅର୍ଥାତ୍‍ ଯେଉଁ ନିଗୂଢ଼ତତ୍ତ୍ୱ ଅନାଦିକାଳରୁ ଗୁପ୍ତ ଥିଲା,


ତାହାଙ୍କ ବଂଶରୁ ଈଶ୍ବର ପ୍ରତିଜ୍ଞାନୁସାରେ ଇସ୍ରାଏଲ ନିମନ୍ତେ ଜଣେ ତ୍ରାଣକର୍ତ୍ତା; ଅର୍ଥାତ୍‍ ଯୀଶୁଙ୍କୁ ଉତ୍ପନ୍ନ କରିଅଛନ୍ତି।


ରାଜା ଦାଉଦ ଜଣେ ଭାବବାଦୀ ଭାବରେ ତାହାଙ୍କର ଔରସଜାତ ଜଣଙ୍କୁ ତାହାଙ୍କ ସିଂହାସନରେ ବସାଇବା ପାଇଁ ଈଶ୍ବର ତାହାଙ୍କ ନିକଟରେ ଶପଥ କରି ପ୍ରତିଜ୍ଞା କରିଥିଲେ ବୋଲି ଜାଣିଥିଲେ।


ଆଉ ସେମାନଙ୍କୁ କହିଲେ, “ଏହି ପ୍ରକାରେ ଲେଖାଅଛି, ଖ୍ରୀଷ୍ଟ ଦୁଃଖଭୋଗ କରିବେ ଓ ତୃତୀୟ ଦିନରେ ମୃତମାନଙ୍କ ମଧ୍ୟରୁ ପୁନର୍ବାର ଜୀବିତ ହେବେ,


ଅତଏବ, ଆମ୍ଭମାନଙ୍କ ପ୍ରଭୁଙ୍କ ବିଷୟରେ ସାକ୍ଷ୍ୟ ଦେବା ପାଇଁ କିଅବା ତାହାଙ୍କ ନିମନ୍ତେ ବନ୍ଦୀ ଯେ ମୁଁ, ମୋ ବିଷୟରେ ଲଜ୍ଜିତ ହୁଅ ନାହିଁ, ବରଂ ଈଶ୍ବରଙ୍କ ଶକ୍ତି ଅନୁସାରେ ସୁସମାଚାର ନିମନ୍ତେ ମୋ ସହିତ କ୍ଲେଶ ସହ୍ୟ କର;


ମୁଁ ଯାହା କହୁଅଛି, ତାହା ଚିନ୍ତା କର; ପ୍ରଭୁ ସମସ୍ତ ବିଷୟରେ ତୁମ୍ଭକୁ ବୁଦ୍ଧି ଦେବେ।


Swiv nou:

Piblisite


Piblisite