Biblia Todo Logo
Bib sou entènèt

- Piblisite -




୨ ତୀମଥି 3:12 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

12 ପ୍ରକୃତରେ ଯେଉଁମାନେ ଖ୍ରୀଷ୍ଟ ଯୀଶୁଙ୍କ ସହଭାଗିତାରେ ଧାର୍ମିକ ଜୀବନଯାପନ କରିବାକୁ ଇଚ୍ଛା କରନ୍ତି, ସେମାନେ ତାଡ଼ନା ଭୋଗ କରିବେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

12 ପ୍ରକୃତରେ ଯେଉଁମାନେ ଖ୍ରୀଷ୍ଟ ଯୀଶୁଙ୍କ ସହଭାଗିତାରେ ଧର୍ମଜୀବନ ଯାପନ କରିବାକୁ ଇଚ୍ଛା କରନ୍ତି, ସେମାନେ ତାଡ଼ନା ଭୋଗ କରିବେ।

Gade chapit la Kopi

ଓଡିଆ ବାଇବେଲ

12 ପ୍ରକୃତରେ ଯେଉଁମାନେ ଖ୍ରୀଷ୍ଟ ଯୀଶୁଙ୍କ ସହଭାଗିତାରେ ଧର୍ମଜୀବନ ଯାପନ କରିବାକୁ ଇଚ୍ଛା କରନ୍ତି, ସେମାନେ ତାଡ଼ନା ଭୋଗ କରିବେ |

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

12 ଯେଉଁ ସମସ୍ତେ ଖ୍ରୀଷ୍ଟ ଯୀଶୁଙ୍କ ସହିତ ସଂଯୁକ୍ତ ହୋଇ ଈଶ୍ୱରପରାୟଣ ଜୀବନ ଯାପନ କରିବାକୁ ଇଚ୍ଛା କରିବେ, ସେମାନଙ୍କୁ ନିର୍ଯ୍ୟାତନାର ସମ୍ମୁଖୀନ ହେବାକୁ ପଡ଼ିବ।

Gade chapit la Kopi

ପବିତ୍ର ବାଇବଲ

12 ପରମେଶ୍ୱରଙ୍କ ଇଚ୍ଛାନୁଯାୟୀ ଖ୍ରୀଷ୍ଟ ଯୀଶୁଙ୍କଠାରେ ବିଶ୍ୱାସପୂର୍ବକ ଜୀବନ ଅତିବାହିତ କରିବାକୁ ଗ୍ଭହୁଁଥିବା ପ୍ରତ୍ୟେକ ଲୋକ ନିର୍ଯ୍ୟାତିତ ହେବେ। ମନ୍ଦ ଲୋକେ ଓ ଅନ୍ୟମାନଙ୍କୁ ଠକୁଥିବା ଲୋକେ ମନ୍ଦରୁ ମନ୍ଦ ହୋଇଯିବେ।

Gade chapit la Kopi




୨ ତୀମଥି 3:12
32 Referans Kwoze  

ପୁଣି, ଯଦିବା ଧାର୍ମିକତା ସକାଶେ ତୁମ୍ଭମାନଙ୍କୁ ଦୁଃଖଭୋଗ କରିବାକୁ ପଡ଼େ, ତାହାହେଲେ ତୁମ୍ଭେମାନେ ଧନ୍ୟ। ସେମାନେ ଭୟ ଦେଖାଇଲେ ଭୀତ କିଅବା ଉଦ୍‍ବିଗ୍ନ ହୁଅ ନାହିଁ;


ପୁଣି, ସେ ସ୍ଥାନମାନଙ୍କରେ ଶିଷ୍ୟମାନଙ୍କ ମନକୁ ସୁସ୍ଥିର କଲେ ଓ ବିଶ୍ୱାସରେ ଅଟଳ ରହିବା ପାଇଁ ସେମାନଙ୍କୁ ଉତ୍ସାହ ପ୍ରଦାନ କରି କହିଲେ, ଅନେକ କ୍ଲେଶ ମଧ୍ୟ ଦେଇ ଆମ୍ଭମାନଙ୍କୁ ଈଶ୍ବରଙ୍କ ରାଜ୍ୟରେ ପ୍ରବେଶ କରିବାକୁ ହେବ।


ସେତେବେଳେ ଯୀଶୁ ଆପଣା ଶିଷ୍ୟମାନଙ୍କୁ କହିଲେ, “କେହି ଯେବେ ମୋହର ଅନୁଗାମୀ ହେବାକୁ ଇଚ୍ଛା କରେ, ତେବେ ସେ ଆପଣାକୁ ଅସ୍ୱୀକାର କରୁ, ପୁଣି, ଆପଣା କ୍ରୁଶ ନେଇ ମୋହର ଅନୁଗମନ କରୁ।


ସେମାନେ ତୁମ୍ଭମାନଙ୍କୁ ସମାଜଗୃହରୁ ବାହାର କରିବେ, ହଁ, ଏପରି ସମୟ ଆସୁଅଛି, ଯେତେବେଳେ ଯେ କେହି ତୁମ୍ଭମାନଙ୍କୁ ବଧ କରେ, ସେ ଈଶ୍ବରଙ୍କ ଉଦ୍ଦେଶ୍ୟରେ ଉପାସନାରୂପ ବଳି ଉତ୍ସର୍ଗ କରୁଅଛି ବୋଲି ମନେ କରିବ।


ତୁମ୍ଭେମାନେ ଯେପରି ମୋʼ ଠାରେ ଶାନ୍ତି ପ୍ରାପ୍ତ ହୁଅ, ଏଥିନିମନ୍ତେ ମୁଁ ତୁମ୍ଭମାନଙ୍କୁ ଏହିସବୁ ବିଷୟ କହିଅଛି। ଜଗତରେ ତୁମ୍ଭମାନଙ୍କ ନିମନ୍ତେ କ୍ଳେଶ ଅଛି, କିନ୍ତୁ ସାହସ ଧର; ମୁଁ ଜଗତକୁ ଜୟ କରିଅଛି।”


ଆଉ ଏବେ ଇହକାଳରେ ତାଡ଼ନା ସଙ୍ଗେ ସଙ୍ଗେ ଶତ ଗୁଣରେ ଗୃହ, ଭାଇ, ଭଉଣୀ, ମାତା, ସନ୍ତାନସନ୍ତତି ଓ ଭୂମି, ପୁଣି, ପରକାଳରେ ଅନନ୍ତ ଜୀବନ ନ ପାଇବ, ଏପରି ଲୋକ କେହି ନାହିଁ।


ପୁଣି, ଆମ୍ଭେମାନେ ଯେପରି ଅଧର୍ମ ଓ ସାଂସାରିକ ଅଭିଳାଷ ପରିତ୍ୟାଗ କରି ଏହି ବର୍ତ୍ତମାନ ଯୁଗରେ ସୁବୁଦ୍ଧି, ଧାର୍ମିକ ଓ ଭକ୍ତ ଭାବରେ ଜୀବନଯାପନ କରୁ,


ଏହି ସମସ୍ତ ବିଷୟ ଏହି ପ୍ରକାରେ ଲୁପ୍ତ ହେବାରୁ, ଈଶ୍ବରଙ୍କ ଯେଉଁ ଦିନରେ ଆକାଶମଣ୍ଡଳ ଜ୍ୱଳିଉଠି ଲୁପ୍ତ ହେବ ଓ ମୌଳିକ ବସ୍ତୁସବୁ ପ୍ରଚଣ୍ଡ ଉତ୍ତାପରେ ତରଳିଯିବ,


ଯଦି କେବଳ ଏହି ଜୀବନ ନିମନ୍ତେ ଆମ୍ଭେମାନେ ଖ୍ରୀଷ୍ଟଙ୍କଠାରେ ଭରସା ରଖିଅଛୁ, ତେବେ ସମସ୍ତ ମନୁଷ୍ୟଙ୍କଠାରୁ ଆମ୍ଭେମାନେ ଦୟନୀୟ ଅଟୁ।


ତାହାର ଲାଙ୍ଗୁଳ ଆକାଶର ତୃତୀୟାଂଶ ନକ୍ଷତ୍ରକୁ ଟାଣିଆଣି ପୃଥିବୀରେ ନିକ୍ଷେପ କଲା। ଆଉ ସେହି ସର୍ପ ପ୍ରସବ କରିବା ମାତ୍ର ତାହାଙ୍କ ସନ୍ତାନକୁ ଗ୍ରାସ କରିବା ନିମନ୍ତେ ତାହାଙ୍କ ସମ୍ମୁଖରେ ଠିଆ ହେଲା।


ମୁଁ ତାହାଙ୍କୁ କହିଲି, ହେ ମୋହର ପ୍ରଭୁ, ଆପଣ ହିଁ ତାହା ଜାଣନ୍ତି। ସେଥିରେ ସେ ମୋତେ କହିଲେ, ଏମାନେ ମହାକ୍ଲେଶରୁ ବାହାରି ଆସିଅଛନ୍ତି ଓ ମେଷଶାବକଙ୍କ ବଳୀକୃତ ରକ୍ତରେ ଆପଣା ଆପଣା ବସ୍ତ୍ର ଧୋଇ ଶୁକ୍ଳବର୍ଣ୍ଣ କରିଅଛନ୍ତି।


ପାଉଲ, ଈଶ୍ବରଙ୍କ ଦାସ ଓ ଯୀଶୁ ଖ୍ରୀଷ୍ଟଙ୍କର ଜଣେ ପ୍ରେରିତ, ବିଶ୍ୱାସର ସହଭାଗିତା ଅନୁସାରେ ଯଥାର୍ଥ ପୁତ୍ର ତୀତସଙ୍କ ନିକଟକୁ ପତ୍ର,


କେହି ଯଦି ଭିନ୍ନ ଶିକ୍ଷା ଦେଇ ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ହିତଜନକ ବାକ୍ୟ ଓ ଈଶ୍ବରପରାୟଣତା ଅନୁଯାୟୀ ଶିକ୍ଷା ଗ୍ରହଣ ନ କରେ,


ଈଶ୍ବରପରାୟଣତାର ନିଗୂଢ଼ତତ୍ତ୍ୱ ଯେ ମହତ୍, ଏହା ସମସ୍ତେ ସ୍ୱୀକାର କରନ୍ତି। ତାହା ଏହି, ସେ ଦେହବନ୍ତ ହୋଇ ପ୍ରକାଶିତ ହେଲେ, ଆତ୍ମାରେ ଧାର୍ମିକ ବୋଲି ପ୍ରମାଣିତ ହେଲେ, ଦୂତମାନଙ୍କ ଦ୍ୱାରା ଦେଖାଗଲେ, ଜାତିମାନଙ୍କ ମଧ୍ୟରେ ପ୍ରଚାରିତ ହେଲେ, ଜଗତରେ ବିଶ୍ୱାସପାତ୍ର ହେଲେ, ଗୌରବରେ ସେ ସ୍ୱର୍ଗକୁ ଉତ୍ଥିତ ହେଲେ।


ଏଥିନିମନ୍ତେ ସର୍ବସାଧାରଣ ଲୋକଙ୍କ ପାଇଁ, ରାଜା ଓ ଶାସନକର୍ତ୍ତା ସମସ୍ତଙ୍କ ପାଇଁ ନିବେଦନ, ପ୍ରାର୍ଥନା, ବିନତି ଓ ଧନ୍ୟବାଦ ଉତ୍ସର୍ଗ କରିବା ନିମନ୍ତେ ମୁଁ ସର୍ବ ପ୍ରଥମେ ଅନୁରୋଧ କରୁଅଛି।


ଜଗତରେ, ବିଶେଷତଃ ତୁମ୍ଭମାନଙ୍କ ପ୍ରତି, ଆମ୍ଭେମାନେ ସାଂସାରିକ ଜ୍ଞାନରେ ଆଚରଣ ନ କରି ବରଂ ଈଶ୍ବରଙ୍କ ଅନୁଗ୍ରହରେ, ତାହାଙ୍କ ପବିତ୍ର ଓ ସରଳ ଭାବାନୁସାରେ ଆଚରଣ କରିଥିଲୁ ବୋଲି ଆମ୍ଭମାନଙ୍କର ବିବେକ ଯେ ସାକ୍ଷ୍ୟ ଦେଉଅଛି, ଏହା ଆମ୍ଭମାନଙ୍କ ଦର୍ପର ବିଷୟ।


ମୁଁ ସେମାନଙ୍କୁ ତୁମ୍ଭର ବାକ୍ୟ ଦାନ କରିଅଛି, ଆଉ ଜଗତ ସେମାନଙ୍କୁ ଘୃଣା କରିଅଛି, କାରଣ ମୁଁ ଯେପରି ଏ ଜଗତରୁ ଉତ୍ପନ୍ନ ନୁହେଁ, ସେମାନେ ସେହିପରି ଏହି ଜଗତରୁ ଉତ୍ପନ୍ନ ନୁହଁନ୍ତି।


ଏଣୁ ଦେଖ, ମୁଁ ତୁମ୍ଭମାନଙ୍କ ନିକଟକୁ ଭାବବାଦୀ, ଜ୍ଞାନୀ ଓ ଶାସ୍ତ୍ରୀମାନଙ୍କୁ ପ୍ରେରଣ କରୁଅଛି; ସେମାନଙ୍କ ମଧ୍ୟରୁ କାହା କାହାକୁ ତୁମ୍ଭେମାନେ ହତ୍ୟା କରିବ ଓ କ୍ରୁଶରେ ବଧ କରିବ, ଆଉ କାହା କାହାକୁ ତୁମ୍ଭମାନଙ୍କ ସମାଜଗୃହରେ କୋରଡ଼ା ମାରିବ ଓ ନଗରକୁ ନଗର ତାଡ଼ନା କରିବ,


ଏଉତ୍ତାରେ ଯୋଷେଫ-ସନ୍ତାନଗଣ ଯିହୋଶୂୟଙ୍କ ନିକଟକୁ ଆସି କହିଲେ, “ତୁମ୍ଭେ ଅଧିକାରାର୍ଥେ ଆମ୍ଭକୁ କେବଳ ଏକ ବାଣ୍ଟ ଓ ଏକ ଅଂଶ କାହିଁକି ଦେଲ? ଆଜି ପର୍ଯ୍ୟନ୍ତ ସଦାପ୍ରଭୁ ଆଶୀର୍ବାଦ କରିବାରୁ ଆମ୍ଭେ ତ ବହୁଗୋଷ୍ଠୀ ହୋଇଅଛୁ।”


ତାଡ଼ନା ପ୍ରାପ୍ତ ହେଉଅଛୁ, ତଥାପି ପରିତ୍ୟକ୍ତ ନୋହୁଁ; ଅଧଃପତିତ ହେଉଅଛୁ, ତଥାପି ବିନଷ୍ଟ ନୋହୁଁ;


Swiv nou:

Piblisite


Piblisite