Biblia Todo Logo
Bib sou entènèt

- Piblisite -




୨ ତୀମଥି 3:7 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

7 ଏହି ସ୍ତ୍ରୀଲୋକମାନେ ସର୍ବଦା ଶିକ୍ଷା କରୁଥିଲେ ମଧ୍ୟ ସତ୍ୟ ଜାଣିବା ପାଇଁ କଦାପି ସମର୍ଥ ହୁଅନ୍ତି ନାହିଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

7 ଏହି ସ୍ତ୍ରୀଲୋକମାନେ ସର୍ବଦା ଶିକ୍ଷା କରୁଥିଲେ ହେଁ ସତ୍ୟ ଜାଣିବା ପାଇଁ କଦାପି ସମର୍ଥ ହୁଅନ୍ତି ନାହିଁ।

Gade chapit la Kopi

ଓଡିଆ ବାଇବେଲ

7 ଏହି ସ୍ତ୍ରୀଲୋକମାନେ ସର୍ବଦା ଶିକ୍ଷା କରୁଥିଲେ ମଧ୍ୟ ସତ୍ୟ ଜାଣିବା ପାଇଁ କଦାପି ସମର୍ଥ ହୁଅନ୍ତି ନାହିଁ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

7 ଯେଉଁମାନେ ସବୁବେଳେ ସତ୍ୟ ଜାଣିବାକୁ ଚେଷ୍ଟା କରୁଥାଆନ୍ତି, କିନ୍ତୁ ତା’ର ସନ୍ଧାନ ପାଆନ୍ତି ନାହିଁ, ଏଭଳି ସ୍ତ୍ରୀ ଲୋକମାନଙ୍କୁ ସେମାନେ ବଶୀଭୂତ କରନ୍ତି।

Gade chapit la Kopi

ପବିତ୍ର ବାଇବଲ

7 ସେହି ସ୍ତ୍ରୀମାନେ ନୂତନ ଶିକ୍ଷାଗୁଡ଼ିକୁ ଶିଖିବାକୁ ସର୍ବଦା ଚେଷ୍ଟା କରନ୍ତି, କିନ୍ତୁ ସେମାନେ କେବେ ହେଲେ ସତ୍ୟକୁ ପୂର୍ଣ୍ଣ ଭାବରେ ବୁଝି ପାରନ୍ତି ନାହିଁ। ଯନ୍ନୀସ୍ ଓ ଯମ୍ବ୍ରୀସ୍ କଥା ମନେପକାଅ।

Gade chapit la Kopi




୨ ତୀମଥି 3:7
14 Referans Kwoze  

ଯେପରି ଆମ୍ଭେମାନେ ଆଉ ଶିଶୁ ପରି ନ ହୋଇ ମନୁଷ୍ୟମାନଙ୍କ ପ୍ରତାରଣା ଓ ଭ୍ରାନ୍ତି ଯୁକ୍ତ କଳ୍ପନା ଅନୁସାରେ ଧୃର୍ତ୍ତତା ଦ୍ୱାରା ବିଭିନ୍ନ ଶିକ୍ଷା ରୂପ ବାୟୁରେ ଇତଃସ୍ତତଃ ଚାଳିତ ନ ହେଉ,


ସମସ୍ତେ ଯେପରି ପରିତ୍ରାଣ ଓ ସତ୍ୟ ବିଷୟରେ ଜ୍ଞାନ ପାଇ ପାରନ୍ତି, ଏହା ସେ ଇଚ୍ଛା କରନ୍ତି।


ଯୀଶୁ ଖ୍ରୀଷ୍ଟଙ୍କ ବିଷୟରେ ଆମ୍ଭମାନଙ୍କର ଅନେକ କଥା କହିବାକୁ ଅଛି, ଆଉ ତୁମ୍ଭେମାନେ ଶୁଣିବାରେ ଶିଥିଳ ହୋଇଥିବାରୁ ସେଥିର ଅର୍ଥ ବୁଝାଇବା କଷ୍ଟକର।


ତାହାହେଲେ କେଜାଣି ଈଶ୍ବର ସେମାନଙ୍କୁ ସତ୍ୟ ସମ୍ବନ୍ଧରେ ଜ୍ଞାନ ପାଇବା ପାଇଁ ମନ-ପରିବର୍ତ୍ତନରୂପ ବର ଦେବେ,


ତୁମ୍ଭେମାନେ କିପରି ବିଶ୍ୱାସ କରିପାର? ତୁମ୍ଭେମାନେ ତ ପରସ୍ପରଠାରୁ ଗୌରବ ଗ୍ରହଣ କରୁଅଛ, ପୁଣି, ଏକମାତ୍ର ଈଶ୍ବରଙ୍କଠାରୁ ଯେଉଁ ଗୌରବ, ତାହା ପାଇବା ପାଇଁ ଚେଷ୍ଟା କରୁ ନାହଁ।


ନିନ୍ଦକ ଜ୍ଞାନ ଖୋଜିଲେ ପାଏ ନାହିଁ; ମାତ୍ର ବୁଦ୍ଧିମାନ ପାଇଁ ବିଦ୍ୟା ସହଜ।


ସେ ଉତ୍ତର ଦେଲେ, “କାରଣ ସ୍ୱର୍ଗରାଜ୍ୟର ନିଗୂଢ଼ ତତ୍ତ୍ୱସମୂହ ଜାଣିବା ନିମନ୍ତେ ତୁମ୍ଭମାନଙ୍କୁ ଶକ୍ତି ଦିଆଯାଇଅଛି, କିନ୍ତୁ ସେମାନଙ୍କୁ ଦିଆଯାଇନାହିଁ।


ମାତ୍ର ସଦାପ୍ରଭୁ ଆଜି ପର୍ଯ୍ୟନ୍ତ ତୁମ୍ଭମାନଙ୍କୁ ବୁଝିବା ପାଇଁ ହୃଦୟ ଓ ଦେଖିବା ପାଇଁ ଚକ୍ଷୁ ଓ ଶୁଣିବା ପାଇଁ କର୍ଣ୍ଣ ଦେଇ ନାହାନ୍ତି।


Swiv nou:

Piblisite


Piblisite